ଆଜି କେମିତି ରହିବ ଆପଣଙ୍କ ଦିନ : ୨୧ ମାର୍ଚ୍ଚ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୧ ମାର୍ଚ୍ଚ ୨୦୧୮

ମେଷ-

ପ୍ରତ୍ୟେକ କ୍ଷେତ୍ରରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ। ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରିବେ ଓ ଆଶୀର୍ବାଦ ପ୍ରାପ୍ତ କରିବେ। 

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ-

ଶିକ୍ଷାଖେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ। କର୍ମ ବ୍ୟବସାୟରେ ମାନସିକ ଦୁର୍ବଳତା ସହିତ ସାମୟିକ ବିଭ୍ରାନ୍ତି ଜନିତ ଆଳସ୍ୟଭାବ ଦେଖାଦେବ। ମହିଳାମାନଙ୍କର ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ନିମ୍ନବର୍ଗ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ। ପ୍ରତିକାର-କୌଣସି କନ୍ୟାକୁ ଧଳାମିଠା ଖାଇବାକୁ ଦେବେ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ମିଥୁନ-

ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ। ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ଆତ୍ମୀୟ–ସ୍ଵଜନଙ୍କ ବୈରତା, ବୃଥା ଭ୍ରମଣରୁ ଆର୍ଥିକ କ୍ଷତି ସହିବାକୁ ପଡିବ। ପ୍ରତିକାର-ତନ୍ଦୁରୁଟି ତିଆରି କରି ଗାଈକୁ ଖାଇବାକୁ ଦେବେ।

କର୍କଟ-

ବ୍ୟବସାୟ କ୍ଷେତ୍ରରେ ଖୁବ ଅଗ୍ରଗତି ଘଟିବ। କର ଭାରରୁ ମୁକ୍ତି ମିଳିବ। ଆଇନ ଅଦାଲତରେ ଜୟଯୁକ୍ତ ହେବେ। ଚାକିରିରେ ପ୍ରତିଷ୍ଠିତ ହେବେ। ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ। ମହିଳାମାନଙ୍କର କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ-

ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ଠୁଳ ହେବ। ମହିଳାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ। ପ୍ରତିକାର-ଗହମ, ଗୁଡ ପିଲାମାନଙ୍କୁ ଦାନ କରିବେ।

କନ୍ୟା-

ବ୍ୟବସାୟୀମାନେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ। ମହିଳାମାନେ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ଅଧ୍ୟୟନରେ ମନ୍ଥର ହେବାଫଳରେ ଅଧିକ ପରିଶ୍ରମ କରିବା ଆବଶ୍ୟକ। ପ୍ରତିକାର-ସକାଳେ ଧର୍ମସ୍ଥାନକୁ ସଫା କରନ୍ତୁ।

ତୁଳା-

ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ରକ୍ଷା କରିବା କାଠିକର ପାଠ ହେବ । କର୍ମକ୍ଷେତ୍ରରେ  ବିବାଦୀୟ ସ୍ଥିତି ଦେଖାଦେଇ ପାରେ। ମହିଳାମାନଙ୍କର କର୍ମ, ବ୍ୟବସାୟରେ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ଭୁଲ ବୁଝାମଣାରୁ ବିବାଦୀୟ କ୍ଷେତ୍ରରେ ପ୍ରବେଶ କରି ପୀଡା ଭୋଗିବେ। ପ୍ରତିକାର- ୧୧ଜଣ ପିଲାଙ୍କୁ ଧଳାମିଠା ଖାଇବାକୁ ଦେବେ।  

ବିଛା-

ଗୁରୁ ଗୁରୁ ଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ। ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ମାଲିମୋକଦ୍ଦମା ଓ ରାଜନୀତିରେ ଶତ୍ରୁ ଓ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ। ପ୍ରତିକାର-ଫୁଲଗଛରେ ପାଣିଛିଞ୍ଚିବେ। 

ଧନୁ-

ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ। ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କ୍ଷାତି ଅର୍ଜନ କରିବେ। ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରତିକାର- ଭିକାରୀକୁ ନିରାଶ କରିବେ ନାହିଁ। 

ମକର-

କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ ପଦୋନ୍ନତି ମଧ୍ୟ ପାଇପାରନ୍ତି। ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବ। ମହିଳାମାନେ ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।       

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

କୁମ୍ଭ-

ଶିକ୍ଷାର୍ଥୀମାନେ ସଂଘର୍ଷ କରିବାକୁ ବାଧ୍ୟ ହୋଇ ଉଚ୍ଚ ଶିକ୍ଷାସ୍ଵପ୍ନ ସାର୍ଥକ କରିବେ। ବ୍ୟବସାୟୀମାନେ ଅଶାନ୍ତିର ମୁହାଁମୂହିଁ ହୋଇ ଧନମାନ ଦିଗରୁ ସୁରକ୍ଷିତ ରହିବେ। ମହିଳାମାନେ ପରିଶ୍ରମର ସୁଫଳ ଭୋଗ କରିବେ ଓ ଧନ ସମ୍ପତିରେ ଘର ହସି ଉଠିବ । ପ୍ରତିକାର-କୌଣସି କନ୍ୟାକୁ ଧଳାମିଠା ଖାଇବାକୁ ଦେବେ।

ମୀନ-

ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ, ବିବହୋତ୍ସବର ସଂକେତ, ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ। ଆୟ ଉତ୍ତମ ଓ ବ୍ୟୟ ହ୍ରାସ ପାଇବାସହ ଏକ ସଙ୍ଗେ ପ୍ରଚୁର ଅର୍ଥଲାଭ ଯୋଗ ରହିଛି। କୌଣସି ବ୍ୟାଙ୍କରୁ ମଧ୍ୟ ଋଣ ପାଇବା ଯୋଗ ଅଛି। ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!