ଦୈନିକ ରାଶିଫଳ: ୨୧ ଏପ୍ରିଲ ୨୦୨୦, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଏପ୍ରିଲ ମାସ୨୧ତାରିଖ, ମଙ୍ଗଳବାର, ମେଷମାସ ୯ଦିନ, ବୈଶାଖମାସ, କୃଷ୍ଣପକ୍ଷ, ଚତୁର୍ଦ୍ଦଶୀ ତିଥି, ଉତ୍ତରଭାଦ୍ରପଦ ନକ୍ଷତ୍ର, ଦିବା ୧୦ଟା ୨୩ମିନିଟ୍ ଗତେ ରେବତୀ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର। ମକର ରାଶିର ଘାତବାର। ଧନୁ ରାଶିର ଘାତଚନ୍ଦ୍ର। ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ। ଶୁଭସମୟ ସକାଳ ୮ଟା ୩୭ମିନିଟ୍ ରୁ ୧୦ଟା ୨୮ମିନିଟ୍, ଦିବା ୧ଟା ୨ମିନିଟ୍ ରୁ ୧ଟା ୧୮ମିନିଟ୍, ଦିବା ୪ଟା ୨୯ମିନିଟ୍ ରୁ ୫ଟା ୧୧ମିନିଟ୍, ସନ୍ଧ୍ୟା ୬ଟା ୪ମିନିଟ୍ ରୁ ୬ଟା ୪୭ମିନିଟ୍, ରାତ୍ର ୯ଟା ୫ମିନିଟ୍ ରୁ ୧୧ଟା ୨୨ମିନିଟ୍। ପର୍ବଦିନ ଶିବ ଚତୁର୍ଦ୍ଦଶୀ ଉପବାସ ଓ ବେଢା ପରିକ୍ରମା।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ଶିକ୍ଷାର୍ଥୀମାନେ ଅଧ୍ୟବସାୟର ଉତ୍ତମ ଫଳ ଆସ୍ଵାଦନ କରି ପାରିବେ। ବ୍ୟବସାୟ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ। ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ବ୍ୟୟ ସମାନ ରହିବ। କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ମାନସିକ ଦୁଃଶ୍ଚିନ୍ତା ଦୂରେଇ ଯିବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବୃଷ:-

ପାରିବାରିକ କ୍ଷେତ୍ରରେ ଅସ୍ଥିରତା ଓ ଅଶାନ୍ତି ଦୂରେଇ ଯିବ। କର୍ମକ୍ଷେତ୍ରରେ ପରସ୍ପର ପ୍ରତି ବିଶ୍ଵାସ ଭରସା ନିଷ୍ଠା ବୃଦ୍ଧି ପାଇବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ବ୍ୟବସାୟରେ ପରିଶ୍ରମ ମୁତାବକ ଫଳ ପ୍ରାପ୍ତିହେବ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ଅଧା ଅଧୁରାଥିବା କାର୍ଯ୍ୟ ପୂରଣ କରିବା ପାଇଁ ଯୋଗାଯୋଗ କରି ପାରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ ମାନେ କ୍ଷାତି ଅର୍ଜନ କରିବେ। ନୂତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ପାରିବାରିକ କ୍ଷେତ୍ରରେ ନିଜ ପ୍ରଭାବ ଫଳରେ ପ୍ରତିକୂଳ ସ୍ରୋତକୁ ଆତିକ୍ରମ କରିହେବ। ପୁରୁଣା ରୋଗର ପ୍ରକୋପ ହ୍ରାସ ପାଇବ। ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। ଛାତ୍ରଛାତ୍ରୀମାନଙ୍କର ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ସିଧା ଓ ଟାଣୁଆ ଶକ୍ତି ଆର୍ଥିକ ସ୍ଥିତିକୁ ସୁଦୃଢକରି ସ୍ଥିର ହିସାବରେ ଚଳିବାରେ ପ୍ରେରଣା ପ୍ରଦାନ କରିବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ଶାନ୍ତି ପାଇବେ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-

ସାମ୍ବାଦିକ ମାନେ ପ୍ରଶଂସିତ ହେବେ। କର୍ତ୍ତବ୍ୟନିଷ୍ଠ, କର୍ମଠ, ସଚ୍ଚୋଟ ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ଆମୋଦ ପ୍ରମୋଦ, ଭୋଗବିଳାସରେ ଦିନଟି କାଟିବା ପାଇଁ ଆଗ୍ରହୀ ହେବେ। ରାଜନୀତି କ୍ଷେତ୍ରରେ ନିଜର ଆତ୍ମନିରୀକ୍ଷଣ ଓ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତ ହେବ। ଉଚ୍ଚଶିକ୍ଷା ପାଇଁ ଯୋଜନା ପ୍ରସ୍ତୁତ କରିବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ବକେୟା ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

