ସାପ୍ତାହିକ ରାଶିଫଳ: ୨୦ ମଇ ରୁ ୨୬ ମଇ, ଏହି ସପ୍ତାହରେ ଏହି ସବୁ ରାଶିର ବ୍ୟକ୍ତିଙ୍କର ଆକସ୍ମିକ ଧନ ଲାଭର ଯୋଗ ଅଛି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ସାପ୍ତାହିକ ରାଶିଫଳ: ୨୦ ମଇ ରୁ ୨୬ ମଇ

ମେଷ:-

ଏ ସପ୍ତାହରେ ଜୀବନ ସାଥିଙ୍କ ସହଯୋଗରେ ଆର୍ଥିକ ଲାଭ ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ମହିଳାମାନେ ପତିପ୍ରାଣା ହୋଇ ପରିବାରରେ ପ୍ରୀତିଭାଜନ ହେବେ। ଆଧ୍ୟାତ୍ମକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନସ୍ଥିତିଅଟଳ ରଖି ପାରିବେ। ପ୍ରେମିକ-ପ୍ରେମିକାମାନେ ପ୍ରେମରେ ସଫଳ ହେବେ। ଅବିବାହିତ ଯୁବକ-ଯୁବତୀମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ ଓ କର୍ମ ସନ୍ଧାନିମାନେ କର୍ମ ନିଯୁକ୍ତି ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏ ସପ୍ତାହରେ କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବାଦ୍ଵାରା ଆୟର ସ୍ରୋତ ଖୋଲିଯିବ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ବ୍ୟବସାୟିକ ସଫଳତା ମିଳିବ। ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପାରିବାରିକ ଜୀବନରେ ଅଶାନ୍ତି ଦୂର ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ପାଇବେ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତିରେ ସଫଳ ହେବେ। ଛାତ୍ର-ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ।ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇପାରିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମିଥୁନ:-

ଏ ସପ୍ତାହରେ ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ବକେୟା ଅର୍ଥ କିଛି ମିଳିବ ଓ ନିର୍ମାଣମୂଳକ ଯୋଜନାରେ ଆଗେଇବେ। ମାନସିକ ଶାନ୍ତି ଓ  ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି। ସନ୍ତାନ-ସନ୍ତତିଙ୍କ ମର୍ଜି ରକ୍ଷା କରି ଶାନ୍ତି-ଶୃଙ୍ଖଳାରୁ ଦୂରେଇ ଯିବେ। ଆୟ ଉପାର୍ଜ୍ଜନର ବୃଦ୍ଧି, କର୍ମ ଓ ବ୍ୟବସାୟରେ ଉନ୍ନତି। ମାନସିକ ବିଷାଦ, ଦାମ୍ପତ୍ୟ କଳହ , ଭୟ  ଆଶଙ୍କା ଗ୍ରସ୍ତ କରାଇବ। କର୍ମରେ ଅସନ୍ତୋଷ, ମାନସିକ ଦୁଶ୍ଚିନ୍ତା, ପୁରାତନ ରୋଗରପ୍ରକୋପ ସହିତ ଉଦର ପୀଡ଼ା ଦେଖାଦେବ।  ପରିବାରରେ ବ୍ୟୟ ବୃଦ୍ଧି ହେତୁ ଧନ ଆଶା କରିବା ନିରର୍ଥକ। ବ୍ୟବସାୟରେ ଲାଭ  ହେଲେ ମଧ୍ୟ ଶତୃ ଦେଖାଦେବେ। କୌଣସି ଜଟିଳ ସମସ୍ୟାର ସମାଧାନ ହେବ। ବନ୍ଧୁ ବାନ୍ଧବଙ୍କଦ୍ୱାରା ଅନେକ କାର୍ଯ୍ୟ ହାସଲ କରିବେ। ଅବିବାହିତ ଯୁବକ-ଯୁବତୀମାନଙ୍କର ବିବାହ ପ୍ରସ୍ତାବ ପାଇବେ। ପ୍ରତିକାର ମୁହଁ ମିଠାକରି ଘରୁ ବାହାରନ୍ତୁ।

