ଦୈନିକ ରାଶିଫଳ: 21 ଜୁଲାଇ 2021, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁଲାଇ ମାସ ୨୧ ତାରିଖ, ବୁଧବାର, କର୍କଟ ମାସ ୬ ଦିନ, ଆଷାଢ ମାସ, ଶୁକ୍ଳପକ୍ଷ, ଦ୍ଵାଦଶୀ ତିଥି, ଜ୍ୟେଷ୍ଠା ନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର । ବ୍ରହ୍ମ ଯୋଗ, ବବ କରଣ ପ୍ରାତଃ ୫ଟା ୫୨ମିନିଟ୍ ଗତେ ବାଳବ କରଣ । କର୍କଟ ରାଶିର ଘାତବାର । ସନ୍ଧ୍ୟା ୬ଟା ୨୯ମିନିଟ୍ ଗତେ ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । ପୋଇ, ମସୁରଡାଲି ନ ଖାଇଲେ ଭଲ, ଦିବା ୪ଟା ୨୬ମିନିଟ୍ ପରେ ବାଇଗଣ ନ ଖାଇଲେ ଭଲ । ଯୋଗିନୀ- ନୈରୁତେ ଦିବା ୪ଟା ୨୬ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଦ୍ଵାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭବେଳା- ସକାଳ ୮ଟା ୩୭ମିନିଟ୍ ରୁ ଦିବା ୧୦ଟା ୧୫ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଦିବା ୧୧ଟା ୫୩ମିନିଟ୍ ରୁ ଦିବା ୧ଟା ୩୦ମିନିଟ୍ । ରାତ୍ରି ୨ଟା ୩୭ମିନିଟ୍ ରୁ ରାତି ୪ଟା ୧ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୨୩ମିନିଟ୍ ରୁ ୭ଟା ୫ମିନିଟ୍, ଦିବା ୧୦ଟା ୧୬ମିନିଟ୍ ରୁ ୧୧ଟା ୨୫ମିନିଟ୍, ଦିବା ୨ଟା ୪ମିନିଟ୍ ରୁ ୫ଟା ୩୦ମିନିଟ୍, ସନ୍ଧ୍ୟା ୭ଟା ୮ମିନିଟ୍ ରୁ ରାତ୍ର ୧୦ଟା ୪୬ମିନିଟ୍, ରାତ୍ର ୧ଟା ୪୩ମିନିଟ୍ ରୁ ରାତ୍ର ୨ଟା ୩୬ମିନିଟ୍ । ପର୍ବଦିନ- ରଥ ଉପରେ ଶ୍ରୀଜୀୟଙ୍କ ସୁନାବେଶ, ଗରୁଡ ଶୟନ ଦ୍ଵାଦଶୀ, ଶିବ ପ୍ରଦୋଷ ବ୍ରତ ।

ମେଷ:-ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ବ୍ୟବସାୟରେ ଅସୁବିଧାର ସମ୍ମୁଖୀନ ହେବେ । ଆର୍ଥିକ ଉନ୍ନତିରେ ବାଧା ସୃଷ୍ଟିହେବ । ଦୀର୍ଘ ସମୟ ଧରି ବନ୍ଧୁଙ୍କୁ ଅପେକ୍ଷା କରି ବିରକ୍ତ ହେବେ । କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ସେମିତି କିଛି ହେବ ନାହିଁ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ବୃଷ:-ସେୟାର ବଜାରରେ ମୁନାଫା ମିଳିବ । ପୁରୁଣା ନିବେଶ ଲାଭ ଦେବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ସ୍ୱାସ୍ଥ୍ୟ ଭଲ ରହିବ । ଆର୍ଥିକସ୍ଥିତିରେ ସୁଧାର ଆସିବ । ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ଋଣପ୍ରାପ୍ତି ଓ ଋଣମୁକ୍ତର ରାସ୍ତା ପରିଷ୍କାର ହେବ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ଜାଗା ଜମି, ଗୃହ ଉପକରଣ କ୍ରୟ କରିବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ମିଥୁନ:-ସ୍ୱାସ୍ଥ୍ୟ ଭଲ ରହିବ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ବ୍ୟବସାୟ କ୍ଷେତ୍ରରେ ନୂଆଲକ୍ଷ ନିର୍ଦ୍ଧାରିତ କରିବେ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ସଫଳତା ମିଳିବ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ମାନସିକ ଶାନ୍ତି ମିଳିବ ଓ ଋଣଭାର ଲାଘବ ହେବ । ଅଚାନକ ଭାବରେ କୌଣସି ସୁସମ୍ବାଦ ଶୁଣିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । ବିଦ୍ୟାର୍ଥୀମାନେ ପ୍ରତିଯୋଗୀତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ । ପରିବାରରେ କିଛି ଅର୍ଥ ସଙ୍କଟ ଦେଖା ଦେବାରୁ ଅତ୍ୟଧିକ ଚିନ୍ତା କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବେ । ବ୍ୟବସାୟରେ ଇଚ୍ଛା ମୁତାବକ ଲାଭ ପାଇବେ । ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ । ବିଦ୍ୟା କ୍ଷେତ୍ରରେ ମନ ଲାଗିବ । ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ପରିବାରର କେତେକ ଅକୁହା କଥା ଚିନ୍ତା କରି ମନ ଅଶାନ୍ତି ଲାଗିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ଜାଗାଜମି, ଗୃହ ବାହନ ଗୃହ ଉପକରଣ କ୍ରୟ କରିବେ । ଅପେକ୍ଷା କରିଥିବା କାର୍ଯ୍ୟଟି ପୂରଣ କରିବା ପାଇଁ ସକ୍ଷମ ହେବେ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ତୁଳା:-ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ । କୃଷି ଓ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ । ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ । ଜନ ମଙ୍ଗଳ କାମ କରିପାରିବେ । ଶତୃ ଓ ବିରୋଧୀମାନେ ପରାସ୍ତ ହେବେ । ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ । ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-ଶତୃ ପରାଜିତ ହେବେ ଓ ଶାରିରୀକ ଅସୁସ୍ଥତା ଦୂରହେବ । ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଶତୃମାନେ ମଥାନତ କରିବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ । ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ଧନୁ:-ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ନୂତନ କାର୍ଯ୍ୟରେ ହାତ ଦେଲେ ସଫଳ ହେବ । ବହୁତ ଦିନରୁ ରଖିଥିବା ଧନ ଭୋଗ ବିଳାସଦ୍ରବ୍ୟ କ୍ରୟକରିବା ଫଳରେ ଖର୍ଚ୍ଚ ହୋଇଯିବ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମକର:-ସ୍ୱାସ୍ଥ୍ୟ ଭଲ ରହିବ । ଶୁଭକାମ କରି ପ୍ରଶଂସିତ ହେବେ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ । ନୂଆ କାମ ନୂଆ ପ୍ରେରଣା ଦେବ । ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହେବ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ପାରନ୍ତି । ଆୟବୃଦ୍ଧି, ଋଣମୁକ୍ତି ଓ କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ମାନସିକ ଶାନ୍ତି ମିଳିବା ସହ ଋଣଭାର ଲାଘବ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବା ସହ ବ୍ୟବସାୟରେ ଉନ୍ନତି ହେବ । ଛାତ୍ରଛାତ୍ରୀମାନେ ହସ ଖୁସିରେ ସମୟ କଟାଇବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମୀନ:-ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଶତୃମାନେ ପରାଜିତ ହେବେ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ । ପାରିବାରିକସ୍ତର ହସ ଖୁସିରେ କଟିବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ସୁଚାରୁ ଭାବେ ସମ୍ପର୍ଣ୍ଣ କରି ପାରିବେ । ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!