ଦୈନିକ ରାଶିଫଳ: ୨୧ ଜାନୁୟାରୀ ୨୦୧୯, ମହାଦେବଙ୍କ କୃପାରୁ ଏହି ସବୁ ରାଶି ବ୍ୟକ୍ତିଙ୍କର ବ୍ୟବସାୟରେ ପ୍ରବଳ ଲାଭ ହେବାର ସମ୍ଭାବନା ଅଛି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୧ ଜାନୁୟାରୀ ୨୦୧୯

ମେଷ:-

ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଦୂରଯାତ୍ରାର ସୁଯୋଗ ପାଇବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଆର୍ଥିକ ସଙ୍କଟ ଦୂରେଇଯିବ। ଧାର କରଜ ସୁଝିବାପାଇଁ ସୁଯୋଗ ପାଇବେ। ଧର୍ମାତ୍ମା, ଦେବତା, ସାଧୁସନ୍ଥଙ୍କସେବା ଓ ପରୋପକାର କର୍ମରେ ନିଜକୁ ନିଯୋଜିତ କରିବେ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟରେ ପ୍ରବଳ ଲାଭ ହେବ। ପରିବହନ ଓ ପାର୍ଟନରସିପ ବ୍ୟବଶାୟରେ ଲାଭ ଅପରି ବର୍ତିତ ରହିବ। ଚାକିରି କ୍ଷେତ୍ରରେ ପଦୋନ୍ନତିର ସୂଚନା ନିଶ୍ଚୟ ପାଇବେ। ପାରିବାରିକ ପତିଆରା ଭଲ ରହିବ। ମହିଳାମାନେ ଉତ୍ତମ ବୁଝାମୁଣାରେ ଗତିକରି ଅଦୃତି ଓ ଶ୍ରଦ୍ଧାର ଅଧିକାରିଣୀ ହେବେ। ରାଜନୀତି କ୍ଷେତ୍ରରେ ବାଧା ବନ୍ଧନ ନମାନି ଆଗେଇ ଯିବାର ସୁଯୋଗ ପାଇବେ। ପ୍ରତିଦ୍ବନ୍ଦିତାରେ ବିଜୟୀ ହୋଇ ପଦ ପଦବୀରେ ଅଧିଷ୍ଠିତ ହେବେ। ସତ୍ୟବାଦୀ, ଶାନ୍ତିପ୍ରିୟ, ଧୈର୍ଯ୍ୟଶିଳ, ଭଦ୍ର ବ୍ୟକ୍ତିଭାବେ ପ୍ରଶଂସା ପାଇବେ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ମିଥୁନ:-

କର୍ମକ୍ଷେତ୍ରରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ସାମାଜିକ ପତିଆରା ଅମଳିନ ରହିବ। ବାଦ-ବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ମିଷ୍ଟାନ ଭୋଜନ ସହ ଉଚ୍ଚଆଶା ପୂରଣ ହେବ। ସ୍ଥଳ ବିଶେଷରେ ଦୂରସ୍ଥାନବାସ ଯୋଜନା ମନ ମଧ୍ୟରେ ଉଙ୍କି ମାରିବା ଫଳରେ ସୁଖ, ସମ୍ପତ୍ତି ଲାଭ ହେବ। ବନ୍ଧୁମାନଙ୍କ ଠାରୁ  ସାହାଯ୍ୟ ପ୍ରାପ୍ତି ହେବ। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। କର୍ମକ୍ଷେତ୍ରରେ ଅସୁବିଧା ନହେଲେ ମଧ୍ୟ ଆଶଙ୍କା ରହିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କର୍କଟ:-

