ସାପ୍ତାହିକ ରାଶିଫଳ: ଡିସେମ୍ବର 21 ତାରିଖ ରୁ ଡିସେମ୍ବର 27 ତାରିଖ, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ଶରୀର ସୁସ୍ଥ ରହିବ। ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ସରକାରୀ କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତ୍କାରରେ ସଫଳହେବେ। ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ। ଆୟ ଉପାର୍ଜନରେ ବାଧାନାହିଁ। ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ଦେଖାଦେଇ ପରେ। ପ୍ରତିକାର:- କୁକୁରକୁ କିଛି ଖାଦ୍ୟ ଦିଅନ୍ତୁ।

ବୃଷ:- ଏ ସପ୍ତାହରେ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ସରକାରୀ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ। ଛାତ୍ର-ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ। ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ ଓ ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦୂରଯାତ୍ରାର ସୁଯୋଗ ପାଇବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ଆୟ ଉପାର୍ଜନର ବୃଦ୍ଧି ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଏ ସପ୍ତାହରେ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବା ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ନୂତନ ଯୋଜନାରେ ସଫଳତା ମିଳିବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ବ୍ୟବସାୟରେ ଶତୃ ମାନଙ୍କୁ ପରାଜିତ କରି ଭଲ ଲାଭ ପାଇବେ। ବାକିଥିବା ଅର୍ଥପ୍ରାପ୍ତି ହେବା ଫଳରେ ଉତ୍ତମ ରୋଜଗାର ମିଳି ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ନୂତନ କର୍ମ ନିଯୁକ୍ତି ପାଇବେ। ଗୃହସ୍ଥ ଜୀବନ ସୁଖମୟ ହେବ। ନିଜ ପରିଶ୍ରମରୁ ଲାଭ ମିଳିବ। ଶିଳ୍ପବାଣିଜ୍ୟ କ୍ଷେତ୍ରରେ ଆଶାନୁରୂପ ଲାଭପାଇବେ। କଳା ସାହିତ୍ୟ କିମ୍ବା ଆନୁଷ୍ଠାନିକ କାମଗୁଡ଼ିକରେ ସମସ୍ୟା ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ଛାତ୍ରଛାତ୍ରୀମାନେ ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହୋଇ ସମ୍ମାନିତ ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-ଏ ସପ୍ତାହରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧିହେବା ସହ ମାନସିକ ଶାନ୍ତି ଅନୁଭବ କରିବେ। ସ୍ୱାସ୍ଥ୍ୟରେ ଉନ୍ନତି ହେବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ନୂତନ କାର୍ଯ୍ୟକିଛି ଶୁଭାରମ୍ଭ କରି ପାରନ୍ତି। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ। ସରକାରୀ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକା ମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ଶତୃମାନଙ୍କୁ ମୁକାବିଲା କରିପାରିବେ। ବ୍ୟବସାୟରେ ଦୂରଯାତ୍ରାର ସୁଯୋଗ ପାଇ ଆର୍ଥିକ ପରିବର୍ତ୍ତନ ଆସି ଆଶାତୀତ ଲାଭମିଳିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ସିଂହ:-ଏ ସପ୍ତାହରେ ବ୍ୟବସାୟ କ୍ଷେତ୍ରରେ ଇଲେକ୍ଟ୍ରୀ, ଇଲେକ୍ଟ୍ରୋନିକସ୍, ଠିକାଦାରୀ, ଧାତୁବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ, ଗୁଡ଼, ଲଙ୍କାମରିଚ, ମସୁରଡାଲି, ଧାନ, ଗହମ ଇତ୍ୟାଦି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ବିଦେଶ ଯାତ୍ରା କଲେ ନିଶ୍ଚୟ ଭାଗ୍ୟୋଦୟ ହେବା ସହ ଅଭିଳାଷ ପୂର୍ଣ୍ଣ ହେବ। ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇ ପାରିବେ। ପୁରୁଣା ରୋଗରୁ ଉପସମ ମିଳିବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ରାଜନୈତିକ କ୍ଷେତ୍ରରେ ନିଜର ଉଚ୍ଚ ପଦାଧିକାରୀ ମାନଙ୍କୁ ବିରୋଧୀ ନ କରିବାକୁ ବିଶେଷ ସତର୍କ ରହିବା ନିତ୍ୟାନ୍ତ ଆବଶ୍ୟକ। ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତି ହେବ। ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନ ହେବ। ଗ୍ରହଙ୍କର ଅଶୁଭତ୍ୱ ଖଣ୍ଡନ ପାଇଁ ପ୍ରତ୍ୟେକ ଦିନ ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:- ଏସପ୍ତାହରେ ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ। ଆର୍ଥିକସ୍ଥିତି ଭଲ ରହିବ। ସମସ୍ତ ଆଶା ପୂରଣ ହେବ।