2023 ମସିହା ଇଂରାଜୀ ନବବର୍ଷ କେମିତି କଟିବ ମୀନ (Pisces) ରାଶିର, କଣ କହୁଛି ଗ୍ରହ ନକ୍ଷତ୍ର… ଦେଖନ୍ତୁ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ନୂଆ ବର୍ଷ ଅର୍ଥାତ୍ ଜୀବନର ନୂଆ ନୂଆ ଯୋଜନା ଓ ସ୍ଵପ୍ନ । ଏହି ନୂଆ ବର୍ଷ ସହିତ ଏକ ଆଶାର ଡୋରୀ ବାନ୍ଧି ହୋଇଥାଏ । ଏହି ଆଶାରୁ ହିଁ ଜିଜ୍ଞାସା ସୃଷ୍ଟି ହୁଏ । ଏହି ନୂଆ ଯୋଜନା ଓ ସ୍ଵପ୍ନକୁ ନେଇ ଅନେକ ପ୍ରକାର ପ୍ରଶ୍ନ ମନରେ ସୃଷ୍ଟି ହୁଏ । ଯେପରିକି କ୍ୟାରିୟର କିପରି ହେବ ? ଶିକ୍ଷା କ୍ଷେତ୍ରରେ କିପରି ହେବ ? ସ୍ୱାସ୍ଥ୍ୟ କିପରି ରହିବ ? ପାରିବାରିକ ଓ ବୈବାହିକ ଜୀବନ କିପରି ରହିବ ? ଏହିପରି ଅନେକ ପ୍ରଶ୍ନ ମନରେ ଆସିଥାଏ । ସମୟ ସବୁବେଳେ ସମାନ ନଥାଏ, କିନ୍ତୁ ସମୟ ପୂର୍ବରୁ ଘଟଣା ଗୁଡିକ ବିଷୟରେ ଜାଣି ପ୍ରତ୍ୟେକ ସମସ୍ୟାକୁ ସାମ୍ନା କରିବାକୁ ସାହସ ଓ ଧର୍ଯ୍ୟ ଏକଜୁଟ କରି ଲଢିବାର କ୍ଷମତାକୁ ବିକସିତ କରିବା ଆବଶ୍ୟକ । ତେବେ ଆସନ୍ତୁ ପ୍ରଥମେ ଜାଣିବା ୨୦୨୩ ମସିହାରେ ମୀନରାଶିର ରାଶିଫଳ ଅନୁସାରେ ଜୀବନର ଶୁଭ ଅଶୁଭ ଫଳାଫଳ ବିଷୟରେ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବର୍ଷ ଆରମ୍ଭରୁ ଧନୁରାଶିରେ ରବି, ବୁଧ, ମେଷରାଶିରେ ଚନ୍ଦ୍ର, ରାହୁ, ବୃଷରେ ମଙ୍ଗଳ, ମକରରେ ଶନି, ଶୁକ୍ର, ମୀନରାଶିରେ ଗୁରୁ, ତୁଳାରାଶିରେ କେତୁ ଥିବା ସମୟରେ ବର୍ଷଚକ୍ର ଆରମ୍ଭ ହେଉଛି । ଗୁରୁ ୨୦୨୩ମସିହା ଏପ୍ରିଲମାସ ୨୧ତାରିଖରେ ମେଷରାଶିକୁ ଗମନ କରି ବର୍ଷଶେଷ ପର୍ଯ୍ୟନ୍ତ ରହିବେ । ୨୦୨୩ ମସିହା ଜାନୁୟାରୀ ୧୭ତାରିଖରେ ଶନି କୁମ୍ଭରାଶିକୁ ଗୋଚର ହୋଇ ବର୍ଷଶେଷ ପର୍ଯ୍ୟନ୍ତ ଅବସ୍ଥାନ କରିବେ ।

ମୀନରାଶିର ଜାତକଙ୍କ ପାଇଁ ୨୦୨୩ ମସିହାରେ ଜନ୍ମ ବୃହସ୍ପତି, ଦ୍ଵାଦଶଶନି ଓ ଦ୍ଵିତୀୟ ଭାବରେ ରାହୁ ଥିବାରୁ ଶୁଭାଶୁଭ ମିଶ୍ରିତ ଫଳ ପ୍ରାପ୍ତି ହେବ । ସରକାରୀ କ୍ଷେତ୍ରରେ ପରୀକ୍ଷା ଦେଲେ ଉତିର୍ଣ୍ଣ ହେବେ । ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ଚାଲୁ କରିବାକୁ ସକ୍ଷମ ହେବେ । ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ବିଶେଷ କରି ବିଦ୍ୟାର୍ଥୀ ମାନଙ୍କ ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ । ପ୍ରତିଯୋଗୀ ପରୀକ୍ଷାରେ ପ୍ରଶାସନିକ ସେବାପାଇଁ କରିଥିବା ଶ୍ରମ ଅବଶ୍ୟ ଶୁଭଫଳ ଦେବ । ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ ।

