2023 ମସିହା ଜାନୁୟାରୀ ମାସରେ କଣ ରହିବ 12ଟି ରାଶିର ଶୁଭାଶୁଭ, ଜାଣିବା ପାଇଁ ଦେଖନ୍ତୁ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ମେଷରାଶି ଜାତ ମହିଳା ଓ ପୁରୁଷ ମାନେ ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ନୂତନ ଚାକିରୀ ପାଇଁ ପ୍ରୟାସ ରତ ଯୁବକଯୁବତୀ ମାନେ ଉତ୍ସାହ ବର୍ଦ୍ଧକ ସମାଚାର ପାଇବେ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚଆଶା ସଫଳ ହୋଇ ଦୂରଯାତ୍ରାରେ ଲାଭପାଇବେ । ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ । ନୂଆ ନୂଆ ବ୍ୟବସାୟିକ ସଂପର୍କ ସ୍ଥାପନ କରିବା ଦ୍ଵାରା ବ୍ୟବସାୟିକ ସ୍ଥିତି ଅଚାନକ ବୃଦ୍ଧି ହେବା ଫଳରେ ଆଶାନୁରୂପ ଅର୍ଥାଗମ ହେବ । ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଅଚାନକ ବନ୍ଧୁ ବାନ୍ଧବମାନଙ୍କର ସମାଗମ ହେବ । ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବୃଷରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ଅସୁସ୍ଥତା ଦୂରହେବ । ମାନସିକ ସୁସ୍ଥତା ଅନୁଭବ କରିବେ । ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତହେବେ ଓ ପାରିବାରିକ ଜୀବନ ସୁଖରେ କାଟିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ । କର୍ମକ୍ଷେତ୍ରରେ ଆନ୍ତରିକ ଉତ୍ସାହ ବୃଦ୍ଧିହେବା ଫଳରେ ଜଟିଳ ସମସ୍ୟାକୁ ସମାଧାନ କରି ମାନସମ୍ମାନ ପାଇବେ । କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । କମିଶନ ସମ୍ବନ୍ଧିତ କାର୍ଯ୍ୟରେ ପ୍ରଚୁର ଲାଭ ମିଳିବ । ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । ଶତ୍ରୁ ମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ । ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ମିଥୁନରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ମାନସିକ ସ୍ଥିରତା ଦେଖାଦେବ । କର୍ମକ୍ଷେତ୍ରରେ ପଦୋନ୍ନତି ହେବାର ସୂଚନା ପାଇବେ । ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇ ଯିବ । ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ପାରିବେ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ୍ତ କରି ପାରିବେ । ପାରିବାରିକ ସ୍ତରରେ କିଛି କୁହୁଳା ଅଶାନ୍ତି ଦୂରେଇ ଯିବ । ଦାମ୍ପତ୍ୟ ଜୀବନରେ ଚିତ୍ତପ୍ରସନ୍ନ ଓ କାର୍ଯ୍ୟ ସିଦ୍ଧି ହେବ । ସନ୍ତାନଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ସମ୍ପର୍ଣ୍ଣ କରି ଆନନ୍ଦିତ ହେବେ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ରାଜନୀତି କ୍ଷେତ୍ରରେ କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖି ପାରିବେ । ଗସ୍ତ କାର୍ଯ୍ୟ କ୍ରମରେ ବହୁ ସମୟ ବାହାରେ କଟାଇବାକୁ ବାଧ୍ୟ ହେବେ । ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବା ସହ ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ । ଆର୍ଥିକସ୍ଥିତି ସୁଧୁରିବା ସହ ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ । ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:- କର୍କଟରାଶି ଜାତ ମହିଳା ଓ ପୁରୁଷ ମାନେ ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀମାନେ ପୂର୍ଣ୍ଣ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧିହେବ । ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ ଓ ବ୍ୟବସାୟୀ ମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଭଲ ଲାଭ ହେବ ଓ ନୂତନ ଆୟର ପନ୍ଥା ନିର୍ଦ୍ଧାରଣ କରି ପାରିବେ । ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ । ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଅସନ୍ତୋଷ ମେଣ୍ଟିଯିବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକାମାନେ ଶୁଭ ସମାଚାର ପାଇବା ସହ ନିଜଲୋକଙ୍କ ସାହାଯ୍ୟ ସହଯୋଗରେ ଆଗକୁ ଆଗେଇ ପାରିବେ । ଗୃହୋପକରଣ କ୍ରୟ କରି ପାରନ୍ତି । