ଦୈନିକ ରାଶିଫଳ: 21 ଜାନୁୟାରୀ ୨୦୨୧, ମା’ ଲକ୍ଷ୍ମୀଙ୍କ କୃପାରୁ ଏହି ସବୁ ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜାନୁୟାରୀମାସ ୨୧ତାରିଖ, ଗୁରୁବାର, ମକରମାସ ୮ଦିନ, ପୌଷମାସ, ଶୁକ୍ଳପକ୍ଷ, ଅଷ୍ଟମୀତିଥି, ଅଶ୍ଵିନୀ ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର । ତୁଳା, କୁମ୍ଭ ରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର । ନଡିଆ, ଆମିଷ ନ ଖାଇଲେ ଭଲ, ଦିବା ୩ଟା ୫୦ମିନିଟ୍ ପରେ ଲାଉ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୨୮ମିନିଟ୍ ରୁ ୭ଟା ୫୪ମିନିଟ୍, ଦିବା ୧୦ଟା ୫୩ମିନିଟ୍ ରୁ ୧ଟା ୩ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବ୍ୟବସାୟ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ ଓ ସାମାଜିକ କାର୍ଯ୍ୟରେ ସଫଳ ହେବେ । କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ପାଇବେ । ରାଜନୀତି କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି । ସାମ୍ବାଦିକତା, ଧାର୍ମିକ କାର୍ଯ୍ୟ କ୍ଷେତ୍ରରେ ଅଂଶ ଗ୍ରହଣ କରିବେ । ଶିକ୍ଷା କ୍ଷେତ୍ରରେ ପ୍ରଶଂସା ମିଳିବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବୃଷ:-

ଶିକ୍ଷା କ୍ଷେତ୍ରରେ ପ୍ରତିଯୋଗିତା ପରୀକ୍ଷାରେ ବିଜୟୀ ହୋଇ ପ୍ରଶଂସା ମିଳିବ । ବରିଷ୍ଠ କର୍ମୀ ଓ ଉପରିସ୍ଥ କର୍ମୀଙ୍କ ସହ ସମ୍ପର୍କ ସ୍ଥାପନ ହେବ । ବ୍ୟବସାୟିକ ସଫଳତା ମିଳିବ । ବାଦବିବାଦ, ମାଲିମୋକଦ୍ଦମାରେ ସଫଳ ହେବେ । ଅଟକିଥିବା ଧନ ସହଜରେ ପ୍ରାପ୍ତ ହେବ । ବାହାର ଯାତ୍ରାରେ ସଫଳ ହେବେ । ପ୍ରେମିକ ପ୍ରେମିକାମାନେ ବୁଲିଯିବାର ସୁଯୋଗ ପାଇବେ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ କେତେକ କ୍ଷେତ୍ରରେ ବିଫଳ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମିଥୁନ:-

ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । ଆର୍ଥିକ କ୍ଷେତ୍ରରେ ପ୍ରବଳ ଉନ୍ନତିହେବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଦେହମନ ଭଲ ରହିବା ଫଳରେ କର୍ମକ୍ଷେତ୍ରରେ ଉତ୍ସାହିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ଜମି, ଜମା ବିବାଦ ମେଣ୍ଟି କାର୍ଯ୍ୟରେ ତ୍ୱରାନ୍ବିତ ହେବ । ବ୍ୟବସାୟ ବୃଦ୍ଧି, ଲାଭ ପ୍ରାପ୍ତି ଓ ମାନ ସମ୍ମାନ ବୃଦ୍ଧି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହୋଇ ଦାମ୍ପତ୍ୟ ସୁଖରେ ଖୁସିହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖା ଦେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇ ପାରନ୍ତି । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ସିଂହ:-

ଶିକ୍ଷା କ୍ଷେତ୍ରରେ ସଫଳ ହେବେ । କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ନୂତନକର୍ମ ପ୍ରାପ୍ତି ଯୋଗ ମଧ୍ୟ ରହିଛି । ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିଶ୍ରମ ଫଳରେ ଉନ୍ନତି ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟ କରିପାରିବେ । ନୂତନପନ୍ଥା ଅନୁସରଣ କରି ଆୟ ଉପାର୍ଜନର ବୃଦ୍ଧି ହେବ । ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

