ଦୈନିକ ରାଶିଫଳ: ୨୦ ସେପ୍ଟେମ୍ବର ୨୦୨୦, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ପ୍ରବାସରେ କେତେକ କ୍ଷେତ୍ରରେ ଲାଭବାନ୍ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇ ପାରିବେ। ଲୋକ ସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ  ପ୍ରଶଂସା ପାଇବେ। କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସାମାଜିକ କ୍ଷେତ୍ରରେ ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରିବା ସହ ଋଣ ପରିଶୋଧ କରିପାରିବେ। ଆକସ୍ମିକ ଅର୍ଥଲାଭ ହେବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ବ୍ୟବସାୟ କ୍ଷେତ୍ର ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ପ୍ରେମିକ ପ୍ରେମିକା ମାନେ ଆନନ୍ଦ ଅନୁଭବ କରିବେ। ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳି ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବିଦ୍ୟାରେ ଉନ୍ନତି କରିବେ। ରାଜନୀତିରେ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ପ୍ରତିକାର ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

କର୍କଟ:-

ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। କାରବାରରେ ସୁଧାର ଆସିବ।କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ଶାନ୍ତି ପାଇବେ। ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଶତୃ ବୃଦ୍ଧି ଓ ଆର୍ଥିକ ଅନାଟନ ଦେଖା ଦେଇ ପାରେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ସିଂହ:-

ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ବାଦବିବାଦ ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବା ସହ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ବ୍ୟବସାୟୀ ମାନଙ୍କର ଆଶାତିତ ଲାଭ ହେବ। ଶରିର ସୁସ୍ଥ ରହିବ। ରାଜନେତାମାନଙ୍କର ଦୈନଦିନ କର୍ମପ୍ରତି ଉତ୍ସାହ ବୃଦ୍ଧି ପାଇବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ ନକରିବା ଉଚିତ୍। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-

ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ଅଚାନକ ଧନପ୍ରାପ୍ତି ହେବ। ଛାତ୍ର ଛାତ୍ରୀ ମାନଙ୍କର ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ତୁଳା:-

ସାସାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ଜନସେବାରେ ନିଜକୁ ନିୟୋଜିତ କରିବେ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ରାଜନେତା ମାନଙ୍କର ସୁଖ ସମୃଦ୍ଧି ବୃଦ୍ଧି ହେବା ଫଳରେ ଖୁସି ହେବେ। କର୍ମ କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଲାଭ ବାନ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ବିଚ୍ଛା:-

ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ରାଜନୀତିରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ ଓ ସଫଳତା ଅର୍ଜନ କରିବେ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିବା ପାଇଁ ଚେଷ୍ଟା କରି ସଫଳତା ପାଇବେ। ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ।  ପ୍ରତିକାରଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ଜାଗା, ଜମି, ଗୃହ ବାହନ ଆଦି କ୍ରୟ କରି ପାରିବେ। ସ୍ଵାସ୍ଥ୍ୟରେ ସୁଧାର ଆସିବ। ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। କାର୍ଯ୍ୟ କ୍ଷେତ୍ରରେ ଯଶ ଓ ସମ୍ମାନ ବଢିବ। ନିଜ ପରିଶ୍ରମରେ ସଫଳତା ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ସାମାଜିକ କାର୍ଯ୍ୟରେ ଯୋଗଦାନ ଦେଲେ ଯଶ କୀର୍ତ୍ତି ମିଳିବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ।  ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁରସ୍ୱାଦ ଆସ୍ଵାଦନ କରିବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପ୍ରେମିକ ପ୍ରେମିକା ମାନେ ଆନନ୍ଦ ଅନୁଭବ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଶତୃ ପରାଜିତ ହେବେ। ବାକିଥିବା ଅର୍ଥପ୍ରାପ୍ତି ହେବ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବା ସହ ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସରକାରୀ କାମରେ ସଫଳତା ପାଇବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ବାଦବିବାଦ, ମାଲିମୋକଦ୍ଦମାରେ ସଫଳ ହେବେ। ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇ ପାରେ। ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗି ପାରନ୍ତି। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!