ଦୈନିକ ରାଶିଫଳ: ୨୧ ଜୁନ୍ ୨୦୧୯, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର କର୍ମକ୍ଷେତ୍ରରେ ଉନ୍ନତି ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ସହଯୋଗୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଆର୍ଥିକ ସମସ୍ୟା ଦୂର ହୋଇଯିବ। ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ବିରୋଧିମାନେ ଦୂରେଇ ଯିବେ। ଦୂରଯାତ୍ରାରେ ପ୍ରିୟଜନଙ୍କସହ ମିଳନ ହେବା ସହ ଅଟକିଥିବା କାର୍ଯ୍ୟ ପୂରଣ ହେବ। ପ୍ରେମ-ପ୍ରସଙ୍ଗରେ ନିଶ୍ଚିତ ରୂପରେ ସଫଳତା ମିଳିବ। ବ୍ୟବସାୟରେ ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପ୍ରାପ୍ତ ହେବ। ଯୁବକ ଯୁବତୀ ମାନଙ୍କର ଉତ୍ତରଦାୟିତ୍ୱ ବଢ଼ିବ। ମହିଳା ମାନଙ୍କର ଭୌତିକ ସୁଖ-ସୁବିଧା ସାଧନର ବୃଦ୍ଧି ହେବ ଓ ପରିଶ୍ରମ କଷ୍ଟର ପୁରା ଲାଭ ମିଳିବ। ପ୍ରାୟକାର୍ଯ୍ୟ ପୂରଣ ହେବା ସହ ଆୟ ବୃଦ୍ଧିହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସତର୍କତାର ସହ କାର୍ଯ୍ୟ କରିଲେ ସମସ୍ତ ପରିସ୍ଥିତି ଧୀରେ-ଧୀରେ ସନ୍ଧ୍ୟାପରେ ଆପଣଙ୍କ ସପକ୍ଷରେ ଯିବ। ମିତ୍ରମାନଙ୍କ ସହଯୋଗ ପାଇ ବ୍ୟାପାର ଓ କାରବାରରେ ସ୍ଥିତି ସୁଦୃଢ ହେବାସହ ପରିସ୍ଥିତି ବଦଳିଯିବ। ଆର୍ଥିକସ୍ଥିତି ସୁଦୃଢ ହେବ ଓ ବ୍ୟାଙ୍କ-ବାଲାନ୍ସ ବୃଦ୍ଧି ହେବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ମହିଳା ମାନଙ୍କର ପ୍ରେମ ପ୍ରସଙ୍ଗରେ ସଫଳତା ଓ ପାରିବାରିକ କ୍ଷେତ୍ରରେ ଆନନ୍ଦ ମିଳିବ। ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ ବରିଷ୍ଠ ବ୍ୟକ୍ତିମାନେ ସନ୍ତୋଷ ହେବେ। ରାଜନୀତିରୁ ଲାଭ ମିଳିବ। ପ୍ରତିକାର- ତୁଲସୀ ମୂଳର ମାଟି ଚନ୍ଦନ ଧାରଣ କରନ୍ତୁ।

ମିଥୁନ:-

ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ।  ବନ୍ଧୁ, ମିତ୍ର ଏବଂ ଉଚ୍ଚପଦଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ଶତୃତା କମିଯିବ। ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ସୁସମ୍ବାଦ ପ୍ରାପ୍ତି ହେବ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଲାଭ ପାଇବେ। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

କର୍କଟ:-

କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହେବ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ପ୍ରତିପତ୍ତି, ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ। ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ ତତ୍ ସଙ୍ଗେ ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବା ସହ ପ୍ରତିଷ୍ଠିତ ହୋଇପାରିବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ସିଂହ:-

ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ବ୍ୟବସାୟ ସଂସ୍ଥାନ, ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟଦାୟକ ହେବ। କର୍ମ କ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ। ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନପ୍ରଦାନରେ ଲାଭବାନ୍ ହେବେ। ବ୍ୟବସାୟିକ ସଫଳତା ମିଳିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରତିକାର- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଏବଂ ସମ୍ମାନଜନକ ଘଟଣା ଦେଖାଦେବ। ନୂତନ ସମ୍ପତ୍ତି କ୍ରୟ କରିବେ। ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନପ୍ରଦାନରେ ଲାଭବାନ୍ ହେବେ। ଶିକ୍ଷାର୍ଥୀମାନେ ଅଧ୍ୟୟନରେ ବାଧା ଉପୁଜୁଥିଲେ ମଧ୍ୟ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ ଓ ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ପ୍ରତିକାର- ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ତୁଳା:-

ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। କର୍ମକ୍ଷେତ୍ରରେ ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ ଓ ଆଶା ମୁତାବକ ଫଳ ପାଇବେ। ପ୍ରତିକାର- ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।

ବିଚ୍ଛା:-

କର୍ମକ୍ଷେତ୍ରରେ ସ୍ଥିରବସ୍ଥା ଆସିବା ଫଳରେ ଆତ୍ମସନ୍ତୋଷ ଆଣିଦେବ ଓ ପ୍ରତିଷ୍ଠା ଖ୍ୟାତି ମଧ୍ୟ ମିଳିବ। ଶିକ୍ଷାର୍ଥୀମାନେ ଅଧ୍ୟୟନରେ ମନ ନିବେଶ କରିବେ ଓ ପ୍ରତିଦ୍ୱନ୍ଦିତା ପରୀକ୍ଷାରେ ସଫଳତା ପାଇବେ। ମହିଳାମାନେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିଣୀ ହୋଇ ପାରିବେ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହି ଲାଭବାନ ହେବେ। ଜମିବାଡି ଜନିତ କେତେକ ସମସ୍ୟା ସମାଧାନ ହେବ। ରାଜନୈତିକ କ୍ଷେତ୍ରରେ ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟଭାର ବୃଦ୍ଧି ହେବ। ସ୍ୱାସ୍ଥ୍ୟ ଠିକ୍ ରହିବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ଧନୁ:-

କର୍ମକ୍ଷେତ୍ରରେ ପରିବର୍ତ୍ତନ ଆସିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ। ପରିବାରରେ ମନୋମାଳିନ୍ୟ ମେଣ୍ଟିଯିବ। ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରାଜନିତ ପୀଡାପ୍ରତି ସାବଧାନ ରହିବା ଉଚିତ୍। ରାଜନୈତିକ କ୍ଷେତ୍ରରେ କେବେ ବି ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକରହେବ। ବନ୍ଧାକୋବି, ପୋଟଳ, ମୂଳା, କ୍ଷୀର, ଛେନା ପ୍ରଭୃତି ଚର୍ବି ଓ ପ୍ରୋଟିନ ଜାତୀୟ ଖାଦ୍ୟ ଖାଇବା ଆବଶ୍ୟକ। ସାଧାରଣ ଦିନଚର୍ଯ୍ୟାରେ ଅତୁଟ ରହିଲେମଧ୍ୟ ଉଦରପୀଡା ଓ ଚକ୍ଷୁପୀଡାରେ  ପ୍ରଭାବିତ ହୋଇ ପାରନ୍ତି। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମକର:-

କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟମିଳିବ। ପଦୋନ୍ନତି ସହ ନୂତନକର୍ମ ପ୍ରାପ୍ତିହେବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଦୂରଯାତ୍ରାରେ ସଫଳ ହେବେ। ଆୟରସ୍ରୋତ ଖୋଲିଯିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରେ ଆଶା ମୁତାବକ ଫଳ ପାଇବେ। ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ। ବକେୟା ଅର୍ଥ କିଛି ମିଳିବ। ମାନସିକଶାନ୍ତି ଓ  ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

କୁମ୍ଭ:-

ଅନେକ ପ୍ରକାର ସୁବିଧା ସୁଯୋଗ ପାଇବା ଫଳରେ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଉଚ୍ଚଶିକ୍ଷା କ୍ଷେତ୍ରକୁ ମୁହାଁଇ ପାରିବେ। ନିଜଆଚାର  ବ୍ୟବହାରରେ ସନ୍ତୋଷ ଜନକ ହେବାଦ୍ଵାରା ଗୁରୁଜନଙ୍କ ବିଶ୍ବାସ ଭାଜନ ହେବେ। ସୁଖ ସମ୍ପଦ ପ୍ରାପ୍ତି ହେବ। ନୁତନ କାର୍ଯ୍ୟ ଆରମ୍ଭ କରି ପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ପାରିବାରିକ ସମସ୍ୟା ସୁଧାରି ନେବେ। ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ସ୍ୱାସ୍ଥ୍ୟ ଉତ୍ତମ ରହିବ। ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ। ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ ଏବଂ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ରାଜନୈତିକ କ୍ଷେତ୍ରରେ ଶତୃମାନେ ଫଛଘୁଞ୍ଚା ଦେବେ। ପଦସ୍ଥ ବ୍ୟକ୍ତିଙ୍କ ସହ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଓ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। କର୍ମ ପାଇଁ ଦୂରଯାତ୍ରାରେ ସଫଳ ହେବେ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ପ୍ରତିକାର- ଶଣ୍ଢକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!