ଦୈନିକ ରାଶିଫଳ: 20 ନଭେମ୍ବର ୨୦୨୦, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ନଭେମ୍ବର ମାସ ୨୦ତାରିଖ, ଶୁକ୍ରବାର, ବିଛାମାସ ୫ଦିନ, କାର୍ତ୍ତିକମାସ, ଶୁକ୍ଳପକ୍ଷ, ଷଷ୍ଠୀତିଥି, ଉତ୍ତରାଷାଢାନକ୍ଷତ୍ର, ଦିବା ୯ଟା ୨୩ମିନିଟ୍ ଗତେ ଶ୍ରବଣା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର । ବିଛା, ଧନୁ, ମୀନ ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର । ପିତା ଦ୍ରବ୍ୟ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶୁଭସମୟ- ପ୍ରାତଃ ୬ଟା ୨ମିନିଟ୍ ରୁ ୬ଟା ୪୫ମିନିଟ୍, ସକାଳ ୭ଟା ୨୯ମିନିଟ୍ ରୁ ୮ଟା ୧୬ମିନିଟ୍, ଦିବା ୧୧ଟା ୫୫ମିନିଟ୍ ରୁ ୨ଟା ୪୯ମିନିଟ୍, ଦିବା ୩ଟା ୩୫ମିନିଟ୍ ରୁ ୫ଟା ୧ମିନିଟ୍, ସନ୍ଧ୍ୟା ୫ଟା ୫୫ମିନିଟ୍ ରୁ ରାତ୍ର ୮ଟା ୧୬ମିନିଟ୍, ରାତ୍ର ୧୧ଟା ୫୯ମିନିଟ୍ ରୁ ରାତ୍ର ୧ଟା ୪୧ମିନିଟ୍ । ପର୍ବଦିନ- ମକର ରାଶିକୁ ବୃହସ୍ପତି ଚଳିବେ ।

ମେଷ:-

ଶୁଭ ସମାଚାର ପାଇ ଖୁସି ହେବେ । ଆର୍ଥିକସ୍ଥିତି ସୁଧାରିବା ଦ୍ୱାରା ବହୁ ପରିମାଣରେ ଅଭିବୃଦ୍ଧିର ହାର ବଢ଼ିଯିବ । ନୂତନ କର୍ମ ଓ ବ୍ୟବସାୟ ପାଇଁ ଚେଷ୍ଟିତ ହେବେ । ନୂତନ ଗୃହସୁଖ ମିଳିବ । ମନୋରଞ୍ଜନ କରିବା ପାଇଁ ସମୟ ମିଳିବ । ନୂଆ ଯୋଜନା ଅନୁସାରେ କାର୍ଯ୍ୟ କରିବେ । ଅଟକି ଥିବା ଧନପ୍ରାପ୍ତ ହେବ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ରାଜନୀତିରେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ବିଦ୍ୟା, ଖେଳରେ ଉନ୍ନତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ ଜନ ସେବାରେ ପ୍ରଶଂସା ମିଳିବ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ଦୂରଯାତ୍ରାକରି ଲାଭ ପାଇବେ ଓ ଅଭିଷ୍ଟ ପ୍ରାପ୍ତି ହେବ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଲେଖାପଢ଼ାରୁ, ସଭାସମିତିରୁ, ବନ୍ଧୁମିଳନରୁ ଶୁଭଫଳ ପାଇବେ । ଖେଳ ଓ ବିଦ୍ୟାକ୍ଷେତ୍ରରେ ଆଦୃତ ହେବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମିଥୁନ:-

କୌଣସି ଆନୁଷ୍ଠାନିକ, ମାଙ୍ଗଳିକ ଓ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେବେ । ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ସୁଧାରି ନେବା ଉଚିତ୍ । ରାଜନୀତିରେ ସ୍ଵାର୍ଥରକ୍ଷା କରିବାରେ ସମୟ ବିତିବ । କୌଣସି କାଗଜରେ ନପଢି ନବୁଝି ଦସ୍ତଖତ କରିବେ ନାହିଁ । ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇ ପାରନ୍ତି । ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରା ଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍ । ପ୍ରେମ-ପ୍ରସଙ୍ଗରେ ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ । ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ । ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ନିଜଆଚାର ବ୍ୟବହାର ସନ୍ତୋଷ ଜନକ ହେବାଦ୍ଵାରା ଗୁରୁଜନଙ୍କ ବିଶ୍ବାସ ଭାଜନ ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୁତନ କାର୍ଯ୍ୟ ଆରମ୍ଭ କରି ପାରିବେ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ଓ ସୁଖ ସମ୍ପଦ ପ୍ରାପ୍ତି ହେବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ଦୂରଯାତ୍ରା କଲେ ଅଶୁଭତ୍ୱନାଶ ହୋଇ ଶୁଭ ଫଳ ପ୍ରାପ୍ତି ହେବ । ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି । ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ସିଂହ:-

ବ୍ୟବସାୟରେ ଖୁବ୍ ଆଶାବାଦୀ ହେବେ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ରାଜନୈତିକ କ୍ଷେତ୍ରରେ ବଡନେତାଙ୍କୁ ସନ୍ତୁଷ୍ଟ କରିବା ସହଜ ସରଳ ହେବ । ବିଦ୍ୟାରେ ମନନିବେଶ କରି ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରିବେ । ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ କଷ୍ଟ ଭୋଗିବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ସାଧାରଣ ଘଟଣାଯୋଗୁ ବନ୍ଧୁଙ୍କ ସହ ସମ୍ପର୍କ ତୁଟି ଯାଇପାରେ । ବାଦବିବାଦଠାରୁ ଦୂରେଇ ରହିବା ଉଚିତ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କନ୍ୟା:-

