ଦୈନିକ ରାଶିଫଳ: ୨୦ ମଇ ୨୦୨୦, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମଇମାସ ୨୦ତାରିଖ, ବୁଧବାର, ବୃଷମାସ ୭ଦିନ, ଜ୍ୟେଷ୍ଠମାସ, କୃଷ୍ଣପକ୍ଷ, ତ୍ରୟୋଦଶୀତିଥି, ଅଶ୍ୱିନୀନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର। କର୍କଟ ରାଶିର ଘାତବାର।  ମେଷ ରାଶିର ଘାତଚନ୍ଦ୍ର। ବାଇଗଣ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୭ଟା ୫୦ମିନିଟ୍ ରୁ ୮ଟା ୨୮ମିନିଟ୍, ଦିବା ୧୦ଟା ୬ମିନିଟ୍ ରୁ ୧୧ଟା ୧୭ମିନିଟ୍, ଦିବା ୧ଟା ୫୫ମିନିଟ୍ ରୁ ୫ଟା ୨୧ମିନିଟ୍, ସନ୍ଧ୍ୟା ୬ଟା ୧୫ମିନିଟ୍ ରୁ ୯ଟା ୫୩ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ସହଜରେ ପାଇ ପାରନ୍ତି। ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତ ହେବେ। ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାରଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ସରକାରୀ ସାହାଯ୍ୟ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ। ବ୍ୟବସାୟରେ ଆଶାତୀତ ଲାଭପାଇ ଲକ୍ଷ ହାସଲ କରିବାରେ ସମର୍ଥ ହେବେ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା ଯୋଗେ ମନ ଖୁସି ରହିବ। ଛାତ୍ରଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ରାଜନୈତିକ କ୍ଷେତ୍ରରେ ଠିକ୍ ନିଷ୍ପତି ନେବେ। ବିରୋଧୀମାନେ କ୍ଷତି କରିବାରେ ଅସଫଳ ହେବେ। ମିତ୍ରଙ୍କ ସାହାଯ୍ୟ ସହଯୋଗ ଅବିସ୍ମରଣୀୟ ରହିବ। ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେଇ ପାରେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-

ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। କର୍ମକ୍ଷେତ୍ରରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଉତ୍ତମ ରୋଜଗାର କରି ପାରିବେ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବା ଫଳରେ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ଆୟବୃଦ୍ଧି ହେବା ଫଳରେ ଶୁଭକାମ କରି ପ୍ରଶଂସିତ ହେବେ। ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ। ଋଣ ମୁକ୍ତି ପାଇଁ ରାସ୍ତା ଦେଖା ଦେବ। ସାମ୍ବାଦିକ ମାନଙ୍କର ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ଯୋଜନା ମୁତବକ ବ୍ୟବସାୟ କଲେ ବହୁବିଧ ଲାଭ ମିଳିବ। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ପାରିବାରିକ ସ୍ତର ହସ ଖୁସିରେ କଟିବ। ଶତୃମାନେ ଦୂରେଇ ଯିବେ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ଲାଗି ରହିଥିଲେ ସମାଧାନ କରି ପାରିବେ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ। ଛାତ୍ରଛାତ୍ରୀମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବା ସହ ପଢାପଢିରେ ମନଯୋଗ ଦେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ। ପଢାପଢିରେ ମାନସିକ ଶାନ୍ତି ମିଳିବ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ।  ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ରାଜନୀତି କ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ। ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ବା ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ହାତକୁ ନେଇଥିବା କାର୍ଯ୍ୟ ସମ୍ପାଦନ ପାଇଁ ଚେଷ୍ଟା କରିବାକୁ ପଡିବ। ଋଣ ଭରଣାରେ ସହଜ ହେବ। ପରିବାରରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପ୍ରେମ କ୍ଷେତ୍ରରେ ସମୟ ଗୁଡିକ ହସ ଖୁସିରେ ବିତିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ବ୍ୟବସାୟରେ ଉନ୍ନତି ସହିତ ଶୁଭଫଳ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

କର୍ମକ୍ଷେତ୍ରରେ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। କେତେକ ସମସ୍ୟାର ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। ପରିବାରରେ ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ସରକାରୀ ସାହାଯ୍ୟ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରବଳ ଲାଭ ପାଇବେ। ଆର୍ଥିକ ଦିଗରୁ ସୁବିଧା ପାଇବେ। ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯାଇ ଉଚ୍ଚଆଶା ସଫଳ ହେବ। ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଆଜି ଚେଷ୍ଟା କରିବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ଆପୋଷ ସମାଧାନର ରାସ୍ତା ଖୋଲିଯିବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ଯୋଗ ଦେବେ। ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳ ପ୍ରାପ୍ତି ହେବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ।  ସୁଖ ଶାନ୍ତିରେ ଦିନଟି କାଟି ପାରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ସରକାରୀ କ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ, କ୍ଷାତି ବଢ଼ିବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ। ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ କରି ପ୍ରଶଂସା ପାଇବେ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ଉଚିତ୍ ପନ୍ଥା ଗ୍ରହଣ କରିବେ। ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହୋଇ ପାରେ। ମିଷ୍ଠାନ୍ନ ଭୋଜନ ବା ସୁସ୍ଵାଦୁ ଭୋଜନ ପ୍ରାପ୍ତି ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!