ଦୈନିକ ରାଶିଫଳ: 21 ଫେବୃୟାରୀ 2021, ଆଜି ଧଳାବସ୍ତ୍ର ପରିଧାନ କରନ୍ତୁ ସମସ୍ତ ଚିନ୍ତା ଦୂର ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଫେବୃୟାରୀ ମାସ ୨୧ତାରିଖ, ରବିବାର, କୁମ୍ଭମାସ ୧୦ଦିନ, ମାଘମାସ, ଶୁକ୍ଳପକ୍ଷ, ନବମୀତିଥି, ରୋହିଣୀ ନକ୍ଷତ୍ର, ସକାଳ ୮ଟା ୪୨ମିନିଟ୍ ଗତେ ମୃଗଶିରା ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର । ମେଷ ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର । ଲାଉ ନ ଖାଇଲେ ଭଲ, ଦିବା ୩ଟା ୪୨ମିନିଟ୍ ପରେ କଳମଶାଗ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୧୬ମିନିଟ୍ ରୁ ୧୦ଟା ୫ମିନିଟ୍, ଦିବା ୧ଟା ୨୭ମିନିଟ୍ ରୁ ୧ଟା ୫୪ମିନିଟ୍, ସନ୍ଧ୍ୟା ୬ଟା ୩୬ମିନିଟ୍ ରୁ ରାତ୍ର ୯ଟା ୫ମିନିଟ୍, ରାତ୍ର ୧୨ଟା ୨୬ମିନିଟ୍ ରୁ ୧ଟା ୩୨ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଜନ ସେବାରେ ନିଜକୁ ନିୟୋଜିତ କରିବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ । ସହଯୋଗୀମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ପ୍ରେମିକ ପ୍ରେମିକାମାନେ ଭ୍ରମଣ କରିବାର ସୁଯୋଗ ପାଇବେ । ଶତୃବୃଦ୍ଧି, ଦାମ୍ପତ୍ୟ କଳହ, ଭାତୃ ବିବାଦ ଦେଖା ଦେଇ ପାରେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବୃଷ:-

ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ । ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବାକୁ ପଡିବ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବାକୁ ପଡିବ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ ।

ମିଥୁନ:-

ପତ୍ନୀଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ପାରିବାରିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯାଇ ପାରେ । କୌଣସି ବରିଷ୍ଠ ରାଜନେତା ବା ପଦସ୍ଥ ଅଧିକାରୀ, ସେଲିବ୍ରିଟ୍ ଦ୍ଵାରା ଦେଖାହୋଇ ପାରନ୍ତି । ପ୍ରେମିକ-ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହେବେ । କିନ୍ତୁ ଦୁଃଶ୍ଚିନ୍ତା ମଧ୍ୟରେ ଗତି କରିବେ । ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

କର୍କଟ:-

ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ପାରିବାରିକ ସମସ୍ୟା ସମାଧାନ ହୋଇ ଆର୍ଥିକ ମାମଲା ସୁଧୁରି ଯାଇ ଆର୍ଥିକ ଉନ୍ନତି ଘଟିବ । ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭ ହେବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ଛାତ୍ର ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ସିଂହ:-

ଶତୃଙ୍କ ସହିତ ମୁକାବିଲା କରିପାରିବେ । ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସି ସୁଖ ସମୃଦ୍ଧି ବୃଦ୍ଧି ପାଇବ । କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ଅଚାନକ ଧନପ୍ରାପ୍ତି ହେବା ଫଳରେ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି । ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିପାରିବେ । ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ । ପ୍ରତିକାର- କମଳାରଙ୍ଗରବସ୍ତ୍ର ପରିଧାନ କରନ୍ତୁ ।

କନ୍ୟା:-

ସ୍ୱାସ୍ଥ୍ୟ ଭଲ ରହିବ । ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ । ମାଆବାପାଙ୍କ ସହ ସମ୍ପର୍କ ଭଲ ରହିବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଦୂର ସ୍ଥାନକୁ ଯାତ୍ରା କରିବେ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ଛାତ୍ରଛାତ୍ରୀମାନଙ୍କର ଶିକ୍ଷକଙ୍କ ସହ ସମନ୍ଵୟ ରହିବା ଫଳରେ ବିଦ୍ୟାରେ ଉନ୍ନତି ହେବ । ରାଜନୀତି କ୍ଷେତ୍ରରେ ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିବେ । ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ବ୍ୟବସାୟରେ ଲକ୍ଷପ୍ରତି ଯଥାର୍ଥବାଦୀ ହେବେ । ବଂଧୁ ମିତ୍ରଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ପୁରାତନରୋଗର ପ୍ରକୋପରେ ହଇରାଣ ହରକତ ହୋଇ ପାରନ୍ତି । ପ୍ରତିକାର:- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ସନ୍ତାନର ସୁ-ଖବର ଶୁଣି ଖୁସିହେବେ । କୃଷିଜାତ ଦ୍ରବ୍ୟ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ । ପ୍ରତିଯୋଗୀତା ପରୀକ୍ଷାରେ ସଫଳ ହେବେ । ନୂଆ ସମସ୍ୟାର ସମ୍ମୁଖୀନ ହେଲେବି ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ । ଆମୋଦ, ପ୍ରମୋଦ, ମନୋରଞ୍ଜନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି । ପାରିବାରିକ ସ୍ଥିତିର ଅବ୍ୟବସ୍ଥିତତାକୁ ଆଧାର କରି କ୍ଷୋଭ, ଅବଶୋଷରେ ଜର୍ଜରିତ ହେବେ । ପ୍ରତିକାର- ଇଷ୍ଟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ଧନୁ:-

ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । କେତେକ ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପ୍ରତିଯୋଗୀତା ପରୀକ୍ଷା, ସାକ୍ଷାତ କାରରେ ବିଜୟୀ ହେବେ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ମକର:-

ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ । ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ । ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

କୁମ୍ଭ:-

ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ସାମାନ୍ୟ କଥାରେ ଅଯଥା ତର୍କ ନକରି ଶାନ୍ତ ରହିବା ଉଚିତ୍ । କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର । ତେବେ ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ମୀନ:-

ଶତୃମାନେ ପରାଜିତ ହେବେ ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହୋଇ ଋଣଭାର କମିଯିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ଉତ୍ତମ ରୋଜଗାର କରିପାରିବେ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!