ଦୈନିକ ରାଶିଫଳ: ୨୧ ଫ୍ରେବୃୟାରୀ ୨୦୨୦, ମା ସନ୍ତୋଶୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ହେବ ବ୍ୟବସାୟରେ ପ୍ରବଳ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଫେବୃଆରୀ ମାସ ୨୧ତାରିଖ, ଶୁକ୍ରବାର, କୁମ୍ଭ ମାସ ଦିନ, ଫାଲଗୁନ ମାସ, କୃଷ୍ଣପକ୍ଷ, ତ୍ରୟୋଦଶୀ ତିଥି, ଉତ୍ତରାଷାଢା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର। ବିଛା, ଧନୁ, ମୀନ ରାଶିର ଘାତବାର। ସିଂହ ରାଶିର ଘାତଚନ୍ଦ୍ର। ବାଇଗଣ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୬ଟା ୧୭ ରୁ ୭ଟା ୧ମି, ସକାଳ ୭ଟା ୪୯ ରୁ ୯ଟା ୭ମି, ଦିବା ୧୨ଟା ୨୪ ରୁ ୨ଟା ୪୦ମି, ଦିବା ୪ଟା ୧୩ ରୁ ୫ଟା ୪୩ମି, ସନ୍ଧ୍ୟା ୭ଟା ୨୫ ରୁ ୮ଟା ୫୧ମି। ପର୍ବଦିନ ସ୍ମାର୍ତ୍ତ ସମ୍ମତ ମହା ଶିବରାତ୍ରି ବ୍ରତ, ଜାଗର ମେଳା।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସମସ୍ତ ଚିନ୍ତାରୁ ମୁକ୍ତି ପାଇବେ।  ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ। ଭ୍ରମଣ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିପାରେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ନିଜର ଯୋଗ୍ୟତା ଓ କ୍ଷମତାର ପ୍ରଭାବରେ ଅଧିକାରୀ ପ୍ରସନ୍ନ ରହିବେ। ସରକାରୀ କାମରେ ସଫଳତା ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:-

ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ରାଜନୀତିରେ ଉନ୍ନତି ହେବ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମିକ ପ୍ରେମିକା ମାନେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ରାଜନୀତିରେ ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା କରି ପାରନ୍ତି। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢି ପାରନ୍ତି। ମନରେ ଅଶାନ୍ତି ଅସନ୍ତୋଷ ଦେଖାଦେଇ ପାରେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ସାର୍ବଜନୀନ ସମ୍ପର୍କରେ ନିଜର ପ୍ରତିଭା ବିକଶିତ ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ସ୍ଥଗିତଥିବା କାର୍ଯ୍ୟ ପୂରଣ କରିବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ। କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ। ସମାରୋହରେ ସମ୍ମିଳିତ ହେବାକୁ ପଡି ପାରେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ଆର୍ଥିକ ସ୍ଥିତି ସ୍ଵଛଳତା ରହିବ। ପରୀକ୍ଷା ରେ ଆଶା ମୁତାବକ ଫଳ ପାଇବେ। କର୍ମକ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତିରେ ଉନ୍ନତି କରି ପାରିବେ। ପ୍ରତିକାରଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ସିଂହ:-

ସ୍ୱାସ୍ଥ୍ୟ ଠିକ୍ ରହିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବରିଷ୍ଠ କର୍ମୀ ଓ ବନ୍ଧୁ ମିତ୍ରମାନଙ୍କର ପ୍ରିୟପାତ୍ର ହେବେ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ଛାତ୍ରଛାତ୍ରୀମାନଙ୍କର ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ। ରାଜନୀତି କ୍ଷେତ୍ରରେ ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ।  ପ୍ରତିକାର ଇଷ୍ଟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ। ଘାତ

କନ୍ୟା:-

ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ ଟଙ୍କାର ଆବଶ୍ୟକତା ପୂରଣ ହୋଇପାରେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ରାଜନୀତିରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ଅସୁସ୍ଥତା ଦେଖା ଦେଇପାରେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ। ପ୍ରତିକାରମାଦକଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ବିଚ୍ଛା:-

ଶାରିରୀକ ଅସୁସ୍ଥତା ଦୂରହେବ। ବ୍ୟବସାୟରେ ଆଶା ମୁତାବକ ଲାଭ ପାଇବେ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ଧାର୍ଯ୍ୟ ହେବ। ଅର୍ଥ ଉପାର୍ଜନରେ ଏକନିଷ୍ଠ ହେବେ। ଋଣମୁକ୍ତି ହେବା ପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ପାରିବାରିକ ଜୀବନରେ ଶାନ୍ତି, ଭାଇଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ।  ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ। ଘାତ

ଧନୁ:-

ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ। ବନ୍ଧୁବାନ୍ଧବଙ୍କ ଦିଗରୁ ହସଖୁଶିର ବାତାବରଣ ସୃଷ୍ଟି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ। ପ୍ରତିଯୋଗିତା ପରୀକ୍ଷାରେ ଆନନ୍ଦିତ ହେବେ। ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ। ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ। ଘାତ

ମକର:- 

ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ। ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିପାରେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:- 

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ। ବ୍ୟବସାୟ କ୍ଷେତ୍ରରୁ ମନ ମୁତାବକ ଲାଭ ପାଇ ପାରିବେ। ପାରିବାରିକ ସ୍ଥିତି ସୁଧିରିଯିବା ଫଳରେ ଆର୍ଥିକ ଉନ୍ନତି ଦେଖାଦେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ କ୍ଷତିରେ ପଡିବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମୀନ:-

ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ। ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। ଆୟ ଅପରିବର୍ତ୍ତିତ ରହିବ।  ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!