ଦୈନିକ ରାଶିଫଳ: 20 ମଇ 2021, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ଯାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମଇ ମାସ ୨୦ତାରିଖ, ଗୁରୁବାର, ବୃଷ ମାସ ୬ଦିନ, ବୈଶାଖ ମାସ, ଶୁକ୍ଳପକ୍ଷ, ଅଷ୍ଟମୀ ତିଥି, ମଘା ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର । ତୁଳା ଓ କୁମ୍ଭ ରାଶିର ଘାତବାର । କର୍କଟ ଓ ମକର ରାଶିର ଘାତଚନ୍ଦ୍ର । ନଡିଆ, ଆମିଷ ନ ଖାଇଲେ ଭଲ, ଦିବା ୧୨ଟା ୨୩ ମିନିଟ୍ ପରେ ଲାଉ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୫ଟା ୧୪ମିନିଟ୍ ରୁ ୬ଟା ୪ମିନିଟ୍, ଦିବା ୯ଟା ୩୪ମିନିଟ୍ ରୁ ୧୧ଟା ୧୬ମିନିଟ୍, ସନ୍ଧ୍ୟା ୬ଟା ୫୮ମିନିଟ୍ ରୁ ରାତ୍ର ୯ଟା ୮ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବା ସହ ମାନସିକ ଦୁଶ୍ଚିନ୍ତାଦୂର ହେବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ପୁରାତନ ରୋଗର ପ୍ରକୋପ ହ୍ରାସ ପାଇବ । ସାମାଜିକ ସ୍ତରରେ ଖ୍ୟାତି ହେବା ସହ ଜନ ସମ୍ପର୍କ ବୃଦ୍ଧି ପାଇବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ରାଜନେତା ମାନେ କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । ପ୍ରତିକାର-ଲାଲଚନ୍ଦନ ମସ୍ତକରେ ଲଗାଇବା ଉଚିତ ।

ବୃଷ:-

ଆମୋଦ ପ୍ରମୋଦ, ମନୋରଞ୍ଜନ, ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେଇ ପାରନ୍ତି । ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ । ବନ୍ଧୁବାନ୍ଧବଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ । ଛାତ୍ର ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ । ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ । ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ । ସନ୍ତାନଙ୍କ ଚିନ୍ତାରେ ମାନସିକ ଚିନ୍ତା ବୃଦ୍ଧି ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମିଥୁନ:-

ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରି ପାରିବେ । ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ସ୍ୱାସ୍ଥ୍ୟସମସ୍ୟା ସୁଧୁରି ଯିବ । ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ପକ୍ଷରେ ରହିବ । ନୂଆ ଚାକିରୀ ମଧ୍ୟ ମିଳିପାରେ । ବନ୍ଧୁ ମିତ୍ରଙ୍କ ଆଗମନ ଫଳରେ ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବା ସହ ବୈଷୟିକ ରୁଚି ପୂର୍ତ୍ତି ହେବ । ପ୍ରତିକାର- ତିଳକଚନ୍ଦନ ଧାରଣ କରନ୍ତୁ ।

କର୍କଟ:-

ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ । ଏକାଧିକ କାମରେ ହାତ ଦେଲେ ଭଲବଦଳରେ ମନ୍ଦସୃଷ୍ଟି ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ସିଂହ:-

ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା ଚାଲୁ ରଖିବେ । ଆର୍ଥିକକ୍ଷେତ୍ରରେ ପରିବର୍ତ୍ତନ ଆସିବ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବା ସହ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ପାରିବାରିକ ଜୀବନରେ ଦାମ୍ପତ୍ୟସୁଖ ବୃଦ୍ଧିହେବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-

ସ୍ୱାସ୍ଥ୍ୟରେ ଉନ୍ନତି ଯୋଗୁ ମାନସିକସ୍ଥିତି ଭଲ ରହିବ । ବାଣିଜ୍ୟ, ବ୍ୟବସାୟରେ ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆହୋଇ କର୍ତ୍ତବ୍ୟ ପାଳି ଚାଲିଲେ ପରେ ହଇରାଣ ହେବେ ନାହିଁ । କୌଣସି ନୂତନ ଗୃହୋପକରଣ କିଣିବା ପାଇଁ ଯୋଜନା କରିବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-