ଆମଦାନି ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। ଆର୍ଥିକ ଦିଗର ଅଭିବୃଦ୍ଧି କାରଣରୁ ଗଠନମୂଳକ ତଥା ସେବାସମ୍ବନ୍ଧିତ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣକରିବେ। ଶତ୍ରୁ ନାଶ ଯୋଗେ ନିରୁପଦ୍ରବ ଜୀବନଚର୍ଯ୍ୟାର ଅଧିକାରୀହେବେ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରି ହେବେ। ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ ଓ କର୍ମକ୍ଷେତ୍ରରେ ଶୁଭ ଫଳ ପାଇବେ। ମହିଳାମାନଙ୍କ ଚାକିରିରେ ପଦୋନ୍ନତିସହ ଆର୍ଥଲାଭ ହେବ। ଯୁବକ ଯୁବତୀ ମାନେ ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହୋଇ ନୂତନ କର୍ମ ନିଯୁକ୍ତିର ସୁବିଧା ସୁଯୋଗ ପାଇ ଖୁସିହେବେ। ପ୍ରତିକାର- ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

ସିଂହ:-

କର୍ମକ୍ଷେତ୍ରରେ ସଚ୍ଚୋଟ ଓ ନ୍ୟାୟୀ ବ୍ୟକ୍ତିହିସାବରେ ସମ୍ମାନ ପାଇବେ। ପ୍ରତେକ କଥାକୁ  ଟିକିନିଖି ପରୀକ୍ଷା ପରେ ହିସାବକୁ ନେବେ। ସ୍ଵାସ୍ଥ୍ୟରେ ଉନ୍ନତି ସହ ଅଧ୍ୟାତ୍ମିକ ତଥା ବୈଷୟିକ ରୁଚି ପୂର୍ତ୍ତି ହେବ। ପାରିବାରିକ ସୁଖ ସମ୍ପନ୍ନତା ଲାଭ ହେବ ଏବଂ ଆୟ ମଧ୍ୟ ଉତ୍ତମ ହେବ। ମହିଳାମାନେ ସନ୍ତାନ ସନ୍ତତି ମାନଙ୍କ ଖୁସିରେ ଆନନ୍ଦିତ ହେବେ। ବ୍ୟବସାୟ କ୍ଷେତ୍ରରେ ଦ୍ଵିଗୁଣା ଲାଭ ପାଇବା ଦ୍ରବ୍ୟ କ୍ରୟ କରିବେ। କୌଣସି ଶିକ୍ଷା ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ। କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ। ପ୍ରତିକାର-ହନୁମାନ ମନ୍ଦିରରେ ବୁନ୍ଦି ଭୋଗ କରି ପିଲାଙ୍କୁ ବାଣ୍ଟନ୍ତୁ।

କନ୍ୟା:-

କର୍ମକ୍ଷେତ୍ରରେ ଦକ୍ଷତା ଓ ପ୍ରତିଭା ପ୍ରଦର୍ଶନ ଜନିତ ଯଶମାନ ସମ୍ମାନ ପ୍ରତିଷ୍ଠା ପ୍ରାପ୍ତିହେବ। ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ ଓ କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ। ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚସ୍ଥିତି ରକ୍ଷା କରି ଚଳିବେ। ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ବ୍ୟବସାୟ ପାଇଁ ଦୂରଯାତ୍ରା କରି ଲାଭବାନ ହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ। ରାଜନୈତିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପ୍ରତିକାର:- କୁକୁରଙ୍କୁ ଖାଦ୍ୟ ଦେବା ଉଚିତ୍।

ତୁଳା:-

କର୍ମକ୍ଷେତ୍ରରେ ଓ ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ଆର୍ଥିକ ସଙ୍କଟ ଦୂର ହୋଇ କୌଣସି କାମ ଅଟକିବନାହିଁ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ପାରିବାରିକସ୍ତର ହସ ଖୁସିରେ କଟିବ। ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବା ସହ ଚିନ୍ତା କରିଥିବା କାମ ଗୁଡିକ ହେବ। ପଢାପଢିରେ ମନ ଧ୍ୟାନ ପ୍ରାୟ ଲାଗି ରହିବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖି ହେବେ। ପ୍ରତିକାର-ଉପହାର ସ୍ୱରୂପ ଲାଲରଙ୍ଗର ବସ୍ତୁ ଗ୍ରହଣ କରନ୍ତୁ ନାହିଁ।

