ଆଜି କେମିତି ରହିବ ଆପଣଙ୍କ ଦିନ : ୨୧ ଜୁନ୍ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୧ ଜୁନ୍ ୨୦୧୮

ମେଷ:-

ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ। ନୂତନ ଲୋକଙ୍କ ସହିତ ଭେଟ ହେବ। ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ଭାବନାର  ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ପ୍ରତିକାର-ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସଂଯମ ରଖିବା ଆବଶ୍ୟକ ଅଟେ। ଛାତ୍ର-ଛାତ୍ରୀମାନେ ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< Janma Patrika>>>  

ମିଥୁନ:-

ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ। ନିଜର ନୂଆଲକ୍ଷ ନିର୍ଦ୍ଧାରିତ କରିବେ। ମନ ଲଗାଇ କାର୍ଯ୍ୟ ମଧ୍ୟ କରିବେ। କେତେକ ନୂଆ ସମସ୍ୟାର ସମ୍ମୁଖୀନ ହେଲେବି ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ। ନିବେଶ ପାଇଁ ସମୟ ଉପଯୁକ୍ତ ଅଟେ। ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ। ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବ। ସାମାନ୍ୟ କଥାରେ ଅଯଥା ତର୍କ ନକରି ଶାନ୍ତ ରହିବା ଉଚିତ୍। କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

ସିଂହ:-

ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ଯୋଗଦେବେ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ। ବ୍ୟବସାୟ ସମ୍ବନ୍ଧୀୟ  ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ। କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ। 

କନ୍ୟା:-

ଫୋନ, ମୋବାଇଲ୍, ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଦ୍ଵାରା ସୁସମ୍ବାଦ ପ୍ରାପ୍ତି ହେବ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ବିଦ୍ୟାର୍ଥୀଙ୍କର ବାଦ-ବିବାଦ, ପ୍ରତିଯୋଗୀତା-ପରୀକ୍ଷା ଓ ମାଲିମୋକଦ୍ଦମାର ସମାଧାନ ହେବ। ପାରିବାରିକ ସ୍ଥିତିର ଅବ୍ୟବସ୍ଥିତତାକୁ ଆଧାର କରି କ୍ଷୋଭ, ଅବଶୋଷ, ଅପମାନରେ ଜର୍ଜରିତ ହେବେ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। ଅଳ୍ପକେ ଦୁର୍ଘଟଣାରୁ ରକ୍ଷା ପାଇବେ। ପ୍ରତିକାର- ଗ୍ରାମ୍ୟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ତୁଳା:-

ନୂତନ ବନ୍ଧୁ ଭେଟ ହେବେ ଓ ଶୁଭ ସମାଚାର ଶୁଣିବାକୁ ମିଳିବ। ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ। କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହୋଇ ସମ୍ବନ୍ଧରେ ପ୍ରଗାଢତା ଆସିବ। ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ପ୍ରତିକାର- ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ।

ବିଛା:-

ଧର୍ମ-କର୍ମରେ ରୁଚି ରହିବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କର୍ମ ହେବ। ସ୍ୱାସ୍ଥ୍ୟରେ ସୁଧାର ଆସିବ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। ସୁଖ ସମୃଦ୍ଧି ବୃଦ୍ଧି ହେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ।ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିବେ। ପ୍ରତିକାର- ଭିକାରୀକୁ ନିରାଶ କରିବେ ନାହିଁ।

ଧନୁ:-

ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ। ଧନ ଲାଭ ହେବ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ। ନୂତନ ବସ୍ତୁ କ୍ରୟ କରିବେ। ଜନ ସେବାରେ ନିଜକୁ ନିୟୋଜିତ କରିବେ। କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-

ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ନିଜର ଆତ୍ମନିରୀକ୍ଷଣ ଦ୍ଵାରା ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନ ହେବ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଲଗାନ୍ତୁ।

yotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ:-

ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ପରିବାରରେ ଶାନ୍ତି ଆସିବ। ସ୍ଥାନାନ୍ତର ହେବାକୁ ଚାହୁଁଥିଲେ, ଆଜି ଚେଷ୍ଟାକଲେ ଉତ୍ତମ ସ୍ଥାନରେ ଅବସ୍ଥାପିତ ହେବେ। ମୁଖରୋଗ ଓ ପୁରାତନରୋଗ ପ୍ରକୋପରେ ଶରୀରକଷ୍ଟ ଭୋଗ କରିବେ। ସ୍ତ୍ରୀଙ୍କ ପାଇଁ ଚିନ୍ତିତ ରହିବେ। କର୍ମକ୍ଷେତ୍ରରେ ବାଧା ଦେଖାଦେବ। ପ୍ରତିକାର- ମନ୍ଦିର ସାମ୍ନାରେ ସାଷ୍ଟାଙ୍ଗ ପ୍ରଣାମ କରନ୍ତୁ।

ମୀନ:-

ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। କର୍ମ କ୍ଷେତ୍ରରେ ଉଚ୍ଚଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯିବ। ଇଛାକରିଥିବା ସଂସ୍ଥାରେ ନୂତନ କର୍ମପ୍ରାପ୍ତି ହେବ। ପରିବାରରେ ଓ କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବେ। ମହିଳାମାନଙ୍କର ଧାର୍ମିକ କାର୍ଯ୍ୟରେ ରୁଚିବୃଦ୍ଧି ପାଇବ। ପ୍ରତିକାର- ଗାଈକୁ କିଛି ଖାଦ୍ୟ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!