2022 ମସିହା ମାର୍ଚ୍ଚ ମାସ 4 ଟି ରାଶି ପାଇଁ ଆଣିବ କିଛି ଖୁସି ଖବର, ବାକି 8ଟି ରାଶିର କେମିତି ରହିବ… ଦେଖନ୍ତୁ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଯେଉଁ ମାନଙ୍କର ଯେ କୌଣସି ମାସର ୯, ୧୮ ଓ ୨୭ ତାରିଖରେ କିମ୍ବା ନବମୀ ତିଥିରେ ଜନ୍ମ ହୋଇଥିବ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ମେଷରାଶି ହେବ । ମହିଳା ଓ ପୁରୁଷ ମାନଙ୍କର ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ । ଅନେକ ଦିଗରୁ ଖୁସି ମିଳିବ । ସାମ୍ବାଦିକ ମାନେ ପ୍ରଶଂସିତ ହେବେ । କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେବେ । ପ୍ରେମପ୍ରସଙ୍ଗରେ ସୁଖଦ ପରିଣାମ ଅବଶ୍ୟ ଆସିବ । ଆର୍ଥିକ ମାମଲାରେ ସ୍ଥାୟିତ୍ଵ ଆସିବ । ବିଦ୍ୟାର୍ଥୀ ମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ସାମାଜିକ କାମରେ ପ୍ରଶଂସା ମିଳିବ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ବ୍ୟବସାୟ କ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଯେଉଁ ମାନଙ୍କର ଯେ କୌଣସି ମାସର ୬, ୧୫ ଓ ୨୪ ତାରିଖରେ କିମ୍ବା ଷଷ୍ଠୀ ବା ପୂର୍ଣ୍ଣିମା ଓ ଅମାବାସ୍ୟାତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ବୃଷରାଶି ହେବ । ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପତିଆରା ଅମଳିନ ରହିବ । ବ୍ୟବସାୟରେ ବିରୋଧୀ ମାନଙ୍କୁ ପରାସ୍ତ କରି ବିଜୟୀ ହେବା ସହ ବକେୟା ଅର୍ଥ ପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ଥିତି ସୁଧୁରି ଯିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପରିବାରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ । ପ୍ରତିଯୋଗିତାମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ଛାତ୍ରଛାତ୍ରୀମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ । ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ମିଥୁନ:-ଯେଉଁ ମାନଙ୍କର ଯେ କୌଣସି ମାସର ୪ , ୧୩, ୨୨ ଓ ୩୧ ତାରିଖରେ କିମ୍ବା ଚତୁର୍ଥୀ ବା ତ୍ରୟୋଦଶୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ମିଥୁନ ହେବ । ମହିଳା ଓ ପୁରୁଷ ମାନଙ୍କର ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଅଶାନ୍ତିର ଝଡ ଶାନ୍ତ ହେବ । ସ୍ୱାସ୍ଥ୍ୟ ଭଲ ରହିବା ସହ ମାନସିକ ଶାନ୍ତି ଅନୁଭବ କରିବେ । ସରକାରୀ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ । ବ୍ୟବସାୟ କ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଲେ ମଧ୍ୟ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ । ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବା ସହ ବନ୍ଧୁମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବା ସହ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ଯେଉଁ ମାନଙ୍କର ଯେ କୌଣସି ମାସର ୨, ୧୧, ୨୦ ଓ ୨୯ ତାରିଖରେ କିମ୍ବା ଦ୍ଵିତୀୟା ବା ଏକାଦଶୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ କର୍କଟରାଶି ହେବ । ମହିଳା ଓ ପୁରୁଷ ମାନେ ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ନିଜର ସିଦ୍ଧାନ୍ତରେ ଅଟଳ ରହିବେ । ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । ସ୍ଵାସ୍ଥ୍ୟରେ ସୁଧାର ଆସିବ । ପାରିବାରିକ କ୍ଷେତ୍ରରେ ନାନା ସମସ୍ୟାର ସମାଧାନ ହୋଇ ମାଆବାପା, ଗୁରୁଜନଙ୍କ ଆଶୀର୍ବାଦ ପାଇବେ । ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇ ଯିବା ସହ ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ପୂର୍ବ ଶତୃମାନେ ପଛଘୁଞ୍ଚା ଦେବା ଫଳରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ଛାତ୍ରଛାତ୍ରୀ ମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବା ସହ ପଢାପଢିରେ ମନଯୋଗ ଦେବେ । ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ମନ ବିଚଳିତ ହୋଇପାରେ । ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହୋଇପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ଯେଉଁ ମାନଙ୍କର ଯେ କୌଣସି ମାସର ୧, ୧୦, ୧୯ ଓ ୨୮ ତାରିଖରେ କିମ୍ବା ପ୍ରତିପଦ ବା ଦଶମୀତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ସିଂହରାଶି ହେବ । ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ସନ୍ତୁଷ୍ଟ ରହିବ । ଶତୃମାନେ ମଥାନତ କରିବେ । ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇ ଯିବେ । ସାମାଜିକ କାମରେ ପ୍ରଶଂସା ମିଳିବ । ପରିବାରରେ ଆଦର ସମ୍ମାନ ପାଇ ସୁଖଭୋଗ କରିବେ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଛାତ୍ରଛାତ୍ରୀମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ପରିବହନରେ ବିଶେଷ ଲାଭବାନ ହେବେ । ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ । କର୍ମକ୍ଷେତ୍ରରେ ମାନସିକ ଦୁର୍ବଳତା ସହିତ ସାମୟିକ ବିଭ୍ରାନ୍ତି ଜନିତ ଆଳସ୍ୟଭାବ ଦେଖାଦେଇ ପାରେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କନ୍ୟା:-ଯେଉଁ ମାନଙ୍କର ଯେ କୌଣସି ମାସର ୫, ୧୪ ଓ ୨୩ ତାରିଖରେ କିମ୍ବା ପଞ୍ଚମୀ ବା ଚତୁର୍ଦ୍ଦଶୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ କନ୍ୟାରାଶି ହେବ । ମହିଳା ଓ ପୁରୁଷ ମାନଙ୍କର ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରି ବେଶ୍ ଆନନ୍ଦ ଅନୁଭବ କରିବେ । ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ, ଆନନ୍ଦ ଉତ୍ସାହ ବୃଦ୍ଧି ପାଇବା ସହ ଆୟ ଉତ୍ତମ ହେବ ଓ ବ୍ୟୟ ହ୍ରାସ ପାଇବ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂରଣ ହୋଇ ଯିବ । ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ଅଧ୍ୟୟନ ଅଧ୍ୟାପନ କାର୍ଯ୍ୟରେ ବ୍ୟସ୍ତ ରହିବେ । ମନୋରଞ୍ଜନ ଓ ମଉଜ ମସ୍ତିରେ ସମୟ କଟି ପାରେ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ତୁଳା:-ଯେଉଁ ମାନଙ୍କର ଯେ କୌଣସି ମାସର ୬, ୧୫ ଓ ୨୪ ତାରିଖରେ କିମ୍ବା ଷଷ୍ଠୀ ବା ପୂର୍ଣ୍ଣିମା ଓ ଅମାବାସ୍ୟାତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ତୁଳାରାଶି ହେବ । ମହିଳା ଓ ପୁରୁଷ ମାନଙ୍କର ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ । ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରିବେ । କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ମୂଲ୍ୟବାନ ବା ସୌଖୀନ ପଦାର୍ଥ ସଂଗ୍ରହ ତଥା ନିର୍ମାଣ କ୍ଷେତ୍ରରେ ଅଗ୍ରଗତି ନିମନ୍ତେ ସମର୍ଥ ହୋଇ ପାରିବେ । କୌଣସି ବ୍ୟାଙ୍କରୁ ମଧ୍ୟ ଋଣ ପାଇବା ଯୋଗ ଅଛି । ସ୍ଵାଭିମାନକୁ ବଜାୟ ରଖି କର୍ମୋନ୍ନତି ଭାଗ୍ୟୋନ୍ନତି କରି ପାରିବେ । ଅଚାନକ ଭାବରେ ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ । ଶୁଭ ପରିଣାମ ମଧ୍ୟ ସାମ୍ନାକୁ ଆସିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-ଯେଉଁ ମାନଙ୍କର ଯେ କୌଣସି ମାସର ୯, ୧୮ ଓ ୨୭ ତାରିଖରେ କିମ୍ବା ନବମୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ବିଛାରାଶି ହେବ । ମହିଳା ଓ ପୁରୁଷ ମାନଙ୍କର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ । ବ୍ୟବସାୟ ବୃଦ୍ଧି ପାଇବା ସହ ଲାଭାଂଶ ଉପରେ ସୁପ୍ରଭାବ ପଡିବ । ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ । ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ । ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ସାଧାରଣ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ । ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ । ଅଧ୍ୟୟନରେ ମନ୍ଥର ହେବା ଫଳରେ ଅଧିକ ପରିଶ୍ରମ କରିବା ଆବଶ୍ୟକ । ସୁଯୋଗ ପାଇବା ଯୋଗେ ଗଠନମୂଳକ ଚିନ୍ତାଧାରାକୁ ଉଜ୍ଜୀବିତ କରି ଯୋଜନାବଦ୍ଧ ରୀତି ଗ୍ରହଣ କରି ପାରିବେ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ଧନୁ:-ଯେଉଁ ମାନଙ୍କର ଯେ କୌଣସି ମାସର ୭, ୧୬ ଓ ୨୫ ତାରିଖରେ କିମ୍ବା ସପ୍ତମୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ନୁରାଶି ହେବ । ମହିଳା ଓ ପୁରୁଷ ମାନେ ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଓ ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବା ଫଳରେ ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ । ଶିକ୍ଷା କ୍ଷେତ୍ରରେ ମିତ୍ର ଓ ସହପାଠୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ଫୋନ ବା ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ । ଅଟକିଥିବା କାର୍ଯ୍ୟ ମିତ୍ରଙ୍କ ସାହାଯ୍ୟ ଦ୍ଵାରା ସମ୍ପନ୍ନ ହେବ । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମକର:-ଯେଉଁ ମାନଙ୍କର ଯେ କୌଣସି ମାସର ୮, ୧୭ ଓ ୨୬ ତାରିଖରେ କିମ୍ବା ଅଷ୍ଟମୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ମକରରାଶି ହେବ । ମହିଳା ଓ ପୁରୁଷ ମାନଙ୍କର ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ । ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ନିବେଶ କରିବେ । ପ୍ରେମକ୍ଷେତ୍ରରେ ସାହାଯ୍ୟ ପାଇ ଆଗକୁ ବଢିବା ସମ୍ଭବ ହେବ । ସୁସ୍ଵାଦୁ ଖାଦ୍ୟ ପ୍ରାପ୍ତି ହେବ । ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ ଓ ମନ ଲଗାଇ କାର୍ଯ୍ୟ ମଧ୍ୟ କରିବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କୁମ୍ଭ:-ଯେଉଁ ମାନଙ୍କର ଯେ କୌଣସି ମାସର ୮, ୧୭ ଓ ୨୬ ତାରିଖରେ କିମ୍ବା ଅଷ୍ଟମୀ ତିଥିରେ ଜନ୍ମ ହୋଇଥିବ ସେମାନଙ୍କର କୁମ୍ଭରାଶି ହେବ । ମହିଳା ଓ ପୁରୁଷ ମାନଙ୍କର ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି । ସାମ୍ବାଦିକ ମାନଙ୍କର ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । କର୍ମ କ୍ଷେତ୍ରରେ ଚତୁରତାସହ ଗତିକରି କାମ ହାସଲ କରିବେ । ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ । ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । କେତେକ କ୍ଷେତ୍ରରେ ବାଧା ସୃଷ୍ଟି ହେଲେ ମଧ୍ୟ ସଫଳ ହେବେ । ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମ ଯୁକ୍ତ ହେବେ ଓ ନିଜ କ୍ଷେତ୍ରରେ ଭାବମୂର୍ତ୍ତି ସୁରକ୍ଷିତ ରହିବ । ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ । ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

ମୀନ:-ଯେଉଁ ମାନଙ୍କର ଯେ କୌଣସି ମାସର ୩, ୧୨, ୨୧ ଓ ୩୦ ତାରିଖରେ କିମ୍ବା ତୃତୀୟା ବା ଦ୍ଵାଦଶୀ ତିଥିରେ ଜନ୍ମ ହୋଇଥିବ ସେମାନଙ୍କର ମୀନରାଶି ହେବ । ମହିଳା ଓ ପୁରୁଷ ମାନେ ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । କାରବାରରେ ଉତ୍ଥାନ ହେବା ଫଳରେ ବ୍ୟବସାୟର ପରିବର୍ଦ୍ଧନ କରିବାର ଇଚ୍ଛା ଜାଗ୍ରତ ହେବ । ଅତି ନିକଟତର ବନ୍ଧୁବାନ୍ଧବଙ୍କ ସହ ଅତି ପ୍ରିୟତା ସୃଷ୍ଟିହେବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ । ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ । ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ । ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କର୍ମ କରିବା ଉଚିତ୍ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!