ଆଜି କେମିତି ରହିବ ଆପଣଙ୍କ ଦିନ : ୨୧ ଫେବୃୟାରୀ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୧ ଫେବୃୟାରୀ ୨୦୧୮

ମେଷ:-

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

କଳକାରଖାନା ପରିବହନ ଓ ଭାଗୀଦାରୀ ବ୍ୟବଶାୟରେ ଭଲ ଲାଭ ପାଇବେ। ପାରିବାରିକ ପତିଆରା ଭଲ ରହିବ । ମହିଳାମାନେ ଅଦୃତି ଓ ଶ୍ରଦ୍ଧାର ଅଧିକାରିଣୀ ହେବେ। ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗିବେ। ପ୍ରତିକାର-ଲାଲଚନ୍ଦନ ମସ୍ତକରେ ଲଗାଇବା ଉଚିତ।

ବୃଷ:-

ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। ରାଜନୀତି କ୍ଷେତ୍ରରେ ବାଧା ବନ୍ଧନ ନମାନି  ଆଗେଇ ଯିବାର ସୁଯୋଗ ପାଇବେ। ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ।  ସ୍ଵାର୍ଥକୁ କେନ୍ଦ୍ରକରି ସବୁଥିରେ ପଶିବାର ସୁଯୋଗ  ପାଇବେ। ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ହେବ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ମିଥୁନ:-

ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ ଓ କର୍ମକ୍ଷେତ୍ରରେ ଶୁଭ ଫଳ ପାଇବେ। ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିହେବେ। ମହିଳାମାନଙ୍କର ପଦୋନ୍ନତିସହ ଆର୍ଥଲାଭ ହେବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ପ୍ରତିକାର- ଭିକାରୀକୁ ନିରାଶ କରିବେ ନାହିଁ।

କର୍କଟ:-

ସଚ୍ଚୋଟ ଓ ନ୍ୟାୟୀ ବ୍ୟକ୍ତିହିସାବରେ ସମ୍ମାନ ପାଇବେ। ଆର୍ଥିକ ଦିଗର ଅଭିବୃଦ୍ଧି ପାଇଁ ଚେଷ୍ଟିତ ହେବେ। କର୍ମ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣକରିବେ। ପ୍ରତିଯୋଗିତାରେ ବିଜୟୀ ହେବେ।ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ପାରିବାରିକସ୍ତର ହସ ଖୁସିରେ କଟିବ। ପ୍ରତିକାର-ପିଲାଙ୍କୁ ଧଳାମିଠା ବା ଚକୋଲେଟ ଖାଇବାକୁ ଦେବେ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ:-

ପରୋପକାର କର୍ମରେ ନିଜକୁ ନିଯୋଜିତ କରିବେ। ଗଠନମୂଳକ ତଥା ସେବାସମ୍ବନ୍ଧିତ କାର୍ଯ୍ୟ ଯୋଗେ ସମ୍ମାନ ପାଇବେ। ଗୁପ୍ତଶତ୍ରୁ ଧରାପଡି ଲଜ୍ଜିତ ହେବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ପ୍ରତିକାର-ହନୁମାନ ମନ୍ଦିରରେ ବୁନ୍ଦି ଭୋଗ କରି ପିଲାଙ୍କୁ ବାଣ୍ଟନ୍ତୁ।

କନ୍ୟା:-

ବନ୍ଧୁମାନେ ଈର୍ଷାପରାୟଣ ହେବେ। ନୈରାଶ୍ୟ, ଅର୍ଥାଭାବ ଓ ଦୁଃସମ୍ବାଦ ପାଇ ପାରନ୍ତି। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ଚକ୍ଷୁପୀଡା ପ୍ରତି ସତର୍କତା ଅବଲମ୍ବନ କରିବେ। ଉନ୍ନତିମୂଳକ ପଦକ୍ଷେପରେ ବାଧା ପ୍ରତିରୋଧ, ଦାମ୍ପତ୍ୟ ସମସ୍ୟା ବୃଦ୍ଧି ହେତୁ ନିନ୍ଦା ଶୁଣିବେ।  ପ୍ରତିକାର- ଧର୍ମସ୍ଥାନକୁ ସଫା କରନ୍ତୁ।

