ଦୈନିକ ରାଶିଫଳ: ୨୧ ଡିସେମ୍ବର ୨୦୧୯, ଶନି ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ସମସ୍ତ କାର୍ଯ୍ୟ ସଫଳ ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ ତତ୍ ସଙ୍ଗେ ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବା ସହ ପ୍ରତିଷ୍ଠିତ ହୋଇ ପାରିବେ। ସୁଖ ସମ୍ପଦ ପ୍ରାପ୍ତି ହେବ। ବରିଷ୍ଠ ବ୍ୟକ୍ତିଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଧାର୍ମିକ କାର୍ଯ୍ୟରେ ସଫଳତା ପାଇବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବାଦବିବାଦ ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବା ସହ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମିଥୁନ:-

ସରକାରୀ ଚାପ ପଡିଲେ ମଧ୍ୟ କର୍ମକ୍ଷେତ୍ରରେ ଉନ୍ନତି ବା ପ୍ରଶଂସା ମିଳିପାରେ। ନୂଆ ଜ୍ଞାନର ବୃଦ୍ଧି ହେବ। ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-

ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ। ଅଫିସରେ କରିଥିବା କାମର ଶୁଭ ସୂଚନା ପାଇବେ। ପ୍ରେମୀ-ପ୍ରେମିକାଙ୍କ ମିଳନ ହେବ ଓ ସଫଳତା ମିଳିବ। କୌଣସି ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ରାଜନୀତି ମାମଲାରେ ସଫଳତା ମିଳିବ। ପାରିବାରିକ ସମସ୍ୟା ଗୁଡ଼ିକୁ ସୁଧାରି ନେବା ଉଚିତ୍। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ସିଂହ:-

ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ। ପ୍ରିୟଜନମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ। ପ୍ରେମୀକପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ଦୁଃଖୀ ଲୋକଙ୍କୁ ସାହାରା ହେବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ଅଧାଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ବାଦବିବାଦ, ମାଲିମୋକଦ୍ଦମାରେ ବିଜୟୀ ହେବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ଜନସେବାରେ ନିଜକୁ ନିୟୋଜିତ କରିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବେ। ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ରାଜନୀତି ସମ୍ବନ୍ଧୀୟ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ ଓ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ। ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ଶତୃମାନେ ପରାଜିତ ହେବେ। ଆତ୍ମୀୟସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ। ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। କର୍ମକ୍ଷେତ୍ରରେ  କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ଶୀଘ୍ର ଯାତ୍ରା କରିବାକୁ ପଡିପାରେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ଆର୍ଥିକ ଚିନ୍ତା ଦୁରହେବ ଓ ସ୍ୱାସ୍ଥ୍ୟ ରେ ଉନ୍ନତି ଦେଖାଦେବ। ପିଲାମାନଙ୍କ ସଫଳତାରେ ଖୁସିହେବେ। କର୍ମକ୍ଷେତ୍ରରେ ଅଧିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବାକୁ ପଡିପାରେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇ ଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ପ୍ରତିକାର ମୁହଁ ମିଠାକରି ଘରୁ ବାହାରନ୍ତୁ।

ମକର:-

ବନ୍ଧୁଙ୍କ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ କିନ୍ତୁ ଯାତ୍ରାରେ ସଫଳତା ଲାଭ ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ବନ୍ଧୁଙ୍କ ଶୁଭକର୍ମରେ ମଧ୍ୟ ଯୋଗଦେବାକୁ ବାଧ୍ୟ ହେବେ। ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଘଟିପାରେ। ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। କର୍ମକ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଦେଖାଦେଇ ଟଳିଯିବ। ବନ୍ଧୁଙ୍କ ଶୁଭକର୍ମରେ ଯୋଗଦେବାକୁ ପଡିପାରେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି ହୋଇ ପାରେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମୀନ:-

ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମାଧାନ ହେବ। ପରିବହନ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ। ଭ୍ରାତୃ ବିବାଦ ଦୂର ହେବ। ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା, ନେତା ମାନେ ଲାଭବାନ୍ ହେବେ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। କର୍ମକ୍ଷେତ୍ରରେ ଅସୁବିଧା ପରିସ୍ଥିତିକୁ ସାମାନ୍ୟ ଚେଷ୍ଟାରେ ସଜାଡି ଦେବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!