2022 ମସିହା December ମାସଟି କେମିତି କଟିବ 12 ଟି ରାଶିର, କଣ କରିବେ ଅଶୁଭଗ୍ରହ ମାନଙ୍କ ପାଇଁ ପ୍ରତିକାର? ଜାଣିବା ପାଇଁ ଦେଖନ୍ତୁ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଯେଉଁ ମାନଙ୍କର ଯେ କୌଣସି ମାସର ୯, ୧୮ ଓ ୨୭ ତାରିଖରେ କିମ୍ବା ନବମୀ ତିଥିରେ ଜନ୍ମ ହୋଇଥିବ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ମେଷରାଶି ହେବ। ମେଷରାଶି ଜାତ ମହିଳା ଓ ପୁରୁଷ ମାନେ ନୂତନ ଉଦ୍ୟୋଗରେ ପଇସା ଖଟେଇବେ। ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ। ଖଣିଜ ବ୍ୟବସାୟ, ଯାନବାହନ ବ୍ୟବସାୟ, ଯାତାୟତ ବ୍ୟବସାୟ, ବାୟୁଯାନ, ରେଳବିଭାଗର ଟିକେଟ ବିକ୍ରି, ଭୂ-ଜାତଦ୍ରବ୍ୟ ବ୍ୟବସାୟ, ସାନିଟାରୀ, ଇଟା, କୋଇଲା, ହାର୍ଡୱାର, ମହମବତୀ, ପେଟ୍ରୋଲିୟମ୍, କବାଡ଼ି, ଗାଈ, କୁକୁଡ଼ା, ଛେଳିଫାର୍ମ ଇତ୍ୟାଦି ବ୍ୟବସାୟରେ ଅତ୍ୟଧିକ ଲାଭ ପାଇବେ ଓ ଏହିସଂସ୍ଥାରେ କର୍ମରତ ଥିଲେ ଆର୍ଥିକ ସ୍ଥିତି ମଜଭୁତ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚ ପଦ ପଦବୀର ପଦାଧିକାରୀ ହୋଇପାରିବେ। ସମସ୍ତ ପ୍ରକାର ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ବାଦବିବାଦ, ମାଲିମକଦ୍ଦମାରେ ବିଜୟୀ ହେବେ। ବହୁ କ୍ଷେତ୍ରରେ ଅପ୍ରିୟତା ଏବଂ ଯାନବାହାନ ଓ ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ କ୍ଷତିଗ୍ରସ୍ତ ହୋଇପାରନ୍ତି ଓ ଭ୍ରାତୃ ବିବାଦର ଆଶଙ୍କା ମଧ୍ୟ ରହିଛି। ଧର୍ମଦିଗରୁ ଦୂରେଇ ଯାଇ ବୈଷୟିକ-ଆସକ୍ତି ଦ୍ଵାରା ଜଡିତ ହେବେ। ପ୍ରତିକାର:- ପ୍ରତ୍ୟେକ ଦିନ ଗୋମାତାକୁ ଖାଦ୍ୟ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଯେଉଁ ମାନଙ୍କର ଯେ କୌଣସି ମାସର ୬, ୧୫ ଓ ୨୪ ତାରିଖରେ କିମ୍ବା ଷଷ୍ଠୀ ବା ପୂର୍ଣ୍ଣିମା ଓ ଅମାବାସ୍ୟାତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ବୃଷରାଶି ହେବ। ବୃଷରାଶି ଜାତ ମହିଳା ଓ ପୁରୁଷ ମାନଙ୍କର କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଆଧ୍ୟାତ୍ମକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ପାଇବେ। ଆମୋଦ, ପ୍ରମୋଦ, ମନୋରଞ୍ଜନ କାର୍ଯ୍ୟରେ ସମୟ ବିତେଇ ଦେଇ ପାରନ୍ତି। ପଡୋଶୀ ମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରି ପାରନ୍ତି। କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ ସଫଳ ହେବ ନାହିଁ। ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ବିଶେଷ ଅସୁସ୍ଥି ଜନିତ ବାଧା କିମ୍ବା ବୈଷୟିକ ସମସ୍ୟା ଘଟି ହନ୍ତସନ୍ତ ହୋଇପାରନ୍ତି। ବ୍ୟବସାୟୀକ ସମସ୍ୟାକୁ ନେଇ ମଝିରେ ମଝିରେ ଭ୍ରମଣ କରିବାକୁ ପଡିବ। ଚୋରୀ, ପ୍ରତାରଣା ଯୋଗୁ କ୍ଷତିଗ୍ରସ୍ତ ହେବେ। ଦୈବୀଶକ୍ତି ବଳରେ ଅନେକ ବିପଦରୁ ରକ୍ଷା ପାଇପାରିବେ। ଅଧିନସ୍ଥ କର୍ମଚାରୀଙ୍କ ପ୍ରତି ସତର୍କ ନରହିଲେ ସମସ୍ୟାର ସମ୍ମୁଖୀନ ହେବେ। ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ। ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ।

ମିଥୁନ:-ଯେଉଁ ମାନଙ୍କର ଯେ କୌଣସି ମାସର ୪ , ୧୩, ୨୨ ଓ ୩୧ ତାରିଖରେ କିମ୍ବା ଚତୁର୍ଥୀ ବା ତ୍ରୟୋଦଶୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ମିଥୁନରାଶି ହେବ। ମିଥୁନରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ସନ୍ତାନ ମାନଙ୍କର ଶିକ୍ଷା, ଉଚ୍ଚଶିକ୍ଷା, ବିଦେଶ ଯାତ୍ରାର ମନସ୍କାମନା ପୂର୍ଣ୍ଣ ହେବ। ବ୍ୟବସାୟ କ୍ଷେତ୍ରରେ ଭାଗ୍ୟ ଅନୁକୂଳ ହେତୁ ଆଶାତିତ ଲାଭ ମିଳିବ। ସେୟାର, ଲଟେରୀ ଆଦିରେ ଅଚାନକ ଧନଲାଭ ହେବ। ନୂତନ ଜାଗା ଜମି ଗୃହ, ବାହନ ଆଦି କ୍ରୟ କରିବେ। ଆର୍ଥିକ ଦୃଷ୍ଟି କୋଣରୁ ଉନ୍ନତି ହେବ। ସୁଖ-ସୌଭାଗ୍ୟ ବୃଦ୍ଧି ହେବ। ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରିବେ। ମାନସିକ ଶାନ୍ତି ଓ ମନସ୍କାମନା ପୂର୍ଣ୍ଣ ହେବ। ଠିକାଦାରୀ, ସଡକ, ଗୃହ ନିର୍ମାଣ, ଗୃହୋପକରଣ, ଗୃହ ନିର୍ମାଣ ସାମଗ୍ରୀ ବ୍ୟବସାୟ, ପ୍ଳାଷ୍ଟିକ୍ ଚମଡା, ବସ୍ତ୍ର, ଫଳ, ତେଲ, ଲୁହା, ମଟର ପାର୍ଟସ୍, କୋଇଲା, ପେଟ୍ରୋଲିୟମ ପଦାର୍ଥ, ଏଜେନ୍ସି ଆଦି ବ୍ୟବସାୟରେ ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟନେତାଙ୍କର ପ୍ରିୟ ପାତ୍ର ହେବେ। ପ୍ରତିଦ୍ୱନ୍ଦିତା ବା ପ୍ରତିଯୋଗିତା କରିବା ସୁଯୋଗ ପାଇ ସଫଳ ହେବେ। ପ୍ରତିକାର- ପ୍ରତ୍ୟେକଦିନ ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କର୍କଟ:-ଯେଉଁ ମାନଙ୍କର ଯେ କୌଣସି ମାସର ୨, ୧୧, ୨୦ ଓ ୨୯ ତାରିଖରେ କିମ୍ବା ଦ୍ଵିତୀୟା ବା ଏକାଦଶୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ କର୍କଟରାଶି ହେବ। କର୍କଟରାଶି ଜାତ ମହିଳା ଓ ପୁରୁଷ ମାନେ ଆକସ୍ମିକ ଭାବରେ କୌଣସି ଅବାଞ୍ଛିତ ସୂତ୍ରରୁ ମୋଟା ଅର୍ଥ ମିଳିଯିବ। କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରିବା ଫଳରେ କର୍ମୋନ୍ନତି ହେବ। କର୍ମଜୀବିନୀମାନେ ଘର ଅପେକ୍ଷା କର୍ମକ୍ଷେତ୍ରରେ ଜଞ୍ଜାଳ ଅଧିକ ମୁଣ୍ଡାଇ ବ୍ୟସ୍ତ ରହିବେ। ଅକସ୍ମାତ ଭୂମିଲାଭ ଯୋଗ ମଧ୍ୟ ଘଟିବ। ବିଦେଶୀ ବା ଦୂର ବନ୍ଧୁ ଖୁବ୍ ସାହାଯ୍ୟ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ବିଦ୍ୟାର୍ଥୀମାନେ ଆପ୍ରାଣ ଚେଷ୍ଟା କରି ପ୍ରତିଦ୍ୱନ୍ଦିତାରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ଅସନ୍ତୋଷ, କ୍ଷୋଭ ଓ ଅବଶୋଷ ଦୂରେଇ ଯିବ। ଗୁରୁଜନ କେହି ସନ୍ତୁଷ୍ଟ ରହିବେ। ନାନା ବାଟରେ ଧନାଗମ ଘଟିବ। ନିଜର ପ୍ରତିଷ୍ଠା ଓ ସୁନାମ ବଢିବ ଆୟ ମଧ୍ୟ ଉତ୍ତମ ହେବ। କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖି ପାରିବେ। ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା ମଧ୍ୟ ଚାଲୁରଖିବେ। କୃଷିଜୀବୀମାନନେ କୌଣସି ବାଧା ବନ୍ଧନ ନମାନି ଚାଷ କାର୍ଯ୍ୟରେ ଆଗେଇ ଯିବାର ସୁଯୋଗ ପାଇବେ। ପ୍ରତିକାର- ପ୍ରତ୍ୟେକଦିନ ଶ୍ଵେତଚନ୍ଦନରେ କର୍ପୁର ମିଶେଇ ମସ୍ତକରେ ଧାରଣ କରନ୍ତୁ।

ସିଂହ:-ଯେଉଁ ମାନଙ୍କର ଯେ କୌଣସି ମାସର ୧, ୧୦, ୧୯ ଓ ୨୮ ତାରିଖରେ କିମ୍ବା ପ୍ରତିପଦ ବା ଦଶମୀତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ସିଂହରାଶି ହେବ। ସିଂହରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ ଜୀବନରେ ଅଶାନ୍ତି ଦୂର ହୋଇ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବ୍ୟବସାୟ କ୍ଷେତ୍ରରେ ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇପାରିବ। ପଢାପଢିରେ ମନ ଲାଗି ରହିବା ଫଳରେ ପରୀକ୍ଷାରେ କୃତକାର୍ଯ୍ୟ ହୋଇ ଉଚ୍ଚଶ୍ରେଣୀ ପାଇବେ ଓ ଆଶା କରୁଥିବା ଫଳ ପାଇ ପାରିବେ। ଧାନ, ଗହମ, ବାଜରା, ମକା, ପନିପରିବା କ୍ଷେତ୍ରରୁ ବେଶ୍ ଲାଭବାନ ହୋଇ ପାରିବେ। ଆତ୍ମବିଶ୍ଵାସ ଦ୍ଵାରା ଅନ୍ୟ ଉପରେ ପ୍ରାଧାନ୍ୟ ବିସ୍ତାର କରିପାରିବେ। କୌଣସିଥିରେ ଅଭିମାନ ନଥାଇ ସନ୍ତାନମାନେ ସୁନାମ ଅର୍ଜନ କରିବେ। ଋଣଭାରରୁ ମୁକ୍ତି ପାଇବେ। ଶତୃମାନେ ମୁଣ୍ଡ ଟେକିବାକୁ ସାହସ କରିବେ ନାହିଁ। ସାଙ୍ଗସାଥି ଭାଗିଦାରମାନଙ୍କ ପାଇଁ ଅତ୍ୟଧିକ ପରିଶ୍ରମକରି ପାରନ୍ତି। ନୂତନ କାର୍ଯ୍ୟାରମ୍ଭ କଲେ ସହଜରେ କାର୍ଯ୍ୟପୂରଣ କରିପାରିବେ। ରାଜକର୍ମଚାରୀ ହୋଇଥିଲେ ଅନେକ ସୁବିଧା ସୁଯୋଗ ପାଇବେ। ପ୍ରତିକାର:- ପ୍ରତ୍ୟେକ ଦିନ କୁକୁରକୁ କିଛିଖାଇବାକୁ ଦିଅନ୍ତୁ।

