ଦୈନିକ ରାଶିଫଳ: 21 ଜୁନ 2021, ଆଜି ଦିନଟି 5ଟି ରାଶିଙ୍କ ପାଇଁ ଶୁଭ ଓ ବାକି ରାଶି ରୁହନ୍ତୁ ସାବଧାନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁନମାସ ୨୧ ତାରିଖ, ସୋମବାର, ମିଥୁନମାସ ୭ ଦିନ, ଜ୍ୟେଷ୍ଠମାସ, ଶୁକ୍ଳପକ୍ଷ, ଏକାଦଶୀତିଥି, ସ୍ଵାତୀନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର । ମିଥୁନ ରାଶିର ଘାତବାର । ଶିମ୍ବ, ଆମିଷ ନ ଖାଇଲେ ଭଲ, ଦିବା ୧ଟା ୩୧ମିନିଟ୍ ପରେ ପୋଇ, ମସୁରଡାଲି ନ ଖାଇଲେ ଭଲ । ଶୁଭସମୟ- ସକାଳ ୮ଟା ୪୪ମିନିଟ୍ ରୁ ୧୦ଟା ୨୮ମିନିଟ୍, ରାତ୍ର ୯ଟା ୧୮ମିନିଟ୍ ରୁ ରାତ୍ର ୧୦ଟା ୨୬ମିନିଟ୍, ରାତ୍ର ୧୧ଟା ୪୯ମିନିଟ୍ ରୁ ୧୨ଟା ୯ମିନିଟ୍, ରାତ୍ର ୧ଟା ୩୭ମିନିଟ୍ ରୁ ୩ଟା ୨ମିନିଟ୍ । ପର୍ବଦିନ-ସର୍ବ ସମ୍ମତ ନିର୍ଜଳା ଏକାଦଶୀ, କୁର୍ମାବତାର ଜୟନ୍ତୀ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟି ଯିବ । ପାରିବାରିକ ଓ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପୁଷ୍ଟିକର ଖାଦ୍ୟ ଖାଇବାକୁ ପାଇବେ । ରାଜନୈତିକ କ୍ଷେତ୍ରରେ ଲୋକମାନଙ୍କୁ ଆପଣେଇ ନବା ଫଳରେ ସମ୍ମାନିତ ହୋଇ ପାରନ୍ତି । ଉଚ୍ଚ ଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ ଗ୍ରାହକ ସେବାକୁ ଗ୍ରହଣ କଲେ ଆକସ୍ମିକ ଧନ ଲାଭ ହେବ । ପରିବାରରେ ମାନ ମନାନ୍ତର ଦୂର ହୋଇ ସାମାଜିକ ପତିଆରା ଅମଳିନ ରହିବ । କାରବାର ଓ କାମକାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ରାଜନୀତି କ୍ଷେତ୍ରରେ ଭଲ କାମ କରି ଉଚ୍ଚପ୍ରଶଂସିତ ହେବେ । କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବା ସହ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତ ହେବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ମିଥୁନ:-

ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇଯିବ । ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ସମାଲୋଚିତ ହେଲେ ମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ । ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ । ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

କର୍କଟ:-

ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଦିଗ ଭ୍ରଷ୍ଟର ଶିକାର ନ ହେଲେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ । ରାଜନୀତିରେ ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତି କରିବ । ବ୍ୟବସାୟରେ ଇଚ୍ଛା ମୁତାବକ ଲାଭ ପାଇବେ ଓ ବକେୟା ଅର୍ଥ ଆଦାୟ ହେବ । ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି । କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର ହୋଇ ଯିବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ବ୍ୟବସାୟ ସଂସ୍ଥାନ, ଶିଳ୍ପପ୍ରତିଷ୍ଠା ଯୋଜନା ସାଫଲ୍ୟ ଦାୟକ ହେବ । କାମକାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ । ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ । ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । ପରୋପକାର ଓ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ଅଳ୍ପ ପରିଶ୍ରମରେ ଅଧିକ ଧନ ଲାଭ ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ତୁଳା:-

ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ । ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରି ପାରିବେ । ବିଦ୍ୟା କ୍ଷେତ୍ରରେ ମନ ଲାଗିବା ଫଳରେ ପଢାପଢିରେ କୌଣସି ଅସୁବିଧା ହେବ ନାହିଁ । କୌଣସି ନୂତନ କର୍ମ କରିବାକୁ ଯୋଗାଯୋଗ କରି ପାରିବେ । ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ । ବେପାର ବଣିଜରେ ପ୍ରଚୁର ଲାଭ ମିଳିବ ଏବଂ ନୂଆ ନୂଆ ଉପାୟ ଚିନ୍ତା କରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବିଚ୍ଛା:-

ଚାକିରୀରେ ପଦୋନ୍ନତି, ଯଶପ୍ରତିଷ୍ଠା, ମାନସମ୍ମାନ ତଥା ଲୋକପ୍ରିୟତା ମଧ୍ୟ ହାସଲ କରିପାରିବେ । ପାରିବାରିକ କ୍ଷେତ୍ରରେ ସାମୟିକ ଭାବେ ଦାମ୍ପତ୍ୟ ସମସ୍ୟା ଉଣା ଅଧିକ ରହିବ । ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ । ଆୟ ବ୍ୟୟରେ ତାଳମେଳ ରହିବ ନାହିଁ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-

ସ୍ଵାସ୍ଥ୍ୟରେ ସୁଧାର ଆସିବ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ମନରେଥିବା କାମନା ପୂର୍ଣ୍ଣ ହେବ । ଅନେକ ସମୟ ମନୋରଞ୍ଜନ ଓ ହସ ଖୁସିରେ ବ୍ୟତୀତ ହେବ । ବାକି ରହିଥିବା କାର୍ଯ୍ୟରେ ସଫଳତା ମିଳିବ ତେଣୁ ମନରେ ସନ୍ତୁଷ୍ଟି ଆସିବ । ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାର ପରିପୂର୍ଣ୍ଣ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ ପରାକ୍ରମ ବୃଦ୍ଧିପାଇ ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ । କୌଣସି ମହତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । ଦାମ୍ପତ୍ୟସୁଖରେ ସୁଖୀହେବା ସହ ଗୃହରେ ସୁଖଶାନ୍ତି ବିରାଜମାନ କରିବ । ଛାତ୍ରଛାତ୍ରୀମାନେ ଉଚିତ ପନ୍ଥା ଗ୍ରହଣ କରି ବିଦ୍ୟାରେ ସଫଳ ହେବେ । ରାଜନୀତି ମାମଲାରେ ସଫଳତା ମିଳିବ । ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-

ସାମ୍ବାଦିକ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ମୀନ:-

ରାଜନୀତିରେ କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବା ଫଳରେ ଟଙ୍କାର ଆବଶ୍ୟକତା ପୂରଣ ହୋଇ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ପାରିବାରିକ କ୍ଷେତ୍ରରେ ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ସାମ୍ବାଦିକ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ପ୍ରେମ କ୍ଷେତ୍ରରେ ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!