ଦୈନିକ ରାଶିଫଳ: 21 ଏପ୍ରିଲ 2023, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ପ୍ରଶଂସା ପାଇବେ। ଉଚ୍ଚଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ଅଟକିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ପ୍ରିୟଜନଙ୍କୁ ଅନ୍ଧଭାବରେ ବିଶ୍ୱାସକଲେ ଧୋକା ଖାଇ ପାରନ୍ତି। ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେବ। ସ୍ୱାସ୍ଥ୍ୟ ହାନୀ ହୋଇପାରେ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ। କିନ୍ତୁ ନିଜ ଲୋକମାନେ ମନମୋଟିଆ ହେବେ। ଅବିବାହିତ ଯୁବକ ଓ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ। ଗୁରୁଜନଙ୍କସହ ଆଲୋଚନାକରି ଯେକୌଣସି ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-ଋଣ ଭରଣାରେ ସହଜ ହେବ। ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ। ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। କର୍ମକ୍ଷେତ୍ର ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସଂପାଦନ ହେବ ଓ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ରାଜନୈତିକ କ୍ଷେତ୍ରରେ କୀର୍ତ୍ତୀ ଓ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କର୍କଟ:-ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ। ବିଦ୍ୟାରେ ଉନ୍ନତି ଫଳରେ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:-ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବା ସହ ଗୃହବାହାନ ପ୍ରାପ୍ତି ହୋଇପାରେ। ଦୂରସ୍ଥାନକୁ ଯାତ୍ରା କରିବେ। ଜନ ସେବାରେ ନିଜକୁ ନିୟୋଜିତ କରିଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଯଶସ୍ଵୀ ହେବେ। ସୁଖଶାନ୍ତିରେ ଦିନଟି କଟାଇ ପାରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ କରିପାରନ୍ତି। ପିଲାମାନଙ୍କର ପାଠ ପଢାରେ ମନ ଲାଗିବ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ। ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ବାହାରକୁ ବୁଲିଗଲେ ହଇରାଣ ହରକତ ହେବାକୁ ପଡିପାରେ। କର୍ମ ସମ୍ବନ୍ଧିତ ଯାତ୍ରା କରି କଷ୍ଟ ଭୋଗି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ ଓ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବାସହ ମାନସିକ ଏକାଗ୍ରତା ବଜାୟ ରହିବ। ବନ୍ଧୁମିତ୍ରଙ୍କ ଆର୍ଥିକ ସାହାଯ୍ୟ ମିଳିବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ମଧ୍ୟ ଅଛି। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲା ସମାଧାନ ହୋଇ ଯିବ। ଛାତ୍ରଛାତ୍ରୀମାନେ ପରିଶ୍ରମର ମୂଲ୍ୟ ନିଶ୍ଚୟ ପାଇବେ। ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ ଓ ସାକ୍ଷାତ୍କାରରେ ସଫଳ ହେବେ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରନ୍ତୁ ନାହିଁ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-କଠିନରୁ କଠିନତମ କାର୍ଯ୍ୟକୁ ଧୈର୍ଯ୍ୟରସହ ସମ୍ପାଦନ କରିପାରିବେ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। ରାଜନୀତିରେ ଜନହିତକର କାର୍ଯ୍ୟ କରି ପ୍ରଶଂସା ପାଇବେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ନୂତନକାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ଅଧିକ ପରିଶ୍ରମ କରି ସାମାନ୍ୟଲାଭ ପାଇବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଆୟବୃଦ୍ଧିପାଇବ। ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଅବିବାହିତ ଯୁବକ ଓ ଯୁବତୀମାନଙ୍କର ବିବାହ ସମ୍ବନ୍ଧ ସ୍ଥିର ହୋଇ ପାରେ। ନିଜ ଲୋକଙ୍କ ଶତ୍ରୁତା ଫଳରେ ମନରେ କ୍ଷୋଭ ଓ ହତାଶଭାବ ଦେଖାଦେବ। ବ୍ୟବସାୟିକ ସଫଳତାରେ ବାଧା ଉପୁଯିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ:-ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ବାଣିଜ୍ୟ ବ୍ୟାପାର ମାମଲାରେ ଦୂରସ୍ଥାନକୁ ଯିବାକୁ ପଡିପାରେ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ପୁରାତନ ରୋଗରୁ ମୁକ୍ତି ମିଳିବ। ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ହେବା ସହ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହେବ। ସହକର୍ମୀ ମାନଙ୍କ ଦ୍ୱାରା ଲାଭବାନ୍ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ସ୍ୱଳ୍ପ ଲାଭ ଦ୍ୱାରା ଆର୍ଥିକ ଉନ୍ନତି ହେବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବହୁମୂତ୍ର ରୋଗୀମାନେ ସାବଧାନ ରହିବା ଉଚିତ୍। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!