୨୦୨୧ ମସିହା, ମାର୍ଚ୍ଚମାସ ୨୧ତାରିଖ, ରବିବାର, ମୀନମାସ ୮ଦିନ, ଫାଲଗୁନମାସ, ଶୁକ୍ଳପକ୍ଷ, ମଳସପ୍ତମୀ ତିଥି, ସକାଳ ୭ଟା ୧୦ମିନିଟ୍ ଗତେ ଅଷ୍ଟମୀ ତିଥି, ମୃଗଶିରା ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର, ସକାଳ ୬ଟା ୮ମିନିଟ୍ ଗତେ ମିଥୁନ ରାଶିରେ ଚନ୍ଦ୍ର । ମେଷ ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର, ସକାଳ ୬ଟା ୮ମିନିଟ୍ ଗତେ କନ୍ୟା ରାଶିର ଘାତଚନ୍ଦ୍ର । ତାଳ ନ ଖାଇଲେ ଭଲ, ସକାଳ ୭ଟା ୧୦ମିନିଟ୍ ପରେ ନଡିଆ, ଆମିଷ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୫ଟା ୫୪ମିନିଟ୍ ରୁ ୯ଟା ୫୨ମିନିଟ୍, ଦିବା ୧ଟା ୨୫ମିନିଟ୍ ରୁ ୧ଟା ୫୩ମିନିଟ୍, ସନ୍ଧ୍ୟା ୬ଟା ୪୩ମିନିଟ୍ ରୁ ରାତ୍ର ୯ଟା ୫ମିନିଟ୍, ରାତ୍ର ୧୨ଟା ୧୮ମିନିଟ୍ ରୁ ୧ଟା ୨୨ମିନିଟ୍ ।

ମେଷ:-
ସମ୍ବନ୍ଧ ଓ ସମ୍ପର୍କରେ ସୁଖ ଶାନ୍ତିରେ ଦିନଟି କଟାଇବେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ରାଜନୀତି କ୍ଷେତ୍ର ସୁଦୃଢ ହେବ । ପ୍ରେମପ୍ରସଙ୍ଗରେ ସଫଳତା ମିଳିବାର ସମ୍ଭାବନା ଅଛି । ସାଂସାରିକ ଜୀବନରେ ମହତ୍ଵପୂର୍ଣ୍ଣ କାର୍ଯ୍ୟରେ ପରାକ୍ରମ ବୃଦ୍ଧିପାଇ ସୁଖପ୍ରାପ୍ତି ହେବ । ଉନ୍ନତିର ମାର୍ଗ ପ୍ରଶସ୍ତ ହେବ । ବ୍ୟବସାୟରେ ଉତ୍ତମ ଲାଭ ହେବ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ବୃଷ:-
ସ୍ୱାସ୍ଥ୍ୟ ସ୍ଥିତି ଉତ୍ତମ ରହିବ । ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ । ଦୂରଯାତ୍ରାରେ ସଫଳତା ମିଳିବ । ବାସସ୍ଥାନ ବା ଯାନ ବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ନୂତନଦ୍ରବ୍ୟ କ୍ରୟକଲେ ଲାଭମିଳିବ । ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ନିଜର ରଚନାତ୍ମକ ଚିନ୍ତା ଚରମ ହେବ ତଥା ଲୋକଙ୍କୁ ନିଜର କରି ପାରିବେ । ଜନସେବାଦ୍ଵାରା ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
ମିଥୁନ:-
ଶାରୀରିକ କ୍ଷେତ୍ରରେ ଉନ୍ନତି ହେବ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହୋଇ କାର୍ଯ୍ୟ କ୍ଷେତ୍ରରେ ସୁଧାର ଆସିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଅପଯଶକୁ ଦୂରକୁ ଠେଲିଦେଇ କେବଳ ଯଶତକ ଗ୍ରହଣ କରିବେ । ପ୍ରତିକାର- ସବୁଜ ରୁମାଲ ଟିଏ ପାଖରେ ରଖନ୍ତୁ ।