କନ୍ୟା:-ଯେଉଁ ମାନଙ୍କର ଯେ କୌଣସି ମାସର ୫, ୧୪ ଓ ୨୩ ତାରିଖରେ କିମ୍ବା ପଞ୍ଚମୀ ବା ଚତୁର୍ଦ୍ଦଶୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ କନ୍ୟାରାଶି ହେବ। କନ୍ୟାରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ଦାମ୍ପତ୍ୟ ଜୀବନରେ ବିଶେଷ ସୁଖ ପ୍ରାପ୍ତି ହେବ। ସନ୍ତାନମାନେ ଉନ୍ନତି କରିବେ। ବ୍ୟବସାୟୀକ ହିସାବପତ୍ର ସହ ଭଲଭାବରେ ଜଗାରଖା କରିବା ଦ୍ୱାରା ବିଶେଷ ଲାଭବାନ୍ ହେବେ। ଉଚ୍ଚ ଶିକ୍ଷା ପାଇଁ ବା କର୍ମପାଇଁ ବିଦେଶ ଯାତ୍ରା କରିବାକୁ ଚାହୁଥିଲେ ଚେଷ୍ଟା ଜାରିରଖନ୍ତୁ। ଧନାଢ଼୍ୟବ୍ୟକ୍ତି, ପ୍ରତିଷ୍ଠାବାନ ବ୍ୟକ୍ତି ଓ ବରିଷ୍ଠବ୍ୟକ୍ତିଙ୍କ ସହ ସମ୍ପର୍କସ୍ଥାପନ ଫଳରେ ବିଶେଷ ଉପକୃତହେବେ। ନୂତନ କର୍ମପ୍ରୟାସରତ ଯୁବକ ଯୁବତୀମାନେ ପ୍ରତିଯୋଗିତା ମୂଳକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନୂତନ କର୍ମରେ ନିଯୁକ୍ତି ପାଇବେ। ଗୃହନିର୍ମାଣ, ଜମିଜମା କ୍ରୟ ବିକ୍ରୟ, ସେୟାରବଜାର, ଜୁଆ, ଲଟେରୀ, ମଧ୍ୟସ୍ଥତା କରୁଥିବା ବ୍ୟକ୍ତିମାନେ ଜଗିରଖି ଚଳିବାଉଚିତ୍। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ। ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ପ୍ରତିକାର- ସବୁଜ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ। ନତୁବା ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।

ତୁଳା:-ଯେଉଁ ମାନଙ୍କର ଯେ କୌଣସି ମାସର ୬, ୧୫ ଓ ୨୪ ତାରିଖରେ କିମ୍ବା ଷଷ୍ଠୀ ବା ପୂର୍ଣ୍ଣିମା ଓ ଅମାବାସ୍ୟାତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ତୁଳାରାଶି ହେବ। ତୁଳାରାଶି ଜାତ ମହିଳା ଓ ପୁରୁଷ ମାନେ ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ। ଶତୃମାନେ ମୁଣ୍ଡ ନୂଆଇଁବେ। ଆର୍ଥିକକ୍ଷେତ୍ରରେ ସ୍ୱଚ୍ଛଳତା ଦେଖାଦେବ। ବୁଡ଼ିଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତିହେବ। ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନହେବ। ମହତ୍ ଉଦେଶ୍ୟ ନେଇ ଉଚ୍ଚଆକାଂକ୍ଷାରେ ବିଦେଶଯାତ୍ରା କଲେ ନିଶ୍ଚୟ ଭାଗ୍ୟୋଦୟ ହେବାସହ ଅଭିଳାଷପୂର୍ଣ୍ଣ ହେବ। ବିଦ୍ୟାର୍ଥୀମାନେ ଶିକ୍ଷାକ୍ଷେତ୍ରରେ ଆଶାନୁରୂପ ଫଳପାଇବେ। ଭାଗ୍ୟୋନ୍ନତି, ଧନଲାଭ ଏବଂ ସନ୍ତାନ କ୍ଷେତ୍ରରେ ଉନ୍ନତି ହେବ। ବିଶେଷ ରୂପରେ ଆପଣଙ୍କ ଭାଗ୍ୟ ଧିରେ ଧିରେ ଉନ୍ନତି ପଥରେ ଅଗ୍ରସର ହେବ। ବେପାର ବଣିଜରେ ପ୍ରଚୁର ଲାଭ ମିଳିବ ଏବଂ ନୂଆ ନୂଆ ଉପାୟ ଚିନ୍ତା କରିବେ। ଅଚାନକ ଆୟ ବୃଦ୍ଧି ହେତୁ ଆପଣ ଆଚମ୍ବିତ ହୋଇଯିବେ। ଉଚ୍ଚସ୍ତରୀୟ ଯାନବାହନ କ୍ରୟକରିବାର ସୁବିଧାସୁଯୋଗ ପାଇବେ। ପ୍ରତିକାର- ପ୍ରତ୍ୟେକଦିନ ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ଯେଉଁ ମାନଙ୍କର ଯେ କୌଣସି ମାସର ୯, ୧୮ ଓ ୨୭ ତାରିଖରେ କିମ୍ବା ନବମୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ବିଛାରାଶି ହେବ। ବିଛାରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟରେ ଲାଭ ଲାଗି ରହିବା ଫଳରେ ସମସ୍ତ ଚିନ୍ତାଦୂର ହୋଇ ମାନସିକଶାନ୍ତି ଉପୁଜିବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ଜନ କଲ୍ୟାଣକାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ। କାମ-କାର୍ଯ୍ୟ ମାମଲାରେ ଦୂରସ୍ଥାନକୁ ଯିବାକୁ ପଡିବ। ସ୍ଵାମୀ ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍ ବୁଝାମଣା ମେଣ୍ଟିଯିବ। ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରିବେ। ଉଧାର ଦେଇଥିବା ଟଙ୍କା ମିଳିବ। କୌଣସି ଶୁଭ ସମାଚାର ଶୁଣିବାକୁ ହେବ। ପରିବାରରେ ନିଜରପଦ ଗରିମା ଅନୁସାରେ ଚିନ୍ତା ବୃଦ୍ଧି ହେବ। ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ। ପଢିବା, ପଢେଇବା, ଅଧ୍ୟାପନ ଓ ଅନୁସନ୍ଧାନ ମାମଲାରେ ଆଗକୁ ଗତି କରିବେ। ସମସ୍ତ ବାଧାକୁ ଆଡେଇଦେଇ ଆଗକୁ ବଢି ପାରିବେ। ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ପ୍ରତିକାର:- ପ୍ରତ୍ୟେକ ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ଧନୁ:-ଯେଉଁ ମାନଙ୍କର ଯେ କୌଣସି ମାସର ୭, ୧୬ ଓ ୨୫ ତାରିଖରେ କିମ୍ବା ସପ୍ତମୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ଧନୁରାଶି ହେବ। ଧନୁରାଶି ଜାତ ମହିଳା ଓ ପୁରୁଷ ମାନେ ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍। ସନ୍ତାନଙ୍କ ପ୍ରତି ସଜାଗ ରହିବା ଆବଶ୍ୟକ। ପ୍ରଗତି, ଲାଭ, ଭୌତିକ ସଂବୃଦ୍ଧି ବୃଦ୍ଧି ହେବ। ଆପଣଙ୍କୁ ମାନସିକ ଶାନ୍ତି ମିଳିବ ଓ ଧାନ ପ୍ରାପ୍ତି ହେବ। ସମାଜ କଲ୍ୟାଣ କାର୍ଯ୍ୟକରି ପ୍ରଶଂସିତ ହେବେ। ଏହାକୁ ସତ୍ ଉପଯୋଗ କରିବାକୁ ଆପ୍ରାଣ ଚେଷ୍ଟା କରିବା ଉଚିତ। ଶିକ୍ଷାକ୍ଷେତ୍ରରେ ମନୋବାଞ୍ଛିତ ସ୍ଥାନରେ ପଢ଼ିବାର ସୁଯୋଗ ପାଇବେ। ସନ୍ତାନ ସନ୍ତତିଙ୍କ କାର୍ଯ୍ୟକଳାପରେ ଖୁସି ହେବେ। ପୂର୍ବଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବା ଫଳରେ ଉତ୍ସାହିତ ହେବେ। ଧୈର୍ଯ୍ୟଧାରୀ ଓ ପରିଶ୍ରମୀ ନ ହେଲେ ବ୍ୟବସାୟକୁ ରକ୍ଷା କରିବା କଷ୍ଟକରହେବ। କର୍ମକ୍ଷେତ୍ରରେ ପଦୋନ୍ନତି ଓ ସ୍ଥାନାନ୍ତରଣ ସମ୍ଭବ ହେବନାହିଁ। ସହକର୍ମୀ ଓ ବିଭାଗୀୟ ଅଧିକାରୀ ମାନଙ୍କସହ ସମ୍ବନ୍ଧରେ ତିକ୍ତତା ସୃଷ୍ଟିହୋଇପାରେ। ପୁରୁଣାରୋଗର ପ୍ରକୋପ ବୃଦ୍ଧି ପାଇବା ସହ ଶତୃମାନେ ପୁନରାୟ ପଛରେ ଲାଗିଯିବେ। ବିରକ୍ତି ସ୍ୱଭାବ ପ୍ରକାଶପାଇବ। ଧାର ଊଧାର ଦେଲେ ଫେରିପାଇବା କଷ୍ଟକରହେବ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ଯେଉଁ ମାନଙ୍କର ଯେ କୌଣସି ମାସର ୮, ୧୭ ଓ ୨୬ ତାରିଖରେ କିମ୍ବା ଅଷ୍ଟମୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ମକରରାଶି ହେବ। ମକରରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ବ୍ୟବସାୟୀ ହୋଇଥିଲେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ସରକାରୀ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ। ବନ୍ଧୁଙ୍କ ଆଗମନ ଫଳରେ ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ପୂର୍ବଋଣ ପରିଶୋଧ କରିବାପାଇଁ ସାମର୍ଥ୍ୟ ହେବେ। ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ। ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ। ବିଷକୁମ୍ଭ ପୟୋମୁଖ ବ୍ୟକ୍ତିମାନେ ଅନେକ କ୍ଷେତ୍ରରେ ଅପଦସ୍ଥ କରିବା ପାଇଁ ଚେଷ୍ଟା କରିବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କୁମ୍ଭ:-ଯେଉଁ ମାନଙ୍କର ଯେ କୌଣସି ମାସର ୮, ୧୭ ଓ ୨୬ ତାରିଖରେ କିମ୍ବା ଅଷ୍ଟମୀ ତିଥିରେ ଜନ୍ମ ହୋଇଥିବ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ କୁମ୍ଭରାଶି ହେବ। କୁମ୍ଭରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ନଷ୍ଟହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ। ବ୍ୟବସାୟୀକ, ଆଧ୍ୟାତ୍ମିକ, ଉଚ୍ଚଶିକ୍ଷା