ଦୈନିକ ରାଶିଫଳ: 20 ମାର୍ଚ୍ଚ 2022, ସୂର୍ଯ୍ୟଦେବଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ମାର୍ଚ୍ଚ ମାସ ୨୦ ତାରିଖ, ରବିବାର, ମୀନ ମାସ ୬ ଦିନ, ଚୈତ୍ରମାସ, କୃଷ୍ଣପକ୍ଷ, ଦ୍ଵିତୀୟା ତିଥି ଦିବା ୧୦ ଟା ୭ମିନିଟ୍ ପରେ ତୃତୀୟା ତିଥି, ଚିତ୍ରା ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର ଦିବା ୧୧ଟା ୧୦ ମିନିଟ୍ ପରେ ତୁଳା ରାଶିରେ ଚନ୍ଦ୍ର । ଧୃବ ଯୋଗ । ଗର କରଣ ସକାଳ ୧୦ଟା ୭ମିନିଟ୍ ପରେ ବଣିଜ କରଣ । ମେଷ ରାଶିର ଘାତବାର । ବୃଷ ରାଶିର ଘାତଚନ୍ଦ୍ର ଦିବା ୧୧ଟା ୧୦ ମିନିଟ୍ ମଧ୍ୟେ । ବୋଇତିକଖାରୁ ନ ଖାଇଲେ ଭଲ ଦିବା ୧୦ଟା ୭ ମିନିଟ୍ ପରେ ପୋଟଳ ନ ଖାଇଲେ ଭଲ । ଯୋଗିନୀ- ଉତ୍ତରେ ଦିବା ୧୦ଟା ୭ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ତୃତୀୟାର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୨୫ମିନିଟ୍ ରୁ ୧ଟା ୨୫ମିନିଟ୍, ରାତ୍ରି ୧ଟା ୨୪ମିନିଟ୍ ରୁ ୨ଟା ୫୪ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୫୫ମିନିଟ୍ ରୁ ୯ଟା ୫୪ମିନିଟ୍, ଦିବା ୧ଟା ୨୫ ମିନିଟ୍ ରୁ ୧ଟା ୫୪ମିନିଟ୍, ସନ୍ଧ୍ୟା ୬ଟା ୪୩ମିନିଟ୍ ରୁ ୯ଟା ୦୫ମିନିଟ୍, ରାତ୍ର ୧୨ଟା ୧୮ମିନିଟ୍ ରୁ ରାତ୍ର ୧ଟା ୨୩ମିନିଟ୍, ରାତ୍ର ୨ଟା ୫୪ମିନିଟ୍ ରୁ ୩ଟା ୨୯ମିନିଟ୍ ।

ମେଷ:-ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମର ଶୁଭ ସମାଚାର ଶୁଣିବେ । ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ଚାକର, ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ । ବନ୍ଧୁ ମିତ୍ରଙ୍କର ପ୍ରେରଣା ଓ ଆର୍ଥିକ ସହାୟତାରେ ଲୋକଙ୍କୁ ନିଜର କରି ପାରିବେ । ନିଜର କାର୍ଯ୍ୟବ୍ୟସ୍ତତା ଯୋଗୁ ସମୟ ପାଇବେ ନାହିଁ । ବ୍ୟବସାୟରେ ଉତ୍ଥାନ-ପତ୍ତନର ସମ୍ମୁଖୀନ ହୋଇ ପାରନ୍ତି । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ବୃଷ:-ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ରାଜକୀୟ ସମ୍ମାନ ମିଳିବ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ କିନ୍ତୁ ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ସାମ୍ବାଦିକତାରୁ ଲାଭ ଓ ନିର୍ମାଣ କ୍ଷେତ୍ରରେ ଅଗ୍ରଗତି ନିମନ୍ତେ ସମର୍ଥ ହୋଇ ପାରିବେ ରାଜନୀତିରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପାଇ ସଫଳତା ଅର୍ଜନ କରିବେ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ଦୂରଯାତ୍ରାର ସୁଯୋଗ ପାଇ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ପରିବାରରେ ଖୁସିର ବାତା ବରଣ ସ୍ଥାୟି ରହିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ସମସ୍ତ ସମସ୍ୟାର ସମାଧାନ କରି ସତ୍ୟର ସାମ୍ନା କରିବାକୁ ପଡିବ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଉତ୍ତମ ରୋଜଗାର କରିପାରିବେ । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ସିଂହ:-ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । କାହାରି ପାଖରେ ମୁଣ୍ଡ ନଇଁବ ନାହିଁ । ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ । ରାଜନୈତିକ କ୍ଷେତ୍ରରେ ସ୍ଥିତି ସୁଦୃଢ଼ ହେବା ସହ କାର୍ଯ୍ୟଭାର ବୃଦ୍ଧିହେବ । ବ୍ୟକ୍ତିଗତ ସାର୍ବଜନୀନ ସମ୍ପର୍କରେ ବିକଶିତ ହୋଇ ସୁଖ ଶାନ୍ତି ମିଳିବ । ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରି ପାରନ୍ତି । ଆଶା କରୁଥିବା କାର୍ଯ୍ୟର ସୁସମ୍ବାଦ ପାଇବେ । ଆଚାର, ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କନ୍ୟା:-ସନ୍ତାନଙ୍କ ପାଇଁ ଶୁଭ ସମ୍ବାଦ ପାଇବେ । ଗୁରୁଜନଙ୍କ ପ୍ରେରଣା ଓ ଆର୍ଥିକ ସହାୟତାରେ ବ୍ୟବସାୟରେ ସଫଳତା ଅର୍ଜନ କରିବେ । ବିରୋଧିମାନେ ଦୂରେଇ ଯିବା ଫଳରେ ଅଟକିଥିବା କାର୍ଯ୍ୟ ଚାଲୁ କରି ପାରିବେ । ନୂତନପନ୍ଥା ଅନୁସରଣ କଲେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପ୍ରିୟଜନଙ୍କସହ ମିଳନ ହୋଇ ଉତ୍ତର ଦାୟିତ୍ୱ ବଢ଼ିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କମ୍ ପରିଶ୍ରମରେ ଅଧିକଫଳ ପ୍ରାପ୍ତିହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ତୁଳା:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । କାର୍ଯ୍ୟ ପୁରଣ ହୋଇ ସମୟ ହସଖୁସିରେ ବିତିବ । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଲେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବିଚ୍ଛା:-ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଯୋଗେ ସଫଳତା ଅର୍ଜନ କରି ଭଲ ଲାଭ ପାଇବେ । ଲେଖକ, ପତ୍ରକାର, ରାଜନୈତିକ, ସଙ୍ଗୀତଜ୍ଞ, ଠିକାଦାର ଓ ସରକାରୀ କ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭ ହେବ । ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ । ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ । ନୂଆ ନିଯୁକ୍ତିର ସୁଯୋଗ ପାଇବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ବନ୍ଧୁଙ୍କ ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧିହେବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ନୂତନ କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ଅଧିକାରୀଙ୍କଠାରୁ ପରାମର୍ଶ ପାଇ ସଫଳ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମକର:-ରାଜନୀତି କ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବନ୍ଧୁଙ୍କ ପ୍ରତିଶୃତି ପାଇ ଆଶ୍ଵସ୍ତି ଅନୁଭବ କରିବେ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:-ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ । ରାଜନୀତି କ୍ଷେତ୍ରରେ ଦୀର୍ଘଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କର ସୌଜନ୍ୟରୁ ସହଜରେ ହୋଇଯିବ । ନିର୍ମାଣକାର୍ଯ୍ୟ ସମ୍ପନ୍ନ ହେବା ଫଳରେ ସନ୍ତୁଷ୍ଟ ରହିବେ । କୌଣସି ଦରକାରୀ ମୂଲ୍ୟବାନ ଜିନିଷ ଖରିଦ କରିବାକୁ ମନ ବଳାଇବେ । ସମସ୍ୟାଗୁଡ଼ିକ ଆପଣାଛାଏ ସମାଧାନ ହୋଇଯିବାରୁ ମନ ହାଲୁକା ହୋଇଯିବ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ଖୁସି ରହିବେ । ବିଦ୍ୟାରେ ଉନ୍ନତି ହେବା ସହ ଶୁଭ ସମାଚାର ମିଳିବ । ବୁଦ୍ଧିମତା କାରଣରୁ ଆର୍ଥିକସ୍ଥିତି ସୁଧୁରିଯିବ ଓ ଅବସ୍ଥା ବଦଳିଯିବ । ନୂତନକର୍ମ ଯୋଗୁ ଆୟବୃଦ୍ଧି ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ସଭାସମିତି ଓ ସମାଜିକ କାର୍ଯ୍ୟଯୋଗେ ଆତ୍ମୀୟମାନଙ୍କ ସାହାଯ୍ୟ ନେବେ । ରାଜନୈତିକ କ୍ଷେତ୍ରରେ ନୂତନ ସମ୍ବନ୍ଧ ସୃଷ୍ଟିହେବ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!