୨୦୨୨ମସିହା, ଅକ୍ଟୋବର ମାସ ୨୦ତାରିଖ, ଗୁରୁବାର, ତୁଳାମାସ ୪ଦିନ, କାର୍ତ୍ତିକମାସ କୃଷ୍ଣପକ୍ଷ, ଦଶମୀତିଥି ଦିବା ୪ଟା ୫ମିନିଟ୍ ପରେ ଏକାଦଶୀତିଥି, ଅଶ୍ଳେଷା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର, ଦିବା ୧୦ଟା ୨୯ମିନିଟ୍ ପରେ ମଘା ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର । ଶୁଭ ଯୋଗ । ବିଷ୍ଟି କରଣ ଦିବା ୪ଟା ୫ମିନିଟ୍ ପରେ ବବ କରଣ । ତୁଳା, କୁମ୍ଭ ରାଶିର ଘାତବାର । ଦିବା ୧୦ଟା ୨୯ମିନିଟ୍ ପରେ କର୍କଟ, ମକର ରାଶିର ଘାତଚନ୍ଦ୍ର । କଳମଶାଗ ନ ଖାଇଲେ ଭଲ ଦିବା ୪ଟା ୫ମିନିଟ୍ ପରେ ଶିମ୍ବ, ଆମିଷ ନ ଖାଇଲେ ଭଲ । ଯୋଗିନୀ- ଉତ୍ତରେ ଦିବା ୪ଟା ୫ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ ।
ଶ୍ରାଦ୍ଧତର୍ପଣ- ଦଶମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୨ଟା ୨୩ମିନିଟ୍ ରୁ ୫ଟା ୧୬ମିନିଟ୍, ରାତ୍ରି ୧୧ଟା ୩୧ମିନିଟ୍ ରୁ ୧ଟା ୫ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୪୭ମିନିଟ୍ ରୁ ୭ଟା ୧୭ମିନିଟ୍, ସନ୍ଧ୍ୟା ୬ଟା ୭ମିନିଟ୍ ରୁ ରାତ୍ର ୯ଟା ୨୫ମିନିଟ୍, ରାତ୍ର ୧ଟା ୬ମିନିଟ୍ ରୁ ୩ଟା ୧୫ମିନିଟ୍, ରାତ୍ର ୪ଟା ୭ମିନିଟ୍ ରୁ ୫ଟା ୪୫ମିନିଟ୍ ।
ମେଷ:-ବ୍ୟବସାୟ କ୍ଷେତ୍ରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ । ବିଦ୍ୟାର୍ଥିମାନଙ୍କର ମନୋଅନୁକୂଳ ଫଳପ୍ରାପ୍ତି ହେବ । ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ରାଜନୀତି କ୍ଷେତ୍ରରେ ଅଧିକ ଲୋକସମ୍ପର୍କ ଫଳରେ ଆତ୍ମସନ୍ତୋଷ ମିଳିବ । ପୁରାତନ ରୋଗର ଉପସମ ହୋଇ ସ୍ୱାସ୍ଥ୍ୟରେ ସୁଧାର ଆସିବ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ବୃଷ:-ଶାରୀରିକ ଅସୁସ୍ଥତା ଦୂର ହେବ । ଋଣଭାର କମିଯିବ । ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ । ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ । ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଉତ୍ତରାଧିକାର ଓ ପୈତୃକ ସମ୍ପତ୍ତିକୁନେଇ କୋର୍ଟକଚେରୀ ମାମଲାରେ ବିଜୟୀ ହେବେ । କ୍ୟାରିଅର ସମସ୍ୟା ସମାଧାନର ବାଟ ମିଳିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ମିଥୁନ:-ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ସନ୍ତୋଷ ଲାଭ କରିବେ । କୋର୍ଟ କଚେରୀ ମାମଲାରେ ସଫଳ ହେବା ସହ ଆତ୍ମବିଶ୍ଵାସ ବୃଦ୍ଧି ପାଇବ । କାର୍ଯ୍ୟକ୍ଷେତ୍ରରେ ସଂଘର୍ଷ ଦେଇ ଗତିକଲେ ମଧ୍ୟ ସଫଳତା ପାଇବେ । ବ୍ୟବସାୟୀ ମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଅସହାୟ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କର୍କଟ:-ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ । ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭ ହେବ । ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ପରିବାରର ଉନ୍ନତି ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ସିଂହ:-ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବେ । ଶତୃ ଓ ବିରୋଧିମାନେ ଅପଦସ୍ଥ ହେବେ । ପତିପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ । କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ପାରିବାରିକସ୍ତର ହସ ଖୁସିରେ କଟିବ । କର୍ମ କ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ସହଜରେ ପୂରଣ ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
କନ୍ୟା:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବା ସହ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଜମିବାଡି ନେଇ ଥିବା କେତେକ ସମସ୍ୟା ସମାଧାନ ହୋଇ ଯିବ । କର୍ମକ୍ଷେତ୍ରରେ ପଦୋନ୍ନତି ସହ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । ବୈଷୟିକ କ୍ଷେତ୍ରରେ ଧାଁଦୌଡ ଯୋଗୁ ଆଶାତୀତ ଧନ ଲାଭହେବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇ ପାରନ୍ତି । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ତୁଳା:-ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ । ବ୍ୟବସାୟରେ ଉନ୍ନତି ହେବା ସହ ଋଣ ପରିଶୋଧର ସୁଯୋଗ ପାଇବେ । ଛାତ୍ରଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିପାରନ୍ତି । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ବିଚ୍ଛା:-ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଘଟିପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ଧନୁ:-ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ ଓ ଟଙ୍କାର ଆବଶ୍ୟକତା ପୂରଣ ହେବ । ବ୍ୟବସାୟ କ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ । କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ସମସ୍ୟା ସମାଧାନ କରି ମାନସିକ ଶାନ୍ତି ପାଇବେ । ପ୍ରତିବେଶୀଙ୍କ ସହ କଳହ ସୃଷ୍ଟି ହୋଇପାରେ । ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମକର:-ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଭଲ ହେବ । ପତିପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବା ସହ ଋଣମୁକ୍ତିର ରାସ୍ତା ପରିଷ୍କାର ହେବ । ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ବ୍ୟବସାୟୀ ମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିସ୍କାର କରିବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।
କୁମ୍ଭ:-ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ । ଆର୍ଥିକ ସଙ୍କଟ ଦୂର ହେବ । ଆଶା କରିଥିବା କାର୍ଯ୍ୟଟି ପୂରଣ କରିବାକୁ ଚେଷ୍ଟା କରିବେ । ବ୍ୟବସାୟରେ ଲାଭବାନ ହେବେ । ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ । ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମୀନ:-ବ୍ୟବସାୟ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ସଫଳତା ମିଳିବ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ । ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।