ବିଦ୍ୟାର୍ଥୀ ମାନଙ୍କର ଶିକ୍ଷାରେ ଭଲ ପରିଣାମ ମିଳିବ, କିନ୍ତୁ ଶିକ୍ଷା ପ୍ରତି ଧ୍ୟାନ ଦେବାକୁ ହେବ । ଆର୍ଥିକ ପରିସ୍ଥିତି ବହୁତ ଭଲ ରହିବ । କାରଣ ଏହି ସମୟରେ ଅଲଗା ଅଲଗା ମାଧ୍ୟମରେ ଧନ ଲାଭ କରିବାରେ ସକ୍ଷମ ହେବେ । କିନ୍ତୁ ଆପଣଙ୍କୁ ନିଜର ଖର୍ଚ୍ଚ ପ୍ରତି ସଜାଗ ରହିବା ଆବଶ୍ୟକ । ମାନସିକ ଚିନ୍ତାରୁ ମୁକ୍ତି ପାଇବେ । ଯେଉଁ କାର୍ଯ୍ୟ କରିବାକୁ ଚେଷ୍ଟା କରିନଥିବେ ସେହି କାର୍ଯ୍ୟ ସହଜ ସରଳରେ ହୋଇଯିବ । କାର୍ଯ୍ୟ କ୍ଷେତ୍ରରେ ଅନୁକୂଳ ପରିସ୍ଥିତି ରହିବ । ସରକାରୀ ସାହାଯ୍ୟ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ ।

ମାନସିକ, ବୌଦ୍ଧିକ, ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହୋଇ କ୍ଷମତା ଓ ଶକ୍ତି ବଳରେ ସମୟ ବିତାଇବେ । ବ୍ୟବସାୟୀକ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । ବ୍ୟବସାୟରେ ଉତ୍ଥାନ ପତ୍ତନର ସମ୍ମୁଖୀନ ହେଲେ ମଧ୍ୟ ନିଜ ପରିଶ୍ରମରେ ସଫଳତା ପାଇବେ । ମିତ୍ରଙ୍କ ସାହାଯ୍ୟ ସହଯୋଗ ଅବିସ୍ମରଣୀୟ ରହିବ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ । ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ ।

ସନ୍ତାନମାନେ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବା ଫଳରେ ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ । ନୈତିକତା ଦୃଷ୍ଟିରୁ ଶ୍ରେଷ୍ଠସ୍ଥାନ ଲାଭ କରିବା ସହ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ଅର୍ଜନ କରିବେ । ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆ ଦ୍ୱାରା ଲୋକସଂପର୍କ ବୃଦ୍ଧିହେବ । ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ । ପରିବାରରେ ଲାଗିରହିଥିବା ସମସ୍ୟାରୁ ମୁକ୍ତି ମିଳିବ । ଭୁଲ ବୁଝାମଣାର ସମାଧାନ ହୋଇ ବୈବାହିକ ଜୀବନରେ ସୁଖ ଶାନ୍ତି ଦେଖା ଦବ । ପରିବାରରେ ମଧ୍ୟ ସୁଖ ଶାନ୍ତି ବଜାୟ ରହିବ । ନିଜର ବାଣୀ ବା କଥାବାର୍ତ୍ତା ଉପରେ ଧ୍ୟାନ ରଖନ୍ତୁ ।

ଜୀବନସାଥୀଙ୍କ ସହିତ କଥାବାର୍ତ୍ତା କରିବା ବେଳେ ନିଜର ଶବ୍ଦ ପ୍ରତି ସାବଧାନ ରହିବା ଆବଶ୍ୟକ । ଅନ୍ୟଥା ଜୀବନସାଥୀ କ୍ରୋଧିତ ହେବେ । ଯାହାକି ଶାନ୍ତିପୂର୍ଣ୍ଣ ବାତାବରଣ ଯୋଗେ ଆନନ୍ଦ ପାଇବେ । କିନ୍ତୁ ଜୀବନ ସାଥିଙ୍କ ସ୍ୱାସ୍ଥ୍ୟ ଖାରାପ ହେତୁ ପ୍ରାୟ ସମୟ ଆପଣ ଚିନ୍ତିତ ରହିବେ । ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବା ହେତୁ ଚିନ୍ତାର ମୁଖ୍ୟ କାରଣ ହେବ । ସ୍ୱାସ୍ଥ୍ୟ ପ୍ରତି ବିଶେଷ ଧ୍ୟାନ ରଖିବା ଉଚିତ୍ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ । ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁ ବ୍ୟତିବ୍ୟସ୍ତ ହୋଇଯିବେ ।

ପ୍ରେମିକ ପ୍ରେମିକା ମାନଙ୍କ ସମ୍ପର୍କରେ ପରିବର୍ତ୍ତନ ହୋଇପାରେ । ପ୍ରେମ କ୍ଷେତ୍ରରେ ଥିବା ସମସ୍ୟା ମିତ୍ରଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । କୃରଗ୍ରହଙ୍କ ପ୍ରଭାବରେ କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ କରିବାକୁ ପଡିପାରେ । ଯାହା ଫଳରେ କର୍ମ କ୍ଷେତ୍ରରେ ଉନ୍ନତି ଓ ପ୍ରଗତି ମିଳିପାରିବ । ସରକାରୀ କର୍ମଚାରୀ ମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଏବଂ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି ।

ସତର୍କରେ ନ ଚାଲିଲେ ଓ ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ଅନୁତାପ କରି ପାରନ୍ତି । ରାଜନୀତି କ୍ଷେତ୍ରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ଧାର୍ମିକ କାର୍ଯ୍ୟରେ ସଫଳତା ପାଇବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ ।

ପ୍ରତିକାର- ୧- ପ୍ରତ୍ୟେକ ଦିନ କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ଓ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ । ୨- ପ୍ରତ୍ୟେକ ଗୁରୁବାର ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ଓ ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ । ୩- ପ୍ରତ୍ୟେକ ଶନିବାର ଦିନ ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗ କରି ପିଲାଙ୍କୁ ବାଣ୍ଟନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!