2021 ମସିହା ଡିସେମ୍ବର ମାସଟି କେମିତି ରହିବ 12 ଟି ରାଶିର, କଣ କରିବେ ଅଶୁଭ ଗ୍ରହଙ୍କ ପାଇଁ ପ୍ରତିକାର ଜାଣନ୍ତୁ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଯେଉଁ ମାନଙ୍କର ଯେ କୌଣସି ମାସର ୯, ୧୮ ଓ ୨୭ ତାରିଖରେ କିମ୍ବା ନବମୀ ତିଥିରେ ଜନ୍ମ ହୋଇଥିବ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ମେଷରାଶି ହେବ । ମହିଳା ଓ ପୁରୁଷ ମାନଙ୍କର ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବା ସହ ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ । ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବନ୍ଧୁଙ୍କୁ ଦେଇଥିବା ପ୍ରତିସୂତି ରକ୍ଷାକରି ପାରିବେ ତେଣୁ ମନ ଭଲ ରହିବ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଆନନ୍ଦିତ ହେବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ନିମ୍ନବର୍ଗ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ । ପ୍ରତ୍ୟେକ କ୍ଷେତ୍ରରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ । କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ ବହୁତ କ୍ଷତିରେ ପଡିବେ । ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ଯେଉଁ ମାନଙ୍କର ଯେ କୌଣସି ମାସର ୬, ୧୫ ଓ ୨୪ ତାରିଖରେ କିମ୍ବା ଷଷ୍ଠୀ ବା ପୂର୍ଣ୍ଣିମା ଓ ଅମାବାସ୍ୟାତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ବୃଷରାଶି ହେବ । ମହିଳା ଓ ପୁରୁଷ ମାନେ ଜୀବନସାଥୀଙ୍କ ସହଯୋଗରେ ଆଶାତୀତ ଲାଭ ପାଇବେ । ସହପାଠୀ ମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ବହୁତ ଦିନରୁ ଚିନ୍ତା କରୁଥିବା କାର୍ଯ୍ୟ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ ।

ପ୍ରେମ କ୍ଷେତ୍ରରେ ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ସଂମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମିଥୁନ:- ଯେଉଁ ମାନଙ୍କର ଯେ କୌଣସି ମାସର ୪ , ୧୩, ୨୨ ଓ ୩୧ ତାରିଖରେ କିମ୍ବା ଚତୁର୍ଥୀ ବା ତ୍ରୟୋଦଶୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ମିଥୁନ ହେବ । ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । ନୂତନ କର୍ମଆଶାୟୀ ଯୁବକ ଯୁବତୀ ମାନଙ୍କର ଆଶା ପୂରଣ ହେବ । ବକେୟା ଅର୍ଥ କିଛି ପ୍ରାପ୍ତି ହେବା ଫଳରେ ବ୍ୟବସାୟରେ ଉନ୍ନତି ହେବା ସହ ଆର୍ଥିକ ସ୍ଥିତି ସୁଧୁରିଯିବ । ଆମୋଦ, ପ୍ରମୋଦ, ମନୋରଞ୍ଜନ କାର୍ଯ୍ୟରେ ଯୋଗଦେଇ ଖୁସିହେବେ ।

ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ମାଲିମୋକଦ୍ଦମାରେ ବିଜୟ ଲାଭ କରିବେ । ପାରିବାରିକ କ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବା ସହ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । କର୍ମ କ୍ଷେତ୍ରରେ ଚତୁରତାସହ ଗତିକରି କାମ ହାସଲ କରିବେ । ବାଦବିବାଦ, ଖେଳକୁଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ମାନ ସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କର୍କଟ:-ଯେଉଁ ମାନଙ୍କର ଯେ କୌଣସି ମାସର ୨, ୧୧, ୨୦ ଓ ୨୯ ତାରିଖରେ କିମ୍ବା ଦ୍ଵିତୀୟା ବା ଏକାଦଶୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ କର୍କଟରାଶି ହେବ । ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ କର୍ମ କ୍ଷେତ୍ରରେ ସମ୍ମାନ ମିଳିବା ସହ ନୂଆ ନୂଆ ଯୋଜନା ପ୍ରସ୍ତୁତ କରି ପାରିବେ । ଇନ୍ଦ୍ରିୟ ପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ ।

ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ । ବ୍ୟବସାୟିକ ସ୍ଥିତି ଅଚାନକ ବୃଦ୍ଧି ହେବା ଫଳରେ ଆଶାନୁରୂପ ଅର୍ଥାଗମ ହେବ । ନୂତନ ଚାକିରୀ ପାଇଁ ପ୍ରୟାସ ରତ ଯୁବକ ଯୁବତୀ ମାନେ ଉତ୍ସାହବର୍ଦ୍ଧକ ସମାଚାର ପାଇବେ । ଅଚାନକ ବନ୍ଧୁ ବାନ୍ଧବମାନଙ୍କର ସମାଗମ ହେବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ସେୟାର ମାର୍କେଟ, ଲଟେରୀ, ଜୁ-ଆ ଆଦିରେ ଅର୍ଥ ଖଟେଇଲେ ବିଶେଷ ଲାଭବାନ୍ ହେବେ । ପାରିବାରିକ କ୍ଷେତ୍ରରେ ସୁଖ ଓ ଶାନ୍ତି ପ୍ରାପ୍ତି ହେବ । ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ସିଂହ:- ଯେଉଁ ମାନଙ୍କର ଯେ କୌଣସି ମାସର ୧, ୧୦, ୧୯ ଓ ୨୮ ତାରିଖରେ କିମ୍ବା ପ୍ରତିପଦ ବା ଦଶମୀତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ସିଂହରାଶି ହେବ । ମହିଳା ଓ ପୁରୁଷ ମାନଙ୍କର ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ । ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ ଓ ଧନର ଆଗମନ ହୋଇ ଗୃହବାହନ ପ୍ରାପ୍ତି ହୋଇ ପାରେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ ।

ଆମୋଦ ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଆନନ୍ଦିତ ହେବେ । ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ । ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ ଓ ତଳ ମହଲରୁ ଆଶାତୀତ ଲାଭ ପାଇବେ । ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ଯେଉଁ ମାନଙ୍କର ଯେ କୌଣସି ମାସର ୫, ୧୪ ଓ ୨୩ ତାରିଖରେ କିମ୍ବା ପଞ୍ଚମୀ ବା ଚତୁର୍ଦ୍ଦଶୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ କନ୍ୟାରାଶି ହେବ । ମହିଳା ଓ ପୁରୁଷ ମାନଙ୍କର ଶୁଭ ସମ୍ବାଦ ପାଇ ମାନସିକସ୍ଥିତି ଭଲ ରହିବ । ଆୟ ଉପାର୍ଜନରେ ବାଧା ନାହିଁ । ସରକାରୀ କ୍ଷେତ୍ରରେ ସଫଳତା ଲାଭ କରିବା ସହ କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।

ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳର ଅବସାନ ହେବ । କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ ଓ ସାହାଯ୍ୟ ସହଯୋଗ ମିଳିବ । ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକାମାନେ କୌଣସି ଠାରୁ ଶୁଭ ସମାଚାର ପାଇ ଆନନ୍ଦିତ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସାଙ୍ଗସାଥିଙ୍କ ସହ ମାନ ମନାନ୍ତର ଦୂର ହେବ । ଖାଦ୍ୟପେୟ ପ୍ରତି ସଜାଗ ନ ରହିଲେ ସ୍ୱାସ୍ଥ୍ୟ ହାନୀ ହେବ । ପ୍ରତିକାର- ସବୁଜ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ସବୁଜ ରୁମାଲ ଟିଏ ପାଖରେ ରଖନ୍ତୁ ।

ତୁଳା:-ଯେଉଁ ମାନଙ୍କର ଯେ କୌଣସି ମାସର ୬, ୧୫ ଓ ୨୪ ତାରିଖରେ କିମ୍ବା ଷଷ୍ଠୀ ବା ପୂର୍ଣ୍ଣିମା ଓ ଅମାବାସ୍ୟାତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ତୁଳାରାଶି ହେବ । ମହିଳା ଓ ପୁରୁଷ ମାନଙ୍କର ସାଙ୍ଗସାଥିମାନେ ସାହାଯ୍ୟ କରିବା ଫଳରେ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ ।

ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରି ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ବିଦ୍ୟାରେ ଉନ୍ନତି ଓ ପ୍ରଶଂସିତ ହେବେ । କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । କମିଶନ ସମ୍ବନ୍ଧିତ କାର୍ଯ୍ୟରେ ପ୍ରଚୁର ଲାଭ ମିଳିବ । ପ୍ରତେକ କ୍ଷେତ୍ରରେ ମାନସିକ ସ୍ଥିତି ସୁଦୃଢ ରହିବ । ରାଜନୀତିରେ ଲୋକସମର୍ଥନ ପ୍ରଚୁର ମିଳିବା ଫଳରେ ପ୍ରଶଂସିତ ହେବେ ଓ କାହାରି ପାଖରେ ମୁଣ୍ଡ ନଇଁବ ନାହିଁ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ବିଚ୍ଛା:-ଯେଉଁ ମାନଙ୍କର ଯେ କୌଣସି ମାସର ୯, ୧୮ ଓ ୨୭ ତାରିଖରେ କିମ୍ବା ନବମୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ବିଛାରାଶି ହେବ । ମହିଳା ଓ ପୁରୁଷ ମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ତେଣୁ ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେବେ ।

ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ହାତ ବଢାଇଲେ ମଧ୍ୟ ସଫଳତା ପ୍ରାପ୍ତ ହେବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ । ଭ୍ରମଣ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ରାଜନୀତିରେ ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡ଼ିବ ଓ ଅତି ଭଲସମ୍ପର୍କ ଥିବାବନ୍ଧୁଙ୍କ ପାଇଁ ଅସୁବିଧାର ସମ୍ମୁଖୀନ ହୋଇ ପାରନ୍ତି । ପିଲାମାନଙ୍କ ପାଠପଢା ନେଇ ବହୁ ଦିଗରୁ ମନୋବଳ ଓ ସାମର୍ଥ୍ୟ ବୃଦ୍ଧି ପାଇବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-ଯେଉଁ ମାନଙ୍କର ଯେ କୌଣସି ମାସର ୭, ୧୬ ଓ ୨୫ ତାରିଖରେ କିମ୍ବା ସପ୍ତମୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ନୁରାଶି ହେବ । ମହିଳା ଓ ପୁରୁଷ ମାନେ ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହୋଇ ସାଧାରଣ ଦିନଚର୍ଯ୍ୟାରେ ଅତୁଟ ରହିବ । ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ । ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ମିଳିବ । ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର ।

ତୀର୍ଥାଟନ ଯୋଗ ଥିବାରୁ ଯାତ୍ରା କରି ଆନନ୍ଦିତ ହେବେ । ଖାଦ୍ୟପେୟରେ ନୀତିନିୟମ ରକ୍ଷା କରିବା ସହିତ ମନକୁ ଶାନ୍ତ ରଖି ପାରିଲେ ସ୍ୱାସ୍ଥ୍ୟ ଠିକ୍ ରହିବ । ବୁଦ୍ଧିମତା କାରଣରୁ ଅନ୍ୟମାନଙ୍କ କାନ୍ଧରେ ବନ୍ଧୁକରଖି ଖେଳ ଖେଳିବେ ଏବଂ ଅପଯଶକୁ ଦୂରକୁ ଠେଲିଦେଇ କେବଳ ଯଶତକ ଗ୍ରହଣ କରିବେ । କୌଣସିକାର୍ଯ୍ୟ କରିବା ପୂର୍ବରୁ ବୁଝିବିଚାରି ନିର୍ଣ୍ଣୟ ନେବା ଆବଶ୍ୟକ । ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ବ୍ୟବସାୟୀ ଲାଭାନ୍ଵିତ ହେବେ । ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

ମକର:-ଯେଉଁ ମାନଙ୍କର ଯେ କୌଣସି ମାସର ୮, ୧୭ ଓ ୨୬ ତାରିଖରେ କିମ୍ବା ଅଷ୍ଟମୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ମକରରାଶି ହେବ । ମହିଳା ଓ ପୁରୁଷ ମାନେ ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ । ରାଜନୀତି କ୍ଷେତ୍ରରେ କ୍ରୋଧକୁ ଦମନ କରି ହସଖୁସିର ବାତାବରଣ ସୃଷ୍ଟି ହେବ । ଜାଗା ଜମିବାଡ଼ି ନେଇ ସମସ୍ୟାଥିଲେ କୋର୍ଟକଚିରି ସ୍ଥିତି ଆପଣଙ୍କ ସପକ୍ଷରେ ରହିବ । ସରକାରୀ ସାହାଯ୍ୟ ମିଳିପାରେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ ।

