ଦୈନିକ ରାଶିଫଳ: ୨୦ ସେପ୍ଟେମ୍ବର ୨୦୧୯, ମା ସନ୍ତୋସୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

କର୍ମକ୍ଷେତ୍ରରେ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। ପରିବାରରେ ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରାପାଇଁ ଯୋଗା ଯୋଗ କରି ପାରନ୍ତି। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ। କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ। ରାଜନୀତି କ୍ଷେତ୍ରରେ ମାନ ସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଆୟବୃଦ୍ଧି ଯୋଗେ ଆର୍ଥିକ ସଙ୍କଟ ଦୂର ହେବ। ମହିଳାମାନେ ଭଲ କାମ କରି ସୁଖରେ ଦିନଟି ବିତାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ବ୍ୟବସାୟରେ ଉନ୍ନତି ସହିତ ଶୁଭଫଳ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ। ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

କର୍କଟ:-

ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଋଣ ଭରଣାରେ ସହଜ ହେବ। ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ। ଶିକ୍ଷାର୍ଥୀ ମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ରାଜନୀତି କ୍ଷେତ୍ରରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ବ୍ୟବ ସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସୁଖ ଶାନ୍ତିରେ ଦିନ କଟାଇବେ। ରାଜନୀତି କ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ବା ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ମହିଳାମାନେ ହାତକୁ ନେଇଥିବା କାର୍ଯ୍ୟ ସମ୍ପାଦନ ପାଇଁ ଚେଷ୍ଟା କରିବାକୁ ପଡିବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-

ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ। ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ପ୍ରେମ-ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। କର୍ମ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବାକଷ୍ଟ ହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। କାର୍ଯ୍ୟ ପୁରଣରେ ବିଳମ୍ବ ହେବ। ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହିବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ତୁଳା:-

ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-

ରାଜନୀତିରେ ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବିଦ୍ୟାରେ ଉନ୍ନତି କରିବେ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ ଓ ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ମହିଳାମାନେ କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ। ବ୍ୟବସାୟରେ ପ୍ରଚୁର ଲାଭହେବ। ଗୃହାରମ୍ଭ, ଦୁରଯାତ୍ରା, ଯାନବାହାନ କିଣନ୍ତୁ ନାହିଁ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-

ଶୁଭକାମ କରି ପ୍ରଶଂସିତ ହେବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ପାରିବାରିକ ସ୍ତର ହସ ଖୁସିରେ କଟିବ। ଶତୃମାନେ ଦୂରେଇ ଯିବେ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ପଢାପଢିରେ ମାନସିକ ଶାନ୍ତି ମିଳିବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ଲାଗି ରହିଥିଲେ ସମାଧାନ କରିପାରିବେ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମକର:-

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ। ପଡା-ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ଖୁସିହେବେ ଓ ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ଅଫିସରେ ଲାଗି ରହିଥିବା ସମସ୍ୟା ଦୂର ହେବ। କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ। ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଶୁଭକାମ କରି ପ୍ରଶଂସିତ ହେବେ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବା ଫଳରେ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ବିଶେଷ ଲାଭବାନ ହେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂରହେବ। ଋଣ ମୁକ୍ତି ପାଇଁ ରାସ୍ତା ଦେଖା ଦେବ। ଶତୃବଧା ଦୂରେଇ ଯିବ। ଆୟବୃଦ୍ଧି ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ ଓ ଲାଭର ପରିମାଣ ଅଧିକ ହେବ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବା ଫଳରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ଆଶା କରିଥିବା କାର୍ଯ୍ୟଟି ପୂରଣ ହୋଇ ପାରେ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ, ମାଲିମୋକଦ୍ଦମାରେ ସଫଳ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!