ଦୈନିକ ରାଶିଫଳ: 21 ଡିସେମ୍ବର ୨୦୨୦, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଡିସେମ୍ବର ମାସ ୨୧ତାରିଖ, ସୋମବାର, ଧନୁ ମାସ ୭ଦିନ, ମାର୍ଗଶିରମାସ, ଶୁକ୍ଳପକ୍ଷ, ସପ୍ତମୀତିଥି, ପୂର୍ବଭାଦ୍ରପଦ ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର। ମିଥୁନ ରାଶିର ଘାତବାର। ମିଥୁନ, ମୀନ ରାଶିର ଘାତଚନ୍ଦ୍ର। ତାଳ ନ ଖାଇଲେ ଭଲ, ଦିବା ୪ଟା ୧୫ମିନିଟ୍ ପରେ ନଡିଆ, ଆମିଷ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୬ଟା ୨୧ମିନିଟ୍ ରୁ ୭ଟା ୪୦ମିନିଟ୍, ଦିବା ୯ଟା ୧୪ମିନିଟ୍ ରୁ ୧୧ଟା ୨୨ମିନିଟ୍, ରାତ୍ର ୭ଟା ୪୮ମିନିଟ୍ ରୁ ୧୦ଟା ୫ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। ଦୂରଯାତ୍ରାର ସୁଯୋଗ ପାଇବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇ ବାର ଯୋଗ ଅଛି। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ନୂତନ ସଂସ୍ଥାର ଆୟୋଜନ କରି ପାରିବେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ। କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧିହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଅଏସ୍ ଆରାମ ସୁଖସନ୍ତୁଷ୍ଟି ପାଇବାରେ ବାଧା କିଛି ନାହିଁ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-

ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। କୌଣସିକାର୍ଯ୍ୟ କରିବା ପୂର୍ବରୁ ବୁଝିବିଚାରି ନିର୍ଣ୍ଣୟ ନେବା ଆବଶ୍ୟକ। ସବୁଥିରେ ଥିଲେ ବି କେଉଁଥିରେ ନିଜର ପ୍ରତ୍ୟକ୍ଷ ସପୃକ୍ତିକୁ ନଦର୍ଶାଇବା ଉଚିତ୍ ହେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ଓ କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ଅନ୍ୟମାନଙ୍କ କାନ୍ଧରେ ବନ୍ଧୁକରଖି ଖେଳ ଖେଳିବେ ଏବଂ ଅପଯଶକୁ ଦୂରକୁ ଠେଲିଦେଇ କେବଳ ଯଶତକ ଗ୍ରହଣ କରିବେ। ପାରିବାରିକ ଜୀବନରେ ଅନେକ ପ୍ରକାରର ବାଧାବିଘ୍ନ ଦୂରେଇ ଯିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ରାଜନୀତିରେ କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ। ଛାତ୍ରଛାତ୍ରୀମାନଙ୍କୁ ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ। ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ।

ସିଂହ:-

ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟର ଜୀବନ ଓ ପରିବାରର ଉନ୍ନତି ହେବ। ଶତୃମାନେ ପରାଜିତ ହେବା ସହ ଆର୍ଥିକଉନ୍ନତି ହୋଇ ଋଣଭାର କମିଯିବ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ। କର୍ମକ୍ଷେତ୍ରରେ ସମ୍ମାନ ପ୍ରାପ୍ତି ଓ ସହକର୍ମୀଙ୍କ ସହ ବୁଝାମଣା ଠିକ ରହିବ। ପରିବର୍ତ୍ତନ ହେବ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ ଓ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ। କାମ କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ହେବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରି ପାରନ୍ତି। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ତୁଳା:-

ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ।ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-

ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଦୁଃଖୀ ଲୋକଙ୍କୁ ସାହାରା ହେବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ଧନୁ:-

ସାମାଜିକକ୍ଷେତ୍ରରେ ପ୍ରଶଂସିତ ହେବେ। କର୍ମରେ ଉନ୍ନତି ସହିତ ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟି ଯିବ। ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ଗୃହୋପକରଣ କ୍ରୟ କରିବେ। ପରିବାରରେ ସୁଖଶାନ୍ତି ଫେରି ଆସି ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ରାଜନୈତିକ କ୍ଷେତ୍ରରେ ଶତୃମାନେ ତଳମୁହାଁ ହେବେ। ଉତ୍ତରାଧିକାର ଏବଂ ପୈତୃକ ସମ୍ପତ୍ତିକୁନେଇ କୋର୍ଟକଚେରୀ ମାମଲାରେ ବିଜୟୀ ହେବେ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ମକର:-

ବ୍ୟବସାୟ ପାଇଁ ଦୂରଯାତ୍ରାକଲେ ସଫଳତା ପ୍ରାପ୍ତି ହେବ। ପରିବାର ଜନଙ୍କ ଠାରୁ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ଯାନ ବାହନ ସୁଖ ମିଳିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ଶିଳ୍ପ, ବାଣିଜ୍ୟ, ପରିବହନ ବ୍ୟବସାୟରେ ଉନ୍ନତି ହେବ। ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଅଧୁରା କାର୍ଯ୍ୟ ପୂରଣ ହେବ। ନୂଆ ଜ୍ଞାନର ବୃଦ୍ଧି ହେବ। ଶୁଭ ସମାଚାର ମିଳିପାରେ। ପ୍ରେମୀପ୍ରେମିକାଙ୍କ ମିଳନ ହେବ। ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ। ଆର୍ଥିକ ସ୍ଥିତି ସୁଧୁରି ଯିବ, ଯଶ ପ୍ରତିଷ୍ଠା ମିଳିବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

କେତେକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ କଟିବ। ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କର୍ମ କରିବା ଉଚିତ୍। କେତେକ କର୍ମରେ ବାଧା ସୃଷ୍ଟି ହେଲେ ମଧ୍ୟ ସଫଳ ହେବେ। ବାଦବିବାଦ ଠାରୁ ଦୂରେଇ ରହିଲେ ବହୁତ ଭଲ ହେବ। ଭୟ ସତ୍ତ୍ୱେ ଜୟ, ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। କିନ୍ତୁ ଅହଂକାରକୁ ତ୍ୟାଗ କରିବାକୁ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!