2023 ମସିହା ଫେବୃୟାରୀ ମାସରେ କଣ ରହିବ 12ଟି ରାଶିର ଶୁଭାଶୁଭ, କେମିତି କାଟିବେ ଏଇ ମାସଟି… ଜାଣିବା ପାଇଁ ଦେଖନ୍ତୁ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଯେଉଁ ମାନଙ୍କର ଯେ କୌଣସି ମାସର ୯, ୧୮ ଓ ୨୭ ତାରିଖରେ କିମ୍ବା ନବମୀ ତିଥିରେ ଜନ୍ମ ହୋଇଥିବ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ମେଷରାଶି ହେବ । ମେଷରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ । ସୁଖ ସମ୍ପତ୍ତି ଲାଭ ହେବା ସହ ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି । ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ଆଇନ ଅଦାଲତ ଓ ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲି ଯିବ । ଆୟରସ୍ରୋତ ଖୋଲିଯିବ ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ବନ୍ଧୁଙ୍କ ସାହାଯ୍ୟରେ ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ । ରାଜକୀୟ ମାମଲାରେ ସଫଳତା ମିଳିବ ଓ ମାନସମ୍ମାନ, ପ୍ରତିଷ୍ଠା ପ୍ରତ୍ତିପତି ଅକ୍ଷୁର୍ଣ୍ଣ ରହିବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ସରକାରୀ କାର୍ଯ୍ୟରେ ସଫଳତା ମିଳିବା ସହ ସୁଯୋଗ ହାତଛଡା ହେବାର ନାହିଁ । ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବା ସହ କାର୍ଯ୍ୟ କ୍ଷେତ୍ରରେ ଶୁଭ ଫଳ ପାଇବେ । ପ୍ରତିକାର- ନାଲି ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଯେଉଁ ମାନଙ୍କର ଯେ କୌଣସି ମାସର ୬, ୧୫ ଓ ୨୪ ତାରିଖରେ କିମ୍ବା ଷଷ୍ଠୀ ବା ପୂର୍ଣ୍ଣିମା ଓ ଅମାବାସ୍ୟାତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ବୃଷରାଶି ହେବ । ବୃଷରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ପ୍ରଶଂସିତ ହେବା ସହ ଉଚ୍ଚ ସମ୍ମାନ ପାଇବେ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ପାରିବାରିକସ୍ତର ହସ ଖୁସିରେ କଟିବ । କର୍ମକ୍ଷେତ୍ରରେ ସହକର୍ମୀ ବନ୍ଧୁମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ପ୍ରେମ କ୍ଷେତ୍ରରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ନୂଆ କାମ କିଛି ଆରମ୍ଭ କରି ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇ ପାରନ୍ତି । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବା ସହ ସ୍ୱାସ୍ଥ୍ୟ ଉତ୍ତମ ରହିବ । ଦୂରବନ୍ଧୁ ଖୁବ୍ ସାହାଯ୍ୟ କରିବେ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ । କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । କମିଶନ ସମ୍ବନ୍ଧିତ କାର୍ଯ୍ୟରେ ପ୍ରଚୁର ଲାଭ ମିଳିବ । ପ୍ରତେକ କ୍ଷେତ୍ରରେ ମାନସିକ ସ୍ଥିତି ସୁଦୃଢ ରହିବ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ମିଥୁନ:-ଯେଉଁ ମାନଙ୍କର ଯେ କୌଣସି ମାସର ୪ , ୧୩, ୨୨ ଓ ୩୧ ତାରିଖରେ କିମ୍ବା ଚତୁର୍ଥୀ ବା ତ୍ରୟୋଦଶୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ମିଥୁନରାଶି ହେବ । ମିଥୁନରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରି ସମସ୍ୟାକୁ ସମାଧାନ କରିବେ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବା ସହ ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ । ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ପାରିବାରିକ କ୍ଷେତ୍ରରେ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବା ଫଳରେ ସାଧାରଣ ଚଳଣି ଅତୁଟ ରହିବ ଓ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ । ରାଜନୀତିରେ ଲୋକସମର୍ଥନ ପ୍ରଚୁର ମିଳିବା ଫଳରେ ପ୍ରଶଂସିତ ହେବେ ଓ କାହାରି ପାଖରେ ମୁଣ୍ଡ ନଇଁବ ନାହିଁ । ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ । ସାମାନ୍ୟ ରୋଗରେ ପୀଡିତ ହୋଇପାରନ୍ତି । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ଯେଉଁ ମାନଙ୍କର ଯେ କୌଣସି ମାସର ୨, ୧୧, ୨୦ ଓ ୨୯ ତାରିଖରେ କିମ୍ବା ଦ୍ଵିତୀୟା ବା ଏକାଦଶୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ କର୍କଟରାଶି ହେବ । କର୍କଟରାଶି ଜାତ ମହିଳା ଓ ପୁରୁଷ ମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ସାମାଜିକ ପତିଆରା ଅମଳିନ ରହିବ । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ଉଚ୍ଚଶିକ୍ଷା କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବା ସହ ଉଚ୍ଚଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ । ନୂତନ ବାଣିଜ୍ୟର ପରିକଳ୍ପନା କରିବା ସହ ପ୍ରସାର ପ୍ରଚାର କରି ବ୍ୟବସାୟ ବଢ଼ାଇବାକୁ ମନ ବଳାଇବେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ସଫଳତା ମିଳିବା ସହ ଉତ୍ସାହିତ ହେବେ । ପାରିବାରିକ କ୍ଷେତ୍ରରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବା ସହ ପାରିବାରିକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମପ୍ରସଙ୍ଗରେ ମଧୁରତା ଆସିବ । କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବା ଦ୍ଵାରା ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ଯେଉଁ ମାନଙ୍କର ଯେ କୌଣସି ମାସର ୧, ୧୦, ୧୯ ଓ ୨୮ ତାରିଖରେ କିମ୍ବା ପ୍ରତିପଦ ବା ଦଶମୀତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ସିଂହରାଶି ହେବ । ସିଂହରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଅନୁଭବ କରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତିର ସୂଚନା ପାଇବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଆଶାଜନକ ଲାଭ ପାଇବେ । ବାସଗୃହ ଓ ଯାନବାହାନ ନେଇ କେତେକ ସମସ୍ୟାର ସମାଧାନ ହେବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ସରକାରୀ କାମରେ ସଫଳତା ମିଳିବ ଓ ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ ଓ ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ କରି ବିଜୟୀ ହେବେ । ଶତୃମାନେ ଦୂରେଇ ଯିବେ ଓ ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-ଯେଉଁ ମାନଙ୍କର ଯେ କୌଣସି ମାସର ୫, ୧୪ ଓ ୨୩ ତାରିଖରେ କିମ୍ବା ପଞ୍ଚମୀ ବା ଚତୁର୍ଦ୍ଦଶୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ କନ୍ୟାରାଶି ହେବ । କନ୍ୟାରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ । ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବା ଫଳରେ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ । ଛାତ୍ରଛାତ୍ରୀ ମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବା ସହ ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ସାମାଜିକ ପତିଆରା ଅମଳିନ ରହିବା ସହ ଆୟ ଉପାର୍ଜନ ବୃଦ୍ଧି ହେବ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ଶତୃମାନେ ଦୂରେଇ ଯିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଜୀବନସାଥୀ ଓ ପ୍ରେମିଙ୍କ ସହିତ ସମ୍ପର୍କ ଭଲ ରହିବ । ପ୍ରତିକାର- ସବୁଜ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ସବୁଜ ରୁମାଲ ଟିଏ ପାଖରେ ରଖନ୍ତୁ ।

