ଦୈନିକ ରାଶିଫଳ: 21 ଡିସେମ୍ବର 2022, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଡିସେମ୍ବର ମାସ ୨୧ତାରିଖ, ବୁଧବାର, ଧନୁମାସ ୬ଦିନ, ପୌଷମାସ, କୃଷ୍ଣପକ୍ଷ, ତ୍ରୟୋଦଶୀତିଥି, ବିଶାଖା ନକ୍ଷତ୍ର ସକାଳ ୮ଟା ୩୨ମିନିଟ୍ ପରେ ଅନୁରାଧା ନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର । ଧୃତି ଯୋଗ ରାତି ୯ଟା ୨୫ମିନିଟ୍ ପରେ ଶୂଳ ଯୋଗ । ଗରକରଣ ଦିବା ୧୧ଟା ୩୫ମିନିଟ୍ ପରେ ବାଣିଜ୍ୟ କରଣ । କର୍କଟ ରାଶିର ଘାତବାର । ବାଇଗଣ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ରାତି ୧୦ଟା ୧୬ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ତ୍ରୟୋଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୯ଟା ୨ମିନିଟ୍ ରୁ ଦିବା ୧୦ଟା ୨୩ମିନିଟ୍, ଦିବା ୧୧ଟା ୪୪ମିନିଟ୍ ରୁ ଦିବା ୧ଟା ୫ମିନିଟ୍, ରାତ୍ରି ୩ଟା ୨ମିନିଟ୍ ରୁ ୪ଟା ୪୧ମିନିଟ୍ । ଶୁଭସମୟ- ପ୍ରାତଃ ୬ଟା ୨୧ମିନିଟ୍ ରୁ ୮ଟା ୨୯ମିନିଟ୍, ଦିବା ୧୦ଟା ୪୦ମିନିଟ୍ ରୁ ୧୧ଟା ୪୩ମିନିଟ୍, ଦିବା ୧ଟା ୩୩ମିନିଟ୍ ରୁ ୩ଟା ୪୧ମିନିଟ୍, ସନ୍ଧ୍ୟା ୬ଟା ୨ମିନିଟ୍ ରୁ ୬ଟା ୫୩ମିନିଟ୍, ରାତ୍ର ୮ଟା ୪୧ମିନିଟ୍ ରୁ ୩ଟା ୧ମିନିଟ୍, ରାତ୍ର ୪ଟା ୪୨ମିନିଟ୍ ରୁ ୬ଟା ୧୯ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ବ୍ୟବସାୟ କ୍ଷେତ୍ରରେ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ । ବନ୍ଧୁ, ମିତ୍ର ମାନଙ୍କ ଦ୍ଵାରା ଲାଭବାନ ହେବେ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବୃଷ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ରାଜନୈତିକ କ୍ଷେତ୍ରରେ କୀର୍ତ୍ତୀ ଓ ମାନ ପ୍ରତିଷ୍ଠାରେ ବୃଦ୍ଧି ହେବ । ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମିଥୁନ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ବ୍ୟବସାୟରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ସାମାଜିକସ୍ଥିତି ମଜଭୁତହେବ । ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-ରାଜନୀତିରେ ଅନ୍ୟର ଉପକାରକରି ପ୍ରଶଂସିତ ହେବେ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳହେବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ । ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିପାରନ୍ତି । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ନୂତନ ବ୍ୟବସାୟ ଆରମ୍ଭ କଲେ ଭଲଲାଭ ହେବାସହ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି ବା ନୂଆ ନିଯୁକ୍ତି ଯୋଗ ମଧ୍ୟଅଛି । ଏମିତି କାର୍ଯ୍ୟ କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ । ଦୂରଯାତ୍ରାରେ ସଫଳ ହେବେ । ସ୍ୱାସ୍ଥ୍ୟରେଉନ୍ନତି, ଆର୍ଥିକଦିଗରୁ ସୁବିଧା ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦର ଅବସାନ ହେବ । ଧର୍ମକାର୍ଯ୍ୟରେ ମତି ରହିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କନ୍ୟା:-ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକ ଶାନ୍ତି ମିଳିବ । ସକରାତ୍ମକ ପରିବର୍ତ୍ତନ ଅନୁଭବ କରିବାସହ ଅର୍ଥସଞ୍ଚୟ କରିବାରେ ବହୁତ ଯତ୍ନବାନ ହେବେ । ବ୍ୟବସାୟ କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସାହାଯ୍ୟ ପାଇବେ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀହେବେ । ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-ସମ୍ପର୍କୀୟ ବନ୍ଧୁଙ୍କ ସହଯୋଗ ପାଇ ସ୍ଥଗିତ ଥିବା କର୍ମଟି ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ । ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇ ମାନସିକ ଶାନ୍ତି ଅନୁଭବ କରିବେ । ଶିକ୍ଷା କ୍ଷେତ୍ରରେ ସଫଳତା ପାଇବେ ଓ ପରିବାରର ପରିବେଶ ଆରାମଦାୟକ ହେବ । ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବାକୁ ପଡିପାରେ । ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ବ୍ୟବହାର କୁଶଳତାକୁ ଆଧାରକରୀ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ବିଦ୍ୟାର୍ଥୀଙ୍କର ବିଦ୍ୟାକ୍ଷେତ୍ରରେ ଉନ୍ନତି ହେବାରୁ ମନ ଖୁସି ରହିବ । ପାରିବାରିକ କ୍ଷେତ୍ରରେ ଅଶାନ୍ତି ବିଶୃଙ୍ଖଳା ଦୂରେଇଯାଇ ସହନ ଶୀଳତା କାଏମ ରହିବ । କର୍ମକ୍ଷେତ୍ରରେ ଆପଣଙ୍କ ପ୍ରତିଭା ବିକଶିତ ହେବା ଫଳରେ ପ୍ରଶଂସିତ ହେବେ । ବ୍ୟବସାୟରେ ନୂତନଧାରା ଖୋଲିବେ । ପ୍ରଭାବଶାଳୀ ବ୍ୟକ୍ତିତ୍ୱ ସମସ୍ତଙ୍କ ପାଇଁ ଏକ ଉଦାହରଣ ଭାବରେ ଉଭା ହେବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ଧନୁ:-ପ୍ରିୟଜନମାନେ ନିକଟତର ହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହେବେ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ଯୋଗ୍ୟତା ଦକ୍ଷତା ଓ ପାରଦର୍ଶିତା ଯୋଗେ ପ୍ରତିଦ୍ୱନ୍ଦ୍ୱୀ ମାନଙ୍କ ଉପରେ ବିଜୟୀ ହେବେ । ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳହେବେ । ଦାମ୍ପତ୍ୟ ଜୀବନ ଅତ୍ୟନ୍ତ ଆନନ୍ଦଦାୟକ ହେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମକର:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ଶତୃ ମାନେ ଦୂରେଇ ଯିବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ । ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ । ପ୍ରତିକାର-ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ ।

କୁମ୍ଭ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଶିକ୍ଷାର୍ଥୀମାନେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ପରୀକ୍ଷା, ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବା ସହ ନୂଆ କାମ ନୂଆ ପ୍ରେରଣା ଦେବ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ମୀନ:-ଶାରିରୀକ ସୁସ୍ଥତା ଦେଖା ଦେବା ସହ ଦାମ୍ପତ୍ୟ ଜୀବନ ଅତ୍ୟନ୍ତ ଆନନ୍ଦଦାୟକ ହେବ । ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ଲୋକମାନେ ଆପଣଙ୍କ ବ୍ୟକ୍ତିତ୍ୱ ଦ୍ୱାରା ଆକର୍ଷିତ ହେବେ । ଶିକ୍ଷାର୍ଥୀ ମାନେ ସେମାନଙ୍କର ତ୍ରୁଟିର ମୂଲ୍ୟାଙ୍କନ କରି ସଜାଗ ହୋଇଯିବେ । ନିଜର ଯୋଗ୍ୟତା, ଦକ୍ଷତା ଓ କ୍ଷମତାର ସଦୁପୋଯୋଗ କରିବା ଫଳରେ ବହୁତ ଲାଭ ମିଳିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!