ଦୈନିକ ରାଶିଫଳ: ୨୦ ସେପ୍ଟେମ୍ବର ୨୦୧୮। ଏହି ୬ ଟି ରାଶି ଉପରେ ଆଜି ମା’ ଲକ୍ଷ୍ମୀଙ୍କ କୃପା ବର୍ଷିବ।

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୦ ସେପ୍ଟେମ୍ବର ୨୦୧୮। ଏହି ୬ ଟି ରାଶି ଉପରେ ଆଜି ମା’ ଲକ୍ଷ୍ମୀଙ୍କ କୃପା ବର୍ଷିବ।

ମେଷ:-

ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। କୃଷିଜିବୀମାନେ ହସଖୁସିରେ ସମୟ ବିତାଇବେ। ସରକାରୀ ସାହାଯ୍ୟ ମିଳିପାରେ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ ଓ ସ୍ଥାନାନ୍ତର ମଧ୍ୟ ହୋଇପାରେ। ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରତିକାର-ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ଦୂରଯାତ୍ରାରେ ସଫଳ ହେବେ। ପ୍ରତିକାର-ଘରୁ ବାହାରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

ମିଥୁନ:-

ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା  ଓ ମାଲିମକଦ୍ଦମାର ଅବସାନ ହେବ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। ପାରିବାରିକ ସମସ୍ୟା ଗୁଡ଼ିକୁ ସମାଧାନ କରିବା ଉଚିତ୍‌। ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ। ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ। ଖାଦ୍ୟପେୟ ପ୍ରତି ସଜାଗ ନ ରହିଲେ ସ୍ୱାସ୍ଥ୍ୟ ହାନୀ ହେବ। ବ୍ୟବସାୟରେ  କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ  କ୍ଷତି ହେବ। ପ୍ରତିକାର-ବୃଦ୍ଧା ବୃଦ୍ଧଙ୍କର ସେବା କରନ୍ତୁ।

<<Vastu>>> | <<< Jataka Bichara >>>

କର୍କଟ:-

ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବେ। ବ୍ୟବସାୟରେ ଆଶାତୀତ ଲାଭ ମିଳିବ। ପରିବାରରେ ସୁସ୍ଥ ବାତାବରଣ  ଜାରିରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦୂରଯାତ୍ରାର ସୁଯୋଗ ପାଇବେ। ଆୟ ଉପାର୍ଜନରେ ବାଧା ନାହିଁ। ପ୍ରମୋଶନ ସୂଚନାପାଇ ଖୁସି ହେବେ। ବାଦ ବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ  ସଫଳହେବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ସିଂହ:-

ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଘଟିପାରେ। ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ। ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି। ଭ୍ରାତୃ ବିବାଦ ଦୂର ହେବ। ବିଦ୍ୟାର୍ଥିଙ୍କ ଉନ୍ନତି ହେବ। ମହିଳାମାନେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। ବନ୍ଧୁବିରୋଧ, ପ୍ରତିବେଶୀଙ୍କ ସହ କଳହ ସୃଷ୍ଟି ହୋଇପାରେ। ପ୍ରତିକାର-ଲାଲ ବସ୍ତ୍ର ପରିଧାନ କରନ୍ତୁ।

କନ୍ୟା:-

କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ। ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷା ରେ ସଫଳ ହେବେ। ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁକର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। କର୍ମସନ୍ଦିତ୍ସୁ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପ୍ରତିକାର-ଭୋକିଲା ଲୋକକୁ ଖାଇବାକୁ ଦିଅନ୍ତୁ।

ତୁଳା:-

ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ପୁରାତନରୋଗର ଉପଶମ ମିଳିବ। ପାରିବାରିକକ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ପ୍ରତିକାର-ବିଦ୍ୟାର୍ଥୀକୁ ସାହାଯ୍ୟ କରନ୍ତୁ।  

ବିଚ୍ଛା:-

ପ୍ରତିଦ୍ୱନ୍ଦିତା ପରୀକ୍ଷା ରେ ସଫଳତା ଲାଭ କରିବେ। ବନ୍ଧୁ ମିତ୍ରମାନେ ସମର୍ଥନ ଓ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ। କୃଷିଜୀବିମାନେ ଆନନ୍ଦିତ ହେବେ। ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ। ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ। ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି। ପାରିବାରିକ ଜୀବନ ଆନନ୍ଦମୟ ହେବ। ପିଲାମାନଙ୍କ ପ୍ରତି ବିଶେଷ ସତର୍କ ରହିବା ଉଚିତ୍। ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ। ପ୍ରତିକାର-ବୃଦ୍ଧା ବୃଦ୍ଧଙ୍କର ସେବା କରନ୍ତୁ।

ଧନୁ:-

ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ। ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ। ସୁଖ ସମ୍ପଦ ପ୍ରାପ୍ତି ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ମହିଳାମାନେ ବ୍ରତ, ଉପାସନାରେ ବ୍ରତୀ ହେବେ। ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ। ପ୍ରତିକାର-କାହାରିଠାରୁ ମାଗଣା ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ମକର:-

ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। କର୍ମକ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଦେଖାଦେବ। କାହାର ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ କିନ୍ତୁ ଯାତ୍ରାରେ ସଫଳତା ଲାଭ ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ବନ୍ଧୁଙ୍କ ଶୁଭକର୍ମରେ ମଧ୍ୟ ଯୋଗଦେବାକୁ ବାଧ୍ୟବାଧକତା ହେବେ। ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରତିକାର-ଗାଈକୁ ଖାଇବାକୁ ଦିଅନ୍ତୁ।  

କୁମ୍ଭ:-

ଅନେକ ପ୍ରକାର କାର୍ଯ୍ୟରେ ପରିବର୍ତ୍ତନ ଦେଖାଦେବ। ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବହୁତ ଚିନ୍ତିତ ରହିପାରନ୍ତି। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ଆପଣ ବ୍ୟତିବ୍ୟସ୍ତ ହୋଇଯିବେ। ରାଜନୈତିକ ଜୀବନରେ ଶତୃମାନେ ପ୍ରବଳ ହେବେ। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ଜାଗା ଜମିବାଡ଼ି ନେଇ ସମସ୍ୟା ଦେଖାଦେବ। ଆର୍ଥିକ ଦିଗରୁ ଲାଭ ନହେଲେ ମଧ୍ୟ ବ୍ୟୟଭାର କମ୍‌ ହେବ। କୃଷିଜୀବିମାନେ ପରିଶ୍ରମର ମୂଲ୍ୟ ପାଇବେ। ସ୍ୱାସ୍ଥ୍ୟ ସମସ୍ୟା ସେତେଟା ଭଲ ରହିବ ନାହିଁ। ପ୍ରତିକାର-ଗାଈକୁ ଖାଇବାକୁ ଦିଅନ୍ତୁ।

ମୀନ:-

ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। କର୍ମଜୀବୀ ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀମାନେ ସହଯୋଗ କରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ଶୁଭଫଳ ପ୍ରାପ୍ତି ହେବ। ସ୍ୱାସ୍ଥ୍ୟ ଠିକ୍ ରହିବ। ବିଦ୍ୟାର୍ଥିମାନେ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରିବେ। ମହିଳାମାନେ ଧର୍ମକ୍ଷେତ୍ରପ୍ରତି ମନ ବଳାଇବେ। ପ୍ରତିକାର-ଅସହାୟକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 993755198


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!