ତୁଳା:-ଯେଉଁ ମାନଙ୍କର ଯେ କୌଣସି ମାସର ୬, ୧୫ ଓ ୨୪ ତାରିଖରେ କିମ୍ବା ଷଷ୍ଠୀ ବା ପୂର୍ଣ୍ଣିମା ଓ ଅମାବାସ୍ୟାତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ତୁଳାରାଶି ହେବ । ତୁଳାରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ପ୍ରିୟଜନ ମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହୋଇ ହସଖୁସିରେ ସମୟ ବିତାଇବେ । ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ପାଇ ଖୁସି ହେବେ । ସବୁବେଳେ ନିଜର ଚିନ୍ତାଧାରାକୁ ପ୍ରାଥମିକତାରେ ରଖନ୍ତୁ । ବିଳାସପୂର୍ଣ୍ଣ ଜୀବନଯାପନ ପାଇଁ ବହୁତ ଟଙ୍କା ମଧ୍ୟ ଖର୍ଚ୍ଚ କରିବେ । ସାନ ଭାଇ ଭଉଣୀଙ୍କ ଠାରୁ ଲାଭ ପାଇବା ସହ ଆପଣ ସେମାନଙ୍କର ସବୁ ଆବଶ୍ୟକତାର ସଂପୂର୍ଣ୍ଣ ଯତ୍ନ ନେବେ । ସ୍ୱାସ୍ଥ୍ୟ ସମସ୍ୟା ପ୍ରତି ବିଶେଷ ଧ୍ୟାନ ଦେବା ଉଚିତ୍ । ଅନ୍ୟର ଚିନ୍ତାଧାରାକୁ ଧ୍ୟାନ ଦିଅନ୍ତୁ ନାହିଁ । ଟ୍ରାଫିକ ନିୟମକୁ ଉଲ୍ଲଂଘନ କରନ୍ତୁ ନାହିଁ । ଆଇନ୍ କାନୁନ୍ ସମସ୍ୟାକୁ ଅବହେଳା କରନ୍ତୁ ନାହିଁ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ଯେଉଁ ମାନଙ୍କର ଯେ କୌଣସି ମାସର ୯, ୧୮ ଓ ୨୭ ତାରିଖରେ କିମ୍ବା ନବମୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ବିଛାରାଶି ହେବ । ବିଛାରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବା ଫଳରେ ଆୟ ବୃଦ୍ଧି ହେବ ଓ ବ୍ୟବସାୟ ବାଣିଜ୍ୟ କାରବାର ବଢିବା ଯୋଗେ ବହୁତ ଖୁସି ରହିପାରନ୍ତି । ସହକର୍ମୀଙ୍କ ସହାୟତା ପାଇ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବା ସହ ସୁନାମ ଅର୍ଜନ କରିବେ । ନୂଆ ଲୋଳଙ୍କ ସହିତ ସମ୍ପର୍କ ମଜବୁତ ହେବ । ଦୂର ସମ୍ପର୍କ ଲୋକମାନେ ସାହାଯ୍ୟ କରିବାକୁ ଚେଷ୍ଟା କରିବେ । ସନ୍ତାନଙ୍କର ପ୍ରତିପୋଷଣ ଓ କାର୍ଯ୍ୟକଳାପ ଉପରେ ଧ୍ୟାନ ରଖନ୍ତୁ । ନିଜର ସ୍ଵାର୍ଥ ମନଭାବ ହେତୁ ପ୍ରେମ ସମ୍ପର୍କରେ ପ୍ରେମୀମାନେ କ୍ରୋଧିତ ହୋଇ ପାରନ୍ତି । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବା ସହ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ ଓ ପରିବହନ ବ୍ୟବସାୟରେ ଆଶାତୀତ ସୁଫଳ ମିଳିବ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ଧନୁ:-ଯେଉଁ ମାନଙ୍କର ଯେ କୌଣସି ମାସର ୭, ୧୬ ଓ ୨୫ ତାରିଖରେ କିମ୍ବା ସପ୍ତମୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ଧନୁରାଶି ହେବ । ଧନୁରାଶି ଜାତ ମହିଳା ଓ ପୁରୁଷ ମାନେ ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ଆନନ୍ଦିତ ହେବେ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବା ଫଳରେ ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା ସହ ପାରିବାରିକ ଜୀବନ ଆନନ୍ଦମୟ ହେବ । ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବା ସହ ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । କର୍ମଜୀବି ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀମାନେ ସହଯୋଗ କରିବେ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବା ସହ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଶାରୀରିକ ସୁସ୍ଥତା ଅନୁଭବ କରିବା ସହ ମାନସିକ ଶାନ୍ତି ପାଇବେ । ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣାପାଇ ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ପ୍ରତିକାର- ହଳଦୀରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମକର:-ଯେଉଁ ମାନଙ୍କର ଯେ କୌଣସି ମାସର ୮, ୧୭ ଓ ୨୬ ତାରିଖରେ କିମ୍ବା ଅଷ୍ଟମୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ମକରରାଶି ହେବ । ମକରରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ସରକାରୀ କାମରେ ସଫଳତା ପାଇବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ । ସାମାଜିକ ପତିଆରା ଅମଳିନ ରହିବା ସହ ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ ଓ ଅନେକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ । ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ ଓ ମେହନତର ପରିଣାମ ମିଳିବ । ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ଶୁଭଫଳ ପ୍ରାପ୍ତି ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଯେଉଁ ମାନଙ୍କର ଯେ କୌଣସି ମାସର ୮, ୧୭ ଓ ୨୬ ତାରିଖରେ କିମ୍ବା ଅଷ୍ଟମୀ ତିଥିରେ ଜନ୍ମ ହୋଇଥିବ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ କୁମ୍ଭରାଶି ହେବ । କୁମ୍ଭରାଶି ଜାତ ମହିଳା ଓ ପୁରୁଷ ମାନଙ୍କର କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ କୌଶଳକ୍ରମେ ସମାଧାନ କରିବେ ଓ ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ସହକର୍ମୀଙ୍କ ସହ ବିବାଦ ମେଣ୍ଟିଯିବା ଫଳରେ କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ ଓ ଉଚ୍ଚପଦସ୍ଥ କର୍ମକର୍ତ୍ତା ମାନଙ୍କର କର୍ମଉପରେ ନଜର ପଡ଼ିପାରେ । ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ଆଦାୟ ହୋଇ ପାରିବ । ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ବିଦ୍ୟାକ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା ଯୋଗେ ଯଶ ମିଳିବ । ସାମାଜିକ କାର୍ଯ୍ୟରେ ସଫଳତା ମିଳିବା ସହ ମାନସମ୍ମାନ ବୃଦ୍ଧି ହେବ । ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

ମୀନ:-ଯେଉଁ ମାନଙ୍କର ଯେ କୌଣସି ମାସର ୩, ୧୨, ୨୧ ଓ ୩୦ ତାରିଖରେ କିମ୍ବା ତୃତୀୟା ବା ଦ୍ଵାଦଶୀ ତିଥିରେ ଜନ୍ମ ହୋଇଥିବ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ମୀନରାଶି ହେବ । ମୀନରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ । ସହକର୍ମୀଙ୍କ ସହ ବିବାଦ ମେଣ୍ଟିଯିବା ଫଳରେ କର୍ମକ୍ଷେତ୍ରରେ ଆତ୍ମସନ୍ତୋଷ ଦେଖା ଦେବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ଛାତ୍ର ଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ରାଜନୀତି କ୍ଷେତ୍ରରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ସାହିତ୍ୟ, କଳା, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟ କ୍ଷେତ୍ରରେ କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗା ଯୋଗ କରି ପାରନ୍ତି । ମିତ୍ରଙ୍କ ସାହାଯ୍ୟରେ ବିଗିଡି ଥିବା କାର୍ଯ୍ୟଟି ସଜାଡି ଦେଇ ପାରିବେ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!