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଭାଗନେବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ଛାତ୍ର ଛାତ୍ରୀମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇବେ । କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ସିଂହ:-ସିଂହରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ବ୍ୟୟ ତୁଳନାରେ ଆୟ ଅଧିକ ହେବ ଓ ଆର୍ଥିକ ଅନାଟନ ଦୂରେଇ ଯିବ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ସରକାରୀ କର୍ମଚାରୀ ମାନଙ୍କର କର୍ମକ୍ଷେତ୍ରରେ ମାନ ସମ୍ମାନ ବୃଦ୍ଧି ହେବା ସହ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ସାମାଜିକ କ୍ଷେତ୍ରରେ ଜଣେ ସତ୍ ପରାମର୍ଶଦାତା, ଶିକ୍ଷକ, ଦାର୍ଶନିକ, ଉପଦେଷ୍ଠା ଭାବେ ସମ୍ମାନ ପାଇବେ । ମାଲିମୋକଦ୍ଦମାରେ ଶତ୍ରୁ ବା ବିରୋଧୀମାନେ ତଳମୁହାଁ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ ଓ ଆନ୍ତିରକତା ବୁଝାମଣା ଆତ୍ମିକ ବନ୍ଧନକୁ ସୁଦୃଢ କରିବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପ୍ରତିକାର- ପ୍ରତ୍ୟେକଦିନ ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-କନ୍ୟାରାଶି ଜାତ ମହିଳା ଓ ପୁରୁଷ ମାନଙ୍କର ପୁରୁଣା ରୋଗର ପ୍ରକୋପ ହ୍ରାସ ପାଇ ଶରୀର ସୁସ୍ଥ ରହିବ । କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ମାନସିକ ଦୁଃଶ୍ଚିନ୍ତା ଦୂର ହେବ । ପାରିବାରିକ କ୍ଷେତ୍ରରେ ପରସ୍ପର ପ୍ରତି ବିଶ୍ଵାସ ଭରସା ନିଷ୍ଠା ବୃଦ୍ଧି ପାଇବ । ଶିକ୍ଷାର୍ଥୀମାନେ ଅଧ୍ୟବସାୟର ଉତ୍ତମ ଫଳ ଆସ୍ଵାଦନ କରି ପାରିବେ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ ଓ ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ । ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ବ୍ୟୟ ସମାନ ରହିବ । ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ ମାନେ କ୍ଷାତି ଅର୍ଜନ କରିବେ । ଦୂରଯାତ୍ରାର ସୁଯୋଗ ପାଇ ନୂତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । କେତେକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । କୌଣସି ଶୁଭ କାର୍ଯ୍ୟ ଆରମ୍ଭ କରିବା ଅନୁଚିତ । ଲଟେରୀ ଓ ଜୁଆଖେଳରୁ ନିବୃତ୍ତ ରହନ୍ତୁ ନଚେତ୍ କ୍ଷତିସହିବେ । ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-ତୁଳା ରାଶିମହିଳା ଓ ପୁରୁଷ ମାନଙ୍କର ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । କୋର୍ଟକଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ରହିବ । ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇ ପାରେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ । କାମକାର୍ଯ୍ୟରେ ଗମ୍ଭୀରତା ପୂର୍ବକ ଧ୍ୟାନ ଦେଇ ବହୁତ ପଇସା ଇନକମ୍ କରିବେ । ଶତୃ ଓ ବିରୋଧୀମାନେ ଯେତେ ଚାହିଁଲେ ମଧ୍ୟ ଆପଣଙ୍କର କିଛି ଅହିତ ସାଧନ କରିପାରିବେ ନାହିଁ । କୀର୍ତ୍ତି ଓ ପ୍ରତିଷ୍ଠାକୁ ସ୍ପର୍ଶ ମଧ୍ୟ କରିପାରିବେ ନାହିଁ । ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ । ନିଜେତିଆରି କରିଥିବା କାର୍ଯ୍ୟରେ ସଫଳ ହେବେ । ବ୍ୟବସାୟ ପାଇଁ ଆଖପାଖକୁ ଯାତ୍ରା କରିବାର ସମ୍ଭାବନା ଅଛି । ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକସ୍ଥିତି ବଦଳିବ । ମିତ୍ର ସହଯୋଗୀ ମାନେ ସାହାଯ୍ୟ ସହଯୋଗ କରିବେ । ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ବିଚ୍ଛା ମହିଳା ଓ ପୁରୁଷ ମାନଙ୍କର ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇ ଯିବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ପ୍ରତିଯୋଗିତା ଓ ପରୀକ୍ଷାରେ କୃତକାର୍ଯ୍ୟ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟ ପ୍ରସାର ଫଳରେ ବହୁତ ବଡ଼ ମୁନାଫା ଉଠେଇ ପାରିବେ । କର୍ମକ୍ଷେତ୍ରରେ ନୂତନଜାଗାର ନିମନ୍ତ୍ରଣ ଆସିବ । କେତେକକ୍ଷେତ୍ରରେ ଉଚ୍ଚାକାଂକ୍ଷା ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡ଼ିବ । କର୍ମ ମୁଖରତା ଯୋଗେ ବିଛିନ୍ନ ହୋଇ ପଡିବା ଅସମ୍ଭବ ନୁହେଁ । ପାରିବାରିକ କ୍ଷେତ୍ରରେ ଦ୍ଵନ୍ଦ ଦେଖାଦେଇ ପାରେ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ମାନସିକ ଶାନ୍ତି ଓ ସମସ୍ତ ଚିନ୍ତା ଦୂର ହେବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:- ଧନୁରାଶିମହିଳା ଓ ପୁରୁଷ ମାନେ କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ । ଗୃହରେ ଶୁଭ କାର୍ଯ୍ୟ ମଧ୍ୟ ହୋଇପାରେ । ଧନ ଲାଭ ସହିତ ଜିମ୍ମେଦାରୀ ବଢିଯିବ । ବାହନ ଆଦି କ୍ରୟ କରିପାରିବେ । ସ୍ଵାସ୍ଥ୍ୟରେ ସୁଧାର ଆସିବ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ । ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ପରିବାରରେ ସୁଖଭୋଗ କରିବେ । ଟଙ୍କାର ଆବଶ୍ୟକତା ପୂରଣ ହେବ । ସନ୍ତାନ ଓ ପରିବାରରେ ସମୟ ବିତେଇବେ । କୌଣସି ବନ୍ଧୁଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ । ପ୍ରତିକାର- ହଳଦୀରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମକର:-ମକରରାଶି ମହିଳା ଓ ପୁରୁଷ ମାନଙ୍କର ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ । ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ ଏବଂ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ରାଜନୈତିକ କ୍ଷେତ୍ରରେ ଶତୃମାନେ ଫଛଘୁଞ୍ଚା ଦେବେ । ପଦସ୍ଥ ବ୍ୟକ୍ତିଙ୍କ ସହ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । କର୍ମ ପାଇଁ ଦୂରଯାତ୍ରାରେ ସଫଳ ହେବେ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । ଟଙ୍କାର ଆବଶ୍ୟକତା ପୂରଣ ହେବ । ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ମନ ଓ ଶରୀର ଭଲ ରହିବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ । ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-କୁମ୍ଭରାଶି ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟମିଳିବ । ପଦୋନ୍ନତି ସହ ନୂତନକର୍ମ ପ୍ରାପ୍ତିହେବ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଦୂରଯାତ୍ରାରେ ସଫଳ ହେବେ । ଆୟରସ୍ରୋତ ଖୋଲିଯିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭବାନ ହେବେ । ରାଜନୈତିକ କ୍ଷେତ୍ରରେ ଆଶା ମୁତାବକ ଫଳ ପାଇବେ । ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ । ବକେୟା ଅର୍ଥ କିଛି ମିଳିବ । ମାନସିକଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭହେବ । ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳି ପାରେ । କର୍ମକ୍ଷେତ୍ରରେ ଅସନ୍ତୋଷ, ସହକର୍ମୀଙ୍କ ସହ ବିବାଦର ସମାଧାନ ହେବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ ଓ ମଥାନତ କରିବେ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ମୀନ:-ମୀନରାଶିମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟ ଠିକ୍ ରହିବ । କର୍ମକ୍ଷେତ୍ରରେ ସ୍ଥିରବସ୍ଥା ଆସିବା ଫଳରେ ଆତ୍ମସନ୍ତୋଷ ଆଣିଦେବ ଓ ପ୍ରତିଷ୍ଠା ଖ୍ୟାତି ମଧ୍ୟ ମିଳିବ । ଶିକ୍ଷାର୍ଥୀମାନେ ଅଧ୍ୟୟନରେ ମନ ନିବେଶ କରିବେ ଓ ପ୍ରତିଦ୍ୱନ୍ଦିତା ପରୀକ୍ଷାରେ ସଫଳତା ପାଇବେ । ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରି ହୋଇ ପାରିବେ । ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହି ଲାଭବାନ ହେବେ । ଜମିବାଡି ଜନିତ କେତେକ ସମସ୍ୟା ସମାଧାନ ହେବ । ରାଜନୈତିକ କ୍ଷେତ୍ରରେ ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟଭାର ବୃଦ୍ଧି ହେବ । ଅନେକ ପ୍ରକାର ସୁବିଧା ସୁଯୋଗ ପାଇବା ଫଳରେ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଉଚ୍ଚଶିକ୍ଷା କ୍ଷେତ୍ରକୁ ମୁହାଁଇ ପାରିବେ । ନିଜଆଚାର ବ୍ୟବହାରରେ ସନ୍ତୋଷ ଜନକ ହେବାଦ୍ଵାରା ଗୁରୁଜନଙ୍କ ବିଶ୍ବାସ ଭାଜନ ହେବେ । ସୁଖ ସମ୍ପଦ ପ୍ରାପ୍ତି ହେବ । ନୁତନ କାର୍ଯ୍ୟ ଆରମ୍ଭ କରି ପାରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ପାରିବାରିକ ସମସ୍ୟା ସୁଧାରି ନେବେ । ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!