ଦୈନିକ ରାଶିଫଳ: ୨୧ ଜୁନ୍ ୨୦୨୦, ସୂର୍ଯ୍ୟ ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ସ୍ୱାସ୍ଥ୍ୟ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁନ୍ ମାସ ୨୧ ତାରିଖ, ରବିବାର, ମିଥୁନ ମାସ ୭ ଦିନ, ଆଷାଢମାସ, କୃଷ୍ଣପକ୍ଷ, ଅମାବାସ୍ୟା ତିଥି, ଦିବା ୧୨ଟା ୧୨ମିନିଟ୍ ଗତେ ପ୍ରତିପଦା ତିଥି, ମୃଗଶିରା ନକ୍ଷତ୍ର, ଦିବା ୧ଟା ୧ମିନିଟ୍ ଗତେ ଆର୍ଦ୍ରା ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର। ମେଷ ରାଶିର ଘାତବାର। କନ୍ୟା ରାଶିର ଘାତଚନ୍ଦ୍ର। ଆମିଷ ନ ଖାଇଲେ ଭଲ। ଦିବା ୧୨ଟା ୧୨ମିନିଟ୍ ଗତେ ପାଣିକଖାରୁ ନ ଖାଇଲେ ଭଲ।ଶୁଭସମୟ- ସକାଳ ୭ଟା ରୁ ୯ଟା ୩୫ମିନିଟ୍, ଦିବା ୧ଟା ୨୮ମିନିଟ୍ ରୁ ୨ଟା ୫୨ମିନିଟ୍, ଦିବା ୪ଟା ୩୯ମିନିଟ୍ ରୁ ୪ଟା ୪୪ମିନିଟ୍, ସନ୍ଧ୍ୟା ୬ଟା ୨୫ମିନିଟ୍ ରୁ ୭ଟା ୫୦ମିନିଟ୍, ରାତ୍ର ୧୦ଟା ୪୪ମିନିଟ୍ ରୁ ୧୨ଟା ୫୨ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ପର୍ବଦିନଆଷାଢ ଅମାବାସ୍ୟା, ଶ୍ରୀମନ୍ଦିରରେ ନବଯୌବନ ଦର୍ଶନ, ରାହୁଗ୍ରସ୍ତ ଖଣ୍ଡଗ୍ରାସ ସୂର୍ଯ୍ୟପରାଗ । (ଗ୍ରହଣ ସ୍ପର୍ଶ- ଦିବା ଘ. ୧୦ଟା ୩୮ମିନିଟ୍ ୧୦ସେକେଣ୍ଡ, ଗ୍ରହଣ ମଧ୍ୟ-ଦିବା ଘ. ୧୨ଟା ୨୬ମିନିଟ୍, ସର୍ବମୋକ୍ଷ- ଦିବା ଘ.୨ଟା ୯ମିନିଟ୍ ୩୦ସେକେଣ୍ଡ। ହାଣ୍ଡିଛାଡ ଓ ଦେବନୀତି ନିଷେଧ- ଗ୍ରହଣ ସ୍ପର୍ଶର ବାରଘଣ୍ଟା ପୂର୍ବରୁ ବା ଶନିବାର ରାତ୍ରି ଘ. ୧୦ଟା ୩୮ମିନିଟ୍ ୧୦ସେକେଣ୍ଡ ଠାରୁ ରବିବାର ଦିବା ଘ.୨ଟା ୯ମିନିଟ୍ ୩୦ସେକେଣ୍ଡ ପର୍ଯ୍ୟନ୍ତ)।

ମେଷ:-

ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କର୍ମ କ୍ଷେତ୍ରରେ ବେଶ୍ ଆନନ୍ଦ ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ଆଲୋଚନାରେ ଠିକ୍ ନିସ୍ପତି ନେବା ଫଳରେ ମାନ ସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ। ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟାକୁ ସୁଧାରୀ ନେବା ଫଳରେ ଆର୍ଥିକ ସଙ୍କଟ ଦୂର ହେବା ସହ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ସତର୍କ ନରହିଲେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ସ୍ୱାସ୍ଥ୍ୟ ଠିକ୍ ରହିବ। ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବା ଫଳରେ ଆଶା କରିଥିବା କାର୍ଯ୍ୟଟି ଖୁବ୍ ଶୀଘ୍ର ପୂରଣ ହେବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ପାଇ ବେଶ୍ ଆନନ୍ଦ ଅନୁଭବ କରିବେ। ବ୍ୟବସାୟ ପାଇଁ ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର ହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମିଥୁନ:-

