ଦୈନିକ ରାଶିଫଳ: ୨୧ ଅପ୍ରେଲ ୨୦୧୯, ସୂର୍ଯ୍ୟ ଦେବଙ୍କ କୃପାରୁ ଆଜି ଏହି ସବୁ ରାଶିର ବ୍ୟକ୍ତିଙ୍କୁ କର୍ମ କ୍ଷେତ୍ରରେ ମାନସମ୍ମାନ ମିଳିବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୧ ଅପ୍ରେଲ ୨୦୧୯

ମେଷ:-

ଭୋଗବିଳାସରେ ସାମିଲ ହୋଇ ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ସମ୍ମାନ ପାଇବେ।  ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କଲେ ସଫଳ ହେବେ। କ୍ରୋଧକୁ ଦମନ କରି ପାରିଲେ ପାରିବାରିକ କ୍ଷେତ୍ରରେ ହସଖୁଶିର ବାତାବରଣ ସୃଷ୍ଟି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନେତା ମାନେ ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟୀମାନେ କାରବାରରେ ବୁଡିରହି ଆଶାତୀତ ଲାଭପାଇବେ। ରାଜନେତା ମାନେ ନିମ୍ନବର୍ଗର ବ୍ୟକ୍ତି ବିଶେଷ ଅଧିକାଂଶ କ୍ଷେତ୍ରରେ ସାହାଯ୍ୟର ମନୋବୃତ୍ତି ଗ୍ରହଣ କରିବା ଫଳରେ ସନ୍ତୋଷ ଲାଭ କରିବେ। ମହିଳା ମାନଙ୍କର ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ ଓ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ। ରାଜନୀତିରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ ସଫଳତା ଅର୍ଜନ କରିବେ। ଦୂରଯାତ୍ରାର ସୁଯୋଗ ପାଇ କୃତକାର୍ଯ୍ୟ ହେବେ। ମହିଳାମାନଙ୍କର ପ୍ରତିକୁଳ ପରିସ୍ଥିତି ଦୂରେଇଯିବ ଓ ସନ୍ତାନସୁଖ ମିଳିବ। ସେବା କାର୍ଯ୍ୟରେ ଉଦଦ୍ବୁଦ୍ଧ ହୋଇ ଅନେକଙ୍କର କଲ୍ୟାଣ କରିବା ସୁଯୋଗ ପାଇବେ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଭଲ ଲାଭ ପାଇବେ ଓ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଆର୍ଥିକଦିଗରୁ ସୁବିଧା ହେବାସହ ଉଚିତ୍ ପରାମର୍ଶ ପାଇ ପୈତୃକ ସମ୍ପତ୍ତି ନେଇ ଥିବା ପାରିବାରିକ ଦ୍ୱନ୍ଦର ସମାଧାନ ହେବ । ରାଜନୀତି କ୍ଷେତ୍ରରେ ଆନୁଷ୍ଠାନିକ କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ହରେଇଥିବା ଦ୍ରବ୍ୟ ଫେରି ପାଇବେ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ମହିଳାମାନେ ବ୍ୟବସାୟରେ ପ୍ରଚୁର ଲାଭ କରିବେ ଓ ରାଜନୀତିରେ କୃତକାର୍ଯ୍ୟ ହେବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ଆୟ ଅପରିବର୍ତ୍ତିତ ରହିବା ସହ ବ୍ୟୟ ସଙ୍କୁଚିତ ହେବ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ବାଦ-ବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ।  ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଆପଣା ଲୋକଙ୍କ ଠାରୁ ପ୍ରଶଂସିତ ହେବେ। ଯୁବକ ଯୁବତୀ ମାନଙ୍କର କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଅର୍ଥ ପ୍ରାପ୍ତି ହୋଇଯିବ। ବ୍ୟବସାୟରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରି ସଫଳତା ଅର୍ଜନ କରି ପାରିବେ। ରାଜନୀତି କ୍ଷେତ୍ରରେ ଆନୁଷ୍ଠାନିକ କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର-ଅସହାୟକୁ ନିରାଶ କରିବେ ନାହିଁ।

ତୁଳା:-

ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ। ପ୍ରତିଦ୍ୱନ୍ଦିତା ପରୀକ୍ଷା ରେ ସଫଳତା ଲାଭ କରିବେ। ବନ୍ଧୁ ମିତ୍ରମାନେ ସମର୍ଥନ ଓ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ। ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ। ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ। ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି। ପାରିବାରିକ ଜୀବନ ଆନନ୍ଦମୟ ହେବ। ପିଲାମାନଙ୍କ ପ୍ରତି ବିଶେଷ ସତର୍କ ରହିବା ଉଚିତ୍। ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ଆତ୍ମବିଶ୍ଵାସ ବୃଦ୍ଧି ପାଇବା ଫଳରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ନିର୍ମାଣମୂଳକ ଯୋଜନାରେ ଆଗେଇବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ରାଜନୀତି କ୍ଷେତ୍ରରେ ପରିଶ୍ରମ ନ ବଢାଇଲେ ଉତ୍ତମ ରୂପେ ଲକ୍ଷ୍ୟ ସିଦ୍ଧି ସମ୍ଭବ ହେବ ନାହିଁ। ପାରିବାରିକ କ୍ଷେତ୍ରରେ ଅସନ୍ତୋଷ, କ୍ଷୋଭ ଓ ଅବଶୋଷ ଦୂରେଇ ଯିବ। କୌଣସି ଆଧ୍ୟାତ୍ମିକ କାର୍ଯ୍ୟର ଆୟୋଜନ କରେଇବା ଯୋଗେ ଗୁରୁଜନ ସନ୍ତୁଷ୍ଟ ରହିବେ। ନାନା ବାଟରେ ଧନାଗମ ଘଟି ନିଜର ପ୍ରତିଷ୍ଠା ଓ ସୁନାମ ବଢିବ ଆୟ ମଧ୍ୟ ଉତ୍ତମ ହେବ। ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖରେ ଚଳିବାରେ ବାଧା ଉପୁଜିବ ନାହିଁ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରି ପାରନ୍ତି । ପ୍ରତିକାର-ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।

ମକର:-

ବ୍ୟବସାୟିକ କ୍ଷେତ୍ରରେ ସ୍ଥିତି ସୁଧୁରିବା ସହ ଉନ୍ନତିହେବ ଓ ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ। ଆର୍ଥିକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ। ପରିବାରରେ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଉତ୍ତମ ରୋଜଗାର କରିପାରିବେ। ରାଜନୀତିରେ କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖି ପାରିବେ ଓ ସ୍ଵନାମ ଅର୍ଜନ କରିପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଆକସ୍ମିକ ଧନପ୍ରାପ୍ତିହେବ ବା ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ। ବାଦବିବାଦ, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବା ଫଳରେ ପ୍ରଶଂସିତ ହେବେ। ଦୂରଯାତ୍ରାରେ ଲାଭପାଇବେ। ଗୃହ ନିର୍ମାଣ କରି ପାରିବେ। ଅଧିକ ପରିଶ୍ରମ ତୁଳନାରେ ଅଧିକ ପାରିଶ୍ରମିକ ଆଦାୟର ପ୍ରଚେଷ୍ଟା ଚଳାଇବେ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ମୀନ:-

ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳହେବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଶାରିରୀକ ଅସୁସ୍ଥତା ଦୂରହେବ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ଓ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!