କର୍ମକ୍ଷେତ୍ରରେ ସୁସ୍ଥ ବାତାବରଣ ସୃଷ୍ଟିହେବ। ଆୟରସ୍ରୋତ ବୃଦ୍ଧିହେବା ଫଳରେ ଶରୀର ସୁସ୍ଥ ରହିବା ସହ ନିର୍ମାଣାଧିନ କାମ ପୂର୍ଣ୍ଣାଙ୍ଗ ହେବ। କ୍ରୀଡ଼ା, କଳା, ସଂସ୍କୃତି, ବାଣିଜ୍ୟ ବ୍ୟବସାୟ, ବାଦବିବାଦ, ମାଲିମୋକଦ୍ଦମା କ୍ଷେତ୍ରରେ ବିଜୟୀ ହେବେ। ଘର ସାଜସଜ୍ଜାରେ ବ୍ୟସ୍ତ ରହିବେ। ମିତ୍ରମାନେ ପରାମର୍ଶ ଦେଇ ଲାଭଦାୟକ କାମପ୍ରତି ପ୍ରଲୋଭିତ କରିବେ। ପରିବାରରେ ସାଧାରଣ ବାତାବରଣ ଜାରି ରହିବ। କିନ୍ତୁ ଦାମ୍ପତ୍ୟସୁଖ କର୍ମମୁଖରତା ଯୋଗେ ନଷ୍ଟ ହୋଇପାରେ। ବ୍ୟବସାୟରେ ସଫଳତା ଅର୍ଜନ କରି ଦୂରଯାତ୍ରାର ସୁଯୋଗ ପାଇବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଏ ସପ୍ତାହରେ ପୁରୁଣା ରୋଗ ଓ ଶତୃମାନଙ୍କ ଠାରୁ ଉପସମ ମିଳିବ। କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁରସ୍ୱାଦ ପାଇବେ। ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତି ହେବ। ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନ ହେବ। ମହତ୍ ଉଦ୍ଦେଶ୍ୟ ଓ ଉଚ୍ଚ ଆକାଂକ୍ଷା ପୂର୍ଣ୍ଣ ହେବ। ବିଦେଶ ଯାତ୍ରା କଲେ ନିଶ୍ଚୟ ଭାଗ୍ୟୋଦୟ ହେବା ସହ ଅଭିଳାଷ ପୂର୍ଣ୍ଣ ହେବ। ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତିରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଆର୍ଥିକ କ୍ଷେତ୍ରରେ ଅନାଟନ ଦେଖାଦେବ। କୌଣସି କାରଣକୁ ନେଇ ଚିନ୍ତାଗ୍ରସ୍ତ ହୋଇ ରହିବେ। ଶତୃମାନେ ମୁଣ୍ଡ ଟେକିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-ଏସପ୍ତାହରେ ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତି ହୋଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ନୂତନ ଗୃହ ନିର୍ମାଣ କରିବାର ଯୋଜନା କରିପାରନ୍ତି। କର୍ମକ୍ଷେତ୍ରରେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ବିଦେଶଯାତ୍ରାରେ ଯଶଲାଭ, ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:- ଏସପ୍ତାହରେ ଋଣ ଭରଣା ପାଇଁ ଚେଷ୍ଟା କରିବେ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ବ୍ୟବସାୟରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବା ଫଳରେ ଉନ୍ନତିହେବା ସହ ଲାଭବାନ ହେବେ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି। ରାଜନୈତିକ କ୍ଷେତ୍ରରେ କଠିନ ପରିଶ୍ରମ କରି ଯଶ, ମାନ ବୃଦ୍ଧି ହେବ। ମାନସିକ ଦୁଶ୍ଚିନ୍ତା, ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମା ଥିଲେ ସହଜରେ ସମାଧାନ କରିପାରିବେ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ପାରିବାରିକ ସ୍ତରରେ ଉଚ୍ଚଆଶା ସଫଳ ହେବ। ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭହେବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ସୁଖ ଶାନ୍ତିରେ ଦିନ କାଟିବେ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମକର:-ଏ ସପ୍ତାହରେ ଶରୀର ସୁସ୍ଥ ରହିବା ସହ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ରାଜନୈତିକ କ୍ଷେତ୍ରରେ ଶତୃମାନେ ମିତ୍ରଭାବ ଆଚରଣ କରିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ଓ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ସରକାରୀ କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ପ୍ରତିକାର- ଇଷ୍ଟଦେବୀଙ୍କୁ ଚନ୍ଦନ ସମର୍ପଣ କରନ୍ତୁ।

କୁମ୍ଭ:- ଏ ସପ୍ତାହରେ ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି, ଶତୃ ମାନଙ୍କୁ ପରାସ୍ତ କରି ପାରିବେ ଓ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖା ଦେବା ଫଳରେ ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ସନ୍ତାନ ମାନଙ୍କ ଭବିଷ୍ୟତ ଚିନ୍ତା କରି ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଉତ୍ତମ ରୋଜଗାର ହେବ। ପ୍ରତିକାର:- ଅଶ୍ୱସ୍ଥବୃକ୍ଷ ମୂଳରେ ଗୁଡପଣା ଢାଳନ୍ତୁ।

ମୀନ:-ଏସପ୍ତାହରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀମାନେ ସହଯୋଗ କରିବା ଫଳରେ ସଫଳତା ପାଇବା ସହ ଉତ୍ତମ ରୋଜଗାର ହେବ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ପ୍ରେମିକ ପ୍ରେମିକାମାନେ ଆମୋଦ ପ୍ରମୋଦ, ମନୋରଞ୍ଜନ ରେ ମଜ୍ଜି ରହିବେ। ରାଜନୈତିକ କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ ଓ ଯଶ, ମାନ ବୃଦ୍ଧି ହେବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!