ଦୈନିକ ରାଶିଫଳ: 21 ଫେବୃୟାରୀ 2023, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ ମସିହା, ଫେବୃୟାରୀ ମାସ ୨୧ତାରିଖ, ମଙ୍ଗଳବାର, କୁମ୍ଭମାସ ୯ଦିନ, ଫାଲଗୁନ ମାସ, ଶୁକ୍ଲପକ୍ଷ, ପ୍ରତିପଦ ତିଥି ଦିବା ୯ଟା ୫ମିନିଟ ପରେ ଦ୍ଵିତୀୟା ତିଥି, ଶତଭିଷା ନକ୍ଷତ୍ର ଦିବା ୯ଟା ୧ମିନିଟ ପରେ ପୂର୍ବଭାଦ୍ରପଦ ନକ୍ଷତ୍ର, କୁମ୍ଭରାଶିରେ ଚନ୍ଦ୍ର। ଶିବ ଯୋଗ ସକାଳ ୬ଟା ୫୫ମିନିଟ୍ ପରେ ସିଦ୍ଧ ଯୋଗ। ବବ କରଣ ଦିବା ୯ଟା ୫ମିନିଟ୍ ପରେ ବାଳବ କରଣ। ମକର ରାଶିର ଘାତବାର। ମିଥୁନ, ମୀନରାଶିର ଘାତଚନ୍ଦ୍ର। ନିଷିଦ୍ଧଖାଦ୍ୟ- ପାଣିକଖାରୁ ଦିବା ୯ଟା ୫ମିନିଟ ପରେ ବୋଇତିକଖାରୁ ନ ଖାଇଲେ ଭଲ। ଯୋଗିନୀ- ପୂର୍ବେ ଦିବା ୯ଟା ୫ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ଦ୍ଵିତୀୟାର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ପ୍ରାତଃ ୭ଟା ୪୨ମିନିଟ୍ ରୁ ୯ଟା ୮ମିନିଟ୍, ଦିବା ୧ଟା ୨୬ମିନିଟ୍ ରୁ ୨ଟା ୫୨ମିନିଟ୍, ସନ୍ଧ୍ୟା ୭ଟା ୧୮ମିନିଟ୍ ରୁ ୮ଟା ୫୨ମିନିଟ୍। ଶୁଭସମୟ- ସକାଳ ୯ଟା ୮ମିନିଟ୍ ରୁ ଦିବା ୧୦ଟା ୫୧ମିନିଟ୍, ଦିବା ୧ଟା ୯ମିନିଟ୍ ରୁ ୧ଟା ୨୬ମିନିଟ୍, ଦିବା ୪ଟା ୧୮ମିନିଟ୍ ରୁ ଦିବା ୪ଟା ୫୮ମିନିଟ୍, ସନ୍ଧ୍ୟା ୫ଟା ୪୪ମିନିଟ୍ ରୁ ୬ଟା ୩୪ମିନିଟ୍, ରାତ୍ର ୯ଟା ୪ମିନିଟ୍ ରୁ ରାତ୍ର ୧୧ଟା ୩୫ମିନିଟ୍, ରାତ୍ର ୨ଟା ୫ମିନିଟ୍ ରୁ ୩ଟା ୪୫ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଲୋକ ସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ବୃଷ:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଯାତ୍ରା ଫଳରେ ଉତ୍ସାହିତ ହେବେ ଓ ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସୁଚାରୁରୂପେ ହେବ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ଦ୍ୱାରା ବିଶେଷ ଲାଭବାନ୍ ହେବେ। ଆପଣଙ୍କ ନିକଟରୁ ସମ୍ପର୍କୀୟମାନେ ସହାୟତା ପାଇବେ। ସଙ୍ଗୀତ, କଳା, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ଉନ୍ନତି କରିବେ। କୌଣସି ସହୃଦୟ ବ୍ୟକ୍ତିଙ୍କ ଠାରୁ ଯଥେଷ୍ଟ ସହାୟତା ପାଇବେ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। କ୍ଷୟକ୍ଷତି ଘଟିବାର ଆଶଙ୍କା ନାହିଁ। କର୍ମକ୍ଷେତ୍ରରେ ଅସ୍ୱସ୍ତି ପାଇବେ। ଗୃହୋପକରଣ କ୍ରୟ କରିବେ। ଆନୁଷ୍ଠାନିକ କାମ ଓ ବନ୍ଧୁମିଳନ ହେତୁମନ ଖୁସୀ ରହିବ। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡ଼ିବ। ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ। ପାରିବାରିକ ସମସ୍ୟା ସୁଧୁରି ଯିବ। ବିଦ୍ୟାରେ ଉନ୍ନତି କରିବେ। କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ବ୍ୟବସାୟୀମାନେ ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ। ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ମାଲିମୋକଦ୍ଦମାର ସମସ୍ୟା ଦୂରହେବ ଓ ଉଚ୍ଚ ଆଶାରେ ଆଗେଇବେ। ରାଜନୀତି କ୍ଷେତ୍ରରେ ଅସ୍ୱସ୍ତି ଲାଭ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଶୁଭ ସମ୍ବାଦପାଇ ଖୁସିହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ତୁଳା:-ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ଅଧସ୍ତନ କର୍ମୀ ଓ ସାଧାରଣ ବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ ଓ ମାନ ମନାନ୍ତର ଦୂର ହେବ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ଶ୍ରମିକମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହି ପାରିବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବା ସହ ପଦୋନ୍ନତିର ସୁଯୋଗ ପାଇବେ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମକର:-କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆ ହୋଇ କର୍ତ୍ତବ୍ୟ ପାଳି ଚାଲିଲେ ସାମାଜିକ ପତିଆରା ଅମଳିନ ରହିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-କର୍ମକ୍ଷେତ୍ରରେ ଉନ୍ନତି, ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ପାରିବେ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମୀନ:-ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମର୍ଥ ହେବେ। କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ଶୁଭକାର୍ଯ୍ୟ ପାଇଁ ଇଚ୍ଛାକରି ଗୁରୁଜନମାନଙ୍କ ଠାରୁ ଆର୍ଶିବାଦ ପାଇବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!