କର୍କଟ:-

ଏ ସପ୍ତାହରେ ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ରାଜନୀତିରେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ ନତୁବା ଦୂରଯାତ୍ରା କରି ନିଜକୁ ଅସୁସ୍ଥ ମନେକରିବେ। ଯୁବକ-ଯୁବତୀ ମାନେ ନୂତନ କର୍ମନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ସରକାରୀ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇପାରିବେ।  ବ୍ୟବସାୟରେ ଉନ୍ନତି ଓ ଲାଭ କରିବେ। ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ପ୍ରତିକାର : ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ।

ସିଂହ:-

ଏ ସପ୍ତାହରେ ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ପାଇବେ। ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ଓ  ସହଯୋଗ କରିବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ଯୁବକ-ଯୁବତୀ ମାନଙ୍କର ଆୟ ତୁଳନାରେ ବ୍ୟୟ ବହୁତ ହେବା ଫଳରେ ଆର୍ଥିକ ଅନାଟନ ଦେଖା ଦେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ଅସହଯୋଗ କରିବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ।  ମହିଳାମାନେ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ସନ୍ତାନ ସନ୍ତତି  ପୀଡ଼ିତ ହେବାରୁ  ମାନସିକ ଚିନ୍ତା ବୃଦ୍ଧି ପାଇବ। ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-

ଏ ସପ୍ତାହରେ ମହିଳାମାନେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପ୍ରେମିକ-ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟୟ କ୍ଷେତ୍ରରେ ସଫଳ ହେବେ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷା ପାଇଁ ଦୂରଯାତ୍ରାର ସୁଯୋଗ ପାଇବେ। ଯେ କୌଣସି ବ୍ୟବସାୟରେ ହାତ ଦେବେ ସେଥିରେ ସଫଳ ହେବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଅବହେଳା କରିବେ। ପାରିବାରିକ ଜୀବନ ବହୁ ବ୍ୟସ୍ତତା ମଧ୍ୟରେ ଦିନ କଟିବ।  ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନରେ ବାଧା ସୃଷ୍ଟି ହେବ।  ରାଜନୀତି କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଧୈର୍ଯ୍ୟ  ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ପ୍ରତିକାର ମୁହଁ ମିଠାକରି ଘରୁ ବାହାରନ୍ତୁ।

ତୁଳା:-

ଏ ସପ୍ତାହରେ ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ଅସହଯୋଗ କରିବେ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଭଲ ଲାଭ ହେବ। କର୍ମ କ୍ଷେତ୍ରରେ ଉନ୍ନତି ଏବଂ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଦେଖା ଦେବ। ଧାର୍ମିକ କାର୍ଯ୍ୟରେ ରୁଚି କମ୍ ରହିବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନରେ ବାଧା ଆସିବ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ  ସହଯୋଗ ପାଇବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ପ୍ରତିକାରମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ବିଚ୍ଛା:-

ଏ ସପ୍ତାହରେ ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ। ମହିଳାମାନେ ମାନସିକ ସୁସ୍ଥତା ଅନୁଭବ କରିବେ ଓ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ ଏବଂ ସୁଖ ସମୃଦ୍ଧି ବୃଦ୍ଧି ହେବାସହ  ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ସଫଳତା ଅର୍ଜନ କରିବାସହ  ଦୂରଯାତ୍ରାର ସୁଯୋଗ ପାଇବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରି ଖୁସିର ବାତାବରଣ ସ୍ଥାୟି ରହିବ ଓ ନୂତନ ସମ୍ବନ୍ଧ ସୃଷ୍ଟିହେବ। ରାଜନୀତି କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ ଏବଂ ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ଶତୃମାନେ ଷଡ଼ଯନ୍ତ୍ର କରିବେ। କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ। ଯୁବକ-ଯୁବତୀମାନେ ନୂତନ କର୍ମ ପାଇଁ ପ୍ରୟାସରତ ଥିଲେ ନିଯୁକ୍ତି ପାଇବେ। ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ ଓ ପାଠ ପଢ଼ାରେ ମନଯୋଗ ଦେବେ। ପ୍ରତିକାର: ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ଧନୁ:-

