୨୦୨୩ମସିହା, ଜାନୁୟାରୀ ମାସ ୨୧ତାରିଖ, ଶନିବାର, ମକରମାସ ୮ଦିନ, ମାଘମାସ, କୃଷ୍ଣପକ୍ଷ, ଅମାବାସ୍ୟା ତିଥି ରାତ୍ରି ୨ଟା ୨୩ମିନିଟ୍ ପରେ ପ୍ରତିପଦାତିଥି, ପୂର୍ବାଷାଢା ନକ୍ଷତ୍ର ଦିବା ୯ଟା ୩୯ମିନିଟ୍ ପରେ ଉତ୍ତରାଷାଢା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର । ହର୍ଷଣ ଯୋଗ ଦିବା ୨ଟା ୩୪ମିନିଟ୍ ପରେ ବଜ୍ର ଯୋଗ । ଚତୁଷ୍ପଦ କରଣ ଦିବା ୪ଟା ୨୧ମିନିଟ୍ ପରେ ନାଗ କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର ଦିବା ୨ଟା ୫୨ମିନିଟ ପରେ ସିଂହ ରାଶିର ଘାତଚନ୍ଦ୍ର । ନିଷେଧଖାଦ୍ୟ-ଆମିଷ, ତୈଳ ନ ଖାଇଲେ ଭଲ ରାତ୍ରି ୨ଟା ୨୩ମିନିଟ୍ ପରେ ପାଣି କଖାରୁ ନ ଖାଇଲେ ଭଲ । ଯୋଗିନୀ- ଐଶାନ୍ୟେ ରାତ୍ରି ୨ଟା ୨୩ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଆମବାସ୍ୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୬ଟା ୨୭ମିନିଟ୍ ରୁ ୭ଟା ୫୦ମିନିଟ୍, ଦିବା ୧ଟା ୨୦ମିନିଟ୍ ରୁ ୨ଟା ୪୨ ମିନିଟ, ଦିବା ୪ଟା ୫ମିନିଟ୍ ରୁ ୭ଟା ୫ମିନିଟ, ରାତ୍ର ୪ଟା ୫୦ମିନିଟ୍ ରୁ ୬ଟା ୨୭ମିନିଟ୍ । ଶୁଭସମୟ- ଦିବା ୧୦ଟା ୩୫ମିନିଟ୍ ରୁ ୧ଟା ୩ମିନିଟ୍, ରାତ୍ରି ୮ଟା ୩ମିନିଟ୍ ରୁ ୧୦ଟା ୩୯ମିନିଟ୍, ରାତ୍ରି ୧୨ଟା ୨୩ମିନିଟ୍ ରୁ ୨ଟା ୭ମିନିଟ୍, ରାତ୍ର ୩ଟା ରୁ ୪ଟା ୪୩ମିନିଟ୍ । ପର୍ବଦିନ- ନଷ୍ଟ ଚନ୍ଦ୍ରୋପବାସ ଓ ନିଶା ପାଳନ ।
ମେଷ:-ସନ୍ତାନଙ୍କ ଚିନ୍ତାରେ ମାନସିକ ସ୍ଥିରତା ଦେଖାଦେବ । ନାନାପ୍ରକାର ସୁବିଧା ସୁଯୋଗ ମିଳିବା ସହ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ । ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମାଧାନ ହୋଇ ଯିବ । ବିଦ୍ୟାର୍ଥିଙ୍କର ଉନ୍ନତି ହେବ । ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟଗୀତ, କଳା ସଙ୍ଗୀତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହିତ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
ବୃଷ:-ରାଜନୈତିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବା ସହ ଉଚିତପନ୍ଥା ଗ୍ରହଣ କରିବେ । ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ସତର୍କତା ଅବଲମ୍ବନ ନକଲେ ମିଥ୍ୟା ଅପବାଦରେ ନିନ୍ଦିତ ହୋଇ ପାରନ୍ତି । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମିଥୁନ:-ବ୍ୟବସାୟରେ ପୂର୍ବ ସମସ୍ୟାର ସମାଧାନ ହୋଇ ପୂର୍ଣ୍ଣ ସଫଳତା ପାଇବେ । କୌଣସି ନୂତନ ବ୍ୟକ୍ତିଙ୍କୁ ଭରସା କରି କାର୍ଯ୍ୟ କଲେ ଶତ୍ରୁମାନେ ପଛଘୁଞ୍ଚା ଦେବେ । ବ୍ୟୟ ଅପେକ୍ଷା ଆୟ ଅଧିକ ହୋଇ ଋଣମୁକ୍ତ ଓ ଋଣପ୍ରାପ୍ତିର ରାସ୍ତା ପରିଷ୍କାର ହୋଇଯିବ । ଜାଗାଜମି, ଗୃହ ଉପକରଣ କ୍ରୟ କରିବେ । ଯାନ ବାହାନ ପ୍ରାପ୍ତି ହେବ । ବରିଷ୍ଠ କର୍ମୀ ଓ ବନ୍ଧୁ ମିତ୍ରଙ୍କ ସହ ସୁସଂପର୍କ ସୃଷ୍ଟି ହୋଇ ନୂତନ ସଂସ୍ଥାର ଆୟୋଜନ କରି ପାରନ୍ତି । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।
କର୍କଟ:-ବିଦ୍ୟାର୍ଥିମାନେ ପରୀକ୍ଷାରେ ବିଜୟୀ ହେବେ । ଅଟକିଥିବା କାର୍ଯ୍ୟ କୌଣସି ଏକ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟରେ ପୂରଣ ହେବ । ପୂରାତନ ରୋଗର ଉପଶମ ଓ ବନ୍ଧୁ ସମାଗମ ହେବ । ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ । ଆୟ ଉତ୍ତମ ହେବାରୁ ଧନ ସମ୍ପତିରେ ଘର ହସି ଉଠିବ । ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ ।