କର୍କଟ:-
ରାଜନୀତିରେ କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ । କିନ୍ତୁ ବିରୋଧି ଓ ଶତୃମାନଙ୍କୁ ନଜର ରଖିବାକୁ ହେବ । ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରାଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍ । ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।
ସିଂହ:-
ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବିଦେଶ ଯାତ୍ରାରେ ଲାଭବାନ ହେବେ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ । କର୍ମସଂଧାନୀ ମାନେ କର୍ମନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କନ୍ୟା:-
ରାଜନୀତି କ୍ଷେତ୍ରରେ କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିପାରେ । ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ । କାମ କାର୍ଯ୍ୟରେ କୌଣସି ନୂତନ ପଦ୍ଧତି ବ୍ୟବହାର କରି ଦୁଇଗୁଣା ଲାଭ ଉଠେଇବେ । ପ୍ରେମପ୍ରସଙ୍ଗରେ ମନ ବିଚଳିତରୁ ଶାନ୍ତି ଅନୁଭବ କରିବେ । ମନଭିତରେ ରାଗରେ ଜଳୁଥିଲେ ମଧ୍ୟ କିଛି କାହାକୁ କହିବାକୁ ସାହସ ହେବ ନାହିଁ । ଦୂରଯାତ୍ରା କଷ୍ଟକର ହେବ । ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ ।

ତୁଳା:-
ଶାରିରୀକ ଅସୁସ୍ଥତା ଦୂରହେବା ସହ ନିଜ ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ । କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ । ଆର୍ଥିକକ୍ଷେତ୍ରରେ ଉନ୍ନତି ହେବ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କଲେ ସଫଳ ହେବେ । ଧାର୍ମିକ କାର୍ଯ୍ୟ କ୍ଷେତ୍ରରେ ଅଂଶ ଗ୍ରହଣ କରିବେ । ଗୃହ, ଜାଗାଜମି ସମସ୍ୟାରେ ସାମିଲ ହେବେ । କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ । ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।
ବିଚ୍ଛା:-
ବରିଷ୍ଠ ବ୍ୟକ୍ତି ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରେମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଖାଇବା ପିଇବାରେ ସତର୍କ ନରହିଲେ ଉଦରପୀଡ଼ା ଭୋଗିପାରନ୍ତି । ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଶତୃ ବୃଦ୍ଧି ଓ ଆର୍ଥିକ ଅନାଟନ ଦେଖା ଦେଇ ପାରେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ଧନୁ:-
ଅଚାନକ ଧନପ୍ରାପ୍ତି, ନୂତନ କର୍ମ ପ୍ରାପ୍ତିର ସୂଚନା ପାଇବେ । ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କ ଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତି ହେବ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହୋଇ ସମ୍ବନ୍ଧରେ ପ୍ରଗାଢତା ଆସିବ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ପାଇବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସି, ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:-
ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ବିଦେଶ ଯାତ୍ରା କଲେ ନିଶ୍ଚୟ ଭାଗ୍ୟୋଦୟ ହେବା ସହ ଅଭିଳାଷ ପୂର୍ଣ୍ଣ ହେବ । ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବା ପାଇଁ କଠିନ ପରିଶ୍ରମ କରିବେ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଅର୍ଥସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ପ୍ରତିକାର- ନୀଳ ରୁମାଲ ଟିଏ ପାଖରେ ରଖନ୍ତୁ ।
କୁମ୍ଭ:-
ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ । ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଜୟଯୁକ୍ତ ହେବେ । ଆମୋଦ ପ୍ରମୋଦ, ମନୋରଞ୍ଜନ, ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ମୀନ:-
ପରାଧୀନତା ବେଡିରେ ଶୃଙ୍ଖଳିତ ହୋଇ ମଧ୍ୟ ନିଜସ୍ଵ ପ୍ରତିଭା ପ୍ରଦର୍ଶନର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦେଖାଦେଲେବି ସେପରି ବିଶେଷ ରୋଗର ଲକ୍ଷଣ ଦେଖା ଦେବ ନାହିଁ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।
Jyotirbid Dr. Pramod Satapathy
Jantra Jyotisha, Cuttack
For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674
