ଦୈନିକ ରାଶିଫଳ: ୨୧ ଜୁଲାଇ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୧ ଜୁଲାଇ ୨୦୧୮

ମେଷ:-

ରାଜକୀୟ ମାମଲାରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ଅଶାନ୍ତି ଦେଖାଦେବ। ଭାଇ ଓ ଭଉଣୀମାନଙ୍କ ସହ ମନୋମାଳିନ୍ୟ ହେବ। ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ। ସ୍ୱାସ୍ଥ୍ୟ ହାନୀ ହେବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦ ବିବାଦ ସୃଷ୍ଟି ହେବ। ପ୍ରତିକାରଗୁଡରୁଟି ଗାଈକୁ ଖାଇବାକୁ ଦେବେ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଅବିବାହିତ ଯୁବକ ଓ ଯୁବତୀମାନଙ୍କର  ବିବାହ ପ୍ରସ୍ତାବ  ସ୍ଥିର ହେବ। ଯାହା ଚିନ୍ତା କରିଛନ୍ତି ଆଜି ତାହା ପୂରଣ କରିବାକୁ ଚେଷ୍ଟା କରିବେ। ମାନସିକ ଚିନ୍ତା ଦୂର ହେବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟ କରିପାରିବେ। ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ବ୍ୟବସାୟରେ ବାଧା ଉପୁଜିଲେ ମଧ୍ୟ ଲାଭବାନ୍ ହେବେ। ପ୍ରତିକାର ମସୁରଡାଲି ଧର୍ମସ୍ଥାନରେ ଦେବେ।

ମିଥୁନ:-

ଚାକିରୀରେ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ। ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହେବ। ପ୍ରତିଯୋଗୀତା ପରୀକ୍ଷା ମାଲିମୋକଦ୍ଦମାରେ ବିଜୟ ପ୍ରାପ୍ତ ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପ୍ରତିକାରପିଲାଙ୍କୁ ମିଠା ଖାଇବାକୁ ଦେବେ।

<< Odia Calendar 2018 >>> | <<< Janma Patrika (Jataka)>>>

କର୍କଟ:-

ଯଶ, ମାନ-ସମ୍ମାନ ପ୍ରତିଷ୍ଠା ମିଳିବ। ବିଦ୍ୟା କ୍ଷେତ୍ରରେ ମଧ୍ୟ ସଫଳତା ମିଳିବ। ଶତୃମାନେ ଦୂର ହେବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ଆଜି ରୋଜଗାରରେ ଉନ୍ନତି ହେବ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ଜନସମ୍ପର୍କ ସୁଦୃଢ ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ପ୍ରତିକାରହନୁମାନ ମନ୍ଦିରରେ ଲଡୁ ଭୋଗକରି ବାଣ୍ଟନ୍ତୁ।

ସିଂହ:-

ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ନିଜ ଲୋକମାନେ ହିଁ କାମରେ ଆସିବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଅଶାନ୍ତି ଦୂରେଇ ଯିବ। ପ୍ରତିକାର ଅସହାୟକୁ ନିରାଶ କରିବେ ନାହିଁ।

କନ୍ୟା:-

ପୂର୍ବରୁ ଥିବା ପାରିବାରିକ ସମସ୍ୟା ସମାଧାନ ହେବ। ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ  ଉପରିସ୍ଥ ଅଧିକାରୀଙ୍କ  ପ୍ରିୟଭାଜନ ହେବେ। କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ।  ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ପ୍ରତିକାରମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା:-

କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ। ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇପାରେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ। ବ୍ୟାପାର ଓ ବ୍ୟବସାୟରେ ଉନ୍ନତି ହେବ। ପ୍ରତିକାରବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରିବେ ଓ ଆଶୀର୍ବାଦ ପ୍ରାପ୍ତ କରିବେ।

ବିଛା:-

ଶରୀର ସୁସ୍ଥ ରହିବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ପରୀକ୍ଷା  ଓ ପ୍ରତିଯୋଗିତାରେ ସଫଳ ହେବେ। କର୍ମକ୍ଷେତ୍ରରେ ଦାଇତ୍ଵ ବଢିବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନୂତନ ବସ୍ତୁ କ୍ରୟ କରିପାରିବେ। ପ୍ରତିକାରହନୁମାନ ମନ୍ଦିରରେ ଭୋଗ କରି ବାଣ୍ଟିବେ।

ଧନୁ:-

ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନରେ ବାଧା ଆସିବ। କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ଅସୁବିଧାର ସମ୍ମୁଖୀନ ହେବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ବିଫଳ ହେବେ। ଦାମ୍ପତ୍ୟ ସୁଖରେ ବାଧା ଆସିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାରଲାଲଚନ୍ଦନ ମସ୍ତକରେ ଲଗାଇବା ଉଚିତ।

ମକର:-

ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ରାଜନୀତି ମାମଲାରେ ସଫଳତା ମିଳିବ। ସେୟାର ବଜାରରେ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାର:- ଅସହାୟକୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ସରକାରୀ କାମରେ ସଫଳତା ମିଳିବ। ପାରିବାରିକ ମାମଲା ବହୁତ ସହଜ  ସରଳହେବ। ସ୍ୱାସ୍ଥ୍ୟ ଭଲ ରହିବ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ରାଜନୀତିରେ ଉନ୍ନତି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ସହଜ ସରଳରେ କର୍ମ ନିଯୁକ୍ତି ପାଇବେ। ଅବିବାହିତ ଯୁବକ ଓ ଯୁବତୀମାନଙ୍କର  ବିବାହ ପ୍ରସ୍ତାବ  ସ୍ଥିର ହେବ। ପ୍ରତିକାରଗହମ, ଗୁଡ ବାଳକମାନଙ୍କୁ ଦାନ କରିବେ।

ମୀନ:-

ଆର୍ଥିକ କ୍ଷେତ୍ରରେ  ଉନ୍ନତି,ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ। ଶିକ୍ଷା କ୍ଷେତ୍ରରେ ସଫଳ ହେବେ। ପ୍ରତିକାର-ଅସହାୟ ଲୋକଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!