ଦୈନିକ ରାଶିଫଳ: ୨୧ ଡିସେମ୍ବର ୨୦୧୮, ମା ସନ୍ତୋଶୀ ଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କର ଧନ ସମସ୍ୟା ହେବ ଦୂର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୧ ଡିସେମ୍ବର ୨୦୧୮

ମେଷ:-

ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ଦାମ୍ପତ୍ୟ କଳହର ଅବସାନ ଘଟିବ ଓ ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ଉଚ୍ଚଆଶା ସଫଳ ହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ବ୍ୟବସାୟରେ  ସାମାନ୍ୟ ଲାଭ ପାଇବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ପରିବାରରେ ମାନ ମନାନ୍ତର ଦୂର ହେବ ଓ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଆର୍ଥିକ ଦିଗରୁ ସୁବିଧା ମିଳିବ। ପୈତୃକ ସମ୍ପତ୍ତି, ପାରିବାରିକ ଦ୍ଵନ୍ଦର ସମାଧାନ ହେବ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ଅନେକ ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗା ନେଇଥିବା ଦ୍ଵନ୍ଦର ସମାଧାନ ହେବ। ଚିତ୍ତପ୍ରସନ୍ନ ରହିବ। କାର୍ଯ୍ୟ ସିଦ୍ଧି ହେବ। ଉଚ୍ଚ ଆଶାରେ ଆଗେଇବେ। ଦାମ୍ପତ୍ୟ ଜୀବନରେ ଶାନ୍ତି ସୃଷ୍ଟି ହେବ। ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ।

ମିଥୁନ-

ବ୍ୟବସାୟୀ ମାନଙ୍କର ପ୍ରତିଦ୍ଵନ୍ଦିତାଥାଇ ମଧ୍ୟ ଆୟ ବଢିବ। ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ହେବ। ମାନସିକ ସ୍ୱାସ୍ଥ୍ୟ ଅବ୍ୟବସ୍ଥିତ ରହିବ। ପାରିବାରିକ କ୍ଷେତ୍ରରେ ସ୍ଣେହ ସଦ୍ଭାବ ଦେଖାଦେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କ କୃପାଭାଜନ ହେବେ। ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ କରିବା ପାଇଁ ସକ୍ଷମ ହେବେ। କେତେକ କ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ। କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ। ଋଣମୁକ୍ତ ଓ ଋଣପ୍ରାପ୍ତି ହେବ। ଜଗାଜମି, ଗୃହ ଉପକରଣ କ୍ରୟ କରିବେ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

କର୍କଟ-

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ। କର୍ମକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ମହିଳାମାନେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ବିଜୟୀ ହେବେ। ନୂତନ କାର୍ଯ୍ୟରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ପାରିବାରିକ ତିକ୍ତତାର ସମସ୍ୟା ଦୂରହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ସିଂହ-

କର୍ମରେ ଉନ୍ନତି ସହିତ ଆକସ୍ମିକ ଅର୍ଥଲାଭର ସୂଚନା ପାଇବେ। ବାସସ୍ଥାନ ବା ଯାନବାହାନ ନବୀକରଣ କରିବାର ସୁଯୋଗ ପାଇବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବାଦ-ବିବାଦ, ମାଲିମୋକଦ୍ଦମା, କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କର୍ମକ୍ଷେତ୍ରରେ ଟେନସନ ଦୂର ହେବ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

କନ୍ୟା-

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ବ୍ୟବସାୟୀମାନେ କଠିନ ପରିଶ୍ରମ କରି ଲାଭବାନ ହେବେ। ମହିଳାମାନେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ଶତୃମାନେ ପରାଜିତ ହେବେ। ବିଦେଶ ଯାତ୍ରାରେ ଲାଭ ପାଇବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ। ସ୍ଥଗିତଥିବା କର୍ମଟି ପୂରଣ ହେବ। ପ୍ରତିକାର- ଗଙ୍ଗାଜଳ ସେବନ କରନ୍ତୁ।

ତୁଳା-

କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ବ୍ୟବସାୟୀକ ମାମଲାରେ ବିଶେଷ ବ୍ୟସ୍ତ ରହିବେ। ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହେବ। ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇଯିବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ସହକର୍ମୀମାନଙ୍କ ସହ ଶତ୍ରୁତାର ଅବସାନ ଘଟିବ। ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ। ସ୍ଵାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ। କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ। ନୂତନ କାର୍ଯ୍ୟ ଆରମ୍ଭ କଲେ ବିପଦରେ ପଡି ପାରନ୍ତି। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ବିଛା-

ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ସଫଳ ହେବେ। କର୍ମ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ପରିବାରର ସାହାଯ୍ୟରେ ଉପକୃତ ହେବେ। ଘରଲୋକଙ୍କୁ ଅବିଶ୍ଵାସ କରି ପରଲୋକଙ୍କୁ ବିଶ୍ଵାସ କଲେ ହାଇରଣରେ ପଡିବେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ। ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ଧନୁ-

ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ବ୍ୟବସାୟରେ ପୂର୍ଣ୍ଣ ସଫଳତା ପାଇ ନୂତନ ସଂସ୍ଥାର ଆୟୋଜନ କରିବେ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ଯଶର ସହ ଉତ୍ତୀର୍ଣ୍ଣ ହେବେ। କର୍ମକ୍ଷେତ୍ରରେ ପଦୋନ୍ନତି ଓ ପୂର୍ବ ସମସ୍ୟାର ସମାଧାନ ହେବ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ମନ ଭଲ ରହିବ। ବନ୍ଧୁଙ୍କୁ ଦେଇଥିବା ପ୍ରତିସୂତି ରକ୍ଷାକରିବେ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ପାରିବାରିକ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ନୂତନ ବନ୍ଧୁ ଲାଭହେବ ଓ ସମ୍ପତି କ୍ରୟ କରିବେ। ପ୍ରତିକାର-ପିତାମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମକର-

ପରୋକ୍ଷ ଶତ୍ରୁତା ମେଣ୍ଟି ଯିବାରୁ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ। ସାଙ୍ଗସାଥିମାନେ ସାହାଯ୍ୟ କରିବେ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟର ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ। ବିଦ୍ୟାରେ ଉନ୍ନତି ଓ ପ୍ରଶଂସିତ ହେବେ। ଆୟ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପରିବାରରେ ସୁଖଶାନ୍ତି ଫେରି ଆସିବ। ପ୍ରତିକାର:- ଅସହାୟା ବୃଦ୍ଧାକୁ ସାହାଯ୍ୟ କରନ୍ତୁ।

କୁମ୍ଭ-

ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ଶିକ୍ଷାକ୍ଷେତ୍ରରେ, ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ପରିବହନ ବ୍ୟବସାୟିକସ୍ଥିତି ସୁଦୃଢ ହେବ। ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ।  ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ମୀନ-

ମହିଳା ମାନଙ୍କର ସମ୍ମାନ ବୃଦ୍ଧି ହେବାସହ ସୁନାମ ଅର୍ଜନ କରିବେ। ମାଲିମୋକଦ୍ଦମାରେ ଜୟ, ରାଜନୀତିରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ଓ ଉଚ୍ଚଫଳ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରିବେ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ସୁଖ ସମୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବାସହ ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ  ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!