2023 ମସିହା ଇଂରାଜୀ ନବବର୍ଷ କେମିତି କଟିବ କୁମ୍ଭ (Aquarius) ରାଶିର, କଣ କହୁଛି ଗ୍ରହ ନକ୍ଷତ୍ର… ଦେଖନ୍ତୁ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ନୂଆ ବର୍ଷ ଅର୍ଥାତ୍ ଜୀବନର ନୂଆ ନୂଆ ଯୋଜନା ଓ ସ୍ଵପ୍ନ । ଏହି ନୂଆ ବର୍ଷ ସହିତ ଏକ ଆଶାର ଡୋରୀ ବାନ୍ଧି ହୋଇଥାଏ । ଏହି ଆଶାରୁ ହିଁ ଜିଜ୍ଞାସା ସୃଷ୍ଟି ହୁଏ । ଏହି ନୂଆ ଯୋଜନା ଓ ସ୍ଵପ୍ନକୁ ନେଇ ଅନେକ ପ୍ରକାର ପ୍ରଶ୍ନ ମନରେ ସୃଷ୍ଟି ହୁଏ । ଯେପରିକି କ୍ୟାରିୟର କିପରି ହେବ ? ଶିକ୍ଷା କ୍ଷେତ୍ରରେ କିପରି ହେବ ? ସ୍ୱାସ୍ଥ୍ୟ କିପରି ରହିବ ? ପାରିବାରିକ ଓ ବୈବାହିକ ଜୀବନ କିପରି ରହିବ ? ଏହିପରି ଅନେକ ପ୍ରଶ୍ନ ମନରେ ଆସିଥାଏ । ସମୟ ସବୁବେଳେ ସମାନ ନଥାଏ, କିନ୍ତୁ ସମୟ ପୂର୍ବରୁ ଘଟଣା ଗୁଡିକ ବିଷୟରେ ଜାଣି ପ୍ରତ୍ୟେକ ସମସ୍ୟାକୁ ସାମ୍ନା କରିବାକୁ ସାହସ ଓ ଧର୍ଯ୍ୟ ଏକଜୁଟ କରି ଲଢିବାର କ୍ଷମତାକୁ ବିକସିତ କରିବା ଆବଶ୍ୟକ । ତେବେ ଆସନ୍ତୁ ପ୍ରଥମେ ଜାଣିବା ୨୦୨୩ ମସିହାରେ କୁମ୍ଭରାଶିର ରାଶିଫଳ ଅନୁସାରେ ଜୀବନର ଶୁଭ ଅଶୁଭ ଫଳାଫଳ ବିଷୟରେ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବର୍ଷ ଆରମ୍ଭରୁ ଧନୁରାଶିରେ ରବି, ବୁଧ, ମେଷରାଶିରେ ଚନ୍ଦ୍ର, ରାହୁ, ବୃଷରେ ମଙ୍ଗଳ, ମକରରେ ଶନି, ଶୁକ୍ର, ମୀନରାଶିରେ ଗୁରୁ, ତୁଳାରାଶିରେ କେତୁ ଥିବା ସମୟରେ ବର୍ଷଚକ୍ର ଆରମ୍ଭ ହେଉଛି । ଗୁରୁ ୨୦୨୩ମସିହା ଏପ୍ରିଲମାସ ୨୧ତାରିଖରେ ମେଷରାଶିକୁ ଗମନ କରି ବର୍ଷଶେଷ ପର୍ଯ୍ୟନ୍ତ ରହିବେ । ୨୦୨୩ ମସିହା ଜାନୁୟାରୀ ୧୭ତାରିଖରେ ଶନି କୁମ୍ଭରାଶିକୁ ଗୋଚର ହୋଇ ବର୍ଷଶେଷ ପର୍ଯ୍ୟନ୍ତ ଅବସ୍ଥାନ କରିବେ ।