କନ୍ୟା:-

ବ୍ୟବସାୟରେ ବାଧା ଉପୁଜିଲେ ମଧ୍ୟ ଲାଭବାନ୍ ହେବେ । ପରିବାରରେ ଅଶାନ୍ତି ଦୂରେଇ ଯାଇ ଶାନ୍ତିର ବାତାବରଣ ଦେଖା ଦେବ । କଠିନ ପରିଶ୍ରମ କରି କାର୍ଯ୍ୟ କଲେ ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ । କିନ୍ତୁ କର୍ମଚାରୀମାନଙ୍କର ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଉଦ୍ ବେଗ ଓ ଅଶାନ୍ତି ବୃଦ୍ଧିହେବ । ଶିକ୍ଷା କ୍ଷେତ୍ରରେ ସଫଳ ହେବେ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ପ୍ରତି କ୍ଷେତ୍ରରେ ବିଫଳ ହେବୋ ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

ତୁଳା:-

ବ୍ୟବସାୟରେ ସଫଳତା, ଆର୍ଥିକ ଉନ୍ନତିରେ ବୃଦ୍ଧି, ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖାଦେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବିଚ୍ଛା:-

ପାରିବାରିକ ଅଶାନ୍ତି ଦୂରେଇ ଯିବ । ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କରେ ରହିବ । ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ । ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ । ପୈତୃକ ସମ୍ପତ୍ତିକୁ ନେଇ ଥିବା ସମସ୍ୟା ଗୁଡ଼ିକ ସମାଧାନ କରି ପ୍ରଶଂସିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ଚେଷ୍ଟା କଲେ କର୍ମ ନିଯୁକ୍ତି ପ୍ରାପ୍ତିରେ ସଫଳ ହେବେ । ବ୍ୟବସାୟରେ ଆଶା ତୀତ ଲାଭପାଇବେ । କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପାଲାଭ କରିବେ । ବାଦବିବାଦ, ମାଲି ମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ଦାମ୍ପତ୍ୟସୁଖ ସନ୍ତୋଷପ୍ରଦ ହେବ । ପରିବାରଜନଙ୍କ ଉନ୍ନତି ରେ ଆନନ୍ଦିତ ହେବେ । ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧିହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମକର:-

କଠିନ ପରିଶ୍ରମ କରି କାର୍ଯ୍ୟ କଲେ ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ । ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କରେ ରହିବ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । ଧାର୍ମିକ କାର୍ଯ୍ୟ କ୍ଷେତ୍ରରେ ଅଂଶ ଗ୍ରହଣ କରିବେ । ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପୁରାତନ ରୋଗର ଉପଶମ ହୋଇ ଶରୀର ଭଲ ରହିବ । ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । ପରିବାରର ସମସ୍ୟା ସମାଧାନ ହୋଇଯିବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ସ୍ୱାସ୍ଥ୍ୟରେ ଉନ୍ନତୀ ଘଟି ମାନସିକ ଶାନ୍ତି ପାଇବେ । ବିନାପରିଶ୍ରମରେ ଧନପ୍ରାପ୍ତି ହେବ । ଅନ୍ୟର ଉପକାର କରି ପ୍ରଶଂସିତ ହେବେ । ଆତ୍ମବିଶ୍ୱାସ ବୃଦ୍ଧିପାଇବ । ବ୍ୟବସାୟରେ ନୂତନଧାରା ଖୋଲିବେ । ଧର୍ମକାର୍ଯ୍ୟରେ ମତି ରହିବ । ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧିପାଇବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମୀନ:-

ନୂତନ କର୍ମ ସଂସ୍ଥାନ ରେ ନିଯୁକ୍ତି ପାଇବାର ଯୋଗ ରହିଛି । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ । ପାରିବାରିକ ଜୀବନ ସୁଖମୟ ହେବ । ବ୍ୟବସାୟ କ୍ଷେତ୍ରରେ କଠିିନ ପରିଶ୍ରମ କରିବେ । ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ । ପ୍ରେମିକ ପ୍ରେମିକାମାନେ ବୁଲିଯିବାର ସୁଯୋଗ ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!