ବ୍ୟବସାୟ କ୍ଷେତ୍ର କିପରି ରହିବ? ଆଜି କେମିତି ରହିବ ଆପଣଙ୍କ ଦିନ : ୨୧ ଜାନୁୟାରୀ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୧ ଜାନୁୟାରୀ ୨୦୧୮

ମେଷ:-

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରତିକାର- ସୋରିଷତେଲରେ ପରଟା କରି କୁକୁରକୁ ଖାଇବାକୁ ଦିଅନ୍ତୁ।

ବୃଷ:-

ଆର୍ଥିକ ସଙ୍କଟ ଦୂରେଇଯିବ। ଧାର କରଜ ସୁଝିବା ପାଇଁ ସୁଯୋଗ ପାଇବେ। ବିଦ୍ୟା କ୍ଷେତ୍ରରେ ପ୍ରତିଭାର ବିକାଶ ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।  

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ମିଥୁନ:-

କର୍ମ କ୍ଷେତ୍ରରେ ଶୁଭ ଖବର ପାଇ ଖୁସୀ ହେବେ। ଅତୀତରେ ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ। ମହିଳାମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପ୍ରତିକାର:- ଦିନ ଦୁଃଖୀଙ୍କୁ ଅନ୍ନବସ୍ତ୍ର ଦାନ ଦିଅନ୍ତୁ।

କର୍କଟ:-

ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ହେବେ। ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ଵାସ କଲେ ଠକାମୀ ଭଣ୍ଡାମିର ଶୀକାର ହେବେ। ମହିଳାମାନେ ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ। ପ୍ରତିକାର- ଗ୍ରାମ୍ୟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ସିଂହ:-

କଳା, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ। ମହିଳାମାନେ ଅନ୍ୟମାନଙ୍କ କାମରେ ମନଦେଇ ନିଜକାମକୁ ଅବହେଳା କରିବେ। ବିଦ୍ୟା କ୍ଷେତ୍ରରେ  ସୁନାମ ଅର୍ଜନ କରିବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

କନ୍ୟା:-

ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ପାଇଁ ସୁବିଧା ସୁଯୋଗ ପାଇବେ। ମହିଳାମାନେ ନିକଟରେ ଥିବା ମାଙ୍ଗଳିକ କାର୍ଯ୍ୟ ନିମନ୍ତେ ପ୍ରସ୍ତୁତି ହେବେ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

ତୁଳା:-

କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ମହିଳାମାନେ ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ବିଦ୍ୟାର୍ଥୀମାନେ ପ୍ରତିଯୋଗୀତା ପରୀକ୍ଷାରେ ଆଶାତୀତ ନମ୍ବର ରାଖୀ ପ୍ରଶଂସିତ ହେବେ। ପ୍ରତିକାର-ତନ୍ଦୁରୁଟି ତିଆରି କରି ଗାଈକୁ ଖାଇବାକୁ ଦେବେ।

 ବିଛା:-

ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ବିଦ୍ୟା କ୍ଷେତ୍ରରେ ଯଶ ପ୍ରାପ୍ତି ହେବ। ବ୍ୟବସାୟୀମାନଙ୍କର ଲାଭ ହେଲେ ମଧ୍ୟ ବ୍ୟୟ ଅଧିକ କରିବେ। ଧର୍ମାନୁସ୍ଥାନରେ ସମୟ କଟେଇବା ପାଇଁ ମନ ବଳାଇବେ। ପ୍ରତିକାର- ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରିବେ ଓ ଆଶୀର୍ବାଦ ପ୍ରାପ୍ତ କରିବେ।

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ଧନୁ:-

ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ। ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମକର:-

ଅଚାନକ ଭାବରେ କୌଣସି ଦୁଃସମ୍ବାଦ ଶୁଣିବେ। ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ପ୍ରତିକାର-ଲାଲଚନ୍ଦନ ଓ ମସୁରଡାଲି ଧର୍ମସ୍ଥାନରେ ଦେବେ।

କୁମ୍ଭ:-

ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ। ଅଯଥା ଭ୍ରମଣ କରିବା ଫଳରେ ଦେହ ଅସୁସ୍ଥି ରହିବ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ପ୍ରତିକାର- କୌଣସି କନ୍ୟାକୁ ଧଳାମିଠା ଖାଇବାକୁ ଦେବେ।

ମୀନ:-

କୌଣସି ଧାର୍ମିକସ୍ଥାନରେ ବହୁତ ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ। ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ। ମହିଳାମାନେ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ଅନ୍ୟମନସ୍କ ରହିବେ। ବିଦ୍ୟା କ୍ଷେତ୍ରରେ ମନ ଲାଗିବ ନାହିଁ। ପ୍ରତିକାର- ହନୁମାନ ମନ୍ଦିରରେ ବୁନ୍ଦି ଭୋଗକରି ବାଣ୍ଟି ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!