ବିଛା:-

ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହିବ ଓ ବନ୍ଧୁତ୍ଵ ବୃଦ୍ଧି ପାଇବ। ଉପରିସ୍ଥଙ୍କୁ ସନ୍ତୁଷ୍ଠ କରିହେବ, ଯଦି କର୍ତ୍ତବ୍ୟ ପରାୟଣତାକୁ ରକ୍ଷା କରିପାରିବେ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ପରିସ୍ଥିତିକୁ ସମାଧାନ ବାଟକୁ ଟାଣି ଆଣିବେ। ମହିଳାମାନେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ପାଇବେ। ବ୍ୟବସାୟ କ୍ଷେତ୍ରରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ। ସବୁ ଭଲ ଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ମାନସିକ ଦୁଶ୍ଚିନ୍ତା ଦୂରେଇ ଯିବ। ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ଘରଠୁ କର୍ମ କ୍ଷେତ୍ରକୁ ପ୍ରମୁଖତା ଦେଇ ଆଧିକ ସମୟ ମଧ୍ୟ ଉତ୍ସର୍ଗ କରିବାକୁ ପଡିବ। କୃତକର୍ମ ନିମନ୍ତେ ଅନୁଶୋଚନା ଓ ହଠାତ୍ ମତ ପରିବର୍ତ୍ତନ କରି ସମସ୍ତଙ୍କୁ ଚକିତ କରି ଦେବେ। ମାତୃସ୍ଥାନୀୟା ବ୍ୟକ୍ତିଙ୍କ ପାଇଁ ବନ୍ଧୁବାନ୍ଧବଙ୍କ ସହ ମନାନ୍ତର ସୃଷ୍ଟି ହୋଇପାରେ। ଘର ତଥା ପରିବାରର କଥା ଚିନ୍ତାକରି କଥାରେ ସଂଯମତା ହରାଇବେ ଏଣୁ ସତର୍କତା ଗ୍ରହଣ କରିବା ଭଲ। ପ୍ରତିକାର- ହରିଡା ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-

କୌଶଳପୂର୍ଣ୍ଣ କାର୍ଯ୍ୟଶୈଳୀ ଓ ବିବେକାନୁମୋଦିତ ଚିନ୍ତାଧାରା ସାଙ୍ଗକୁ ଦୃଢ଼ ପଦକ୍ଷେପ ନେଇ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଆନୁଷ୍ଠାନିକ କାମରେ ଦକ୍ଷତା ହେତୁ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ। ହୋଟେଲ, ତେଲବ୍ୟବସାୟୀ, କଳାକାର, ରାଜନୈତିଜ୍ଞ, ଶିଳ୍ପକାରୀ, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଂ, ପନିପରିବା ଚାଷୀମାନେ ବିଶେଷ ଲାଭାନ୍ୱିତ ହେବେ। ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ଆଜି ମିଳିଯିବ। ମହିଳାମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ ଓ ସୁଖ ସମୃଦ୍ଧି ବୃଦ୍ଧିହେବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସହଜରେ ସମାଧାନ କରିପାରିବେ। ପାରିବାରିକ କ୍ଷେତ୍ରରେ ଶୁଭଖବର ପାଇ ଖୁସି ହେବେ ଓ ହସ ଖୁସିରେ ସମୟ କଟିବ। ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ। ନିକଟସ୍ଥ ବ୍ୟକ୍ତି ସାହାର୍ଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ। ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ। ପ୍ରତିକାର- ମୁହଁ ମିଠା କରି ଘରୁ ବାହାରନ୍ତୁ।

ମୀନ:-

କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ଧାର୍ମିକକାର୍ଯ୍ୟରେ ରୁଚି ବଢ଼ିବ ଓ ସମୟ ଆନନ୍ଦମୟ ହେବ। ବ୍ୟବସାୟକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ଠିକ୍ ଭାବେ ବୁଝିପାରିବା ଯୋଗେ ଆର୍ଥିକ ସାହାଯ୍ୟ ମିଳିବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଆଜି ଚେଷ୍ଟା କରିବେ। ପ୍ରତିକାର:- କେଶର, ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!