ଦୈନିକ ରାଶିଫଳ: 21 ମାର୍ଚ୍ଚ 2023, ମଙ୍ଗଳବାର, ମା’ମଙ୍ଗଳାଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ ମସିହା, ମାର୍ଚ୍ଚମାସ ୨୧ ତାରିଖ, ମଙ୍ଗଳବାର, ମୀନମାସ ୭ ଦିନ, ଚୈତ୍ରମାସ, କୃଷ୍ଣପକ୍ଷ, ଅମାବାସ୍ୟାତିଥି, ପୂର୍ବଭାଦ୍ର ପଦ ନକ୍ଷତ୍ର କୁମ୍ଭରାଶିରେ ଚନ୍ଦ୍ର, ଦିବା ୧୧ଟା ୫୮ମିନିଟ ପରେ ମୀନ ରାଶିରେ ଚନ୍ଦ୍ର। ଶୁଭ ଯୋଗ ଦିବା ୧୨ଟା ୪୦ମିନିଟ ପରେ ଶୁକ୍ଲ ଯୋଗ। ଚତୁଷ୍ପଦ କରଣ ଦିବା ୧୨ଟା ୧୮ମିନିଟ୍ ପରେ ନାଗ କରଣ। ମକର ରାଶିର ଘାତବାର। ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର। ନିଷିଦ୍ଧ ଖାଦ୍ୟ- ଆମିଷ, ତୈଳ ନ ଖାଇଲେ ଭଲ ରାତ୍ରି ୧୦ ଟା ୫୩ମିନିଟ୍ ପରେ ପାଣିକଖାରୁ ନ ଖାଇଲେ ଭଲ। ଯୋଗିନୀ- ଐଶାନ୍ୟେ ରାତ୍ରି ୧୦ଟା ୫୩ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ଅମାବାସ୍ୟାର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ପ୍ରାତଃ ୭ଟା ୨୪ମିନିଟ୍ ରୁ ୮ଟା ୫୪ମିନିଟ୍, ଦିବା ୨ଟା ୨୪ମିନିଟ୍ ରୁ ଦିବା ୨ଟା ୫୪ମିନିଟ୍, ସନ୍ଧ୍ୟା ୭ଟା ୨୪ମିନିଟ୍ ରୁ ୮ଟା ୫୩ମିନିଟ୍। ଶୁଭସମୟ- ଦିବା ୮ଟା ୫୪ମିନିଟ୍ ରୁ ୧୦ଟା ୪୨ମିନିଟ୍, ଦିବା ୧ଟା ୦୬ମିନିଟ୍ ରୁ ଦିବା ୧ଟା ୨୪ମିନିଟ୍, ଦିବା ୪ଟା ୨୪ମିନିଟ୍ ରୁ ୫ଟା ୦୬ମିନିଟ୍, ସନ୍ଧ୍ୟା ୫ଟା ୫୪ମିନିଟ୍ ରୁ ୬ଟା ୪୨ମିନିଟ, ରାତ୍ର ୯ଟା ୦୫ମିନିଟ୍ ରୁ ୧୧ଟା ୨୯ମିନିଟ , ରାତ୍ର ୧ଟା ୫୩ମିନିଟ୍ ରୁ ରାତ୍ର ୩ଟା ୨୯ମିନିଟ୍। ପର୍ବଦିନ- ଚୈତ୍ର ଅମାବାସ୍ୟା, ଚୈତ୍ର ମଙ୍ଗଳବାର ଓଷାର ଦ୍ଵିତୀୟ ପାଳି।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ଶୁଭ ସମାଚାର ପାଇ ଖୁସି ହେବେ। ମାନସିକ ଦୁଃଶ୍ଚିନ୍ତା ଦୂର ହେବା ସହ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇପାରେ। କିଣା ବିକା ବା କମିଶିନ୍ ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ। ପାରିବାରିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ବୃଷ:-ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ଦୂରଯାତ୍ରାର ସୁଯୋଗ ପାଇବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରିବେ। ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବା ସହ ପ୍ରତିଯୋଗିତା ପରୀକ୍ଷାରେ ମଧ୍ୟ ସଫଳତା ପାଇବେ। ବିରୋଧୀମାନେ ହଇରାଣ ହୋଇ ମଥାନତ କରିବେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଆର୍ଥିକ ଚିନ୍ତା ଦୁରହେବ। ବ୍ୟବସାୟ କ୍ଷେତ୍ରରେ ଅନେକ ପ୍ରକାର ସୁବିଧା ପାଇ ଲାଭବାନ ହେବେ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ଅନେକ କ୍ଷେତ୍ରରେ ସୁଧାର ଆସିବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ମନ ଲଗାଇ କାର୍ଯ୍ୟ କରି ଆଗକୁ ବଢିବେ। ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଭାବ ଦେଖାଦେଇ ପାରେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ରାଜନୈତିକ କ୍ଷେତ୍ରରେ ଠିକ୍ ନିଷ୍ପତି ନେବେ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କନ୍ୟା:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ। ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ ଓ ଶତ୍ରୁମାନେ ମଥାନତ କରିବେ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବା ଫଳରେ ଦୁଃଶ୍ଚିନ୍ତା ଦୂର ହେବ। ନୂତନ କାର୍ଯ୍ୟରେ ଉନ୍ନତି ହେବା ସହ ଶାନ୍ତିପାଇବେ। ପ୍ରତିକାର- ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ। ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ ପ୍ରଶଂସିତ ହେବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇ ପାରନ୍ତି। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-କର୍ମକ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ଭଗୀଦାରିକ୍ଷେତ୍ରରେ ଆଖିବନ୍ଦ କରି ଯେକୌଣସି ପଦକ୍ଷେପ ନେଇ ପାରନ୍ତି। ପୁରାତନ ରୋଗର ପ୍ରକୋପ ଉପଶମ ହେବ। ଅଚାନକ ଧନପ୍ରାପ୍ତିହେବ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ।

ମକର:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ପରିବାରରେ ମାନ ମନାନ୍ତର ଦୂର ହେବ। ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ସାଧାରଣ ବର୍ଗ ଓ ସହକର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆ ହୋଇ କର୍ତ୍ତବ୍ୟ ପାଳି ନ ଚାଲିଲେ ପରେ ହଇରାଣ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସରକାରୀ କର୍ମଚାରୀ ମାନଙ୍କର ଉନ୍ନତିହେବ। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। କର୍ମକ୍ଷେତ୍ରରେ ଆୟର ସ୍ରୋତ ବୃଦ୍ଧି ହେବ। ବିଦ୍ୟାରେ ଉନ୍ନତି ଓ ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ପୈତୃକ ସମ୍ପତ୍ତିକୁ ନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ:-ରାଜନୀତି କ୍ଷେତ୍ରରେ ଆପଣାଲୋକ ଭାବେ ଗଣତି ହେଉଥିବା ବ୍ୟକ୍ତି ମାନଙ୍କ ଠାରୁ ଆଶ୍ଵାସନା ପାଇବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ପରିବର୍ତ୍ତନ ଆସିବ ଓ କର୍ମ ସମ୍ବନ୍ଧିତ ଯାତ୍ରା କରି କଷ୍ଟ ଭୋଗି ପାରନ୍ତି। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ହୋଇପାରେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!