ସିଂହ:-ବ୍ୟବସାୟରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବା ସହ ନୂଆ ସମ୍ପର୍କ ଭବିଷ୍ୟତରେ ଲାଭ ଦାୟକ ହେବ । ଉଧାର ଦେଇଥିବା ଟଙ୍କା ମିଳିଯାଇପାରେ । ସନ୍ତାନ ମାନଙ୍କର ନୂଆ ସୁଯୋଗ ମିଳିବା ହେତୁ ଉନ୍ନତିର ପଥ ସୁଗମ ହେବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
କନ୍ୟା:-ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ତୁଳା:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି ଓ ସମ୍ମାନ ବୃଦ୍ଧି ହେବ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହୋଇ ସାଧାରଣ ଚଳଣି ଅତୁଟ ରହିବ । ରାଜନୀତି କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ । ଟଙ୍କ । ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ବିଚ୍ଛା:-ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ । ପରିବାରର କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖି ପାରନ୍ତି । ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ସୃଷ୍ଟି ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ଧନୁ:-ନିର୍ମାଣଧୀନ କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ଆର୍ଥିକସ୍ଥିତି ସୁଧୁରିବ । ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଭୂମି, ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ । ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରିବେ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ବନ୍ଧୁ, ମିତ୍ର ମାନଙ୍କ ଦ୍ୱାରା ଲାଭବାନ୍ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ମକର:-ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ । ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତିକରି ପାରିବେ ନାହିଁ । ରାଜନୀତି କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ନିଷ୍ଠାର ସହ ପରିଶ୍ରମ ଫଳରେ କର୍ମକ୍ଷେତ୍ରରେ ସମ୍ପୂର୍ଣ୍ଣ ଲାଭ ପାଇବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
କୁମ୍ଭ:-ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇ ପାରେ । ଅଧ୍ୟୟନ ପାଇଁ ତତ୍ପର ହେବେ । ବାଦବିବାଦ ପରୀକ୍ଷା ପ୍ରତିଯୋଗିତାରେ ଦୁଇଗୁଣ ଉତ୍ସାହ ସହ ଆଗେଇ ଯିବେ । ରାଜନୀତିକ୍ଷେତ୍ରରେ ଯଶମାନ ବୃଦ୍ଧିହେବା ସହ କମ୍ ପରିଶ୍ରମରେ ଆଶା ଜନକ ଫଳ ପ୍ରାପ୍ତି ହେବ । ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମୀନ:-ସାମାଜିକ କାର୍ଯ୍ୟରେ ଉତ୍ସାହ ବଢିବ । ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ଅକ୍ଷୁର୍ଣ୍ଣ ରହିବ । ବ୍ୟବସାୟରେ କର୍ମଚାରୀ ମାନଙ୍କର ସହଯୋଗ ପାଇ ଉତ୍ସାହ ବଢିବ । ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ମାନସିକ ଶାନ୍ତି ମିଳିବ । ବସ୍ତ୍ରଭୂଷଣ ଆଦି ଲାଭହେବ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।