ସାମାଜିକ କ୍ଷେତ୍ରରେ ଜଣେ ସତ୍ ପରାମର୍ଶଦାତା, ଦାର୍ଶନିକ, ଉପଦେଷ୍ଠା ଭାବେ ସମ୍ମାନ ପାଇବେ। କର୍ମକ୍ଷେତ୍ରରେ ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ରାଜନୀତିରେ କୂଟନୀତିର ଶୀକାର ହେଲେ ମଧ୍ୟ ସଚ୍ଚୋଟ ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ପାରିବାରିକ କ୍ଷେତ୍ରରେ ଆନ୍ତିରକତା ବୁଝାମଣା ଆତ୍ମିକ ବନ୍ଧନକୁ ସୁଦୃଢ କରିବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବହୁତ ଚିନ୍ତିତ ରହି ପାରନ୍ତି। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ସୁଯୋଗ ହାତ ପାହାନ୍ତାରେ ପାଇ ସଫଳତା ମିଳିବ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ।ବ୍ୟବସାୟ କ୍ଷେତ୍ରରେ ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇ ଯିବ। ଶତ୍ରୁ ବା ବିରୋଧୀମାନେ ତଳମୁହାଁ ହେବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇ ଧନ୍ୟ ହେବେ। କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। ରାଜନୀତି କ୍ଷେତ୍ରରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ବ୍ୟବସାୟୀମାନେ ସ୍ଥଳବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭବାନ ହେବେ। କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦୂରେଇଯାଇ ଶାନ୍ତି ବିରାଜମାନ କରିବ। ସ୍ୱାସ୍ଥ୍ୟ ଭଲ ରହିବ, କର୍ତ୍ତବ୍ୟନିଷ୍ଠ, କର୍ମଠ, ସଚ୍ଚୋଟ ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ।  ପାରିବାରିକ କ୍ଷେତ୍ରରେ ପରସ୍ପର ପ୍ରତି ବିଶ୍ଵାସ ଭରସା ନିଷ୍ଠା ବୃଦ୍ଧି ପାଇବ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଦିବ୍ୟଗୁଣ ଗୁଡିକ ପ୍ରକାଶ ପାଇବା ଫଳରେ ସ୍ଵନାମ ଅର୍ଜନ କରିପାରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ସନ୍ତାନ ସନ୍ତତି ମାନଙ୍କରଶୁଭ ଖବର ପାଇ ଖୁସିହେବେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବ। କର୍ମକ୍ଷେତ୍ରରେ ବହୁ ସମୟ ବାହାରେ କଟାଇବାକୁ ବାଧ୍ୟ ହେବେ ଓ କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖି ପାରିବେ। ରାଜନୀତି କ୍ଷେତ୍ରରେ ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ଧନୁ:-

ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ। ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବେ। ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ ଯଥେଷ୍ଟ ଲାଭ ଉଠାଇବେ। ରାଜନୀତିରେ ଲୋକସମର୍ଥନ ପ୍ରଚୁର ମିଳିବା ଫଳରେ ପ୍ରଶଂସିତ ହେବେ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ସହ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ରାଜନୀତି କ୍ଷେତ୍ରରେ ଏକବୁଝା ପ୍ରକୃତି ନିମନ୍ତେ ଆପଣା ଲୋକଙ୍କୁ ଉପେକ୍ଷା କରି ନିଜେ ଅବାଞ୍ଛିତ ହୋଇ ପଡିବେ। କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶି ଯାଇ ପାରନ୍ତି। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ସାମାଜିକ ପତିଆରା ଅମଳିନ ରହିବ। ବନ୍ଧୁଙ୍କ ସହଯୋଗରେ ଆର୍ଥିକ ଲାଭ ହେବା ସହ ଶୁଭ ସମାଚାର ଶୁଣିବେ।ରାଜନୀତି କ୍ଷେତ୍ରରେ କାହାରି ପାଖରେ ମୁଣ୍ଡ ନଇଁବ ନାହିଁ, ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ବ୍ୟବସାୟୀମାନେ ଉତ୍ତମ ରୋଜଗାର କରିପାରିବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ସ୍ଵାର୍ଥକୁ କେନ୍ଦ୍ରକରି ସୁବର୍ଣ୍ଣ ସୁଯୋଗକୁ ହାତଛଡା କରିବେ ନାହିଁ। ପାରିବାରିକ ଜୀବନରେ ଗୁରୁଜନ ସନ୍ତୁଷ୍ଟ ରହିବେ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ନାନା ବାଟରେ ଧନାଗମ ଘଟିବ । ପାରିବାରିକ ଜୀବନରେ ଆବଶ୍ୟକସ୍ଥଳେ ଛଳନାର ଆଶ୍ରୟ ନେଇ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ। ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ୍ତ କରି ପାରିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ଅଧ୍ୟୟନ ଅଧ୍ୟାପନା ଓ ଅନୁସନ୍ଧାନ କାର୍ଯ୍ୟରେ ବ୍ୟସ୍ତ ରହିବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମୀନ:-

ସମାଜସେବା କାର୍ଯ୍ୟରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସ୍ଵନାମ ଅର୍ଜନ କରି ପାରିବେ।  ଅସହାୟ ମାନଙ୍କୁ ସାହାଯ୍ୟ କରିବାଦ୍ଵାରା ସାଧାରଣ ଲୋକମାନେ ସମ୍ମାନ ଦେବେ। ବ୍ୟୟ ଭରଣା କରି ଯଥେଷ୍ଟ ବଳକା ଲାଭାଂଶର ଉପଭୋକ୍ତା ହୋଇପାରିବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ପ୍ରଚୁର ଲାଭ ମିଳିବ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ପାରିବାରିକ ସ୍ତରରେ କିଛି କୁହୁଳା ଅଶାନ୍ତି ଦୂରେଇ ଯାଇ ଦିବ୍ୟଗୁଣ ଗୁଡିକ ପ୍ରକାଶ ପାଇବ। କର୍ମ କ୍ଷେତ୍ରରେ ବ୍ୟବସ୍ଥିତତା ହେତୁ ଶାନ୍ତି ଉପୁଜିବ ଓ କାର୍ଯ୍ୟ ସିଦ୍ଧି ହେବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!