ଏ ସପ୍ତାହରେ ଛାତ୍ର-ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ। ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ ଓ ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦୂରଯାତ୍ରାର ସୁଯୋଗ ପାଇବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ସରକାରୀ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ। ଆୟ ଉପାର୍ଜନର ବୃଦ୍ଧି ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଦାମ୍ପତ୍ୟ  ଜୀବନ ସୁଖମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ଏ ସପ୍ତାହରେ ଠିକାଦାରୀ, ସଡକ, ଗୃହନିର୍ମାଣ ସାମଗ୍ରୀ ବ୍ୟବସାୟ, ପ୍ଳାଷ୍ଟିକ୍ ଚମଡା, ବସ୍ତ୍ର, ଫଳ, ତେଲ, ଲୁହା, ମଟର ପାର୍ଟସ୍, କୋଇଲା, ପେଟ୍ରୋଲିୟମ ପଦାର୍ଥ, ଏଜେନ୍ସି ଆଦି ବ୍ୟବସାୟରେ ଲାଭବାନ ହେବେ। କଳକାରଖାନା, କୋଇଲା ଖଣି, ରେଳବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ। କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଶାରିରୀକ ଅସୁସ୍ଥତା ଦୂରହେବ। ଗୃହପାଳିତ ପଶୁ ଓ ଯାନବାହାନ  ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ।  ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ପ୍ରତିକାରମାଦକଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

କୁମ୍ଭ:-

ଏ ସପ୍ତାହରେ ଅତି ଉତ୍ତମ ଫଳ ଭୋଗିବେ। ଭାଗ୍ୟଶାଳୀ, ସନ୍ତାନସୁଖ, ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ପରହାତରେ ଥିବା ଧନ, ଅଧା ହୋଇଥିବା କାର୍ଯ୍ୟ ସହଜରେ ପ୍ରାପ୍ତି ହେବ। ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ। ସନ୍ତାନମାନେ ଉଚ୍ଚଶିକ୍ଷା ଅଧ୍ୟୟନ କରୁଥିଲେ  ପଢା ପଢିରେ ମନ ଦେବେ। ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କ ଠାରୁ ଅକସ୍ମାତ୍ ସାହାଯ୍ୟ ପାଇ ଧନ୍ୟ ହେବେ। ସାଂସାରିକ ଜୀବନ ସୁଖମୟ ହେବ। ଉଦ୍ୟୋଗ, ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ଚାନ୍ଦି, ବାଦ୍ୟଯନ୍ତ୍ର, ଚଳଚିତ୍ର, ଔଷଧ, ଶାଢ଼ୀ ଇଦ୍ୟାଦି ବ୍ୟବସାୟର ଉଦ୍ୟୋଗ କରିପାରିବେ। ସଂଚାଳକ, ଓକିଲ, ନ୍ୟାୟଧୀଶ, ଚିକିତ୍ସକ, କଳାକାରମାନଙ୍କର ପ୍ରବଳ ଉନ୍ନତି ହେବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ। ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇପାରିବେ। ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ। ଦୀର୍ଘଦିନର ଆଶା ଏବେ ପୂରଣ ହେବ। ଉଚ୍ଚ ପଦବୀରେ ଅଧିଷ୍ଠିତ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ଏ ସପ୍ତାହରେ ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ବ୍ୟବସାୟୀ ହୋଇଥିଲେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ। ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ। ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ। ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ। ଏହାକୁ ସତ୍ ଉପଯୋଗ କରିବାକୁ ଆପ୍ରାଣ ଚେଷ୍ଟା କରିବା ଉଚିତ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ ବଢିଯିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!