ଦୈନିକ ରାଶିଫଳ: ୨୧ ମାର୍ଚ୍ଚ ୨୦୧୯, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶିର ହେବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୧ ମାର୍ଚ୍ଚ ୨୦୧୯

ମେଷ:-

ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ଶିକ୍ଷା କ୍ଷେତ୍ରରେ ସଫଳ ହୋଇ ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ। କଠିନ ପରିଶ୍ରମ କରିବା ଫଳରେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ପ୍ରତିକାର: ଅସହାୟ ଲୋକଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଥିଲେ ଆଜି ତାହା ସମାଧାନ ହେବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ। ବାକିଥିବା ଅର୍ଥ ପ୍ରାପ୍ତି ହେବ। କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବାର ରାସ୍ତା ପରିଷ୍କାର ହୋଇ ଯିବ। ସ୍ୱାସ୍ଥ୍ୟରେ ଉନ୍ନତି, ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ। ରାଜନେତା ମାନେ ଧାର୍ମିକ କାର୍ଯ୍ୟରେ ଯୋଗ ଦେଲେ ସମ୍ମାନୀତ ହେବେ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ରାଜନେତା ମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁଁ ଓ କଠିନ ପରିଶ୍ରମ ହେତୁ ଶାରିରୀକ ଏବଂ ମାନସିକ କଷ୍ଟ ଭୋଗିବେ। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ଋଣ ଭରଣାରେ ସହଜ ହେବ। ପ୍ରତିକାର:-ଗଙ୍ଗାଜଳ ସେବନ କରନ୍ତୁ।

କର୍କଟ:-

ବ୍ୟବସାୟରେ ଭଲ ଲାଭ ପାଇବେ ଓ ବାକିଥିବା ଅର୍ଥପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ରାଜନେତା ମାନଙ୍କର ଶତୃ ପରାଜିତ ହୋଇ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ମହିଳାମାନଙ୍କର ଉତ୍ତମ ରୋଜଗାର ମିଳିବ। ଗୃହସ୍ଥ ଜୀବନ ସୁଖମୟ ହେବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର  ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ମହିଳାମାନେ ଭଲ କାମ କରି ସୁଖରେ ଦିନ ବିତାଇବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପ୍ରତିକାର: କୁକୁରକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। କେତେକ ବାଧା ପ୍ରତିବନ୍ଧକର ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବା ଯୋଗେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପ୍ରତିକାର : ଆମିଷଭୋଜନ ଓ ମାଦକଦ୍ରବ୍ୟ ସେବନରୁ ଦୂରେଇ ରୁହନ୍ତୁ।

କନ୍ୟା:-

ନୂତନ ଲୋକଙ୍କ ସହ ବନ୍ଧୁତ୍ୱ ସ୍ଥାପନ ହେବ। ରାଜନୀତି କ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭବାନ ହେବେ। ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଋଣ କରିଲେ ଋଣ ମିଳିଯିବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ତୁଳା:-

ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ। ପ୍ରତିଯୋଗୀତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ପାଇବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ପ୍ରତିକାର- ବୃଦ୍ଧ, ବୃଦ୍ଧାଙ୍କୁ ଭୋଜନ ଦିଅନ୍ତୁ।

ବିଚ୍ଛା:-

ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ପୁରାତନ ରୋଗର ଉପଶମ ହେବା ଫଳରେ ମନ ଶାନ୍ତ ରହିବ। ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବ। ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳ ହେବେ ଓ ଅନେକ ପ୍ରକାର ସୁବିଧା ସୁଯୋଗ ପାଇ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ। ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟି ପାରେ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପତି ପତ୍ନୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ହରାଇଥିବା ଧନ ପ୍ରାପ୍ତି ହେବ। ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ। ଅନ୍ୟର ଉପକାର କରି ପ୍ରଶଂସିତ ହେବେ। ପ୍ରତିକାର- ବୃଦ୍ଧ, ବୃଦ୍ଧାଙ୍କୁ ଭୋଜନ ଦିଅନ୍ତୁ।

ମକର:-

କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ବିଶେଷ ଲାଭବାନ ହେବେ। ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ମହିଳାମାନେ ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ। ରାଜନେତାମାନେ ନୀରବତା ରକ୍ଷାକରି ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯିବ ନାହିଁ। ବାଦ-ବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ସୁନା, ଚାନ୍ଦି, ବ୍ୟବସାୟରେ ଲାଭ ପାଇବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେଲେ ବି ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଅଧିକ ଉତ୍ତମ। ପୁରାତନ ରୋଗର ଉପଶମ ପାଇଁ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ସନ୍ତାନମାନେ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ। ସାଂସାରିକ ଜୀବନ ସୁଖମୟ ହେବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ମୀନ:-

ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ଚାନ୍ଦି, ବାଦ୍ୟଯନ୍ତ୍ର, ଚଳଚିତ୍ର, ଔଷଧ, ଶାଢ଼ୀ, ଷ୍ଟେସନାରୀ ଓ ସ୍ତ୍ରୀମାନଙ୍କର ସୌଖୀନ ଦ୍ରବ୍ୟାଦି ବ୍ୟବସାୟରେ ଅଧିକଲାଭ କରିପାରିବେ। ସଂଚାଳକ, ଓକିଲ, ନ୍ୟାୟଧୀଶ, ଚିକିତ୍ସକ, କଳାକାର ମାନଙ୍କର ପ୍ରବଳ ଉନ୍ନତି ହେବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ। ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ। ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ। ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇ ଧନ୍ୟ ହେବେ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!