ଆହୁରି ପଢନ୍ତୁ: ଦିନଟି ଭଲରେ କଟିବାପାଇଁ କରନ୍ତୁ ଏହି ପାଞ୍ଚୋଟି କାମ।

ତୁଳା:-

ବୈଷୟିକ ରୁଚି ପୂର୍ତ୍ତି ହେବ। ସ୍ଵାସ୍ଥ୍ୟରେ ଉନ୍ନତି ହେବାସହ ଅଧ୍ୟାତ୍ମିକ ଚେତନା ଦେଖାଦେବ। ମହିଳାମାନେ ସନ୍ତାନ ସନ୍ତତି ମାନଙ୍କଖୁସିରେ ଆନନ୍ଦିତ ହେବେ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ହେବ । ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ପ୍ରତିକାର-ଲାଲଚନ୍ଦନ ଓ ମସୁରଡାଲି ଧର୍ମସ୍ଥାନରେ ଦେବେ।

ବିଛା:-

ଜୀବନ ଶୈଳିରେ ସୁଖ-ସମୃଦ୍ଧି ଓ ପ୍ରତିଷ୍ଠାଲାଭ କରିବେ। ପଢାପଢିରେ ମନ ଧ୍ୟାନ ପ୍ରାୟ ଲାଗି ରହିବ। ପରୀକ୍ଷା ପ୍ରତିଯୋଗୀତାରେ କୃତକାର୍ଯ୍ୟ ହୋଇ ଉଚ୍ଚଶ୍ରେଣୀ ପାଇବେ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତୃମାନେ ପରାଜିତ ହେବେ। ପ୍ରତିକାର-ଉପହାର ସ୍ୱରୂପ ଲାଲରଙ୍ଗର ବସ୍ତୁ ଗ୍ରହଣ କରନ୍ତୁ ନାହିଁ।

ଆହୁରି ପଢନ୍ତୁ: ଏହି ପାଞ୍ଚୋଟି ଉପାୟ ଦୂର କରିପାରେ ଘରେ ବା ବ୍ୟବସାୟ କ୍ଷେତ୍ରରେ ଅର୍ଥାଭାବ ।

ଧନୁ:-

ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ। ପାରିବାରିକ  ଜୀବନ ସୁଖରେ କଟିବ। ମାତୃସ୍ଥାନୀୟା ବ୍ୟକ୍ତିଙ୍କ ପାଇଁ ବନ୍ଧୁବାନ୍ଧବଙ୍କ ସହ ମନାନ୍ତର ସୃଷ୍ଟି ହେବ। ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ। ଦେହମନରେ ପୀଡା ବୃଦ୍ଧିପାଇବ। ପ୍ରତିକାର:- ଦିନ ଦୁଃଖୀଙ୍କୁ ଅନ୍ନବସ୍ତ୍ର ଦାନ ଦିଅନ୍ତୁ।

ମକର:-

ଉପରିସ୍ଥଙ୍କୁ ସନ୍ତୁଷ୍ଠ କରି ପ୍ରଶଂସା ପାଇବେ। ଶିକ୍ଷା କ୍ଷେତ୍ରରେ ଅଧ୍ୟୟନରେ ମନ ନିବେଶ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖି ହେବେ। ପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

କୁମ୍ଭ:-

ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ। ପ୍ରତିଯୋଗିତାମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ। ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ ବ୍ୟବସାୟ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

ମୀନ:-

କର୍ମକ୍ଷେତ୍ରରେ ଦକ୍ଷତା ଓ ପ୍ରତିଭା ପ୍ରଦର୍ଶନ କରିବେ। ସାମାଜିକ ସ୍ତରରେ ଯଶ-ମାନ-ପ୍ରତିଷ୍ଠା ପ୍ରାପ୍ତି ହେବ। କଣ୍ଟ୍ରାକ୍ଟରୀ ବ୍ୟବସାୟରୁ ଯଥେଷ୍ଟ ଲାଭ ଉଠାଇବେ। ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିକାର-କୁକୁରକୁ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!