ଦୈନିକ ରାଶିଫଳ: 20 ଅକ୍ଟୋବର ୨୦୨୦, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅକ୍ଟୋବର ମାସ ୨୦ ତାରିଖ, ମଙ୍ଗଳବାର, ତୁଳା ମାସ ୪ ଦିନ, ଶୁଦ୍ଧ ଆଶ୍ଵିନମାସ, ଶୁକ୍ଳପକ୍ଷ, ଚତୁର୍ଥୀତିଥି, ଜ୍ୟେଷ୍ଠାନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର। ମକର ରାଶିର ଘାତବାର। ମୂଳା ନ ଖାଇଲେ ଭଲ, ଦିବା ୧୧ଟା ୧୯ମିନିଟ୍ ପରେ ବେଲ, ପଣସ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୪୭ନିଟ୍ ରୁ ୬ଟା ୩୧ମିନିଟ୍, ସକାଳ ୮ଟା ୩୯ମିନିଟ୍ ରୁ ୧୧ଟା ୭ମିନିଟ୍, ସନ୍ଧ୍ୟା ୫ଟା ୧୬ମିନିଟ୍ ରୁ ୬ଟା ୪୮ମିନିଟ୍, ରାତ୍ର ୮ଟା ୨୪ମିନିଟ୍ ରୁ ୮ଟା ୩୫ମିନିଟ୍, ରାତ୍ର ୯ଟା ୨୭ମିନିଟ୍ ରୁ ୧୧ଟା ୫୫ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। କୌଣସି ବରିଷ୍ଠ ଅଧିକାରୀ, ସେଲିବ୍ରିଟ୍ ଦ୍ଵାରା ଦେଖାହୋଇ ପାରନ୍ତି। ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ। ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ଦ୍ୱାରା ଲାଭବାନ୍ ହେବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ଆର୍ଥିକସ୍ଥିତିକୁ ସୁଧାରିପାରିବେ କିନ୍ତୁ ଅହଂକାରକୁ ତ୍ୟାଗ କରିବାକୁ ହେବ। ପୁରାତନରୋଗର ପ୍ରକୋପରେ ହଇରାଣ ହରକତ ହୋଇ ପାରନ୍ତି। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପାରିବାରିକ ତିକ୍ତତାର ସମସ୍ୟା ଦୂର ହୋଇ ସାଧାରଣ ଚଳଣି ଅତୁଟ ରହିବ।  ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ। ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ରାଜନୀତି କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବା ପାଇଁ ମନ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ସୁନ୍ଦର ଗୃହ, ଗାଡି, ବାଡି ବଗିଚାର ଯୋଜନା କରିବେ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ରାଜନୈତିକ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ ଓ ପ୍ରସାର ପ୍ରଚାର କରିବାର ସୁଯୋଗ ପାଇ ଖୁସି ହେବେ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-

ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ-ଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ରାଜନୈତିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ସିଂହ:-

ବ୍ୟାପାର ବାଣିଜ୍ୟରେ  ଆର୍ଥିକ ସଙ୍କଟ ଦୂର ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ବନ୍ଧୁ, ମିତ୍ରଙ୍କ ସାହାଯ୍ୟ ସହଯୋଗ ପାଇ ପୁରୁଣା ପ୍ରାପ୍ୟ ଆଦାୟ ହେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। କଳା, ସଂଗୀତାଦି କ୍ଷେତ୍ରରେ, କ୍ରିଡା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ କୌଶଳକ୍ରମେ ସମାଧାନ କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-

ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରନ୍ତି। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ। ପ୍ରତିଯୋଗିତା ପରୀକ୍ଷାରେ ସଫଳ ହୋଇ ନୂତନ କର୍ମର ସୂଚନା ପାଇବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ଶରୀର ସୁସ୍ଥ ରହିବ। ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବନ୍ଧୁ, ମିତ୍ର ଭାଗୀଦାରୀଙ୍କ ପାଇଁ ଲାଭାପାଇ ଆନନ୍ଦିତ ହେବେ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହୋଇ ମାନସିକ ଶାନ୍ତି ପାଇବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବିଚ୍ଛା:-

ଆକସ୍ମିକ ଧନ ପ୍ରାପ୍ତି ହେବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ।  ବ୍ୟବସାୟରେ ବହୁବିଧ ସୁଯୋଗ ଜୁଟିବ ଓ ଅଧିକ ଲାଭବାନ୍ ହେବେ। ଆର୍ଥିକ ଦିଗରୁ ଉନ୍ନତି ହେବା ସହ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଆନୁଷ୍ଠାନିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ଧନୁ:-

ସାହିତ୍ୟ, କଳା କ୍ଷେତ୍ରରେ ଆକର୍ଷିତ ହେବେ। ଆମୋଦ ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହିତ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ତୀର୍ଥାଟନଯୋଗ ଥିବାରୁ ଯାତ୍ରାକଲେ ଲାଭବାନ ହେବେ। ସାମାଜିକ କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ କଷ୍ଟ ସ୍ୱୀକାର କରିବେ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳି ପାରେ। କୌଣସି ମହାପୁରୁଷଙ୍କ ଆଦର୍ଶ ଓ ସିଦ୍ଧାନ୍ତକୁ ମନେ ପକାଇବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମକର:-

ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। କର୍ମକ୍ଷେତ୍ରରେ ପଦୋନ୍ନତି, ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବ୍ୟବସାୟରେ ଉନ୍ନତି, ଲାଭ ପ୍ରାପ୍ତି ହେବା ସହ ଆୟବୃଦ୍ଧି ଯୋଗେ ଆନନ୍ଦିତ ହେବେ। ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହୋଇ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହୋଇ ପାରନ୍ତି। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତିକୁ ସରଳ କରିବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ନୂତନ ବାହନ, ଗୃହ ଆଦି ଲାଭ ହେବାର ସମ୍ଭାବନା ଅଛି। କର୍ମ କ୍ଷେତ୍ରରେ ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଭଲ ଲାଭ ପାଇବେ। ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ। ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମାଧାନ ହୋଇ ଯିବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ସାଧାରଣ ପରିବର୍ତ୍ତନ ଯୋଗେ ଆଶା ଆକାଂକ୍ଷା ପୂରଣ ହୋଇ ପାରିବ। ପ୍ରତିବେଶୀଙ୍କ ସହ ମନାନ୍ତର ମତାନ୍ତର ମେଣ୍ଟି ଯାଇପାରେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ସନ୍ତାନଙ୍କ ଚିନ୍ତାରେ ମାନସିକ ସ୍ଥିରତା ବୃଦ୍ଧି ହେବ ଓ ଉଚିତପନ୍ଥା ଗ୍ରହଣ କରିବେ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବା ସହ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରି ପାରିବେ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ନିଜ ଲୋକ ମନମୋଟିଆ ହୋଇ ପାରନ୍ତି। ପରିବାର ରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି ହେବ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!