ନିଜର ବୁଦ୍ଧିମତା କାରଣରୁ ଆଶାତୀତ ଲାଭ ପାଇବେ । ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପ୍ରତିଭାବାନ ବ୍ୟକ୍ତି, ପ୍ରତିଷ୍ଠିତ ବ୍ୟକ୍ତି ଓ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହ ସମ୍ପର୍କ ସ୍ଥାପନ ହେବ । ରୋଜଗାରର ସମସ୍ୟା ସୁଧୁରି ଯାଇ ଧନ ସଂପତ୍ତି ଲାଭ ହେବ । ପାରିବାରିକ ଅଶାନ୍ତି ଦୂର କରିବାରେ ସଫଳତା ମିଳିବା ଫଳରେ ଗୃହରେ ସୁଖଶାନ୍ତି ବିରାଜମାନ କରିବ । ବନ୍ଧୁ ମିତ୍ର ପ୍ରାପ୍ତି, ମାନସିକ ଶାନ୍ତି ଓ ଗୃହପୋକରଣ କ୍ରୟ କରି ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବିଚ୍ଛା:-

ଶରୀର ସୁସ୍ଥ ରହିବ । ଇଲେକ୍ଟ୍ରୀ, ଇଲେକଟ୍ରୋନିକସ୍, ଔଷଧ ଇତ୍ୟାଦି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ । ରାଜନୈତିକ କ୍ଷେତ୍ରରେ ଉଚ୍ଚ ପଦପଦବୀରେ ପ୍ରତିଷ୍ଠିତ ହେବା ସହ ମହତ୍ ଉଦେଶ୍ୟ ଉଚ୍ଚ ଆକାଂକ୍ଷାର ପୂର୍ତ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖରେ ଦିନଟି କାଟିବେ । ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । ପ୍ରେମସମ୍ବନ୍ଧିତ ସମସ୍ୟା ସମାଧାନ ହୋଇଯିବ । ନୂଆ ଜ୍ଞାନର ବୃଦ୍ଧି ହେବ । ରାଜନୈତିକ କ୍ଷେତ୍ରରେ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ । ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ । ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ସ୍ଥଗିତଥିବା କର୍ମଟି ଚାଲୁ କରି ପାରିବେ । ପରିବହନ ବ୍ୟବସାୟିକସ୍ଥିତି ସୁଦୃଢ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମକର:-

କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ । ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରି ପାରନ୍ତି । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ । ପାରିବାରିକ ସ୍ଥିତିର ଅବ୍ୟବସ୍ଥିତତାକୁ ଆଧାର କରି କ୍ଷୋଭ, ଅବଶୋଷ, ଅପମାନରେ ଜର୍ଜରିତ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ସ୍ୱାସ୍ଥ୍ୟଗତ ସମସ୍ୟା ଦୂର ହୋଇ ଶରୀର ଭଲ ରହିବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ବିଶେଷ ଲାଭବାନ୍ ହେବେ । ବକେୟା ଅର୍ଥ କିଛି ମିଳିବା ଫଳରେ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ । ପିଲାମାନଙ୍କ କାର୍ଯ୍ୟରେ ଉନ୍ନତି ହେବ । ପରିବାରର କେହି ଉନ୍ନତିର ବିଶେଷ ସ୍ତରକୁ ଉଠିଯିବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ଦେଖା ଦେଇପାରେ । ଅଳ୍ପକେ ଦୁର୍ଘଟଣାରୁ ରକ୍ଷା ପାଇବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମୀନ:-

ଶୁଭ ସମାଚାର ମିଳିପାରେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ପିଲା ମାନଙ୍କ ପଢା ସମସ୍ୟା ନେଇ ମନ ଖୁସି ରହିବ । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!