ସାପ୍ତାହିକ ରାଶିଫଳ: ଜୁନ 21 ତାରିଖ ରୁ ଜୁନ 27 ତାରିଖ, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବା ଫଳରେ ସ୍ଥଗିତଥିବା କର୍ମଟି ପୂରଣ ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ପରିବାରର ସାହାଯ୍ୟରେ ଉପକୃତ ହେବେ । ଅଧ୍ୟୟନ, ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । କଳକାରଖାନା, କୋଇଲା ଖଣି, ରେଳବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ । ପ୍ରତିକାର- ନାଲିବସ୍ତ୍ର ପରିଧାନ କରନ୍ତୁ । ନତୁବା ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସାମାଜିକ ପତିଆରା ଅମଳିନ ରହିବ ଓ ଆୟ ଉପାର୍ଜନ ବୃଦ୍ଧି ହେବ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ । ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ଦେଖାଦେବ ଓ ଦାମ୍ପତ୍ୟ ଜୀବନରେ ଶାନ୍ତି ପାଇବେ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ଆନନ୍ଦିତ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ବ୍ୟବସାୟିକ ସ୍ଥିତି ଅଚାନକ ବୃଦ୍ଧି ହେବା ଫଳରେ ଆଶାନୁରୂପ ଅର୍ଥାଗମ ହେବ । ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ପ୍ରତିକାର:-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଦକ୍ଷତା ଓ ପ୍ରତିଭା ପ୍ରଦର୍ଶନ ଜନିତ ଯଶମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ନୂତନ ଚାକିରୀ ପାଇଁ ପ୍ରୟାସ ରତ ଯୁବକଯୁବତୀ ମାନେ ଉତ୍ସାହ ବର୍ଦ୍ଧକ ସମାଚାର ପାଇବେ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ବନ୍ଧୁ ବାନ୍ଧବ ମାନଙ୍କର ସହଯୋଗ ପାଇ ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ସ୍ଥିତି ଅଟଳ ରଖି ପାରିବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତୃ ପରାଜିତ ହୋଇ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଆୟ ଉପାର୍ଜନର ବୃଦ୍ଧି ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ ଓ ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଦୂରଯାତ୍ରାର ସୁଯୋଗ ପାଇବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ । ଜୀବନ ସାଥିଙ୍କ ସହଯୋଗରେ ଆର୍ଥିକ ଲାଭ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ହେବ । ନୂତନ ଯୋଜନାରେ ସଫଳତା ମିଳିବ । ବାକିଥିବା ଅର୍ଥପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । ବ୍ୟବସାୟରେ ସ୍ଥିତି ସୁଧୁରିବା ଫଳରେ ନିଜ ପରିଶ୍ରମରୁ ଭଲ ଲାଭ ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । କଳା ସାହିତ୍ୟ କିମ୍ବା ଆନୁଷ୍ଠାନିକ କାମଗୁଡ଼ିକରେ ସମସ୍ୟା ସମାଧାନ ହୋଇଯିବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ । ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଶିକ୍ଷାକ୍ଷେତ୍ରରେ ତେଜସ୍ୱୀ, ବ୍ୟବହାରକୁଶଳ, ଅନୁଶାସନ ପ୍ରିୟ, ଗୁଣିଜ୍ଞାନୀ, ଯୋଗ୍ୟ, ଆଜ୍ଞାପାଳକ, ସୌଭାଗ୍ୟଶାଳୀ ହେବେ । ବ୍ୟବସାୟରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନ ଯୋଜନା ପ୍ରସ୍ତୁତ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଦୂରଯାତ୍ରାର ସୁଯୋଗ ପାଇ ଆନନ୍ଦିତ ହେବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବିଚ୍ଛା:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନଷ୍ଟ ହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ । ଭାଗ୍ୟର ପରିବର୍ତ୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ । ସନ୍ତାନ କ୍ଷେତ୍ରରେ ଉନ୍ନତି ହେବ । ବେପାର ବଣିଜରେ ପ୍ରଚୁର ଲାଭ ମିଳିବ । ନୂଆ ନୂଆ ଉପାୟ ଚିନ୍ତା କରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଅଚାନକ ଆୟ ବୃଦ୍ଧି ହେତୁ ଆଚମ୍ବିତ ହୋଇଯିବେ । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ସୁଯୋଗ ପାଇବେ । ବ୍ୟବସାୟୀକ, ଆଧ୍ୟାତ୍ମିକ, ଉଚ୍ଚଶିକ୍ଷା ନିମିତ୍ତ ବିଦେଶ ଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ । ଦୀର୍ଘଦିନ ଧରି ଅଧା ହୋଇ ପଡ଼ିଥିବା କାର୍ଯ୍ୟମାନ ଧିରେ ଧିରେ ପୂର୍ଣ୍ଣ ହୋଇଯିବ । ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରିବେ । ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆକସ୍ମିକ ଧନ ଲାଭ ହେବ । ଶାରିରୀକ ସୁସ୍ଥତା ଦେଖା ଦେବ । କର୍ମକ୍ଷେତ୍ରରେ ପଦୋନ୍ନତି ଓ ସଫଳତା ଲାଭ କରିବା ସହ ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ । ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ଜାଗା, ଜମି, ଗୃହ ବାହନ ଆଦି ପାଇଁ ଚୂକ୍ତିହେବ । ଶତୃ, ରୋଗ, ଋଣରୁ ମୁକ୍ତି ହେବା ସହ ଆଶାନୁରୂପ ଲାଭ କରିବେ । ବ୍ୟବସାୟରେ ବିରାଟ ଯୋଜନାର ସଂକଳ୍ପ ନେବେ ଓ ନୂତନ ଆୟର ପନ୍ଥା ଖୋଲିଯିବା ସହ ଉତ୍ତମ ରୋଜଗାର ହେବ । କର୍ମନିଯୁକ୍ତି କ୍ଷେତ୍ରରେ ସଫଳତା ଦେଖାଦେବ । ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହୋଇ ହସଖୁସିରେ ସମୟ ବିତାଇବେ । ପତିପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ମଧୁମେହ, ଚକ୍ଷୁ, ହୃଦୟ, ଯୌନରୋଗରୁ ସାମାନ୍ୟ ଉପସମ ମିଳିବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ । ପରୀକ୍ଷା ଓ ସାକ୍ଷାତକାରରେ ମନୋକାମନା ପୂରଣ ହେବା ସହ ଆତ୍ମ ବିଶ୍ୱାସ ବୃଦ୍ଧି ପାଇବ । ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମ ହେତୁ ସାମାଜିକ ପତିଆରା ଅମଳିନ ରହିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରେମୀକ ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ । ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ । ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ । ପ୍ରତିକାର- ପାଞ୍ଚୋଟି ଲବଙ୍ଗ ପାଖରେ ରଖନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସମସ୍ତ ଜରୁରୀ କାର୍ଯ୍ୟ ସୂଚାରୁ ରୂପେ ସମ୍ପାଦିତ କରି ପାରିବେ । ଆବଶ୍ୟକ ଅନେକ ସମସ୍ୟାର ସମାଧାନ କରି ପାରିବେ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ତୀର୍ଥାଟନ କରି ଯାତ୍ରା କାଳରେ ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ମାଲି ମକଦ୍ଦମାର ସମାଧାନ ହେବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ଯଦି ଆପଣଙ୍କୁ ଆମର ଏଇ ଆର୍ଟିକିଲ୍ ଟି ପସନ୍ଦ ଆସିଥାଏ ତେବେ ଲାଇକ ଓ ଶେୟାର କରିବାକୁ ଭୁଲିବେ ନାହିଁ । ଆଗକୁ ଆମ ସହିତ ରହିବା ପାଇଁ ପେଜକୁ ଲାଇକ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!