ପଢିବା, ପଢେଇବା ମାମଲାରେ ହସଖୁସିରେ ସମୟ ବିତାଇବେ ଓ ପରୀକ୍ଷା ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ସୁଧାରୀ ନେବା ଉଚିତ୍ । କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ । ବଂଧୁଙ୍କଠାରୁ ଶୁଭ ସମାଚାର ଶୁଣି ମନ ଆନନ୍ଦିତ ହେବ । ବ୍ୟବସାୟ ବାଣିଜ୍ୟ ପାଇଁ ଦୂରଗାମୀ ହେଲେ ସବୁ ମତେ ଉନ୍ନତିର ସମ୍ଭାବନା ବୃଦ୍ଧିହେବ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । କଠିନ ପରିଶ୍ରମ କରି ନିଜର ପତିଆରା ବଜାୟ ରଖିବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କୁମ୍ଭ:-ଯେଉଁ ମାନଙ୍କର ଯେ କୌଣସି ମାସର ୮, ୧୭ ଓ ୨୬ ତାରିଖରେ କିମ୍ବା ଅଷ୍ଟମୀ ତିଥିରେ ଜନ୍ମ ହୋଇଥିବ ସେମାନଙ୍କର କୁମ୍ଭରାଶି ହେବ । ମହିଳା ଓ ପୁରୁଷ ମାନଙ୍କର ଅନେକ ସମସ୍ୟା ସମାଧାନ ହୋଇ ଉଚ୍ଚ ଆଶାରେ ଆଗେଇବେ । ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ । ସେୟାର ମାର୍କେଟ, ଲଟେରୀ, ଜୁଆ ଆଦିରେ ଅର୍ଥ ଖଟେଇଲେ ବିଶେଷ ଲାଭବାନ୍ ହେବେ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହୋଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ ।

ସାମାଜିକ କ୍ଷେତ୍ରରେ ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ । ବ୍ୟବସାୟ ସଂସ୍ଥାନ, ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟଦାୟକ ହେବ । ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହେବ । ଆକସ୍ମିକ ଧନ ପ୍ରାପ୍ତି ହେବ ଓ ନୂତନ ସମ୍ପତ୍ତି କ୍ରୟ କରିବେ । କର୍ମକ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ । ପ୍ରତିଯୋଗିତା ପରୀକ୍ଷା ଓ ମାଲିମୋକଦ୍ଦମାରେ ଶୁଭଫଳ ମିଳିବ । ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ଦୂରଯାତ୍ରାର ସୁଯୋଗ ମିଳିବ । ନୂତନ କାର୍ଯ୍ୟରେ ଉନ୍ନତି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-ଯେଉଁ ମାନଙ୍କର ଯେ କୌଣସି ମାସର ୩, ୧୨, ୨୧ ଓ ୩୦ ତାରିଖରେ କିମ୍ବା ତୃତୀୟା ବା ଦ୍ଵାଦଶୀ ତିଥିରେ ଜନ୍ମ ହୋଇଥିବ ସେମାନଙ୍କର ମୀନରାଶି ହେବ । ମହିଳା ଓ ପୁରୁଷ ମାନେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ । ଦୂରଯାତ୍ରାରେ ସଫଳ ହେବେ । ପୁରାତନ ରୋଗରୁ ଉପଶମ ମିଳିବ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ସନ୍ତାନର ବିବାହ ପ୍ରସ୍ତାବ ସମାଧାନ ହୋଇଯିବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ ।

ବ୍ୟବସାୟରେ ବୁଝାମଣା ଠିକ୍ ରହିବା ଫଳରେ ଆୟ ଉପାର୍ଜନ ବୃଦ୍ଧି ହେବ । ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ । ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଧନର ଆଗମନ ହୋଇପାରେ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ । ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ପାଇବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!