ଦୈନିକ ରାଶିଫଳ: 20 ସେପ୍ଟେମ୍ବର 2022, ମା’ ମଙ୍ଗଳାଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ସେପ୍ଟେମ୍ବର ମାସ ୨୦ତାରିଖ, ମଙ୍ଗଳବାର, କନ୍ୟାମାସ ୪ଦିନ, ଆଶ୍ଵିନମାସ, କୃଷ୍ଣପକ୍ଷ, ଦଶମୀତିଥି, ପୁନର୍ବସୁ ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର ଦିବା ୨ଟା ୨୩ମିନିଟ୍ ପରେ କର୍କଟ ରାଶିରେ ଚନ୍ଦ୍ର। ବରୀୟାନ ଯୋଗ ସକାଳ ୮ଟା ୨୩ମିନିଟ୍ ପରେ ପରିଘ ଯୋଗ। ବାଣିଜ୍ୟ କରଣ ସକାଳ ୮ଟା ୧୫ମିନିଟ୍ ପରେ ବିଷ୍ଟି କରଣ। ମକର ରାଶିର ଘାତବାର। କନ୍ୟା ରାଶିର ଘାତଚନ୍ଦ୍ର ଦିବା ୨ଟା ୨୩ମିନିଟ୍ ପର୍ଯ୍ୟନ୍ତ। କଳମଶାଗ ନ ଖାଇଲେ ଭଲ ରାତି ୯ଟା ୨୬ମିନିଟ୍ ପରେ ଶିମ୍ବ, ଆମିଷ ନ ଖାଇଲେ ଭଲ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ଉତ୍ତରେ ରାତି ୯ଟା ୨୬ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ଦଶମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ସକାଳ ୭ଟା ୮ମିନିଟ୍ ରୁ ୮ଟା ୩୯ମିନିଟ୍, ଦିବା ୧ଟା ୧୦ମିନିଟ୍ ରୁ ୨ଟା ୪୦ମିନିଟ୍, ରାତ୍ରି ୭ଟା ୧୧ମିନିଟ୍ ରୁ ୮ଟା ୪୦ମିନିଟ୍। ଶୁଭସମୟ- ପ୍ରାତଃ ୫ଟା ୩୯ମିନିଟ୍ ରୁ ୬ଟା ୨୫ମିନିଟ୍, ସକାଳ ୮ଟା ୪୦ମିନିଟ୍ ରୁ ୧୧ଟା ୧୪ମିନିଟ୍, ସନ୍ଧ୍ୟା ୫ଟା ୪୨ମିନିଟ୍ ରୁ ୭ଟା ୧୦ମିନିଟ୍, ରାତ୍ର ୮ଟା ୪୧ମିନିଟ୍ ରୁ ୮ଟା ୫୧ମିନିଟ୍, ରାତ୍ର ୯ଟା ୪୧ମିନିଟ୍ ରୁ ୧୨ଟା ୩ମିନିଟ୍, ରାତ୍ର ୧ଟା ୪୦ମିନିଟ୍ ରୁ ୩ଟା ୧୪ମିନିଟ୍, ରାତ୍ର ୪ଟା ୪ମିନିଟ୍ ରୁ ୫ଟା ୩୭ମିନିଟ୍। ପର୍ବଦିନ- ଉପାଷ୍ଟକା ଶ୍ରାଦ୍ଧ, ଅପରପକ୍ଷର ଦଶମୀ ଶ୍ରାଦ୍ଧ।

ମେଷ:-ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟରେ ଅଧିକ ଲାଭ ପାଇବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା, ପ୍ରତିଦ୍ଵନ୍ଦିତାରେ ସଫଳ ହେବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ପରିବାରରେ ପୁରୁଣା ସମସ୍ୟାର ସମାଧାନ ହୋଇ ସୁଖଭୋଗ କରିବେ। ରାଜନୀତି କ୍ଷେତ୍ରରେ ବନ୍ଧୁ ମିତ୍ରଙ୍କଠାରୁ ଆଶାତୀତ ସାହାଯ୍ୟ ସହଯୋଗ ପାଇବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ବୃଷ:-ଧର୍ମ କର୍ମରେ ରୁଚି ରହିବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା ଧନ ଲାଭ ହେବ। ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଗୃହୋପକରଣ କ୍ରୟକରି ପାରନ୍ତି। ବନ୍ଧୁ ପରିବାରଙ୍କ ସହ ମତାନ୍ତର ମେଣ୍ଟି ଯାଇପାରେ। ସାମାଜିକ ଉତ୍ସବରେ ଯୋଗ ଦେବେ। ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ। ଆର୍ଥିକ ଚିନ୍ତା ଦୁରହେବ। ବନ୍ଧୁ ପରିବାରଙ୍କ ଠାରୁ ସୁଖ ମିଳିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବ୍ୟବସାୟରେ ସଫଳତା ପୂର୍ବକ ସମସ୍ୟାର ସମାଧାନ ହେବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତିର ବାତାବରଣ ଦେଖାଦେବ। ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ। ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କର୍କଟ:-ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ସମସ୍ତ ସମସ୍ୟାର ସମାଧାନ କରି ସତ୍ୟର ସାମ୍ନା କରିବାକୁ ପଡିବ। ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ଏହି ସମୟରେ ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇଯିବ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କରେ ଉନ୍ନତିହେବ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ନଗଦ କାରବାରରେ ଲାଭପ୍ରଦ ହେବେ। ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ। ପରିବାରରେ ଜଗିରଖି କଥାବାର୍ତ୍ତା କରିବା ଉଚିତ୍। ବ୍ୟବସାୟ କ୍ଷେତ୍ରରେ ପ୍ରେରଣା ପାଇ ଉତ୍ସାହିତ ହେବେ। ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ପାରନ୍ତି। କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଅତୁଟ ରହିବ। ବିଦ୍ୟାକ୍ଷେତ୍ର ରେ ଆଶାଜନକ ସଫଳତା ହାସଲ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସଭାସମିତିରେ ସାହିତ୍ୟଚର୍ଚ୍ଚାରେ ସଫଳତା ମିଳିବ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ ଓ ବକେୟା ଅର୍ଥ ଆଦାୟ ହେବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶୁଭ କାମ କରି ପ୍ରଶଂସିତ ହେବେ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ରହିବ। କଠିନ ପରିଶ୍ରମ କରିବା ଫଳରେ ଆୟବୃଦ୍ଧି ହେବ। ଭଲଭାବରେ ଚିନ୍ତା କରି କାମରେ ଆଗେଇବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ବ୍ୟବସାୟ କ୍ଷେତ୍ରରେ ଉତ୍ସାହିତ ହେବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ଶତୃଙ୍କ ସହିତ ମୁକାବିଲା କରିପାରିବେ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଜନ ସେବାଦ୍ଵାରା ଉଚ୍ଚସମ୍ପର୍କରୁ ଲାଭବାନ ହେବେ। କ୍ୟାରିୟରକୁ ନେଇ ଥିବା ସମସ୍ୟା ସମାଧାନ ହେବାର ସମ୍ଭାବନା ରହିଛି। ଦୈନିକ କାର୍ଯ୍ୟକୁ ଶୃଙ୍ଖଳିତ ରଖିବାକୁ ଚେଷ୍ଟା କରନ୍ତୁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ପରିବାରର ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ। ମାଲିମୋକଦ୍ଦମାରେ ସଫଳତା ମିଳିବ। ପିଲାମାନଙ୍କ ପାଠପଢା ନେଇ କରିଥିବା ଚିନ୍ତା ଦୂରେଇ ଯିବ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ। ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ପାରିବାରିକ ଅଶାନ୍ତି ଦୂରେଇ ଯିବ ଓ ଲକ୍ଷପ୍ରତି ଯଥାର୍ଥବାଦୀ ହେବେ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। କର୍ମକ୍ଷେତ୍ରରେ ଉଚ୍ଚଧିକାରୀ ଓ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯିବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ଅଧିକ ଆତ୍ମବିଶ୍ୱାସ ଯୋଗେ କାର୍ଯ୍ୟରେ ବାଧା ଉପୁଜିପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ସାଙ୍ଗମାନଙ୍କ ସହିତ ଖୁସିରେ ସମୟ ବିତାଇବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ପରିବାରରେ ଓ କୁଟୁମ୍ବରେ ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବାକୁ ପଡିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-ଶୁଭକାମ କରି ପ୍ରଶଂସିତ ହେବେ। ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇ ବକେୟା ଅର୍ଥ ପ୍ରାପ୍ତି ହେବା ସହ ଆର୍ଥିକ ଉନ୍ନତି ଘଟିବ। ଦୂର ସ୍ଥାନକୁ ଯାତ୍ରା କରିବେ। ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଜମି ବାଡି ଓ ଘର ଜାଗାନେଇ ବିବାଦ ମେଣ୍ଟିଯିବ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!