Monthly Horoscope- କେମିତି କଟିବ ୨୦୨୧ ମସିହା ଜାନୁୟାରୀ ମାସଟି (ଧନୁ, ମକର, କୁମ୍ଭ, ମୀନ) ରାଶିର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଧନୁ:- ଏହିମାସଟି ଅପଣଙ୍କ ପାଇଁ ମିଶ୍ରିତ ଫଳ ପ୍ରଦାନ କରିବ । ସରକାରୀ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ । ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ । ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ ଓ ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଦୂରଯାତ୍ରାର ସୁଯୋଗ ପାଇବେ । ଆୟ ଉପାର୍ଜନର ବୃଦ୍ଧି ହେବ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ ଓ ଶତୃମାନଙ୍କୁ ମୁକାବିଲା କରିପାରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଉତ୍ସାହିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖା ଦେବା ଫଳରେ ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ସନ୍ତାନ ମାନଙ୍କ ଭବିଷ୍ୟତ ଚିନ୍ତା କରି ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି, ଶତୃ ମାନଙ୍କୁ ପରାସ୍ତ କରି ପାରିବେ ଓ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

ମକର:- ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ । ସାମାଜିକ ପ୍ରତିଷ୍ଠା ବଢ଼ିବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହେବ । କର୍ମକ୍ଷେତ୍ରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ ଓ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତ ହେବ । ବିଦ୍ୟାରେ ଉନ୍ନତି ଘଟିବା ସହ ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟ ଯୁକ୍ତ ହୋଇ ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇ ପାରନ୍ତି । ବାଦବିବାଦ, ମାଲିମୋକଦ୍ଦମାରେ କୃତକାର୍ଯ୍ୟ ହେବେ । ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବା ସହ ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବ ।

ପାରିବାରିକ କ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇ ସ୍ଥିତି ସୁଧିରିଯିବ । ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀ ମାନେ ବିଶେଷ ଲାଭବାନ ହେବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ । ସମସ୍ତ ଚେଷ୍ଟା ସତ୍ତ୍ୱେ ଜମି, ଜମା ବିବାଦ ମେଣ୍ଟିବ ନାହିଁ । ପୁରାତନ ରୋଗ ନେଇ ଚିନ୍ତିତ ରହିବେ । ହାତ ପାହାନ୍ତାରେ ଥିବା ଧନ ଅଟକି ଯିବ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ । ବ୍ୟବସାୟ କ୍ଷେତ୍ରରେ ଇଲେକ୍ଟ୍ରୀ, ଇଲେକ୍ଟ୍ରୋନିକସ୍, ଠିକାଦାରୀ, ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ, ଗୁଡ଼, ଲଙ୍କାମରିଚ, ମସୁରଡାଲି, ଧାନ, ଗହମ ଇତ୍ୟାଦି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କୁମ୍ଭ:- ଏହିମାସଟି ଅପଣଙ୍କ ପାଇଁ ମଧ୍ୟମ ଶୁଭଫଳ ପ୍ରଦାନ କରିବ । ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବା ସହ ପ୍ରଚୁର ଲାଭ ହେବ । ସରକାରୀ କର୍ମଚାରୀଙ୍କ ପାଇଁ ବହୁତ ଭଲ ଓ ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ । ଦୂରଯାତ୍ରାର ସୁଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ରାଜନୀତି କ୍ଷେତ୍ରରେ ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବା ଫଳରେ ମାନସମ୍ମାନ ବୃଦ୍ଧିହେବ ।

ଛାତ୍ର ଛାତ୍ରୀମାନଙ୍କର ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକ ତଥ୍ୟ, ଅନ୍ୱେଷଣ, ଅନ୍ତର୍ଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ । କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବ । କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ । ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତି ହେବ । ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନ ହେବ । ମହତ୍ ଉଦ୍ଦେଶ୍ୟ ଓ ଉଚ୍ଚ ଆକାଂକ୍ଷା ପୂର୍ଣ୍ଣ ହେବ । ବିଦେଶ ଯାତ୍ରା କଲେ ନିଶ୍ଚୟ ଭାଗ୍ୟୋଦୟ ହେବା ସହ ଅଭିଳାଷ ପୂର୍ଣ୍ଣ ହେବ । ଶିକ୍ଷା କିମ୍ବା ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ । ଖାଦ୍ୟପେୟର ବ୍ୟତିକ୍ରମ ଯୋଗେ ସ୍ଵାସ୍ଥ୍ୟହାନିର କାରଣ ହୋଇପାରେ । ଧାର୍ମିକ କାର୍ଯ୍ୟରେ କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ କ୍ଷତିରେ ପଡିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:- ଏହିମାସଟି ଅପଣଙ୍କ ପାଇଁ ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିବ । ଆତ୍ମୀୟ ଶତ୍ରୁତା, ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ଓ ଗୃହ, ଜମି କିମ୍ବା ପାରିବାରିକ ସମସ୍ୟାର ସମାଧାନରେ ସଫଳତା ଅର୍ଜନ ତଥା ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇବେ । ଦୂରଯାତ୍ରାର ସୁଯୋଗ ପାଇବେ । ପୁରାତନ ରୋଗର ପ୍ରକୋପ ହ୍ରାସ ପାଇବ । କର୍ମକ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ପ୍ରସିଦ୍ଧି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ । ବ୍ୟବସାୟକ୍ଷେତ୍ରରେ କଠିନ ପରିଶ୍ରମ କରି ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ । ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ । ବ୍ୟବସାୟ ପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ ।

ଅଧ୍ୟୟନ, ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ । କର୍ମକ୍ଷେତ୍ରରେ ଯୋଗାଯୋଗ କଲେ ଆଶା କରୁଥିବା ସ୍ଥାନକୁ ସ୍ଥାନାନ୍ତରଣ ହେବେ ଏବଂ ନୂତନକର୍ମ ମଧ୍ୟ ପ୍ରାପ୍ତି ହୋଇ ପାରେ । ସମୟ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ । ପୂର୍ବରୁ ଲାଗିରହିଥିବା ଅଫିସରେ ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ । ସାମାଜିକ ସ୍ତରରେ ଖ୍ୟାତି ହେବ । ଧାର୍ମିକ କାର୍ଯ୍ୟ କ୍ଷେତ୍ରରେ ଅଂଶ ଗ୍ରହଣ କରିବେ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ଓ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!