ଦୈନିକ ରାଶିଫଳ: ୨୧ ଫେବୃୟାରୀ ୨୦୧୯, ମା ଲକ୍ଷ୍ମୀଙ୍କ କୃପାରୁ ଏହି ସବୁ ରାଶିର ହେବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୧ ଫେବୃୟାରୀ ୨୦୧୯

ମେଷ:-

ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ ପାଇବେ। ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଆର୍ଥିକ ସମସ୍ୟା ଦୂର ହୋଇଯିବ। ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ବିରୋଧିମାନେ ଦୂରେଇ ଯିବେ। ଦୂରଯାତ୍ରାରେ  ସଫଳତା ଓ ଲାଭପାଇବେ। ପ୍ରିୟଜନଙ୍କସହ ମିଳନ ହେବ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ଗୁରୁ ଜନଙ୍କ ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ବ୍ୟବସାୟରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗମିଳିବ। ଉତ୍ତର ଦାୟିତ୍ୱ ବଢ଼ିବ। ମହିଳାମାନଙ୍କର ପ୍ରାୟକାର୍ଯ୍ୟ ପୂରଣ ହେବା ଫଳରେ  ଆୟ ଅପେକ୍ଷା କୃତ ବୃଦ୍ଧି ପାଇବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମିଥୁନ:-

ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ନୂଆ ଯୋଜନାରେ ସଫଳହେବେ। ବ୍ୟବସାୟରେ ସଫଳତା ଅର୍ଜନ ଓ ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

କର୍କଟ:-

କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ। ପରିବାରରେ ଖୁସିର ବାତାବରଣ ସ୍ଥାୟି ରହିବ। ନୂତନ ସମ୍ବନ୍ଧ ସୃଷ୍ଟିହେବ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ପରିବହନ ବ୍ୟବସାୟ ରେ ସମସ୍ୟା ସମାଧାନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ରାଜନୀତିରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ମହିଳାମାନେ ମାନସିକ ସୁସ୍ଥତା ଅନୁଭବ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ମହିଳାମାନଙ୍କର ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-

ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଦାମ୍ପତ୍ୟ ସଫଳତା ସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ଶତୃମାନେ ଷଡ଼ଯନ୍ତ୍ର କରି ଧରା ପଡିବେ। ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ। ରାଜନୀତିରୁ ଧନଲାଭ ହେବ ଓ ସମସ୍ତକାର୍ଯ୍ୟ ପୂର୍ଣ୍ଣ ହେବ। ଦୂରଯାତ୍ରା କରି ନିଜକୁ ଅସୁସ୍ଥ ମନେକରିବେ। ପ୍ରତିକାର- କିନ୍ନର ଙ୍କୁ କିଛି ଦାନ ଦିଅନ୍ତୁ।

ତୁଳା:-

ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ ଡାକ୍ତର ଇତ୍ୟାଦି ହୋଇଥିଲେ କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇପାରିବ। ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ସମ୍ମାନ ପାଇବେ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କଲେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ହସଖୁଶିର ବାତାବରଣ ସୃଷ୍ଟି ହେବ। ରାଜନେତା ମାନେ ପ୍ରତ୍ୟେକ କ୍ଷେତ୍ରରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତା ପାଇ ପାରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇପାରିବ। ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଅଫିସ୍ ରେ ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ରାଜନୀତିରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିକାର- ଇଷ୍ଟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ଧନୁ:-

ବ୍ୟବସାୟୀମାନେ କାରବାରରେ ବୁଡି ରହି ଲୋଭଗ୍ରସ୍ତ ନ ହୋଇ ପରିଶ୍ରମୋଚିତ ଲାଭପାଇବେ। ନିମ୍ନବର୍ଗର ବ୍ୟକ୍ତିବିଶେଷ ଅଧିକାଂଶ କ୍ଷେତ୍ରରେ ସାହାଯ୍ୟର ମନୋବୃତ୍ତି ଗ୍ରହଣ କରିବା ଫଳରେ ସନ୍ତୋଷ ଲାଭ କରିବେ। ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ମହିଳାମାନେ ନିଜର ଇଚ୍ଛା ବିରୋଧରେ କୌଣସି କର୍ମକରି ଅନୁତାପ କରିବେ। ପାରିବାରିକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ନିଜର କାମ ପଛକୁ ପକାଇ ଅନ୍ୟଦ୍ୱାରା ପ୍ରଭାବିତ ହୋଇ କୌଣସି ଭୁଲ୍କାମ କରିପାରନ୍ତି। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-

ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ଲେଖକ, ପତ୍ରକାର, ରାଜନୈତିକ, ସଙ୍ଗୀତଜ୍ଞ, ଠିକାଦାର ଓ ସରକାରୀ କ୍ଷେତ୍ରରେ କର୍ମରତଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ। ବନ୍ଧୁ ଓ ମିତ୍ରଙ୍କଠାରୁ ସାହାଯ୍ୟ ସଯୋଗ ମିଳିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ଭୁଲ ବୁଝାମଣାରୁ ବିବାଦୀୟ କ୍ଷେତ୍ରରେ ପ୍ରବେଶ କରି ପାରନ୍ତି। ପ୍ରତିକାର- ଶିବମନ୍ଦିରରେ ପାଦୁକ ପାନ କରନ୍ତୁ।

କୁମ୍ଭ:-

ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ। ରାଜନୀତିରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ ସଫଳତା ଅର୍ଜନ କରିବେ। କର୍ମକ୍ଷେତ୍ରରେ ଅଧିକାରୀ ଖୁସିହେବେ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ମହିଳାମାନଙ୍କର ପ୍ରତିକୁଳ ପରିସ୍ଥିତି ଦୂରେଇଯିବ ଓ ସନ୍ତାନସୁଖ ମିଳିବ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ସେବା କାର୍ଯ୍ୟରେ ଉଦଦ୍ବୁଦ୍ଧ ହୋଇ ଅନେକଙ୍କର କଲ୍ୟାଣ କରିବା ସୁଯୋଗ ପାଇବେ। ଗୃହାରମ୍ଭ, ଦୁରଯାତ୍ରା, ଯାନବାହାନ କିଣନ୍ତୁ ନାହିଁ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। କର୍ମକ୍ଷେତ୍ରରେ ଉଚ୍ଚବର୍ଗରୁ ସମ୍ମାନ ଓ ଶ୍ରଦ୍ଧାର ସ୍ରୋତ ଛୁଟିବ। ମହିଳାମାନଙ୍କର କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ ପଦୋନ୍ନତି ମଧ୍ୟ ପାଇପାରନ୍ତି। ପରାଧୀନତା ବେଡିରେ ଶୃଙ୍ଖଳିତ ହୋଇ ମଧ୍ୟ  ନିଜସ୍ଵ ପ୍ରତିଭା ପ୍ରଦର୍ଶନର ସୁଯୋଗ ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!