ସାମାଜିକ କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ପରିବାରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ଘରୋଇ କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ। ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବା ସହ ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ସାମାଜିକ କ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେଇ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କର୍ମକ୍ଷେତ୍ରରେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହି ପାରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ବାସସ୍ଥାନ ବା ଯାନବାହାନ ନବୀକରଣ କରିବାର ସୁବିଧା ସୁଯୋଗ ପାଇବେ। ସୁଖ ସମ୍ପଦ ପ୍ରାପ୍ତି ହେବା ସହ ନୂତନ କାର୍ଯ୍ୟ କିଛି ଆରମ୍ଭ କରିବା ପାଇଁ ମନ ବଳେଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ସୁଯୋଗ ହାତ ପାହାନ୍ତାରେ ପାଇ ସଫଳତା ମିଳିବ। ବିରୋଧୀମାନେ କ୍ଷତି କରିବାରେ ଅସଫଳ ହେବେ। ମିତ୍ରଙ୍କ ସାହାଯ୍ୟ ସହଯୋଗରେ ସ୍ଥିତି ସମ୍ଭାଳି ନେବେ। ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହିବେ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିପାରେ। କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ। ଛାତ୍ରଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ବ୍ୟବସାୟୀମାନଙ୍କର କଠିନ ପରିଶ୍ରମ ଫଳରେ ଲୋକ ସମ୍ପର୍କ ବୃଦ୍ଧି ହେବା ସହ କାରବାର ବଢିବ। ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳର ଅବସାନ ହେବ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହେବେ। ସହକର୍ମୀମାନଙ୍କର ସମର୍ଥନ ସହଯୋଗ ଯୋଗୁ ରାଜନୀତି କ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ସେବାକାରୀ ମାନଙ୍କ ସହଯୋଗରେ ଜନସେବା ଦ୍ଵାରା ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ।  ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବା ଫଳରେ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ବାଣିଜ୍ୟ କ୍ଷେତ୍ରରେ ମହାଜନଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ ଓ ସାହାଯ୍ୟ ସହଯୋଗ ମିଳିବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ଛାତ୍ରଛାତ୍ରୀମାନଙ୍କର ଅପ୍ରିତିକର ପରିସ୍ଥିତି ଦେଖାଦେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ଧନୁ:-

ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ଶୁଭ କାମ କରି ପ୍ରଶଂସିତ ହେବେ। ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ନୂତନ ସମ୍ପତି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ହୋଟେଲ୍, ତେଲବ୍ୟବସାୟୀ, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ। ପରିବାରରେ ସୁସ୍ଥ ବାତାବରଣ ଜାରି ରହି ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବା ସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

 ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ। ବାସସ୍ଥାନ ବା ଯାନବାହାନ ନବୀକରଣ କରିବାର ସୁବିଧା ସୁଯୋଗ ପାଇବେ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ପରିବାରରେ ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମକ୍ଷେତ୍ରରେ ସାହାଯ୍ୟ ପାଇ ଆଗକୁ ବଢିବା ସମ୍ଭବ ହେବ। ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ପାଇ ବେଶ୍ ଆନନ୍ଦ ଅନୁଭବ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇ ଯିବେ। ସାମାଜିକ ସ୍ତରରେ ସମ୍ମାନଲାଭ କରିବେ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତି ମୂଳକ ପଦକ୍ଷେପ ନେବେ। ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକରଣ କ୍ରୟ କରିବେ। ପିଲାଙ୍କ ସହ ଖୁସିଗପ କରି ବାରେ ମଉକା ଜୁଟିବ। ପରିବହନରେ ବିଶେଷ ଲାଭବାନ ହେବେ ଓ ଆୟରପନ୍ଥା ସହଜ ହେବ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମୀନ:-

ନାନା ସମସ୍ୟାର ସମାଧାନ କରି ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରି ବାକୁ ପଡିବ। ଆୟବୃଦ୍ଧି, ଋଣମୁକ୍ତି ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବା ସହ ବକେୟା ଅର୍ଥ କିଛି ଆଦାୟ ହେବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ସ୍ନେହ  ସଦ୍ଭାବ ବୃଦ୍ଧି ପାଇବ।  ରାଜନୀତି କ୍ଷେତ୍ରରେ ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ। ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କର୍ମ କରିବା ଉଚିତ୍। ବନ୍ଧୁମିତ୍ର ଦେଇଥିବା ପ୍ରତିଶୃତିରେ ଖିଲାପ କରି ସମସ୍ୟାକୁ ବଢାଇ ଦେବେ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!