ଅଙ୍କ ଜ୍ୟୋତିଷ- ନିଜ ଜନ୍ମ ତାରିଖରୁ ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ନୂତନ ବର୍ଷ, 2019 ରେ ହେବ କାହାର ଭାଗ୍ୟ ପରିବର୍ତ୍ତନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ତା-୧-୧୦-୧୯ ଓ ୨୮

ତାରିଖରେ ଜନ୍ମ ହୋଇଥିବା ବ୍ୟକ୍ତିମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ସଂଖ୍ୟା ହେବ ଏକ। ଏକ ସଂଖ୍ୟାର ମାଲିକ ରବି ଓ ୨୦୧୯ମସିହା ବର୍ଷର ଅଙ୍କ ତିନି ହୋଇଥିବାରୁ ଏହାର ମାଲିକ ବୃହସ୍ପତି ବା ଗୁରୁ। ରବି ଓ ବୃହସ୍ପତି ମିତ୍ର ହୋଇଥିବାରୁ ଏହି ବର୍ଷଟି ଅତ୍ୟନ୍ତ ଉତ୍ସାହ ଉଦୀପନାରେ ଭରିଯିବ। ଯେଉଁ ସବୁ କାର୍ଯ୍ୟ ଅଟକୁଥିଲା ସେ ସବୁ କାର୍ଯ୍ୟ ସୁରୁଖୁରୁରେ ସମାପନ ହେବ। ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ ଓ ଶିକ୍ଷାପ୍ରତି ରୁଚି ବୃଦ୍ଧି ପାଇବ। ଗୃହରେ ଥିବା କଳହ, ପତି-ପତ୍ନୀ ମଧ୍ୟରେ ମତଭେଦ, ବିରୋଧଭାବ ଏବଂ ତିକ୍ତତାଭାବର ସମାଧାନ ହେବ। ବ୍ୟବସାୟୀ ମାନେ ଆବଶ୍ୟକତା ଠାରୁ ଅଧିକ ଆଦାନ-ପ୍ରଦାନ କରି ଉଚିତ ଲାଭ ପାଇବେ। କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଅତ୍ୟନ୍ତ ଶୁଭ ଦାୟକ। ନ୍ୟାୟଧୀଶ, ପ୍ରଶାସନିକ ସେବା ଅଧିକାରୀ, ଓକିଲ, ଜେଲର, ଶିକ୍ଷକ, ପ୍ରଶିକ୍ଷକ, ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଔଷଧ, ଚଳଚିତ୍ର, ଅଭିନେତା, ଡାକ୍ତର ଇତ୍ୟାଦି ହୋଇଥିଲେ ବା ଏହି ସମ୍ବନ୍ଧିୟ ଦ୍ରବ୍ୟ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ପାଇବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ତା-୨-୧୧-୨୦ ଓ ୨୯

ତାରିଖରେ ଜନ୍ମ ହୋଇଥିବା ବ୍ୟକ୍ତିମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ସଂଖ୍ୟା ହେବ ଦୁଇ। ଦୁଇ ସଂଖ୍ୟାର ମାଲିକ ଚନ୍ଦ୍ର ଓ ୨୦୧୯ମସିହା ବର୍ଷର ଅଙ୍କ ତିନି ହୋଇଥିବାରୁ ଏହାର ମାଲିକ ବୃହସ୍ପତି ବା ଗୁରୁ। ଚନ୍ଦ୍ର ଓ ବୃହସ୍ପତି ସମମିତ୍ର ହୋଇଥିବାରୁ ଏହି ବର୍ଷ ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ସ୍ୱାସ୍ଥ୍ୟ ଭଲ ରହିବା ଯୋଗେ ବର୍ଷଟି ବହୁତ ଭଲରେ କଟେଇ ପାରିବେ। ଅନେକ ଶୁଭ ସମାଚାର ମିଳିବ ଓ ନିଜଲୋକମାନେ ସାହାଯ୍ୟ କରିବେ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ରାଜନୀତିରେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ।

 

ଯୁବକ-ଯୁବତୀମାନେ ନୂତନ କର୍ମନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ବିବାହ କରିବାର ସୁଯୋଗ ପାଇବେ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇପାରିବେ।  ବ୍ୟବସାୟକୁ ପ୍ରଚାର ପ୍ରସାର କରି ଆଶାତୀତ ଲାଭ ପାଇବେ। ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ପ୍ରତିକାର: ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ।

ତା-୩-୧୨-୨୧ ଓ ୩୦

ତାରିଖରେ ଜନ୍ମ ହୋଇଥିବା ବ୍ୟକ୍ତିମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ସଂଖ୍ୟା ହେବ ତିନି। ତିନି ସଂଖ୍ୟାର ମାଲିକ ଗୁରୁ ଓ ୨୦୧୯ମସିହା ବର୍ଷର ଅଙ୍କ ତିନି ହୋଇଥିବାରୁ ଏହାର ମାଲିକ ବୃହସ୍ପତି ବା ଗୁରୁ ହୋଇଥିବାରୁ ଏହି ବର୍ଷଟି ଅତ୍ୟନ୍ତ ଲାଭ ଓ ସଫଳ ଦାୟକ ହେବ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ବ୍ୟବସାୟୀ ହୋଇଥିଲେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ କରି ଆଗେଇପାରିବେ। ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ।

ସ୍ଵର୍ଣ୍ଣ ଅଳଙ୍କାର କ୍ରୟ, ଭୂମିକ୍ରୟ, ଯାନ ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ। ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ। ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ। ରାଜନେତାମାନେ ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ ବୃଦ୍ଧି ପାଇବା ସହ ପ୍ରତିଦ୍ୱନ୍ଦିତା ଓ ପ୍ରତିଯୋଗିତାରେ ଯଶର ସହ ଉତ୍ତୀର୍ଣ୍ଣ ହେବେ। ଏହି ବର୍ଷକୁ  ସଦୁପଯୋଗ କରିବାକୁ ଆପ୍ରାଣ ଚେଷ୍ଟା କରିବା ଉଚିତ। ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!