ସ୍ୱାସ୍ଥ୍ୟ ଠିକ୍ ରହିବ । ସନ୍ତାନଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ସମ୍ପର୍ଣ୍ଣକରି ଆନନ୍ଦିତ ହେବେ । କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ । ଶିକ୍ଷାର୍ଥୀମାନେ ଅଧ୍ୟୟନରେ ମନ ନିବେଶ କରିବେ ଓ ପ୍ରତିଦ୍ୱନ୍ଦିତା ପରୀକ୍ଷାରେ ସଫଳତା ପାଇବେ । ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହି ଲାଭବାନ ହେବେ । ଜମିବାଡି ଜନିତ କେତେକ ସମସ୍ୟା ସମାଧାନ ହେବ । ରାଜନୈତିକ କ୍ଷେତ୍ରରେ ସ୍ଥିରବସ୍ଥା ଆସିବା ଫଳରେ ଆତ୍ମସନ୍ତୋଷ ଆଣିଦେବ ଓ ପ୍ରତିଷ୍ଠା ଖ୍ୟାତି ମଧ୍ୟ ମିଳିବ । ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ ।

ତୁଳା:-

ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ । ଅନେକ ପ୍ରକାର ସୁବିଧା ସୁଯୋଗ ପାଇବା ଫଳରେ ଆର୍ଥିକ ଦିଗରୁ ଉନ୍ନତି ହୋଇ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ । ଉଚ୍ଚଶିକ୍ଷା କ୍ଷେତ୍ରକୁ ମୁହାଁଇ ପାରିବେ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କରି ଅନେକ ଆଶୀର୍ବାଦ ପାଇବେ । ପାରିବାରିକ କ୍ଷେତ୍ରରେ ଅସନ୍ତୋଷ, କ୍ଷୋଭ ଓ ଅବଶୋଷ ଦୂରେଇ ଯିବ । କାରବାରରେ ସୁଧାର ଆସିବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ସମସ୍ତ ନିର୍ଣ୍ଣୟ ଓ ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ବିଚ୍ଛା:-

କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ସନ୍ତାନ ସୁଖରେ ସୁଖୀ ହେବେ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ଥିବା ସମସ୍ୟାର ସମାଧାନ ହେବ । ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-

ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । କର୍ମକ୍ଷେତ୍ରରେ ପୁରୁଣା ସମ୍ପର୍କରୁ ଲାଭବାନ ହେବେ । ବ୍ୟବସାୟ କ୍ଷେତ୍ରରେ ବନ୍ଧୁ, ମିତ୍ର, ସହକର୍ମୀ ଓ ଭାଗୀଦାରୀଙ୍କ ପାଇଁ ପ୍ରଚୁର ଲାଭ ପାଇବେ । ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ । ରାଜନୈତିକ କ୍ଷେତ୍ରରେ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ସ୍ଵାସ୍ଥ୍ୟ କ୍ଷେତ୍ରରେ ଉଦରପୀଡା ଓ ଚକ୍ଷୁପୀଡା ଦେଖା ଦେଇପାରେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମକର:-

ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ପଦସ୍ଥ ବ୍ୟକ୍ତିଙ୍କ ସହ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । କର୍ମକ୍ଷେତ୍ର ରେ ଅଦମ୍ୟ ଉଦ୍ୟମ ବା ଚେଷ୍ଟାଦ୍ୱାରା ସାଫଲ୍ୟ ପ୍ରାପ୍ତି ହେବ । ଆତ୍ମୀୟବର୍ଗରେ ଉନ୍ନତି ତଥା ଉତ୍ତମ ବୁଝାମଣା ଜନିତ ଉତ୍ସାହ-ଉଦ୍ଦୀପନା ଯୁକ୍ତ ହେବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଦୂରଯାତ୍ରାରେ ସଫଳ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-

ଶତୃମାନେ ପଛଘୁଞ୍ଚା ଦେବେ । ସହକର୍ମୀ ଓ ପଦାଧିକାରୀ ମାନେ ସାହାଯ୍ୟ ସହଯୋଗ କରିବେ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରି ପାରନ୍ତି । ଅସହାୟ ଓ ନୀଚ ଲୋକଙ୍କୁ ସାହାଯ୍ୟ କରିବାକୁ ମନ ବଳାଇବେ । ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ସୃଷ୍ଟି ହେବ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବା ସହ କଷ୍ଟବି ପାଇବେ । ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ । ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ:-

ବ୍ୟବସାୟ କ୍ଷେତ୍ରରେ ଆର୍ଥିକସ୍ଥିତି ସୁଧୁରିବା ସହ ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ । କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ । ପଦୋନ୍ନତି ସହ ନୂତନକର୍ମ ପ୍ରାପ୍ତି ହୋଇପାରେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଆୟରସ୍ରୋତ ଖୋଲିଯିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ରାଜନୈତିକ କ୍ଷେତ୍ରରେ ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା କରିବେ । ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ । ସନ୍ତାନଙ୍କ ଚିନ୍ତାରେ ମାନସିକ ଚିନ୍ତା ବୃଦ୍ଧି ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!