କୁମ୍ଭରାଶିର ଜାତକଙ୍କ ପାଇଁ ୨୦୨୩ ମସିହାରେ ଉତ୍ତମ ଫଳ ପ୍ରାପ୍ତ ହେବ କାରଣ ଜନ୍ମଶନି, ବିକ୍ରମ ଭାବରେ ରାହୁ, ଧନଭାବରେ ଗୁରୁ ଥିବାରୁ ଜୀବେ ଦ୍ଵିତୀୟେ ଧନଧାନ୍ୟ ଭୋଗ ଦୃଷ୍ଟିରୁ ଆକସ୍ମିକ ଧନ ପ୍ରାପ୍ତି ହେବ । ଆର୍ଥିକ, କ୍ୟାରିୟର, ଶିକ୍ଷା କ୍ଷେତ୍ରରେ ଉତ୍ତମ ପରିଣାମ ପ୍ରାପ୍ତ ହେବ । ଧନ ସମ୍ବନ୍ଧୀୟ ମାମଲାରେ ବୁଦ୍ଧି ଓ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ । ଆକସ୍ମିକ ଧନ ଲାଭ ହୋଇ ଆର୍ଥିକ ସମସ୍ୟାରୁ ମୁକ୍ତି ମିଳିବ ବା ପୁର୍ବରୁ କରିଥିବା ଋଣରୁ ମୁକ୍ତି ପାଇ ପାରିବେ । ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି ।

ବିତିଯାଇଥିବା ମାମଲାରେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା ସଫଳତା ମିଳିବ । ସୁଖ ସମ୍ପଦ ପ୍ରାପ୍ତି ହେବା ସହ ନୂତନ କାର୍ଯ୍ୟ କିଛି ଆରମ୍ଭ କରିବା ପାଇଁ ମନ ବଳେଇବେ । ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ । ରାଜକୀୟ ମାମଲାରେ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ । ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲାର ସମାଧାନ ହେବ । ଗୃହରେ ସବୁ ସଦସ୍ୟଙ୍କପ୍ରତି ଧ୍ୟାନ ରଖିଲେ ସକାରାତ୍ମକ ପରିବେଶ ସୃଷ୍ଟି ହେବ । ପରିବାରର କୌଣସି ସଦସ୍ୟଙ୍କ ନୂତନକର୍ମ ନିଯୁକ୍ତି ହେବ । ଦାମ୍ପତ୍ୟ ଜୀବନ ଓ ପ୍ରେମ ସମ୍ପର୍କରେ ସଫଳ ହେବେ ।

ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ । ପଡୋଶୀ ବା କୁଟୁମ୍ବଙ୍କ ସହ ମାନମନାନ୍ତର ଥିଲେ ମେଣ୍ଟିଯିବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ-ବିବାହ, ଚାକିରୀ ଇତ୍ୟାଦି ସଂପୂର୍ଣ୍ଣ ହେବ । ଜୀବନ ସାଥିଙ୍କ ସହ ସୁଖ ଶାନ୍ତିରେ ସମୟ ବିତେଇବେ । ନିଜ ଆତ୍ମୀୟ ଲୋକଙ୍କ ପ୍ରୋତ୍ସାହନ ପାଇ ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରୀ କ୍ଷେତ୍ରରେ ଉନ୍ନତି କରି ପାରିବେ । କର୍ମକ୍ଷେତ୍ରରେ ସୁଖ-ସୌଭାଗ୍ୟ ତଥା ଯଶ-ପ୍ରସିଦ୍ଧି ଆଶା କରି ହେବ ଓ କର୍ମ କ୍ଷେତ୍ରରେ ପ୍ରମୋଶନ ପାଇବା ଫଳରେ ପରିବର୍ତ୍ତନ ଆସିବ ।

ବରିଷ୍ଠ କର୍ମଚାରୀଙ୍କ ସହିତ ସୁସମ୍ପର୍କ ସ୍ଥାପିତ ହୋଇ କର୍ମ କ୍ଷେତ୍ରରେ ଶାନ୍ତି ମିଳିବ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିଣାମ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବା ସହ ମାନସିକ ସ୍ଥିତି ବହୁତ ଭଲ ରହିବ । ଯେଉଁମାନେ ବିଦେଶରେ ରହି ପାଠ ପଢିବାକୁ ଚାହୁଁଛନ୍ତି ସେମାନେ ମଧ୍ୟ ସକାରାତ୍ମକ ପରିଣାମ ପାଇବାର ସମ୍ଭାବନା ଅଛି । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ କୃତକାର୍ଯ୍ୟ ହେବେ । ନିଜର ରଚନାତ୍ମକତା ଚରମ ହେବ ତଥା ଲୋକଙ୍କୁ ନିଜର କରିପାରିବେ ।

