2021 ମସିହା ସେପ୍ଟେମ୍ବର ମାସଟି କେମିତି କଟିବ (ସିଂହ, କନ୍ୟା, ତୁଳା ଓ ବିଛା) ରାଶିର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ମସିହା ସେପ୍ଟେମ୍ବର ମାସଟି ବରୋଟି ରାଶି ଜାତ ମହିଳା ଓ ପୁରୁଷ ମାନଙ୍କର କେମିତି କଟିବ, କଣ କରିବେ ଅଶୁଭ ଗ୍ରହଙ୍କ ପାଇଁ ପ୍ରତିକାର ଆସନ୍ତୁ ଜାଣିବା ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ସିଂହ:- ଯେଉଁ ମାନଙ୍କର ଯେ କୌଣସି ମାସର ୧, ୧୦, ୧୯ ଓ ୨୮ ତାରିଖରେ କିମ୍ବା ପ୍ରତିପଦ ବା ଦଶମୀତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ସିଂହରାଶି ହେବ । ମହିଳା ଓ ପୁରୁଷ ମାନଙ୍କର ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ । ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ ଏବଂ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ରାଜନୈତିକ କ୍ଷେତ୍ରରେ ଶତୃମାନେ ଫଛଘୁଞ୍ଚା ଦେବେ । ପଦସ୍ଥ ବ୍ୟକ୍ତିଙ୍କ ସହ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । କର୍ମ ପାଇଁ ଦୂରଯାତ୍ରାରେ ସଫଳ ହେବେ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । ଟଙ୍କାର ଆବଶ୍ୟକତା ପୂରଣ ହେବ । ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:- ଯେଉଁ ମାନଙ୍କର ଯେ କୌଣସି ମାସର ୫, ୧୪ ଓ ୨୩ ତାରିଖରେ କିମ୍ବା ପଞ୍ଚମୀ ବା ଚତୁର୍ଦ୍ଦଶୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ କନ୍ୟାରାଶି ହେବ । ମହିଳା ଓ ପୁରୁଷ ମାନଙ୍କର ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭହେବ । ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳି ପାରେ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ମନ ଓ ଶରୀର ଭଲ ରହିବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ । ପ୍ରତିକାର- ସବୁଜ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ସବୁଜ ରୁମାଲ ଟିଏ ପାଖରେ ରଖନ୍ତୁ ।

ତୁଳା:-ଯେଉଁ ମାନଙ୍କର ଯେ କୌଣସି ମାସର ୬, ୧୫ ଓ ୨୪ ତାରିଖରେ କିମ୍ବା ଷଷ୍ଠୀ ବା ପୂର୍ଣ୍ଣିମା ଓ ଅମାବାସ୍ୟାତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ତୁଳାରାଶି ହେବ । ମହିଳା ଓ ପୁରୁଷ ମାନଙ୍କର ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ପରିବାରରେ ସୁଖଭୋଗ କରିବେ । ଟଙ୍କାର ଆବଶ୍ୟକତା ପୂରଣ ହେବ । ସନ୍ତାନ ଓ ପରିବାରରେ ସମୟ ବିତେଇବେ । କୌଣସି ବନ୍ଧୁଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ । କର୍ମକ୍ଷେତ୍ରରେ ଅସନ୍ତୋଷ, ସହକର୍ମୀଙ୍କ ସହ ବିବାଦର ସମାଧାନ ହେବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ ଓ ମଥାନତ କରିବେ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ବ୍ୟବସାୟରେ ସାମାନ୍ୟ ଲାଭ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ବିଚ୍ଛା:-ଯେଉଁ ମାନଙ୍କର ଯେ କୌଣସି ମାସର ୯, ୧୮ ଓ ୨୭ ତାରିଖରେ କିମ୍ବା ନବମୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ବିଛାରାଶି ହେବ । ମହିଳା ଓ ପୁରୁଷ ମାନେ କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ । ଗୃହରେ ଶୁଭ କାର୍ଯ୍ୟ ମଧ୍ୟ ହୋଇପାରେ । ଧନ ଲାଭ ସହିତ ଜିମ୍ମେଦାରୀ ବଢିଯିବ । ବାହନ ଆଦି କ୍ରୟ କରିପାରିବେ । ସ୍ଵାସ୍ଥ୍ୟରେ ସୁଧାର ଆସିବ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ । ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!