ଦୈନିକ ରାଶିଫଳ: 21 ଏପ୍ରିଲ 2021, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅପ୍ରେଲମାସ ୨୧ତାରିଖ, ବୁଧବାର, ମେଷମାସ ୮ଦିନ, ଚୈତ୍ରମାସ, ଶୁକ୍ଳପକ୍ଷ, ନବମୀତିଥି, ପୁଷ୍ୟାନକ୍ଷତ୍ର, ସକାଳ ୭ଟା ୫୮ମିନିଟ୍ ଗତେ ଅଶ୍ଳେଷା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର । କର୍କଟ ରାଶିର ଘାତବାର । ଲାଉ ନ ଖାଇଲେ ଭଲ । ଶୁଭସମୟ- ସକାଳ ୫ଟା ୨୯ ମିନିଟ୍ ରୁ ୭ଟା ୮ ମିନିଟ୍, ଦିବା ୧୦ଟା ୧୨ ମିନିଟ୍ ରୁ ୧୧ଟା୧୯ ମିନିଟ୍, ଦିବା ୧ଟା ୫୨ ମିନିଟ୍ ରୁ ୫ଟା ୧୧ ମିନିଟ୍, ସନ୍ଧ୍ୟା ୬ଟା ୪୯ ମିନିଟ୍ ରୁ ୧୦ ଟା ୩୫ ମିନିଟ୍ ରାତ୍ରି ୧ଟା ୪୦ ମିନିଟ୍ ରୁ ୨ଟା ୩୫ ମିନିଟ୍ । ପର୍ବଦିନ- ପୀଠେ ଓ ମୃଣ୍ମୟୀ ଦେବୀଙ୍କ ନବମୀ ପୂଜା, ସର୍ବସମ୍ମତ ଶ୍ରୀରାମ ନବମୀ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ମାଲିମୋକଦ୍ଦମାରେ ସଫଳତା ମିଳିବ । ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ । ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ । ଦୂର ଯାତ୍ରାରେ ସଫଳତା ମିଳିବ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ । ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ । ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ସ୍ଵାର୍ଥରକ୍ଷା କରିବାରେ ସମୟ ବିତିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ବୃଷ:-

କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ଜନସେବାଦ୍ଵାରା ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଚାକର, ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ । ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ମିଥୁନ:-

କୌଣସି ଶୁଭ ସମାଚାର ଶୁଣିବେ ଓ ହସ-ଖୁସିରେ ସମୟ ବ୍ୟତୀତ ହେବ । ବ୍ୟବସାୟ ବଢାଇବାରେ ସମର୍ଥ ହେବେ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ । ବାହନ ଆଦି କ୍ରୟ କରିପାରିବେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-

ଆର୍ଥିକସ୍ଥିତିକୁ ସୁଧାରିପାରିବେ କିନ୍ତୁ ଅହଂକାରକୁ ତ୍ୟାଗ କରିବାକୁ ହେବ । କର୍ମକ୍ଷେତ୍ରରେ ପ୍ରତିଷ୍ଠା ଓ ଖ୍ୟାତି ମିଳିବ । ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିପାରନ୍ତି । ଉଚ୍ଚଶିକ୍ଷା କ୍ଷେତ୍ରକୁ ଆଗେଇବା ପାଇଁ ନିଜ ଆଚାର ବ୍ୟବହାରର ପରି ବର୍ତ୍ତନ କରି ଗୁରୁଜନଙ୍କ ସନ୍ତୋଷ ଭାଜନ ହେବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । କର୍ମ କ୍ଷେତ୍ରରେ ଲକ୍ଷପ୍ରତି ଯଥାର୍ଥବାଦୀ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ସନ୍ତାନ ସୁଖରେ ସୁଖୀ ହେବେ । ରାଜନୀତି କ୍ଷେତ୍ରରେ ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ । ପାରିବାରିକ ଆର୍ଥିକ ସଙ୍କଟ ଦୂର ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ରାଜନୀତିରେ ସମସ୍ତ ସଦସ୍ୟ ଆପଣଙ୍କ ପ୍ରତି ସହଯୋଗ, ସହାନୁଭୂତି, ସୁସଂପର୍କ ରଖି ପ୍ରଶଂସା କରିବେ । କଠିନ ପରିଶ୍ରମ କରି ଚଳିବେ ଓ ଶୁଭ ସମାଚାର ପାଇ ଖୁସି ହେବେ । ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କନ୍ୟା:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଗୃହବାହନ ପ୍ରାପ୍ତି ହୋଇପାରେ । କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରି ପାରିବେ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇ ଧନର ଆଗମନ ହୋଇପାରେ । ଶତୃ ଓ ବିରୋଧୀ ମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେଇ ବିଦ୍ୟାକ୍ଷେତ୍ରରେ ସଫଳ ହେବେ । ପ୍ରତିକାର- ସବୁଜ ରୁମାଲ ଟିଏ ପାଖରେ ରଖନ୍ତୁ ।

ତୁଳା:-

ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଅଶାନ୍ତିର ଝଡ ଶାନ୍ତ ହେବ । ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ । ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବା ସହ ସବୁଥିରେ ସଫଳତା ମିଳିବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ । ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:-

କାର୍ଯ୍ୟ କ୍ଷେତ୍ରରେ ଯଶ ଓ ସମ୍ମାନ ବଢିବ । ନିଜ ପରିଶ୍ରମରେ ସଫଳତା ପାଇବେ । ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ । କିଛି ନୂତନ କର୍ମ ଆରମ୍ଭ କଲେ ସମ୍ପର୍କୀୟଙ୍କଠାରୁ ପ୍ରଶଂସା ପାଇବେ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ସମ୍ବନ୍ଧ ଓ ସମ୍ପର୍କରେ ସୁଖ ଶାନ୍ତିରେ ଦିନଟି କଟାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିବା ପାଇଁ ଚେଷ୍ଟା କରିବେ ଓ ସଫଳତା ପ୍ରାପ୍ତି ହେବ । ସୌହାର୍ଦ ତଥା ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ଆଚାର ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ । ପାଦ ପୀଡା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହୋଇପାରେ । ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ । ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ ।

ମକର:-

ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । ପରିବାରରେ ସମ୍ବନ୍ଧରେ ପ୍ରଗାଢତା ଆସିବ ଓ ଶାନ୍ତି ମିଳିବ । ସୁନ୍ଦର ଗୃହ, ଗାଡି, ବାଡି ବଗିଚାର ଯୋଜନା କରିବେ । ବ୍ୟାପାର ବାଣିଜ୍ୟ ଓ କାମକାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରିପାରିବେ । ରାଜନୀତିରେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ । ପ୍ରତିକାର- କଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:-

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ବିଦ୍ୟାରେ ଉନ୍ନତି କରିବେ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ । ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ଶତୃମାନେ ଦୂରେଇ ଯିବେ । ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ । ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ । ପରିବାରର ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ମୀନ:-

କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇପାରିବେ । ଘର-ପରିବାରକୁ ପ୍ରାଥମିକତା ଦେବେ । ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ । ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!