ନିମିତ୍ତ ବିଦେଶଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ। ଦୀର୍ଘଦିନଧରି ଅଧା ହୋଇପଡ଼ିଥିବା କାର୍ଯ୍ୟମାନ ଧିରେ ଧିରେ ପୂର୍ଣ୍ଣ ହୋଇଯିବ। ଆୟର ଯଥେଷ୍ଟ ଅର୍ଥ ଶୁଭକାର୍ଯ୍ୟରେ ଖର୍ଚ୍ଚକରିବେ। ଧର୍ମଅନୁଷ୍ଠାନ, ଯଜ୍ଞାନୁଷ୍ଠାନ, ପଞ୍ଚାୟତକ୍ଷେତ୍ରରେ ଉତ୍ସାହିତ ହେବେ। ଧନଧାନ୍ୟ, ମାନ-ସମ୍ମାନ ପ୍ରତିଷ୍ଠା ପରାକ୍ରମ ବୃଦ୍ଧିପାଇବ। ଦାମ୍ପତ୍ୟସୁଖରେ ସୁଖୀହେବେ। ଗୃହରେ ସୁଖଶାନ୍ତି ବିରାଜମାନ କରିବ। ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂରହୋଇ ବର୍ତ୍ତମାନ ସୁଖର ସ୍ୱପ୍ନ ଦେଖିପାରିବେ। କମ୍ପାନୀ, ବ୍ୟାଙ୍କ, କମ୍ପ୍ୟୁଟର ଇତ୍ୟାଦି ବିଭାଗରେ ନୂତନ କର୍ମପ୍ରାପ୍ତି ହେବ ଓ ଉଚ୍ଚଶିକ୍ଷାର ମଧ୍ୟ ସୁବିଧା ସୁଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ଗ୍ରହ ଅନୁକୂଳ ହେତୁ ପ୍ରବଳ ସଂଘର୍ଷର ସମ୍ମୁଖୀନ ହେଲେ ମଧ୍ୟ ଜିତାପଟ୍ଟ ଆପଣଙ୍କର ହେବ ଓ ଲୋକ ସମର୍ଥନ ପାଇବେ। ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମୀନ:-ଯେଉଁ ମାନଙ୍କର ଯେ କୌଣସି ମାସର ୩, ୧୨, ୨୧ ଓ ୩୦ ତାରିଖରେ କିମ୍ବା ତୃତୀୟା ବା ଦ୍ଵାଦଶୀ ତିଥିରେ ଜନ୍ମ ହୋଇଥିବ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ମୀନରାଶି ହେବ। ମୀନରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢିବାର ଆଶା ସଫଳ ହେବ। ଅନେକ ଦିଗରୁ ଧନାଗମ ହେବ। ନୂତନ ବ୍ୟବସାୟ ବିସ୍ତାର କରିବା ଫଳରେ ଆର୍ଥିକ ସ୍ଥିତିରେ ଉନ୍ନତି ଘଟିବ। ବିଦେଶୀଦ୍ରବ୍ୟ ବ୍ୟବସାୟରେ ବ୍ୟବସାୟିକସ୍ଥିତି ମଜଭୂତହେବ। ଅର୍ଥ ଆଦାନ ପ୍ରଦାନରେ ବିଶେଷ ଲାଭବାନ୍ ହେବେ। ଉଧାର ଦେଇଥିବା ଟଙ୍କା ଫେରି ପାଇବେ। ପରିବାରର ଗୁରୁଜନଙ୍କ ପ୍ରତି ଆଦରଭାବ ଜାଗୃତ ହେବ। ଉଚ୍ଚଶିକ୍ଷା ତଥା ନୂଆ ଜିନିଷ ହାସିଲ କରିବା ପାଇଁ ଚେଷ୍ଟା କରିବେ। ପିଲାମାନଙ୍କ ଚାଲି ଚଳନରେ ପରିବର୍ତ୍ତନରେ ପ୍ରସନ୍ନ ରହିବେ। ମାନସିକ ବା ବୌଦ୍ଧିକ ତଥା ଭାବନାତ୍ମକ ରୂପରେ ଅଧିକସକ୍ଷମ ଏବଂ ଅନୁଭବୀ ହେବେ। ବନ୍ଧୁ ଓ ପଡୋଶୀଙ୍କ ସହିତ ଭେଟ-ମିଳନ ହେବ ଓ ଗହଣା, ବସ୍ତ୍ର ଓ ଅନ୍ୟ ସାମଗ୍ରୀ ଉପହାର ମିଳିବ। ସରକାରୀ କାର୍ଯ୍ୟରେ ବିଜୟ ପ୍ରାପ୍ତ ହେବ। ସଂକ୍ଷେପରେ କହିବାକୁ ଗଲେ କର୍ମ କ୍ଷେତ୍ରରେ ପଦୋନ୍ନତି ମିଳିବାର ରାସ୍ତା ସଫା ହୋଇଯିବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!