କ୍ୟାରିୟରରେ ପ୍ରବଳ ଉନ୍ନତି ହେବ । ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିଣାମ ମିଳିବ । ବ୍ୟବସାୟରେ ପ୍ରେରଣା ଓ ଆର୍ଥିକ ସହାୟତାରେ ଉଚିତ୍ ଲାଭ ପ୍ରାପ୍ତ ହେବା ସହ କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରି ପାରିବେ । ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଆର୍ଥିକ ମାମଲା ସୁଧୁରି ଯାଇ ଋଣ ଭରଣାର ଯୋଜନା କରିଲେ ସଫଳତା ମିଳିବ । ବୁଦ୍ଧିଜୀବି ମାନଙ୍କ ସହିତ ସମ୍ପର୍କ ମଜବୁତ୍ କରିବାରେ ସଫଳ ହେବେ ।

ରାଜନୀତି କ୍ଷେତ୍ରରେ ଉଚ୍ଚ ସମ୍ପର୍କରୁ ଲାଭବାନ ହେବେ ଓ କୌଣସି ବରିଷ୍ଠ ରାଜନେତାଙ୍କ ପରାମର୍ଶରେ ନିର୍ବାଚନର ସୁଯୋଗ ପାଇପାରନ୍ତି । ରାଜନୈତିକ କ୍ଷେତ୍ରରେ ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବା ଫଳରେ ଲକ୍ଷ୍ୟ ସିଦ୍ଧିହେବ । ଲକ୍ଷପ୍ରତି ଯଥାର୍ଥବାଦୀ ହୋଇ ଶତୃଙ୍କ ସହିତ ମୁକାବିଲା କରିପାରିବେ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚ ମାନ୍ୟତାରେ ବୃଦ୍ଧି ହେବ । ଶାରୀରିକ କ୍ଷେତ୍ରରେ ଉନ୍ନତି ହେବ । ସାଙ୍ଗ ସାଥିଙ୍କ ସହ ଦୁରସ୍ଥାନକୁ ଭ୍ରମଣ କରିବାକୁ ଯାଇ ପାରନ୍ତି । ଦୀର୍ଘଦିନ ଧରି ଅଧା ହୋଇ ପଡ଼ିଥିବା କାର୍ଯ୍ୟମାନ ଧିରେ ଧିରେ ପୂର୍ଣ୍ଣ ହୋଇଯିବ ।

ନଷ୍ଟ ହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ । ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରି ପାରନ୍ତି । ନୂଆ ନୂଆ ଉପାୟ ଚିନ୍ତା କରିବେ । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ସୁଯୋଗ ପାଇବେ । ଏପ୍ରିଲ ମାସ ପର ଠାରୁ ଗୁରୁ ବିକ୍ରମ ଭାବରେ ରହିବେ ଯାହା ଫଳରେ ସ୍ୱାସ୍ଥ୍ୟ ପ୍ରତି ବିଶେଷ ଧ୍ୟାନ ରଖିବା ଜରୁରୀ କାରଣ ଶାରୀରିକ ସମସ୍ୟା ଦେଖା ଦବ । ଶତୃଙ୍କଠାରୁ ଦୂରେଇ ନରହିଲେ ମନସ୍ତାପ ବଢିଯିବ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ । କାରଣ କିଛି ସମୟ ପାଇଁ ନିଜର ଧ୍ୟାନ ଭ୍ରମିତ ହୋଇପାରେ ।

କର୍ମକ୍ଷେତ୍ରରେ ସ୍ଥାନ ପରିବର୍ତ୍ତନ ହେବାର ସମ୍ଭାବନା ଅଛି । ଜୀବନସାଥିଙ୍କ ସ୍ୱାସ୍ଥ୍ୟ ସମସ୍ୟା ହେତୁ ମାନସିକ ଚିନ୍ତା ବୃଦ୍ଧି ହେବ । ପରିବାରରେ କିମ୍ବା କୁଟୁମ୍ବରେ ଶୁଭ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବେ । ପ୍ରତିକାର:-୧- ପ୍ରତ୍ୟେକ ଦିନ କଦଳୀଗଛ ମୂଳରେ ହଳଦୀ ପାଣି ଦିଅନ୍ତୁ ଓ ଅସହାୟଙ୍କୁ ସାହାଯ୍ୟ କରନ୍ତୁ । ୨- ପାଣିରେ କିଛି ଫିଟିକିରି ଓ ଗୋମୂତ୍ର ପକାଇ ଘରକୁ ପୋଛନ୍ତୁ । ୩- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ଓ ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!